ଖେଳ |

ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ଜିତିଲା ନ୍ୟୁଜିଲାଣ୍ଡ

ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ଜିତିଲା ନ୍ୟୁଜିଲାଣ୍ଡ
ଓ୍ବେଲିଂଟନ, ୬।୧(ଏପି)- ପାକିସ୍ତାନ ଦଳର କ୍ରମାଗତ ବିଜୟଧାରାକୁ ଘରୋଇ ନ୍ୟୁଜିଲାଣ୍ଡ ରୋକି ଦେଇଛି। ଏଠାରେ ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆକୁ ନ୍ୟୁଜିଲାଣ୍ଡ ଦଳ ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମ ଅନୁଯାୟୀ ୬୧ ରନ୍‌ରେ ଜିତିନେଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭର୍‌ରେ ୭ ଉଇକେଟ୍‌ ହରାଇ ୩୧୫ ରନ୍‌ କରିଥିଲା। ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ ଦଳ ପାଇଁ ସର୍ବାଧିକ ୧୧୫ ରନ୍‌ର ଇନିଂସ୍‌ ଖେଳିଥିଲେ। ତାଙ୍କ ଇନିଂସ୍‌ରେ ଥିଲା ୮ଟି ଚୌକା ଓ ଗୋଟିଏ ଛକା। ଏହା ଥିଲା ତାଙ୍କ କ୍ୟାରିୟରର ୧୦ମ ଦିନିକିଆ ଶତକ। ଦଳର ଅନ୍ୟ ଖେଳାଳିଙ୍କ ମଧ୍ୟରେ କଲିନ୍‌ ମୁନ୍‌ରୋ ୫୮, ହେନରୀ ନିକୋଲାସ ୫୦ ଓ ମାର୍ଟିନ ଗୁପଟିଲ ୪୮ ରନ୍‌ କରିଥିଲେ। ଭ୍ରମଣକାରୀ ଦଳ ପକ୍ଷରୁ ହାସନ ଅଲି ୩ଟି ଉଇକେଟ୍‌ ନେଇଥିବାବେଳେ ମହମ୍ମଦ ଆମିର, ରୁମାନ ରଇସ, ଫହିମ ଆଶ୍ରଫ ଓ ଫକର ଜାମନ ଗୋଟିଏ ଲେଖାଏ ଉଇକେଟ ନେବାକୁ ସକ୍ଷମ ହୋଇଥିଲେ। ଜବାବରେ ଜାମନଙ୍କ ଅପରାଜିତ ୮୨ (୫ଟି ଚୌକା ଓ ୪ଟି ଛକା) ରନ୍‌ର ଇନିଂସ୍‌ ସତ୍ତ୍ୱେ ୩୦.୧ ଓଭର୍‌ ସୁଦ୍ଧା ପାକିସ୍ତାନ ଦଳ ୬ ଉଇକେଟ୍‌ ବିନିମୟରେ ୧୬୬ ରନ୍‌ କରିଥିଲା। ପରେ ବର୍ଷା ବାଧକ ସାଜିବା କାରଣରୁ ଖେଳ ଆଉ ସମ୍ଭବ ହୋଇ ନ ଥିଲା। ଏଣୁ ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମ ଅନୁଯାୟୀ ନ୍ୟୁଜିଲାଣ୍ଡକୁ ବିଜୟୀ ଘୋଷିତ କରାଯାଇଥିଲା। ପାକିସ୍ତାନ ପାଇଁ ଶାଦବ ଖାନ ୨୮ ଓ ଫହିମ ଆଶ୍ରଫ ୧୭ ରନ୍‌ କରି ଅପରାଜିତ ରହିଥିଲେ। ବିଜୟୀ ଦଳ ପକ୍ଷରୁ ଟିମ୍‌ ସୌଦି ୩ଟି ଓ ଟ୍ରେଣ୍ଟ ବୋଲ୍ଟ ୨ଟି ଉଇକେଟ୍‌ ନେଇଥିଲେ। ମ୍ୟାଚ୍‌ରେ ଶତକ ଅର୍ଜନ କରିଥିତ୍ବା ଓ୍ବିଲିୟମସନଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଭାବେ ବିବେଚିତ କରାଯାଇଥିଲା। ଏହି ବିଜୟ ଯୋଗୁ ନ୍ୟୁଜିଲାଣ୍ଡ ପାଞ୍ଚଟିକିଆ ଦିନିକିଆ ସିରିଜ୍‌ରେ ୧-୦ ବ୍ୟବଧାନରେ ଅଗୁଆ ହୋଇଛି। ଅପରପକ୍ଷେ କ୍ରମାଗତ ୯ଟି ଦିନିକିଆ ଜିତିବା ପରେ ପାକିସ୍ତାନ ପ୍ରଥମ ପରାଜୟ ସ୍ବାଦ ଚାଖିଛି।
All Right Reserved By

ଖେଳ |

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ମୁମ୍ବାଇ,୨୨।୧(ପି.ଟି.)- ନିକଟରେ ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପ୍ରଥମ ଥର ଟେଷ୍ଟ ଓ ଦିନିକିଆ ସିରିଜ୍‌ ଜିତି ରେକର୍ଡ କରିଛି। ଏଥିନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ଚୟନ କମିଟି ସଦସ୍ୟଙ୍କୁ ପୁରସ୍କୃତ କରିବା ଲାଗି ନିଷ୍ପତ୍ତି ନେଇଛି। 

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ଦୁବାଇ,୨୨।୧(ପି.ଟି.)- ଭାରତର ଉଦୀୟମାନ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ନାମ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ପରିଷଦ (ଆଇସିସି) ପକ୍ଷରୁ ଏମିର୍ଜିଂ ପ୍ଲେୟର ଅଫ୍‌ ଇୟର ପୁରସ୍କାର ଲାଗି ଘୋଷଣା କରାଯାଇଛି। 

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

କରାଚୀ,୨୨।୧- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସମସ୍ତ ରେକର୍ଡକୁ ବିରାଟ କୋହଲି ଭାଙ୍ଗି ଦେବେ। ଏଭଳି ମନ୍ତବ୍ୟ ଦେଇଛନ୍ତି ପାକିସ୍ତାନ ପୂର୍ବତନ ବ୍ୟାଟ୍ସମ୍ୟାନ ଜାହିର ଆବାସ। 

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଭଦୋଦରା, ୨୨।୧- ମୃତ୍ୟୁ ସହ ସଂଘର୍ଷ କରୁଥିବା ପୂର୍ବତନ କ୍ରିକେଟର ଜ୍ୟାକବ ମାର୍ଟିନଙ୍କୁ ଆର୍ଥିକ ସହାୟତା କରିବା ଲାଗି ବହୁ  ବର୍ତ୍ତମାନ ଓ ପୂର୍ବତନ ଭାରତୀୟ କ୍ରିକେଟର ହାତ ବଢ଼ାଇଛନ୍ତି। 

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

ଖେଳରେ ପ୍ରତିଦିନ ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି ହେଉଥିବାର ନଜିର ରହିଛି। କିନ୍ତୁ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ରହିଛି ଯାହା ଆଜି ବି କାଏମ ରହିଛି। ସେମିତି କିଛି ରେକର୍ଡ ସମ୍ପର୍କରେ....

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ବିଶ୍ୱର ସର୍ବକାଳୀନ ଶ୍ରେଷ୍ଠ ହେକି ଖଳାଳି ଭାବେ ମେଜର ଧ୍ୟାନ ଚାନ୍ଦ ଜଣାଶୁଣା। ଏହି କିମ୍ବଦନ୍ତୀ ଭାରତୀୟ ଖେଳାଳିଙ୍କୁ କେବଳ ଭାରତରେ ନୁହେଁ ବିଶ୍ୱର ବିଭିନ୍ନ ପ୍ରାନ୍ତରରେ ହକି ଗୁରୁ ଭାବେ ଗ୍ରହଣ କରାଯାଏ।

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଦୁବାଇ,୨୨।୧(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଆଇସିସି ବାର୍ଷିକ ପୁରସ୍କାରରେ କ୍ଲିନ ସୁଇପ୍‌ କରିଛନ୍ତି।

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଦୁବାଇ,୨୨।୧(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୨୦୧୮ ବର୍ଷର ଶ୍ରେଷ୍ଠ ଦିନିକିଆ ଓ ଟେଷ୍ଟ ଦଳ ଘୋଷଣା କରାଯାଇଛି। ଭାରତୀୟ ବ୍ୟାଟିଂ ବିଭାଗର ମେରୁଦଣ୍ଡ ବିରାଟ କୋହଲିଙ୍କୁ ଉଭୟ ଦଳର ଅଧିନାୟକ ଭାବେ ଚୟନ କରାଯାଇଛି।  

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ମେଲବୋର୍ନ,୨୨।୧- କିମ୍ବଦନ୍ତୀ ପୁରୁଷ ସିଙ୍ଗଲ୍ସ ଖେଳାଳି ରୋଜର ଫେଡରର ଆଗାମୀ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଖେଳିବେ।

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଆଫ୍ରିକା ମହାଦେଶର ଉଚ୍ଚତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି/୧୯,୩୪୦ ଫୁଟ) ଆରୋହଣ କରିବେ ଓଡ଼ିଶାର ଦୁଇ ପର୍ବତାରୋହି ପ୍ରତିଭା କୁଶ ଆର୍ଲବ ଓ ଲିପିକା ସେଠ୍‌। ଏହି ଅଭିଯାନରେ କୋରାପୁଟ ଜିଲାର କୁଶ ଓ ବରଗଡ଼ର ଲିପିକା ସୋମବାର ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛନ୍ତି। କୁଶ ଓ ଲିପିକାଙ୍କୁ ବିଦାୟ ଜଣାଇବା ପାଇଁ ଏଠାରେ ଏକ ଫ୍ଲାଗ୍‌ ଅଫ୍‌ ସେରିମନି ଆୟୋଜନ ହୋଇଥିଲା। 

ହକି ସିରିଜ ଫାଇନାଲ୍ସରେ ଭାରତ:  ଭୁବନେଶ୍ୱରରେ ପୁରୁଷ, ହିରୋସିମାରେ ମହିଳା ଦଳ ଖେଳିବ

ହକି ସିରିଜ ଫାଇନାଲ୍ସରେ ଭାରତ: ଭୁବନେଶ୍ୱରରେ ପୁରୁଷ, ହିରୋସିମାରେ ମହିଳା ଦଳ ଖେଳିବ

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଗତବର୍ଷ ହକି ବିଶ୍ୱକପ କଳିଙ୍ଗ ଷ୍ଟାଡିୟମରେ ସଫଳତାର ସହ ସମ୍ପନ୍ନ ହୋଇଥିବାବେଳେ ଚଳିତ ବର୍ଷ ଏଠାରେ ଅନୁଷ୍ଠିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫଆଇଏଚ୍‌) ସିରିଜ ଫାଇନାଲ୍ସ। ୨୦୧୯ରେ ହକି ସିରିଜ ଫାଇନାଲ୍ସର ମୋଟ ୩ଟି ଚରଣ ଅନୁଷ୍ଠିତ ହେବ। ପୁରୁଷ ବିଭାଗର ଦ୍ୱିତୀୟ ଚରଣ ଜୁନ ୬ରୁ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଖେଳାଯିବ। 

ଖେଳାଳିଙ୍କୁ ମୁଣ୍ଡନ ପାଇଁ କହିବା:  ତିନି ଜଣିଆ କମିଟି ତଦନ୍ତ କରିବ

ଖେଳାଳିଙ୍କୁ ମୁଣ୍ଡନ ପାଇଁ କହିବା: ତିନି ଜଣିଆ କମିଟି ତଦନ୍ତ କରିବ

କୋଲକାତା, ୨୨ା୧ (ପି.ଟି.)-ଏକ ମ୍ୟାଚ ହାରିବା ପରେ ରାଜ୍ୟ ୧୯ ବର୍ଷରୁ କମ୍‌ ଖେଳାଳିଙ୍କୁ ମୁଣ୍ଡନ ପାଇଁ କୁହାଯାଇଥିବା ଘଟଣାର ତଦନ୍ତ ପାଇଁ ଏକ ୩ ଜଣିଆ କମିଟି ଗଠନ କରାଯିବ। ବେଙ୍ଗଲ ହକି ଆସୋସିଏଶନ (ବିଏଚ୍‌ଏ) ସମ୍ପାଦକ ସପନ ବାନାର୍ଜୀ ସୋମବାର ସୂଚନା ଦେଇଛନ୍ତି।