ଖେଳ |

ସିଏସ୍‌କେ ବ୍ୟାଟିଂ କୋଚ୍‌ ପଦରେ ହସି

ସିଏସ୍‌କେ ବ୍ୟାଟିଂ କୋଚ୍‌ ପଦରେ ହସି
ନୂଆଦିଲ୍ଲୀ, ୬।୧- ଦୁଇ ବର୍ଷ ବାସନ୍ଦ ହେବା ପରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ଚେନ୍ନାଇ ସୁପର କିଙ୍ଗ୍‌ସ (ସିଏସ୍‌କେ) ଫେରିବା ସହ କେତେକ ପୂର୍ବତନ ଷ୍ଟାର ମଧ୍ୟ ଫେରିଛନ୍ତି। ପୂର୍ବରୁ ଚେନ୍ନାଇ ଦଳର ନିୟମିତ ସଦସ୍ୟ ତଥା ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାଇକେଲ ହସିଙ୍କୁ ସିଏସ୍‌କେ ଦଳର ବ୍ୟାଟିଂ କୋଚ୍‌ ପଦରେ ନିଯୁକ୍ତ କରାଯାଇଛି। ଏ ନେଇ ସିଏସ୍‌କେ ଫ୍ରାଞ୍ଚାଇଜ୍‌ ପକ୍ଷରୁ ଶନିବାର ଟୁଇଟର ଜରିଆରେ ସୂଚନା ଦିଆଯାଇଛି। ଆଇପିଏଲ୍‌ର ୨୦୧୧ ସଂସ୍କରଣରେ ହସିଙ୍କ ପ୍ରତିନିଧିତ୍ୱରେ ସିଏସ୍‌କେ ଆଇପିଏଲ୍‌ ଚାମ୍ପିୟନ୍‌ ହୋଇଥିଲା। ସେ ୨୦୧୩ ସିଜନ ପର୍ଯ୍ୟନ୍ତ ସିଏସ୍‌କେ ଦଳର ଅଂଶ ଥିଲେ।
All Right Reserved By

ଖେଳ |

ରାଜନୀତିରେ ଯୋଗଦେବେ ନାହିଁ ଗମ୍ଭୀର

ରାଜନୀତିରେ ଯୋଗଦେବେ ନାହିଁ ଗମ୍ଭୀର

ନୂଆଦିଲ୍ଲୀ,୧୦।୧୨- ନିକଟରେ କ୍ରିକେଟରୁ ଅବସର ନେଇଥିବା ଗୌତମ ଗମ୍ଭୀର ରାଜନୀତିରେ ଯୋଗଦେବା ନେଇ ଚାଲିଥିବା ଚର୍ଚ୍ଚାକୁ ପୂର୍ଣ୍ଣଛେଦ ପକାଇଛନ୍ତି। 

ସପ୍ତମ ରାଜ୍ୟସ୍ତରୀୟ ଭଲିବଲ ଚାମ୍ପିୟନସିପ୍‌: ସେଞ୍ଚୁରିୟନ ବିଶ୍ୱ ବିଦ୍ୟାଳୟ ଚାମ୍ପିୟନ

ସପ୍ତମ ରାଜ୍ୟସ୍ତରୀୟ ଭଲିବଲ ଚାମ୍ପିୟନସିପ୍‌: ସେଞ୍ଚୁରିୟନ ବିଶ୍ୱ ବିଦ୍ୟାଳୟ ଚାମ୍ପିୟନ

ବାରିପଦା ଅଫିସ, ୧୦।୧୨- ସପ୍ତମ ରାଜ୍ୟସ୍ତରୀୟ ପୁରୁଷ ଦିବାରାତ୍ର ଭଲିବଲ କ୍ଳବ ଚମ୍ପିୟନସିପର ଫାଇନାଲ ମ୍ୟାଚ ରବିବାର ବିଳମ୍ବିତ ରାତିରେ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ଓ ଖୋର୍ଦ୍ଧା ରେଳବାଇ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ବିଶ୍ୱ ରେକର୍ଡ ସମକକ୍ଷ ପନ୍ତ

ବିଶ୍ୱ ରେକର୍ଡ ସମକକ୍ଷ ପନ୍ତ

ଆଡିଲେଡ୍‌,୧୦।୧୨- ଗୋଟିଏ ଟେଷ୍ଟ ମ୍ୟାଚ୍‌ରେ ସର୍ବାଧିକ ସଂଖ୍ୟକ କ୍ୟାଚ୍‌ ଧରିଥିବା ଭାରତୀୟ ଉଇକେଟକିପର ରିଦ୍ଦିମାନ ଶାହଙ୍କ ରେକର୍ଡ ଭାଙ୍ଗିଛନ୍ତି ଯୁବ ଉଇକେଟକିପର ରିଶଭ ପନ୍ତ। 

ଆଡିଲେଡ୍‌ ଟେଷ୍ଟ ଜିତିଲା ଭାରତ

ଆଡିଲେଡ୍‌ ଟେଷ୍ଟ ଜିତିଲା ଭାରତ

ଆଡିଲେଡ୍‌,୧୦।୧୨-  ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଖେଳାଯାଇଥିବା ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ଭାରତୀୟ ଦଳ ୩୧ ରନ୍‌ରେ ଜିତି ନେଇଛି। 

ହକି ବିଶ୍ୱକପ: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ମୁକାବିଲା

ହକି ବିଶ୍ୱକପ: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ମୁକାବିଲା

ଭୁବନେଶ୍ୱର, ୧୦।୧୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ହକି ବିଶ୍ୱକପ୍‌ର ଚତୁର୍ଦ୍ଦଶ ସଂସ୍କରଣର କ୍ରସ୍‌ ଓଭର ମ୍ୟାଚ୍‌ ସୋମବାରଠାରୁ ଆରମ୍ଭ ହେବ। କ୍ରସ୍‌ ଓଭର ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡ  ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ।

ରଣଜୀ ଟ୍ରଫି: ଝାଡ଼ଖଣ୍ଡଠାରୁ ୨ ରନରେ ହାରିଲା ଓଡ଼ିଶା

ରଣଜୀ ଟ୍ରଫି: ଝାଡ଼ଖଣ୍ଡଠାରୁ ୨ ରନରେ ହାରିଲା ଓଡ଼ିଶା

କଟକ ଅଫିସ, ୧୦।୧୨- ରାଞ୍ଚିସ୍ଥିତ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ରଣଜୀ ଟ୍ରଫି ଏଲିଟ ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ଓଡ଼ିଶା ସଂଘର୍ଷକରି ଘରୋଇ ଝାଡ଼ଖଣ୍ଡଠାରୁ ମାତ୍ର ୨ ରନ୍‌ରେ ପରାସ୍ତ ହୋଇଛି। 

ଫ୍ରାନ୍ସ- ଚାଇନା କ୍ରସ ଓଭର ମୁକାବିଲା

ଫ୍ରାନ୍ସ- ଚାଇନା କ୍ରସ ଓଭର ମୁକାବିଲା

ଭୁବନେଶ୍ୱର, ୧୦।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ବିଶ୍ୱକପ୍‌ରେ କ୍ରସ ଓଭର ପର୍ଯ୍ୟାୟର ଦ୍ୱିତୀୟ ମୁକାବିଲାରେ ଫ୍ରାନ୍ସ ଓ ଚାଇନା ପରସ୍ପରକୁ ଭେଟିବେ। ଫ୍ରାନ୍ସ ପୁଲ୍‌ ଏ’ର ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଚାଇନା ପୁଲ୍‌ ବି’ର ତୃତୀୟ ସ୍ଥାନ ଅଧିକାର କରିଛି। 

କାନାଡ଼ା ଖେଳାଳି କିର୍କପାଟ୍ରିକଙ୍କୁ ତାଗିଦ୍‌

କାନାଡ଼ା ଖେଳାଳି କିର୍କପାଟ୍ରିକଙ୍କୁ ତାଗିଦ୍‌

ଭୁବନେଶ୍ୱର, ୧୦।୧୨ (ସ୍ପୋଟର୍‌ସ ବ୍ୟୁରୋ)-ଶନିବାର ଖେଳାଯାଇଥିବା ଭାରତ ବିପକ୍ଷ ମ୍ୟାଚ୍‌ରେ ଆଚରଣବିଧି ଉଲ୍ଲଂଘନ କରିଥିବାରୁ କାନାଡ଼ା ଖେଳାଳି ଜେମ୍ସ କିର୍କପାଟ୍ରିକ୍‌ ତାଗିଦ୍‌ର ସମ୍ମୁଖୀନ ହୋଇଛନ୍ତି। 

ବିସି ରାୟ ଟ୍ରଫି ଫୁଟବଲ: ମିଜୋରାମ ଚାମ୍ପିୟନ

ବିସି ରାୟ ଟ୍ରଫି ଫୁଟବଲ: ମିଜୋରାମ ଚାମ୍ପିୟନ

ଭୁବନେଶ୍ୱର, ୧୦।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଜୁନିୟର ବାଳକ ଫୁଟବଲ ପ୍ରତିଯୋଗିତା ତଥା ଡ. ବି.ସି. ରାୟ (ଟାଇର-୧) ଟ୍ରଫି ଟୁର୍ନାମେଣ୍ଟରେ ମିଜୋରାମ ଟାଇଟଲ ହାସଲ କରିଛି। 

ଲିଗ୍‌ ଶେଷ, ଆଜିଠାରୁ କ୍ରସ୍‌ ଓଭର

ଲିଗ୍‌ ଶେଷ, ଆଜିଠାରୁ କ୍ରସ୍‌ ଓଭର

ଭୁବନେଶ୍ୱର, ୧୦।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ ୧୪ତମ ସଂସ୍କରଣର ଲିଗ୍‌ ପର୍ଯ୍ୟାୟ ରବିବାର ଶେଷ ହୋଇଛି। ପ୍ରତିଯୋଗିତାର କ୍ରସ୍‌ ଓଭର ମ୍ୟାଚ ସୋମବାରଠାରୁ ଆରମ୍ଭ ହେବ। 

ହକି ବିଶ୍ୱକପ୍‌:   ଭାରତ ସେମିଫାଇନାଲ ପ୍ରବେଶ ଦକ୍ଷତା ରଖିଛି:ଓଲ୍ଟମାନ୍ସ

ହକି ବିଶ୍ୱକପ୍‌: ଭାରତ ସେମିଫାଇନାଲ ପ୍ରବେଶ ଦକ୍ଷତା ରଖିଛି:ଓଲ୍ଟମାନ୍ସ

ଭୁବନେଶ୍ୱର, ୧୦-୧୨(କ୍ରୀଡ଼ା ପ୍ରତିନିଧି)- ଚଳିତ ହକି ବିଶ୍ୱକପରେ ଭାରତ ଭଲ ଖେଳୁଛି। ଲିଗ୍‌ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକା ଓ କାନାଡ଼ାକୁ ହରାଇଥିବାବେଳେ ବେଲଜିୟମ ସହିତ ମ୍ୟାଚ ଡ୍ର ରଖିଛି। 

ବାଂଲାଦେଶକୁ ସହଜ ବିଜୟ ଦେଲେ ମୁସ୍‌ଫିକର

ବାଂଲାଦେଶକୁ ସହଜ ବିଜୟ ଦେଲେ ମୁସ୍‌ଫିକର

ଢାକା, ୧୦ା୧୨ (ଏଏଫ୍‌ପି)-ଉଇକେଟକିପର ମୁସ୍‌ଫିକର ରହିମଙ୍କ ଅପରାଜିତ ୫୫ ରନ ସହାୟତାରେ ବାଂଲାଦେଶ ଏଠାରେ ରବିବାର ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୫ ଉଇକେଟରେ ପରାସ୍ତ କରିଛି।