ଖେଳ |

ଦକ୍ଷିଣ ଆଫ୍ରିକା ଦଳରେ ଅଲିଭର

ଦକ୍ଷିଣ ଆଫ୍ରିକା ଦଳରେ ଅଲିଭର
କେପ୍‌ ଟାଉନ୍‌, ୮ା୧(ପି.ଟି.)-ଜାନୁୟାରୀ ୧୩ରୁ ସେଞ୍ଚୁରିଅନ୍‌ଠାରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ଲାଗି ସୋମବାର ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରାଯାଇଛି। ଏଥିରେ ଦୁଇଜଣ ଫାଷ୍ଟ ବୋଲର ଡୁଆନେ ଅଲିଭର ଓ ଲୁଙ୍ଗି ଏନ୍‌ଗିଡି ସ୍ଥାନ ପାଇଛନ୍ତି। ଡେଲ୍‌ ଷ୍ଟେଇନ ଆଘାତପ୍ରାପ୍ତ ହୋଇଥିବାରୁ ତାଙ୍କ ସ୍ଥାନରେ ବିକଳ୍ପ ସ୍ବରୂପ ଏହି ଖେଳାଳିଙ୍କୁ ନିଆଯାଇଛି। ଅଲିଭର ୨୦୧୬-୧୭ରେ ଟେଷ୍ଟ ପଦାର୍ପଣ କରିଥିଲେ। ସେ ଶ୍ରୀଲଙ୍କା, ଇଂଲଣ୍ଡ ଓ ବାଂଲାଦେଶ ବିପକ୍ଷରେ ୫ ଟେଷ୍ଟ ମ୍ୟାଚ ଖେଳିଥିଲେ। ଅନ୍ୟପକ୍ଷରେ ଏନ୍‌ଗିଡି ଏପର୍ଯ୍ୟନ୍ତ ଟେଷ୍ଟ କିମ୍ବା ଅନ୍ତର୍ଜାତୀୟ ଦିନିକିଆରେ ପଦାର୍ପଣ କରିନାହାନ୍ତି। ସେ କେବଳ ୩ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଭାରତ ବିପକ୍ଷ ପ୍ରଥମ ଟେଷ୍ଟକୁ ଦକ୍ଷିଣ ଆଫ୍ରିକା ୭୨ ରନ୍‌ରେ ଜିତିନେଇଛି। ଦକ୍ଷିଣ ଆଫ୍ରିକା ଦଳ: ଫାଫ୍‌ ଡୁ’ପ୍ଲେସି (ଅଧିନାୟକ), ଡିନ୍‌ ଏଲ୍‌ଗାର, ଏଡେନ ମାରକ୍ରାମ, ହାଶିମ୍‌ ଅମ୍‌ଲା, ଟେମ୍ବା ବାଭୁମା, ଥେନିସ ଡି’ ବ୍ରୁଇନ୍‌, କ୍ୱିଣ୍ଟନ ଡି କକ୍‌ (ଉଇକେଟକିପର), କେଶବ ମହାରାଜ, ମର୍ନେ ମୋର୍କେଲ, କ୍ରିସ୍‌ ମୋରିସ,ଭେର୍ନନ ଫିଲାଣ୍ଡର, କାଗିସୋ ରାବାଡା, ଆଣ୍ଡିଲ୍‌ ଫେଲୁକ୍ୱେଓ, ଡୁଏନ୍‌ ଅଲିଭର, ଲୁଙ୍ଗି ଏନ୍‌ଗିଡି।
All Right Reserved By

ଖେଳ |

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ମୁମ୍ବାଇ,୨୨।୧(ପି.ଟି.)- ନିକଟରେ ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପ୍ରଥମ ଥର ଟେଷ୍ଟ ଓ ଦିନିକିଆ ସିରିଜ୍‌ ଜିତି ରେକର୍ଡ କରିଛି। ଏଥିନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ଚୟନ କମିଟି ସଦସ୍ୟଙ୍କୁ ପୁରସ୍କୃତ କରିବା ଲାଗି ନିଷ୍ପତ୍ତି ନେଇଛି। 

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ଦୁବାଇ,୨୨।୧(ପି.ଟି.)- ଭାରତର ଉଦୀୟମାନ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ନାମ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ପରିଷଦ (ଆଇସିସି) ପକ୍ଷରୁ ଏମିର୍ଜିଂ ପ୍ଲେୟର ଅଫ୍‌ ଇୟର ପୁରସ୍କାର ଲାଗି ଘୋଷଣା କରାଯାଇଛି। 

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

କରାଚୀ,୨୨।୧- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସମସ୍ତ ରେକର୍ଡକୁ ବିରାଟ କୋହଲି ଭାଙ୍ଗି ଦେବେ। ଏଭଳି ମନ୍ତବ୍ୟ ଦେଇଛନ୍ତି ପାକିସ୍ତାନ ପୂର୍ବତନ ବ୍ୟାଟ୍ସମ୍ୟାନ ଜାହିର ଆବାସ। 

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଭଦୋଦରା, ୨୨।୧- ମୃତ୍ୟୁ ସହ ସଂଘର୍ଷ କରୁଥିବା ପୂର୍ବତନ କ୍ରିକେଟର ଜ୍ୟାକବ ମାର୍ଟିନଙ୍କୁ ଆର୍ଥିକ ସହାୟତା କରିବା ଲାଗି ବହୁ  ବର୍ତ୍ତମାନ ଓ ପୂର୍ବତନ ଭାରତୀୟ କ୍ରିକେଟର ହାତ ବଢ଼ାଇଛନ୍ତି। 

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

ଖେଳରେ ପ୍ରତିଦିନ ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି ହେଉଥିବାର ନଜିର ରହିଛି। କିନ୍ତୁ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ରହିଛି ଯାହା ଆଜି ବି କାଏମ ରହିଛି। ସେମିତି କିଛି ରେକର୍ଡ ସମ୍ପର୍କରେ....

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ବିଶ୍ୱର ସର୍ବକାଳୀନ ଶ୍ରେଷ୍ଠ ହେକି ଖଳାଳି ଭାବେ ମେଜର ଧ୍ୟାନ ଚାନ୍ଦ ଜଣାଶୁଣା। ଏହି କିମ୍ବଦନ୍ତୀ ଭାରତୀୟ ଖେଳାଳିଙ୍କୁ କେବଳ ଭାରତରେ ନୁହେଁ ବିଶ୍ୱର ବିଭିନ୍ନ ପ୍ରାନ୍ତରରେ ହକି ଗୁରୁ ଭାବେ ଗ୍ରହଣ କରାଯାଏ।

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଦୁବାଇ,୨୨।୧(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଆଇସିସି ବାର୍ଷିକ ପୁରସ୍କାରରେ କ୍ଲିନ ସୁଇପ୍‌ କରିଛନ୍ତି।

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଦୁବାଇ,୨୨।୧(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୨୦୧୮ ବର୍ଷର ଶ୍ରେଷ୍ଠ ଦିନିକିଆ ଓ ଟେଷ୍ଟ ଦଳ ଘୋଷଣା କରାଯାଇଛି। ଭାରତୀୟ ବ୍ୟାଟିଂ ବିଭାଗର ମେରୁଦଣ୍ଡ ବିରାଟ କୋହଲିଙ୍କୁ ଉଭୟ ଦଳର ଅଧିନାୟକ ଭାବେ ଚୟନ କରାଯାଇଛି।  

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ମେଲବୋର୍ନ,୨୨।୧- କିମ୍ବଦନ୍ତୀ ପୁରୁଷ ସିଙ୍ଗଲ୍ସ ଖେଳାଳି ରୋଜର ଫେଡରର ଆଗାମୀ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଖେଳିବେ।

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଆଫ୍ରିକା ମହାଦେଶର ଉଚ୍ଚତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି/୧୯,୩୪୦ ଫୁଟ) ଆରୋହଣ କରିବେ ଓଡ଼ିଶାର ଦୁଇ ପର୍ବତାରୋହି ପ୍ରତିଭା କୁଶ ଆର୍ଲବ ଓ ଲିପିକା ସେଠ୍‌। ଏହି ଅଭିଯାନରେ କୋରାପୁଟ ଜିଲାର କୁଶ ଓ ବରଗଡ଼ର ଲିପିକା ସୋମବାର ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛନ୍ତି। କୁଶ ଓ ଲିପିକାଙ୍କୁ ବିଦାୟ ଜଣାଇବା ପାଇଁ ଏଠାରେ ଏକ ଫ୍ଲାଗ୍‌ ଅଫ୍‌ ସେରିମନି ଆୟୋଜନ ହୋଇଥିଲା। 

ହକି ସିରିଜ ଫାଇନାଲ୍ସରେ ଭାରତ:  ଭୁବନେଶ୍ୱରରେ ପୁରୁଷ, ହିରୋସିମାରେ ମହିଳା ଦଳ ଖେଳିବ

ହକି ସିରିଜ ଫାଇନାଲ୍ସରେ ଭାରତ: ଭୁବନେଶ୍ୱରରେ ପୁରୁଷ, ହିରୋସିମାରେ ମହିଳା ଦଳ ଖେଳିବ

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଗତବର୍ଷ ହକି ବିଶ୍ୱକପ କଳିଙ୍ଗ ଷ୍ଟାଡିୟମରେ ସଫଳତାର ସହ ସମ୍ପନ୍ନ ହୋଇଥିବାବେଳେ ଚଳିତ ବର୍ଷ ଏଠାରେ ଅନୁଷ୍ଠିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫଆଇଏଚ୍‌) ସିରିଜ ଫାଇନାଲ୍ସ। ୨୦୧୯ରେ ହକି ସିରିଜ ଫାଇନାଲ୍ସର ମୋଟ ୩ଟି ଚରଣ ଅନୁଷ୍ଠିତ ହେବ। ପୁରୁଷ ବିଭାଗର ଦ୍ୱିତୀୟ ଚରଣ ଜୁନ ୬ରୁ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଖେଳାଯିବ। 

ଖେଳାଳିଙ୍କୁ ମୁଣ୍ଡନ ପାଇଁ କହିବା:  ତିନି ଜଣିଆ କମିଟି ତଦନ୍ତ କରିବ

ଖେଳାଳିଙ୍କୁ ମୁଣ୍ଡନ ପାଇଁ କହିବା: ତିନି ଜଣିଆ କମିଟି ତଦନ୍ତ କରିବ

କୋଲକାତା, ୨୨ା୧ (ପି.ଟି.)-ଏକ ମ୍ୟାଚ ହାରିବା ପରେ ରାଜ୍ୟ ୧୯ ବର୍ଷରୁ କମ୍‌ ଖେଳାଳିଙ୍କୁ ମୁଣ୍ଡନ ପାଇଁ କୁହାଯାଇଥିବା ଘଟଣାର ତଦନ୍ତ ପାଇଁ ଏକ ୩ ଜଣିଆ କମିଟି ଗଠନ କରାଯିବ। ବେଙ୍ଗଲ ହକି ଆସୋସିଏଶନ (ବିଏଚ୍‌ଏ) ସମ୍ପାଦକ ସପନ ବାନାର୍ଜୀ ସୋମବାର ସୂଚନା ଦେଇଛନ୍ତି।