ମେଟ୍ରୋ |

ଆଜି ମହାପ୍ରଭୁଙ୍କ ସୁନାବେଶ

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୧।୧: ମଙ୍ଗଳବାର ପବିତ୍ର ପୌଷ ପୂର୍ଣ୍ଣମୀ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଏହି ଦିବ୍ୟ ବେଶ ଦର୍ଶନ କରିବେ।
ପୌରାଣିକ ତଥ୍ୟ ଅନୁଯାୟୀ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ ବର୍ଷ ବନବାସ ପରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ପୌଷ ପୂର୍ଣ୍ଣିମା ତିଥିରେ ସିଂହାସନରେ ଅଭିଷିକ୍ତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପ୍ରତିବର୍ଷ ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କର ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥାଏ। ପୌଷ ପୂର୍ଣ୍ଣିମା ଦିନ ସକାଳ ଧୂପ ପରେ ୧୦୮ ଗରା ଘିଅ ମିଶ୍ରିତ ଜଳରେ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଏ। ଏହାପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ସୁନାବେଶ ଅନୁଷ୍ଠିତ ହୋଇଥାଏ। ବର୍ଷକ ମଧ୍ୟରେ ହେଉଥିବା ପାଞ୍ଚଥର ସୁନାବେଶ ମଧ୍ୟରୁ ଏହି ସୁନାବେଶ ଅନ୍ୟତମ।
ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ରାତି ୨ଟାରେ ଦ୍ୱାରଫିଟା, ୩ଟା ମଙ୍ଗଳ ଆଳତି ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଭୋର ୫ଟାରୁ ୬ଟା ମଧ୍ୟରେ ପହିଲି ଭୋଗ ନୀତି ବଢିବା ଲାଗି ନିର୍ଘଣ୍ଟ ହୋଇଛି। ସେହିପରି ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ସକାଳ ଧୂପ (କେବଳ କୋଠ ଭୋଗ), ପୂର୍ବାହ୍ନ ୧୧ଟା ୧୫ରେ ମହାଲକ୍ଷ୍ମୀ ବିଜେ, ୧୧ଟା ୩୦ରୁ ଅପରାହ୍ନ ୧ଟା ମଧ୍ୟରେ ଶ୍ରୀପୟର ଲାଗି ଅଭିଷେକ ବେଶ, ୧ଟା ୪୫ରେ ଭୋଗମଣ୍ଡପ, ଅପରାହ୍ନ ୪ଟା ୩୫ରେ ଆଜ୍ଞାମାଳ ପାଇଁ ରଘୁନାଥଦେବ ଲକ୍ଷ୍ମୀ ମନ୍ଦିରକୁ ବିଜେ, ୫ଟାରେ ଭୋଗମଣ୍ଡପ ଶେଷ, ରାତି ୭ଟା ୩୦ରେ ସନ୍ଧ୍ୟା ଆଳତି, ୧୦ଟାରେ ଅଭିଷେକ ନୀତି ଶେଷ, ୧୧ଟାରେ ବଡ଼ସିଂହାର ବେଶ, ସାଢେ ୧୧ଟାରେ ବଡ଼ସିଂହାର ଭୋଗ, ୧୧ଟା ୪୫ରେ ଟୋପର ଲାଗି ସରି ରାତି ୧୨ଟାରେ ରାତ୍ର ପହୁଡ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।

All Right Reserved By

Model This Week

Model This Week

ମେଟ୍ରୋ |

ଅନୁମୋଦିତ ହେଲା ପୁରୀ ପୌର ବଜେଟ

ଅନୁମୋଦିତ ହେଲା ପୁରୀ ପୌର ବଜେଟ

ପୁରୀ ଅଫିସ,୨୫।୪: ପୁରୀ ପୌର ସଂସ୍ଥାର ସ୍ବତନ୍ତ୍ର କାଉନସିଲ୍‌ ବୈଠକ ନଗରପାଳ ଜୟନ୍ତ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୨୦୧୮-୧୯ ଆର୍ଥିକ ବର୍ଷର ବଜେଟକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ବଜେଟକୁ ଅନୁମୋଦନ କରାଯାଇଛି। ଚଳିତ ଆର୍ଥିକ ବର୍ଷର ୭୫ କୋଟି ୩୧ଲକ୍ଷ ୯ହଜାର ୬୬୦ଟଙ୍କାର ସମତୁଲ ବଜେଟ ଅନୁମୋଦିତ ହୋଇଛି।

୨୦୦୮ ପରଠାରୁ ନୂଆ ଚିନିକଳ ସ୍ଥାପିତ ହୋଇନାହିଁ

୨୦୦୮ ପରଠାରୁ ନୂଆ ଚିନିକଳ ସ୍ଥାପିତ ହୋଇନାହିଁ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ୨୦୦୮ ପରଠାରୁ ରାଜ୍ୟରେ ନୂତନ ଚିନିକଳ ସ୍ଥାପନ କରାଯାଇନାହିଁ। ପୂର୍ବରୁ ଥିବା ୮ ଚିନିକଳ ମଧ୍ୟରୁ ୫ଟି ବନ୍ଦ ହୋଇ ପଡ଼ିରହିଛି।

ମହାପ୍ରଭୁଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କଲେ କଂସ

ମହାପ୍ରଭୁଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କଲେ କଂସ

ପୁରୀ ଅଫିସ,୨୫।୪: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ପାତ୍ରପଡାଠାରେ ଅନୁଷ୍ଠିତ ୭ ଦିନିଆ ପୂର୍ବ ଓଡ଼ିଶା ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଲକ୍ଷ୍ମୀଧର ବିଶ୍ୱାଳ ବୁଧବାର ପୁରୀ ଆସି ପବିତ୍ର ମହୋଦଧିରେ ସ୍ନାନ କରି ନିଜ ପାପର ପ୍ରାୟଶ୍ଚିତ୍ତ କରିଛନ୍ତି।

ସଫାରୀ ସେବା ପାଇଁ ୩ୟ ଥର ଟେଣ୍ଡର

ସଫାରୀ ସେବା ପାଇଁ ୩ୟ ଥର ଟେଣ୍ଡର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଚଳିତ ଥିବା ପ୍ରାଣୀ ଉଦ୍ୟାନ ସଫାରୀ ସେବା ଲାଗି ପୂର୍ବରୁ ୨ ଥର ଟେଣ୍ଡର ଆହ୍ବାନ କରାଯାଥିଲା। ପ୍ରତ୍ୟେକ ଟେଣ୍ଡରରେ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ରାଜସ୍ବ ପାଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ କେହି ରାଜିନାମାରେ ସ୍ବାକ୍ଷର କରିନାହାନ୍ତି।

ଜଙ୍ଗଲ ବିଭାଗରେ ୪୩୩ ପଦବୀ ଖାଲି

ଜଙ୍ଗଲ ବିଭାଗରେ ୪୩୩ ପଦବୀ ଖାଲି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ ଭାରତୀୟ ବନ ସେବା ଏବଂ ଓଡ଼ିଶା ବନ ସେବା ବିଭାଗରେ ୪୩୩ ପଦବୀ ଖାଲି ପଡ଼ିଛି। ଜଙ୍ଗଲ ବିଭାଗର ୧୬ ଅଫିସରଙ୍କୁ ଅନ୍ୟ ବିଭାଗ ଦାୟିତ୍ୱ ଦିଆଯାଇଥିବା ବେଳେ ୯ ଜଣ ଅଧିକାରୀ କେନ୍ଦ୍ରୀୟ ଡେପୁଟେଶନ୍‌ରେ ଯାଇଛନ୍ତି।

ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟ

ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟ

ନିରାକାରପୁର,୨୫।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗି ବ୍ଲକ ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ପଞ୍ଚାୟତ ସରପାରି ଟାଙ୍ଗି ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି।

ସିଟିବସ୍‌ରେ ଯୁବତୀଙ୍କୁ ଅସଦାଚରଣ, ଭିଡିଓ ଭାଇରାଲ

ସିଟିବସ୍‌ରେ ଯୁବତୀଙ୍କୁ ଅସଦାଚରଣ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜଧାନୀରେ ଗଡୁଥିବା ସିଟିବସରେ ଯାତ୍ରା କରିବା ଯୁବତୀଙ୍କ ପ୍ରତି ଅସୁରକ୍ଷିତ ହୋଇପଡିଛି। ସେମାନଙ୍କୁ ବିଭିନ୍ନ ସମୟରେ ଅସଦାଚରଣର ଶିକାର ହେବାକୁ ପଡୁଛି। ଏପରି ଏକ ଘଟଣା ବୁଧବାର କଳିଙ୍ଗ ହସ୍ପିଟାଲ ଛକରେ ଘଟିଥିବା ଜଣାପଡିଛି।

ଝାରପଡା ଜେଲ୍‌ରୁ ମୁକୁଳିଲେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ

ଝାରପଡା ଜେଲ୍‌ରୁ ମୁକୁଳିଲେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ୨୦୦୮ରୁ ବିଭିନ୍ନ ମାମଲାରେ ଛନ୍ଦି ହୋଇ ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ବୁଧବାର ଝାରପଡ଼ା ଜେଲରୁ ବାହାରିଛନ୍ତି। ଗତ ୨୦ ତାରିଖରେ ଜ୍ୟୋତି ମୋଟର୍ସ କର୍ମଚାରୀ ଅପହରଣ ମାମଲାରେ ରାଜାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା।

ଖୋର୍ଦ୍ଧା ମ୍ୟୁନିସିପାଲିଟି କାର୍ଯ୍ୟାଳୟ ସମ୍ମୁଖରେ ଭାଜପାର ବିକ୍ଷୋଭ

ଖୋର୍ଦ୍ଧା ମ୍ୟୁନିସିପାଲିଟି କାର୍ଯ୍ୟାଳୟ ସମ୍ମୁଖରେ ଭାଜପାର ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୨୫।୪: ଭାଜପା ପକ୍ଷରୁ ଖୋର୍ଦ୍ଧା ମ୍ୟୁନିସିପାଲିଟି ସମ୍ମୁଖରେ ଲଟ୍‌କା ଜାରି କାର୍ଯ୍ୟକ୍ରମ ମାଧ୍ୟମରେ ବୁଧବାର ବିକ୍ଷୋଭ କରାଯାଉଛି। ମ୍ୟୁନିସିପାଲିଟିରେ ହେଉଥିବା ବ୍ୟାପକ ଦୁର୍ନୀତି ଓ ସହରବାସୀଙ୍କୁ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦେବାରେ ଶାସକ ଦଳ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଦର୍ଶାଇ ଏହି ବିକ୍ଷୋଭ କରାଯାଇଛି।

ଭିଜିଲାନ୍ସ ଜାଲରେ ବାଲିକୁଦା ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ବାଲିକୁଦା ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ

କଟକ ଅଫିସ, ୨୫।୪: ଜଗତ୍‌ସିଂହପୁର ଜିଲା ବାଲିକୁଦା ପୂର୍ତ୍ତ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ରମେଶ ଚନ୍ଦ୍ର ମିଶ୍ରଙ୍କ ଘରେ ବୁଧବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।

ଟ୍ରକ୍‌କୁ ଧକ୍କାଦେଲା ବସ୍‌: ଜଣେ ମୃତ, ୮ ଆହତ

ଟ୍ରକ୍‌କୁ ଧକ୍କାଦେଲା ବସ୍‌: ଜଣେ ମୃତ, ୮ ଆହତ

ଚୌଦ୍ୱାର,୨୫।୪(ଡି.ଏନ୍‌.ଏ.): ୫୫ ନମ୍ବର ଜାତୀୟ ରାଜପଥର ଯୋର ନିକଟ ପଖାଳ ଢାବାଠାରେ ବୁଧବାର ଭୋର ୫ଟା ସମୟରେ ବିଜୟ ନାମକ ଯାତ୍ରୀବାହୀ ବସ୍‌ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଛି।

ଉଦ୍‌ବେଗ ପ୍ରକାଶ କଲେ ଓଏଚ୍‌ଆରସି:ତଦନ୍ତ କରି ସମସ୍ୟାର ସମାଧାନ ପାଇଁ ବ୍ୟକ୍ତିଗତ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୪(ବ୍ୟୁରୋ)- ଗତ ୭ତାରିଖରୁ କେନ୍ଦ୍ରାଞ୍ଚଳ ଆରଡିସି ଡି. ଭି. ସ୍ବାମୀ ଛୁଟିରେ ଅଛନ୍ତି। ହେଲେ ତାଙ୍କର ଏହି ଛୁଟି ଏବେ ଏସ୍‌ସିବିରେ ଚିକିତ୍ସିତ ହେଉଥିବା ୯ଜଣ ଗୁରୁତର ରୋଗୀଙ୍କ ପାଇଁ କାଳସାବ୍ୟସ୍ତ ହୋଇଛି। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଓଏଚ୍‌ଆରସି(ରାଜ୍ୟ ମାନବାଧିକାର କମିଶନ)ଙ୍କ ନିକଟରେ ସାମାଜିକ କର୍ମୀ ପ୍ରଦୀପ ନାୟକ ଏକ ପିଟିସନ୍‌ ଦାୟର କରିଥିଲେ। ଏହି ଘଟଣାରେ କମିଶନ୍‌ ଉଦ୍‌ବେଗ ପ୍ରକାଶ କରିଛନ୍ତି। କମିଶନ୍‌ ଘଟଣାର ତଦନ୍ତ ପାଇଁ ତାଙ୍କ ବ୍ୟକ୍ତିଗତ ସଚିବଙ୍କୁ କଟକ ବଡ ମେଡିକାଲକୁ ପଠାଇବା ସହିତ ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।