ରାଜ୍ୟ |

ଶ୍ରେୟସଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ହୃତ୍‌ପିଣ୍ଡରେ କ୍ଷତ, ଫୁସ୍‌ଫୁସ୍‌ରେ ପାଣି ଜମିଥିଲା

ଶ୍ରେୟସଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ହୃତ୍‌ପିଣ୍ଡରେ କ୍ଷତ, ଫୁସ୍‌ଫୁସ୍‌ରେ ପାଣି ଜମିଥିଲା

ଭୁବନେଶ୍ୱର, ୧୨।୧(ବ୍ୟୁରୋ)- ବିଶାଖାପାଟଣାର ଶ୍ରୀ ଚୈତନ୍ୟ ଇନ୍‌ଷ୍ଟିଚ୍ୟୁଟରେ ର଼୍ୟାଗିଂ ଯୋଗୁ ମୃତ୍ୟୁବରଣ କରିଥିବା ଓଡ଼ିଆ ଛାତ୍ର ଶ୍ରେୟସ କେଶରଓ୍ବାନୀଙ୍କ ବ୍ୟବଚ୍ଛେଦ ରିପୋର୍ଟ ଶୁକ୍ରବାର ବିଶାଖାପାଟଣା ପୋଲିସର ହସ୍ତଗତ ହୋଇଛି। ଶ୍ରେୟସଙ୍କ ଶରୀରରେ ଆଭ୍ୟନ୍ତରୀଣ କ୍ଷତ ଥିବା ଚିହ୍ନଟ ହୋଇଛି। ବିଶେଷକରି ୩ଟି କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ପ୍ରଥମତଃ ହୃତ୍‌ପିଣ୍ଡରେ କ୍ଷତ ରହିଥିବାବେଳେ ଦ୍ୱିତୀୟରେ ଫୁସ୍‌ଫୁସ୍‌ରେ ପାଣି ଜମିବା ଓ ତୃତୀୟରେ ରକ୍ତନଳୀ ସମ୍ପର୍ଣ୍ଣଭାବେ ବ୍ଲକ ହୋଇଯାଇଥିବାରୁ ଶ୍ରେୟସଙ୍କ ମୃତ୍ୟୁ ଘଟିଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଚିତ୍ତରଞ୍ଜନ ଦାଶ କହିଛନ୍ତି। ସେ ଆହୁରି କହିଛନ୍ତି, ଶ୍ରେୟସଙ୍କ ଛାତିରେ ଶକ୍ତ ଆଘାତ ଲାଗିବା ଫଳରେ ହୃତ୍‌ପିଣ୍ଡରେ କ୍ଷତ ସୃଷ୍ଟି ହେବା ସାଙ୍ଗକୁ ଫୁସୁଫୁସ୍‌ରେ ପାଣି ଜମିଥିଲା। ଏଥିସହିତ ରକ୍ତନଳୀ ମଧ୍ୟ ବ୍ଲକ୍‌ ହୋଇଯାଇଥିଲା। ମୃତ୍ୟୁ ପୂର୍ବରୁ ଶ୍ରେୟସଙ୍କ ହୃତ୍‌ସ୍ପନ୍ଦନ ଦ୍ରୁତଗତିରେ ବଢ଼ିଯିବା ପରେ ହଠାତ୍‌ ବନ୍ଦ ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ହସ୍ପିଟାଲ ପକ୍ଷରୁ ଶୁକ୍ରବାର ବିଶାଖାପାଟଣା ପୋଲିସକୁ ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କରାଯାଇଛି। ଶନିବାର ବିଶାଖାପାଟଣା ପୋଲିସ ସମ୍ବଲପୁର ଯାଇ ଶ୍ରେୟସଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ସମ୍ବଲପୁର ଜିଲା ଗଡ଼ପୋଷ ଗ୍ରାମର ଶୈଲେସ କେଶରଓ୍ବାନୀଙ୍କ ପୁଅ ଶ୍ରେୟସ ବିଶାଖାପାଟଣାସ୍ଥିତ ଶ୍ରୀ ଚୈତନ୍ୟ ଇନ୍‌ଷ୍ଟିଚ୍ୟୁଟରେ ହଷ୍ଟେଲରେ ରହି ପ୍ରଥମ ବର୍ଷ ବିଜ୍ଞାନ ଏକାଦଶ ଷ୍ଟାଣ୍ଡାର୍ଡରେ ପଢ଼ୁଥିଲେ। ସେଠାରେ ଉପର ଶ୍ରେଣୀର ଛାତ୍ରମାନେ ବିଭିନ୍ନ ସମୟରେ ତାଙ୍କୁ ର଼୍ୟାଗିଂ କରୁଥିବା ନେଇ ଶ୍ରେୟସ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ପକ୍ଷରୁ ଏ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କିଛି ଲାଭ ହୋଇ ନ ଥିଲା। ପରବର୍ତ୍ତୀ ସମୟରେ ଶ୍ରେୟସଙ୍କ ଉପରେ ନିର୍ଯାତନା ବଢ଼ିଥିଲା। ଶେଷରେ ର଼୍ୟାଗିଂର ଶିକାର ହୋଇ ସେ ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ସେଠାରୁ ନେଇଆସି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଇଥିଲେ। ଗତ ୬ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ବିଶାଖାପାଣା ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଏଥିପାଇଁ ସେଠାକାର ପୋଲିସର ଏକ ଟିମ୍‌ ଗୁରୁବାର ଭୁବନେଶ୍ୱର ପହଞ୍ଚ ଶ୍ରେୟସ ଚିକିତ୍ସିତ ହୋଇଥିବା ହସ୍ପିଟାଲର ଡାକ୍ତରଙ୍କୁ ପଚରାଉଚରା କରିଥିଲା।

All Right Reserved By

ରାଜ୍ୟ |

ଜଙ୍ଗଲରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ୭ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଜଙ୍ଗଲରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ୭ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ସିମୁଳିଆ,୧୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରାଯିବା ଅଭିଯୋଗକୁ ଚପାଇ ଦେବା ଲାଗି ଉଦ୍ୟମ ହେଉଥିବା କଂଗ୍ରେସ ଅଭିଯୋଗ କରିଛି।

‘ସ୍କିଲ ଅନ୍‌ ହୁଇଲ୍ସ’ର ଶୁଭାରମ୍ଭ

‘ସ୍କିଲ ଅନ୍‌ ହୁଇଲ୍ସ’ର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୭(ବ୍ୟୁରୋ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ମାଧ୍ୟମିକ ଶିକ୍ଷା ମିଶନ ଏବଂ ଲେଣ୍ଡ୍‌-ଏ-ହ୍ୟାଣ୍ଡ୍‌ ଇଣ୍ଡିଆର ମିଳିତ ଉଦ୍ୟମରେ ଭ୍ରାମ୍ୟମାଣ ବହୁମୁଖୀ ଦକ୍ଷତା ବିକାଶ ପ୍ରୟୋଗଶାଳା ‘ସ୍କିଲ୍‌ ଅନ୍‌ ହୁଇଲ୍ସ’ର ବୁଧବାର ଶୁଭାରମ୍ଭ ହୋଇଛି। ଏହା ଜରିଆରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଯନ୍ତ୍ରପାତିର ସଫଳ ପ୍ରୟୋଗ ସମ୍ପର୍କରେ ଶିକ୍ଷା ମିଳିବ।

ଲାଞ୍ଚ ନେଇ ଏସ୍‌ସିବି କନିଷ୍ଠ କିରାଣୀ ଗିରଫ

ଲାଞ୍ଚ ନେଇ ଏସ୍‌ସିବି କନିଷ୍ଠ କିରାଣୀ ଗିରଫ

କଟକ ଅଫିସ, ୧୮।୭- ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଏସ୍‌ସିବି ମେଡିକାଲର କନିଷ୍ଠ କିରାଣୀ ଦିଲୀପ କୁମାର ରାଉତ। ମଙ୍ଗଳାବାଗ କାଠଗୋଲା ସାହିର ରୋହିତ କୁମାର ନାୟକ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଦିଲୀପ ପୂର୍ବ ଦାବି ମୁତାବକ ଏହି ଲାଞ୍ଚ ଗ୍ରହଣ କରୁଥିଲେ। ରୋହିତଙ୍କ ଜେଜେମା ସାଗର ଦେଈ ଏସ୍‌ସିବି ମେଡିକାଲର ଜଣେ ଅବସରପ୍ରାପ୍ତ କର୍ମଚାରୀ।

ପ୍ରେମିକା ସହ ସ୍ବାମୀ ଫେରାର

ପ୍ରେମିକା ସହ ସ୍ବାମୀ ଫେରାର

ବାରିପଦା ଅଫିସ,୧୮।୭- ପ୍ରାୟ ୧୫ ଦିନ ପୂର୍ବେ ପ୍ରେମିକା ସହ ଫେରାର ହୋଇଯାଇଥିବା ସ୍ବାମୀଙ୍କୁ ଠାବ କରିବାରେ ବିଫଳ ହୋଇଛନ୍ତି ଖୁଣ୍ଟା ଥାନା ଅଞ୍ଚଳର ଜଣେ ମହିଳା। ସ୍ବାମୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ଖୁଣ୍ଟା ଥାନା ପୋଲିସ ଦ୍ୱାରସ୍ଥ ହୋଇ ମଧ୍ୟ ନିରାଶ ହୋଇଛନ୍ତି।

ଆଇସୋଲେଶନ ୱାର୍ଡକୁ ସ୍ଥାନାନ୍ତର ହେଲେ ବାଲେଶ୍ୱର ରୋଗୀ: ୫ଜଣଙ୍କ ଲିଭରରେ ରହିଛି ସମସ୍ୟା

ଆଇସୋଲେଶନ ୱାର୍ଡକୁ ସ୍ଥାନାନ୍ତର ହେଲେ ବାଲେଶ୍ୱର ରୋଗୀ: ୫ଜଣଙ୍କ ଲିଭରରେ ରହିଛି ସମସ୍ୟା

କଟକ ଅଫିସ, ୧୮।୭- ଅଜଣା ରୋଗରେ ଆକ୍ରାନ୍ତ ହୋଇ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଜିଲାର ୮ଜଣ ରୋଗୀଙ୍କୁ ବୁଧବାର ଆଇସୋଲେଶନ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ପ୍ରାଥମିକ ରକ୍ତ ପରୀକ୍ଷାରେ ଡେଙ୍ଗୁ ନେଗେଟିଭ୍‌ ବାହାରିଥିବାବେଳେ ସ୍ବାଇନ୍‌ ଫ୍ଲୁ ପାଇଁ ନମୁନା ସଂଗ୍ରହ କରାଯାଇ ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)କୁ ପଠାଯାଇଛି।

ବଢ଼ୁଛି ଋଷିକୁଲ୍ୟା ଜଳସ୍ତର, ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ

ବଢ଼ୁଛି ଋଷିକୁଲ୍ୟା ଜଳସ୍ତର, ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ,୧୮।୭(ଡି.ଏନ.ଏ.)- ଦୁଇଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ସହରକୁ ଲାଗିଥିବା ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଉଛି। ଅନ୍ୟପଟେ ଆସନ୍ତା ୨୦ରେ ଆଉ ଏକ ଲଘୁଚାପ ଆସୁଥିବା ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସୂଚନା ପରେ ଋଷିକୁଲ୍ୟା ନଦୀତଟବର୍ତ୍ତୀ ଅଞ୍ଚଳ ପୁରୁଣାବନ୍ଧ, ପୋଡ଼ମପେଟା, ନିଉପୋଡ଼ମପେଟା ଏବଂ ଋଷିକୁଲ୍ୟା ବ୍ରିଜ ନିକଟବର୍ତ୍ତୀ ଦାମୋଦରପୁର ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି।

ବିଭିନ୍ନ ସମସ୍ୟାର ଭିଜିଲାନ୍ସ ତଦନ୍ତ ଦାବିରେ ବିକ୍ଷୋଭ

ବିଭିନ୍ନ ସମସ୍ୟାର ଭିଜିଲାନ୍ସ ତଦନ୍ତ ଦାବିରେ ବିକ୍ଷୋଭ

ବାଲିଆପାଳ,୧୮।୭(ଡି.ଏନ.ଏ.)- ବାଲିଆପାଳ ବ୍ଲକ କୁଣ୍ଡୁଳୀ ପଞ୍ଚାୟତ ମହାଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବିରେ ବୁଧବାର ପଞ୍ଚାୟତବାସୀ ବିଶାଳ ଗଣଧାରଣାରେ ବସିଛନ୍ତି। ପଞ୍ଚାୟତବାସୀ ଜିଲାପାଳ, ଭିଜିଲାନ୍ସ ଏସ୍‌.ପି. ପ୍ରମୁଖଙ୍କୁ ଏ ନେଇ ଜଣାଇଥିଲେ ବି କୌଣସି ପ୍ରତିକାର ହୋଇ ନାହିଁ।

ବୀରବର ବେହେରା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ସହଯୋଗୀ ଫେରାର

ବୀରବର ବେହେରା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ସହଯୋଗୀ ଫେରାର

ବିରିଡି,୧୮।୭(ଡି.ଏନ.ଏ.): ବିରିଡି ଥାନା ଅଧୀନ କୁଳ କଇଜଙ୍ଗା ଗ୍ରାମର ବୀରବର ବେହେରା ହତ୍ୟାକାଣ୍ଡ ଘଟଣାରେ ହାଇକୋର୍ଟଙ୍କ ଦ୍ୱାରା ଦଣ୍ଡିତ ମୁଖ୍ୟ ଅଭିଯୁକ୍ତ ଶୁକଦେବ ବେହରାଙ୍କୁ ଜଗତ୍‌ସିଂହପୁର ଜିଲା ପୋଲିସ ମଙ୍ଗଳବାର ରାତିରେ ଗିରଫ କରିଛି। ତାଙ୍କର ୨ ସହଯୋଗୀ ସେହି ଗ୍ରାମର ବୁଲା ଓରଫ ନରେନ୍ଦ୍ର ଦାସ, ଏବଂ ହିପି ଓରଫ ଉମେଶ ବେହେରା ଫେରାର ହୋଇ ଯାଇଛନ୍ତି।

ସେକ୍ସ ର଼୍ୟାକେଟ, ଯୁବତୀ ଚାଲାଣ ଅଭିଯୋଗରେ ୨ ଅଟକ

ସେକ୍ସ ର଼୍ୟାକେଟ, ଯୁବତୀ ଚାଲାଣ ଅଭିଯୋଗରେ ୨ ଅଟକ

ପାଟଣାଗଡ,୧୮।୭(ଡି.ଏନ.ଏ.)-ପାଟଣାଗଡ ଉପଖଣ୍ଡ ଲରମ୍ଭା ଥାନା ଅନ୍ତର୍ଗତ ଲୁହାସିଂହା ଗ୍ରାମରୁ ଯୁବତୀ ଚାଲାଣ ଅଭିଯୋଗରେ ଲରମ୍ଭା ପୋଲିସ ୨ ଜଣଙ୍କୁ ଅଟକ ରଖିଛି। ଜଣେ ଯୁବତୀଙ୍କୁ ନିଜ ସମ୍ପର୍କୀୟ କହି କିଛି ଦିନ ହେଲା ଏମାନେ ଘରେ ରଖି ଦେହ ବେପାର ଚଳାଉଥିଲେ ବୋଲି ଲୋକେ ଅଭିଯୋଗ କରିଛନ୍ତି।

ଜଙ୍ଗଲରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ୭ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ସିମୁଳିଆ,୧୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରାଯିବା ଅଭିଯୋଗକୁ ଚପାଇ ଦେବା ଲାଗି ଉଦ୍ୟମ ହେଉଥିବା କଂଗ୍ରେସ ଅଭିଯୋଗ କରିଛି। ଜଣେ ଜନପ୍ରତିନିଧି, ଜଣେ ଶିକ୍ଷକ ଓ ୨ ପୋଲିସ କର୍ମଚାରୀ ଏହି ଘଟଣାରେ ସହଯୋଗ କରିଥିବା ଦର୍ଶାଯିବା ପରେ ଏହା ଅଧିକ ସମ୍ବେଦନଶୀଳ ହୋଇପଡିଛି।

ପ୍ରେମିକାଙ୍କୁ ଭେଟିବାକୁ ଆସି ପୋଲିସ ଜାଲରେ ଆନ୍ତଃରାଜ୍ୟ ଡକାୟତ

ପ୍ରେମିକାଙ୍କୁ ଭେଟିବାକୁ ଆସି ପୋଲିସ ଜାଲରେ ଆନ୍ତଃରାଜ୍ୟ ଡକାୟତ

ମୁନିଗୁଡ଼ା,୧୮।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଏକ ଆନ୍ତଃରାଜ୍ୟ ରାଜପଥ ଡକାୟତଙ୍କୁ ଧରିବାରେ ସଫଳ ହୋଇଛି। ସେ ହେଲେ ମୁନିଗୁଡ଼ା ଥାନା ଅନ୍ତର୍ଗତ ଭୂର୍ଷୀଖୁମା ଗ୍ରାମର ଉଗ୍ରସେନ ବାଗ୍‌। ଉଗ୍ରସେନକୁ ଦୀର୍ଘଦିନ ଧରି ପୋଲିସ ଖୋଜାଖୋଜି କରୁଥିବା ବେଳେ ସେ କେରଳରେ ଲୁଚି ରହିଥିଲେ। ଚଳିତ ବର୍ଷ ରଥଯାତ୍ରାରେ ନିଜ ପ୍ରେମିକାଙ୍କୁ ଉଗ୍ରସେନ ଭେଟିବାକୁ ଆସିଥିଲେ।

ବିଧାନ ପରିଷଦ ପ୍ରସଙ୍ଗ: ଅନୁଧ୍ୟାନ କରି ଫେରିଲା କମିଟି

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବିଧାନ ପରିଷଦ ଗଠନ ନେଇ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ବିହାର ଏବଂ ତେଲେଙ୍ଗାନା ଗସ୍ତ କରିଥିବା କମିଟି ଇତି ମଧ୍ୟରେ ଓଡ଼ିଶା ଫେରିଛି।

Model This Week

ରୂପେଶ