ଖେଳ |

ମାର୍ଶ ଭ୍ରାତୃଦ୍ୱୟଙ୍କ ଶତକ: ଇଂଲଣ୍ଡର ବିପର୍ଯ୍ୟୟ

ମାର୍ଶ ଭ୍ରାତୃଦ୍ୱୟଙ୍କ ଶତକ:  ଇଂଲଣ୍ଡର ବିପର୍ଯ୍ୟୟ
ସିଡନୀ,୮ା୧(ପି.ଟି.)- ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍‌ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚରେ ଭ୍ରମଣକାରୀ ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ଶିକାର ହୋଇ ବିପଦରେ ପଡିଛି। ଇଂଲଣ୍ଡ ପ୍ରଥମ ଇନିଂସରେ ୩୪୬ ରନ କରି ଅଲଆଉଟ ହେବା ପରେ ଅଷ୍ଟ୍ରେଲିଆ ଦମ୍‌ଦାର ପ୍ରଦର୍ଶନ କରିଥିଲା। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ଉସ୍‌ମାନ ଖ୍ବାଜା, ଦୁଇ ମାର୍ଶ ବ୍ରଦର୍ସ ମିଚେଲ (୧୦୧ ରନ) ଓ ଶନ୍‌ (୧୫୬)ଙ୍କ ଶତକ ସହାୟତାରେ ୧୯୩ ଓଭରରେ ୭ ଉଇକେଟ ହରାଇ ୬୪୯ ରନ କରି ଇନିଂସ ଘୋଷଣା କରିଥିଲା। ଫଳରେ ଅଷ୍ଟ୍ରେଲିଆ ୩୦୩ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ୪୬ ଓଭରରେ ୪ ଉଇକେଟ ହରାଇ ୯୩ ରନ ସଂଗ୍ରହ କରିଛି। ଫଳରେ ମ୍ୟାଚ ଆଉ ଗୋଟିଏ ଦିନ ବାକି ଥିବା ବେଳେ ଇଂଲଣ୍ଡ ଇନିଂସ ପରାଜୟ ଏଡାଇବା ପାଇଁ ୬ ଉଇକେଟ ବାକି ଥାଇ ଆହୁରି ୨୧୦ ରନ ଅବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଅଧିନାୟକ ଜୋ ରୁଟ ୪୨ ଓ ଉଇକେଟ କିପର ବ୍ୟାଟ୍ମମ୍ୟାନ ଜନି ବେୟାରଷ୍ଟୋ ୧୭ ରନ କରି ଅପରାଜିତ ରହିଛନ୍ତି।
All Right Reserved By

ଖେଳ |

ହକି ବିଶ୍ୱକପ କ୍ବାର୍ଟର ଫାଇନାଲ:  ଭାରତର ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ

ହକି ବିଶ୍ୱକପ କ୍ବାର୍ଟର ଫାଇନାଲ: ଭାରତର ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ

ଭୁବନେଶ୍ୱର, ୧୧।୧୨(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପର କ୍ବାର୍ଟର ଫାଇନାଲରେ ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ମୁକାବିଲା ହେବ। ପୁଲ୍‌ ‘ସି’ର ଶୀର୍ଷ ଦଳଭାବେ ଭାରତ ସିଧାସଳଖ କ୍ବାର୍ଟର ଫାଇନାଲରେ ପ୍ରବେଶ କରିଥିବାବେଳେ ମଙ୍ଗଳବାର ଅନୁଷ୍ଠିତ ଅନ୍ତିମ କ୍ରସ୍‌ ଓଭର ମ୍ୟାଚରେ ନେଦରଲାଣ୍ଡ୍ସ ୫-୦ ଗୋଲରେ କାନାଡ଼ାକୁ ହରାଇ କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛି। ଫଳରେ କାନାଡ଼ାର ଅଭିଯାନ ଶେଷ ହୋଇଛି। କ୍ରସ୍‌ ଓଭର ମ୍ୟାଚ ଶେଷ ହେବାପରେ ପ୍ରତିଯୋଗିତାର କ୍ବାର୍ଟର ଫାଇନାଲ ଲାଇନ୍‌ଅପ୍‌ ହୋଇ ଯାଇଛି। ଡିସେମ୍ବର ୧୨ରେ ଆର୍ଜେଣ୍ଟିନା-ଇଂଲଣ୍ଡ ପ୍ରଥମ, ଅଷ୍ଟ୍ରେଲିଆ-ଫ୍ରାନ୍ସ ଦ୍ୱିତୀୟ ଏବଂ ଡିସେମ୍ବର ୧୩ରେ ଭାରତ-ନେଦରଲାଣ୍ଡ୍ସ ତୃତୀୟ ଓ ଜର୍ମାନୀ-ବେଲଜିୟମ ମଧ୍ୟରେ ୪ର୍ଥ କ୍ବାର୍ଟର ଫାଇନାଲ ଅନୁଷ୍ଠିତ ହେବ।

ହକି ବିଶ୍ୱକପ୍‌ କ୍ରସ୍‌ଓଭର: ପାକିସ୍ତାନର ବିଦାୟ, ବେଲଜିୟମ-ଜର୍ମାନୀ କ୍ବାର୍ଟର ଫାଇନାଲ

ହକି ବିଶ୍ୱକପ୍‌ କ୍ରସ୍‌ଓଭର: ପାକିସ୍ତାନର ବିଦାୟ, ବେଲଜିୟମ-ଜର୍ମାନୀ କ୍ବାର୍ଟର ଫାଇନାଲ

ଭୁବନେଶ୍ୱର, ୧୧।୧୨(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ର ମଙ୍ଗଳବାର ଅନୁଷ୍ଠିତ କ୍ରସ୍‌ ଓଭର ମ୍ୟାଚରେ ବେଲଜିୟମ ୫-୦ଗୋଲରେ ପାକିସ୍ତାନକୁ ପରାସ୍ତ କରିଛି। ଫଳରେ ପାକିସ୍ତାନର ଅଭିଯାନ ଏହିଠାରୁ ଶେଷ ହୋଇଛି ଏବଂ ବେଲଜିୟମ କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛି। ଡିସେମ୍ବର ୧୩ରେ ବେଲଜିୟମ ଓ ଜର୍ମାନୀ ମଧ୍ୟରେ କ୍ବାର୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ପୁଲ୍‌‘ଡି’ରେ ଶୀର୍ଷସ୍ଥାନରେ ରହିଥିବାରୁ ଜର୍ମାନୀ ସିଧାସଳଖ କ୍ବାର୍ଟର ଫାଇନାଲ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଥିଲା। ପାକିସ୍ତାନ ଗୋଟିଏ ହେଲେ ମ୍ୟାଚ ଜିତି ନ ପାରି ପ୍ରତିଯୋଗିତାରୁ ବିଦାୟ ନେଇଛି। ପୁଲ୍‌ ପର୍ଯ୍ୟାୟରେ ଦଳ ୩ଟି ମ୍ୟାଚ ଖେଳିଥିବାବେଳେ ୨ଟିରେ ପରାଜିତ ହୋଇଥିଲା ଏବଂ ଗୋଟିଏ ମ୍ୟାଚ ଡ୍ର ରଖିବାକୁ ସକ୍ଷମ ହୋଇଥିଲା।

ବିଜୁ ଯୁବ ବାହିନୀ କ୍ରିକେଟ : ବାନିପାଲି ଚାମ୍ପିୟନ

ବିଜୁ ଯୁବ ବାହିନୀ କ୍ରିକେଟ : ବାନିପାଲି ଚାମ୍ପିୟନ

ଲୋଇସିଂହା,୧୧।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବିଜୁ ଯୁବବାହିନୀ ପକ୍ଷରୁ ଲୋଇସିଂହା କଲେଜ ଖେଳ ପଡିଆରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟ  ଉଦ୍‌ଯାପିତ ହୋଇଯାଇଛି ।  ବିଜୁ ଯୁବ ବାହିନୀ ପକ୍ଷରୁ  ବ୍ଲକର ୨ ଗୋଟି ପଞ୍ଚାୟତର ୨୦ଟି କ୍ରିକେଟ ଦଳକୁ ନେଇ ସୋମବାରଠାରୁ ପ୍ରତିଯୋଗୀତା ଆରମ୍ଭ  ହୋଇଥିଲା ।

ତୀରନ୍ଦାଜ ଦୀପିକା-ଅତନୁଙ୍କ ନିର୍ବନ୍ଧ

ତୀରନ୍ଦାଜ ଦୀପିକା-ଅତନୁଙ୍କ ନିର୍ବନ୍ଧ

ରାଞ୍ଚି,୧୧।୧୨(ପି.ଟି.)- ଭାରତୀୟ ଆର୍ଚର ଦୀପିକା କୁମାରୀ ଓ ଅତନୁ ଦାସ ନିର୍ବନ୍ଧ ହୋଇଯାଇଛି। 

ଧୋନୀଙ୍କୁ ସମ୍ମାନିତ କଲେ ପନ୍ତ

ଧୋନୀଙ୍କୁ ସମ୍ମାନିତ କଲେ ପନ୍ତ

ପର୍ଥ,୧୧।୧୨(ପି.ଟି.)- ରେକର୍ଡଧାରୀ ଭାରତୀୟ ଉଇକେଟକିପର ରିଶଭ ପନ୍ତ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କୁ ସମ୍ମାନିତ କରିଛନ୍ତି।

ବିରୁଷ୍କାଙ୍କ ବିବାହ ବାର୍ଷିକୀ

ବିରୁଷ୍କାଙ୍କ ବିବାହ ବାର୍ଷିକୀ

ମୁମ୍ବାଇ,୧୧।୧୨- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିବାହକୁ ମଙ୍ଗଳବାର ଏକ ବର୍ଷ ପୂରିଛି। 

ଭାରତ ଏ’ ଦଳର କ୍ଲିନ ସୁଇପ୍‌

ଭାରତ ଏ’ ଦଳର କ୍ଲିନ ସୁଇପ୍‌

ମାଉଣ୍ଟ ମାଉଙ୍ଗାନୁଇ,୧୧।୧୨- ଏଠାରେ ନ୍ୟୁଜିଲାଣ୍ଡ ଏ’ ବିପକ୍ଷରେ ଖେଳାଯାଇଥିବା ଅନ୍ତିମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ଭାରତ ଏ’ ୭୫ ରନ୍‌ରେ ଜିତି ନେଇଛି। 

ଶ୍ରୀଲଙ୍କା ଅଫ୍‌ ସ୍ପିନର ଦନଞ୍ଜୟ ବାସନ୍ଦ

ଶ୍ରୀଲଙ୍କା ଅଫ୍‌ ସ୍ପିନର ଦନଞ୍ଜୟ ବାସନ୍ଦ

ଦୁବାଇ,୧୧।୧୨- ଶ୍ରୀଲଙ୍କା ଦଳର ଅଫ୍‌ ସ୍ପିନର ଆକିଲା ଦନଞ୍ଜୟଙ୍କୁ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ ଯୋଗୁ ବାସନ୍ଦ କରାଯାଇଛି। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସୋମବାର କୁହାଯାଇଛି। 

ରୁଟ୍‌ଙ୍କୁ ଅତିକ୍ରମ କଲେ ପୂଜାରା

ରୁଟ୍‌ଙ୍କୁ ଅତିକ୍ରମ କଲେ ପୂଜାରା

ଦୁବାଇ,୧୧।୧୨- ଆଡିଲେଡ୍‌ଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଶେଷ ହେବା ପରେ ଆଇସିସି ପକ୍ଷରୁ ଖେଳାଳିଙ୍କ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। 

ବିବିଏଲ୍‌ରେ ସ୍ବତନ୍ତ୍ର ଟସ୍‌  ବ୍ୟବସ୍ଥା

ବିବିଏଲ୍‌ରେ ସ୍ବତନ୍ତ୍ର ଟସ୍‌ ବ୍ୟବସ୍ଥା

ମେଲବୋର୍ନ,୧୧।୧୨- ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ଟୁର୍ନାମେଣ୍ଟ ତଥା ବିଗ୍‌ ବାଶ ଲିଗ୍‌ (ବିବିଏଲ)ର ଆୟୋଜକମାନେ ଏକ କୌତୂହଳପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। 

ରାଜ୍ୟସ୍ତରୀୟ ଥ୍ରୋ ବଲ୍‌  ପ୍ରତିଯୋଗିତା ଉଦ୍‌ଯାପିତ

ରାଜ୍ୟସ୍ତରୀୟ ଥ୍ରୋ ବଲ୍‌ ପ୍ରତିଯୋଗିତା ଉଦ୍‌ଯାପିତ

ଜଟଣୀ,୧୧।୧୨(ଡି.ଏନ୍‌.ଏ): ଜଟଣୀ କୁଦିଆରୀରେ ଆୟୋଜିତ ରାଜ୍ୟସ୍ତରୀୟ ମହିଳାପୁରୁଷ ଥ୍ରୋ ବଲ୍‌ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟ ଓ ଜଟଣୀ ଥ୍ରୋ ବଲ୍‌ ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ୨୦ଟି ଜିଲାରୁ ପୁରୁଷ ଓ ୧୬ଟି ଜିଲାରୁ ମହିଳା ଥ୍ରୋ ବଲ ଦଳ ଅଂଶଗ୍ରହଣ କରିଥିଲେ। 

ସିକେ ନାଇଡୁ ଟ୍ରଫି: ରେଲୱେର ବିଶାଳ ସ୍କୋର : ସହିମ୍‌,ଦିନେଶଙ୍କ ଅପରାଜିତ ଶତକ

ସିକେ ନାଇଡୁ ଟ୍ରଫି: ରେଲୱେର ବିଶାଳ ସ୍କୋର : ସହିମ୍‌,ଦିନେଶଙ୍କ ଅପରାଜିତ ଶତକ

ସମ୍ବଲପୁର, ୧୧।୧୨ (ବ୍ୟୁରୋ)ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଚାଲିଥିବା ୨୩ ବର୍ଷରୁ କମ୍‌ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚର ତୃତୀୟ ଦିବସ ଷ୍ଟମ୍ପ ଅପସାରଣ ବେଳକୁ ଭ୍ରମଣକାରୀ ରେଲୱେ ଦଳ ୩ ଉଇକେଟରେ ୪୦୨ ରନ ସଂଗ୍ରହ କରି ଦୃଢ଼ ସ୍ଥିତିରେ ରହିଛି ।