ରାଜ୍ୟ |

ସଙ୍କଟ ଟାଳିବାକୁ ତତ୍ପରତା

ସଙ୍କଟ ଟାଳିବାକୁ ତତ୍ପରତା
ନୂଆଦିଲ୍ଲୀ,୧୩।୧(ପି.ଟି): ସୁପ୍ରିମକୋର୍ଟର ୪ ଜଣ ବରିଷ୍ଠ ବିଚାରପତି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି ପ୍ରଧାନ ବିଚାରପତି ଦୀପକ ମିଶ୍ର ଏବଂ ସର୍ବୋଚ୍ଚ ଅଦାଲତର କାର୍ଯ୍ୟଧାରା ନେଇ ପ୍ରଶ୍ନ ଉଠାଇବା ପରେ ସାରା ଦେଶରେ ବିତର୍କ ସୃଷ୍ଟି ହୋଇଛି। ସରକାର ଏହାକୁ ଅଦାଲତର ଆଭ୍ୟନ୍ତରୀଣ ପ୍ରସଙ୍ଗ କହି ଏଡ଼ାଇ ଯାଇଛି। ଦେଖାଦେଇଥିବା ବିବାଦର ସମାଧାନ ଖୁବ୍‌ଶୀଘ୍ର ହୋଇଯିବ ବୋଲି ଆଟର୍ନି ଜେନେରାଲ କେ.କେ. ଭେନୁଗୋପାଳ ଆଶାବ୍ୟକ୍ତ କରିଥିବାବେଳେ ସମାଧାନର ବାଟ ଖୋଜିବା ସକାଶେ ଆଗକୁ ଆସିଛି ବାରକାଉନ୍‌ସିଲ ଅଫ୍‌ ଇଣ୍ଡିଆ (ବିସିଆଇ)। ବିସିଆଇର ସଦସ୍ୟମାନେ ଶନିବାର ଏକତ୍ର ହୋଇ ଏକ ପ୍ରସ୍ତାବ ଗ୍ରହଣ କରିଛନ୍ତି। ସେହି ପ୍ରସ୍ତାବ ଅନୁଯାୟୀ ବିସିଆଇ ସୁପ୍ରିମକୋର୍ଟରେ ଦେଖାଦେଇଥିବା ସଙ୍କଟର ସମାଧାନ ସକାଶେ ବିଚାରପତିମାନଙ୍କ ସହ ଆଲୋଚନା ପାଇଁ ୭ ଜଣିଆ ଟିମ୍‌ ଗଠନ କରିଛନ୍ତି। ଏହି ଟିମ୍‌ର ସଦସ୍ୟମାନେ ଉପରୋକ୍ତ ୪ ବରିଷ୍ଠ ବିଚାରପତି ଓ ପ୍ରଧାନ ବିଚାରପତିଙ୍କ ବ୍ୟତୀତ ଅନ୍ୟ ବିଚାରପତିମାନଙ୍କ ସହ ଆଲୋଚନା କରିବେ। ସର୍ବୋଚ୍ଚ ଅଦାଲତରେ ଖବରଦାତା ସମ୍ମିଳନୀକୁ ନେଇ ଯେଉଁ ସଙ୍କଟ ସୃଷ୍ଟି ହୋଇଛି ସେଥିରୁ କୌଣସି ରାଜନୈତିକ ଦଳ କିମ୍ବା ନେତା ଫାଇଦା ନେବାକୁ ଚେଷ୍ଟା କରିବା ଉଚିତ ନୁହେଁ ବୋଲି ବିସିଆଇର ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷରେ ସୁପ୍ରିମକୋର୍ଟର ବାର୍‌ ଆସୋସିଏଶନ୍‌ (ଏସ୍‌ସିବିଏ) ମଧ୍ୟ ଘଟଣାକୁ ନେଇ ଅତ୍ୟନ୍ତ ଉଦ୍‌ବେଗ ପ୍ରକାଶ କରିଛି। ପ୍ରଧାନବିଚାରପତି ଜଷ୍ଟିସ୍‌ ମିଶ୍ର ଏବଂ ୪ ବରିଷ୍ଠ ବିଚାରପତିଙ୍କ ମଧ୍ୟରେ ଦେଖାଦେଇଥିବା ମତଭେଦକୁ ନେଇ ସର୍ବୋଚ୍ଚ ଅଦାଲତର ଏକ ପୂର୍ଣ୍ଣାଙ୍ଗ ବେଞ୍ଚରେ ବିବେଚନା କରାଯିବା ଉଚିତ ବୋଲି ସଂଘ ଏକ ପ୍ରସ୍ତାବ ଗ୍ରହଣ କରିଛି। ଏସ୍‌ସିବିଏର ସଭାପତି ତଥା ବରିଷ୍ଠ ଆଇନଜୀବୀ ବିକାଶ ସିଂ କହିଛନ୍ତି ଯେ, ସମସ୍ତ ଜନସ୍ବାର୍ଥ ମାମଲା ପ୍ରଧାନବିଚାରପତି କିମ୍ବା ସର୍ବୋଚ୍ଚ ଅଦାଲତ କଲେଜିୟମ୍‌ର ଅଂଶ ହୋଇଥିବା ବରିଷ୍ଠ ବିଚାରପତିଙ୍କ ଦ୍ୱାରା ଦେଖାଯିବା ଉଚିତ। ବିସିଆଇ ଅଧ୍ୟକ୍ଷ ମନାନ୍‌ କୁମାର ମିଶ୍ର କହିଛନ୍ତି ଯେ, ସାତଜଣିଆ ଟିମ୍‌ ସୁପ୍ରିମକୋର୍ଟର ସମସ୍ତ ବିଚାରପତିଙ୍କୁ ଭେଟି ଆଲୋଚନା କରିବା ସହ ସେମାନଙ୍କର ମତାମତ ନେବ। ବିଚାରପତିମାନଙ୍କର ଏଭଳି ପ୍ରସଙ୍ଗ ସାଧାରଣରେ ପ୍ରକାଶ ହେବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ଶୁକ୍ରବାର ସୁପ୍ରିମକୋର୍ଟର ୪ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଜେ. ଚେଲାମେଶ୍ୱର, ରଞ୍ଜନ ଗୋଗୋଇ, ଏମ୍‌.ବି. ଲୋକୁର ଏବଂ କୋରିଏନ୍‌ ଯୋଶେଫ୍‌ ଅଚାନକ ଏକ ଖବରଦାତା ସମ୍ମିଳନୀ ଡାକି ପ୍ରଧାନ ବିଚାରପତି ଜଷ୍ଟିସ୍‌ ମିଶ୍ରଙ୍କ ବିରୋଧରେ ବସ୍ତୁତଃ ବିଦ୍ରୋହ ଘୋଷଣା କରିଥିଲେ। ପ୍ରଧାନ ବିଚାରପତି କୌଣସି କଥା ଶୁଣୁନାହାନ୍ତି। ସର୍ବୋଚ୍ଚ ଅଦାଲତର ପ୍ରଶାସନିକ ବ୍ୟବସ୍ଥା ଭୁଶୁଡ଼ି ପଡ଼ୁଛି, ଏହା ଗଣତନ୍ତ୍ର ପାଇଁ ବିପଦ ବୋଲି ସେମାନେ ମତ ଦେଇଥିଲେ। ଏହାକୁ ନେଇ ନ୍ୟାୟପାଳିକାରେ କମ୍ପନ ସୃଷ୍ଟି ହୋଇଛି। ଉକ୍ତ ଖବରଦାତା ସମ୍ମିଳନୀ ଯୋଗୁ ସୃଷ୍ଟି ହୋଇଥିବା ସଙ୍କଟର ସମାଧାନ ପାଇଁ ବିସିଆଇ ଏବଂ ସୁପ୍ରିମକୋର୍ଟ ବାର ଆସୋସିଏଶନ ଅଣ୍ଟା ଭିଡ଼ିଛି। ତେବେ ଏ ନେଇ ପ୍ରଧାନ ବିଚାରପତି ଅଦ୍ୟାବଧି କୌଣସି ପ୍ରତିକ୍ରିୟା ପ୍ରକାଶ କରିନାହାନ୍ତି।
All Right Reserved By

ରାଜ୍ୟ |

ନେତାଜୀ ଜୟନ୍ତୀରେ ସ୍ବତନ୍ତ୍ର ଲଫାପା ଉନ୍ମୋଚିତ

ନେତାଜୀ ଜୟନ୍ତୀରେ ସ୍ବତନ୍ତ୍ର ଲଫାପା ଉନ୍ମୋଚିତ

କଟକ ଅଫିସ୍‌, ୨୩।୧: ନେତାଜୀ ଜୟନ୍ତୀ ଅବସରରେ କଟକ ଜିପିଓ ଡାକ ଘରେ ସାଇକେଲ ରିକ୍ସା ବାହିତ ସ୍ବତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି।

ବିଧାୟକଙ୍କୁ ଗିରଫ ଦାବି: ବେଗୁନିଆ ଥାନାରେ ଭଙ୍ଗାରୁଜା

ବିଧାୟକଙ୍କୁ ଗିରଫ ଦାବି: ବେଗୁନିଆ ଥାନାରେ ଭଙ୍ଗାରୁଜା

ଖୋର୍ଦ୍ଧା ଅଫିସ/ବେଗୁନିଆ, ୨୩।୧(ଡି.ଏନ୍‌.ଏ.): ବେଗୁନିଆ ବିଧାୟକ ପ୍ରଶାନ୍ତ କୁମାର ଜଗଦେବଙ୍କୁ ଗିରଫ ଦାବିରେ ବୁଧବାର ବେଗୁନିଆ ଥାନାରେ ପଶି ଲୋକେ ଭଙ୍ଗାରୁଜା କରିଛନ୍ତି।  ଏଥିସହ ସେମାନେ ବେଗୁନିଆ ଦେଇ ଯାଇଥିବା ୫୭ ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିବା ଜଣାପଡ଼ିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେନାବନୀ ଦେଇଛନ୍ତି।

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ଭାଜପା ମହିଳା ମୋର୍ଚ୍ଚା ଟିମ୍‌

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ଭାଜପା ମହିଳା ମୋର୍ଚ୍ଚା ଟିମ୍‌

ଅନୁଗୋଳ ଅଫିସ,୨୩।୧: ଅନୁଗୋଳ ଉପକଣ୍ଠରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ପଥରରେ ଛେଚି ହତ୍ୟା କରାଯିବା ଘଟଣାରେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚାର ଏକ ଟିମ୍‌ ବୁଧବାର ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

ନାବାଳିକାଙ୍କ ସହ ପ୍ରେମସମ୍ପର୍କ ରଖିବା ଯୋଗୁ ଜୀବନ ଗଲା, ଧରାକୋଟରେ ବ୍ୟାଙ୍କ କ୍ୟାଶିୟରଙ୍କୁ ହତ୍ୟା

ନାବାଳିକାଙ୍କ ସହ ପ୍ରେମସମ୍ପର୍କ ରଖିବା ଯୋଗୁ ଜୀବନ ଗଲା, ଧରାକୋଟରେ ବ୍ୟାଙ୍କ କ୍ୟାଶିୟରଙ୍କୁ ହତ୍ୟା

ଧରାକୋଟ,୨୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ମୁଣ୍ଡମରାଇ ଗ୍ରାମରେ ଥିବା ଆନ୍ଧ୍ରା ବ୍ୟାଙ୍କରେ କାର୍ଯ୍ୟରତ କ୍ୟାଶିୟର ବିନୟ କୁମାର ବେହେରାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହକୁ ବୁଧବାର ଉଦ୍ଧାର କରାଯାଇଛି। ବିନୟଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। 

ସଂଗ୍ରହାଳୟରେ ନେତାଜୀ ଜୟନ୍ତୀ

ସଂଗ୍ରହାଳୟରେ ନେତାଜୀ ଜୟନ୍ତୀ

ପୁରୀ ଅଫିସ,୨୩ା୧: ନେତାଜୀ ସୁଭାଷ ବୋଷଙ୍କ ୧୨୨ତମ ଜୟନ୍ତୀ ବୁଧବାର ସ୍ଥାନୀୟ ନେତାଜୀ ସଂଗ୍ରହାଳୟ ପରିସରରେ ପାଳିତ ହୋଇଯାଇଛି । ଏଥିରେ ଜିଲାପାଳ ଜ୍ୟୋତିପ୍ରକାଶ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ନେତାଜୀଙ୍କ ସଂଗ୍ରାମୀ ଜୀବନୀ ଉପରେ ଆଲୋକପାତ କରିଥିଲେ । 

ନଡ଼ା ବୋହିବା ବେଳେ ଟ୍ରାକ୍ଟରରେ ଲାଗିଲା ନିଆଁ, ଲିଭାଇବା ଲାଗି ଗାଡ଼ିକୁ ପୋଖରୀରେ ପଶାଇଲେ ଡ୍ରାଇଭର

ନଡ଼ା ବୋହିବା ବେଳେ ଟ୍ରାକ୍ଟରରେ ଲାଗିଲା ନିଆଁ, ଲିଭାଇବା ଲାଗି ଗାଡ଼ିକୁ ପୋଖରୀରେ ପଶାଇଲେ ଡ୍ରାଇଭର

ମହାକାଳପଡ଼ା,୨୩।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ବାରଡ଼ାଙ୍ଗ ପଞ୍ଚାୟତର ନନ୍ତାର ଗ୍ରାମରେ ବିଦ୍ୟୁତ ତାର ଲାଗି ଏକ ନଡ଼ା ବୋଝେଇ ଟ୍ରାକ୍ଟରରେ ନିଆଁ ଲାଗିଯାଇଥିଲା। ମାତ୍ର ଟ୍ରାକ୍ଟର ଡ୍ରାଇଭର ଟିଟୁ ଜେନାଙ୍କ ଯୋଗୁ ଗାଡ଼ିଟି ଜଳିବାରୁ ରକ୍ଷା ପାଇଯାଇଛି। 

କାଠବାରୀ ଗ୍ରାମ ରାସ୍ତାକଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କାଠବାରୀ ଗ୍ରାମ ରାସ୍ତାକଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କାଠବାରୀ ଗ୍ରାମ ରାସ୍ତା କଡ଼ରୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଉକ୍ତ ଗ୍ରାମର ଜାପାନୀ ନାଏକ ହୋଇଥିବା ଜଣାପଡ଼ିଛି।

ରାଜନଗରରେ କୁହୁଡ଼ି ଯୋଗୁ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୭୦ ଯାତ୍ରୀ

ରାଜନଗରରେ କୁହୁଡ଼ି ଯୋଗୁ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୭୦ ଯାତ୍ରୀ

ରାଜନଗର,୨୩।୧(ଡି.ଏନ୍‌.ଏ.): ରାଜନଗରରୁ ପୁରୀ ଅଭିମୁଖେ ଯାତ୍ରା କରୁଥିବା ଦ୍ୱିିବେଦୀ ଟ୍ରାଭେଲ୍ସ(୯୩୯) ବସ୍‌ ବୁଧବାର ଏକ ନିଶ୍ଚିନ୍ତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। ବସ୍‌ଟି ସକାଳ ୬ଟାରେ ରାଜନଗରରୁ ଯାତ୍ରା ଆରମ୍ଭ କରି ୫ଶହ ମିଟର ଆସିବା ପରେ ରାଜନଗର-ମଦନପୁର ରାସ୍ତାର ତିଳକ ନଗର ନିକଟରେ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା କଡ଼କୁ ଖସି ପଡ଼ିଥିଲା। 

ଘନ କୁହୁଡ଼ିରେ ବୁଡ଼ିଯିବ ଉପକୂଳ,  ୧୨ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଘନ କୁହୁଡ଼ିରେ ବୁଡ଼ିଯିବ ଉପକୂଳ, ୧୨ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୩।୧(ବ୍ୟୁରୋ)-ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାକୁ ଘନ କୁହୁଡି ଘେରିଯିବ। ୧୦୦ ମିଟର ଯାଏ ମଧ୍ୟ ଦେଖିବା ସମ୍ଭବ ହେବ ନାହିଁ।  ଯାନବାହନ ଚଳାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ୧୨ ଜିଲାକୁ ସତର୍କ ସୂଚନା ଜାରି କରିଛି। ଦୁଇଦିନ ପର୍ଯ୍ୟନ୍ତ କୁହୁଡିର ପ୍ରଭାବ ଜାରି ରହିବ।

 କୋଷ୍ଟାଲ ହାଇୱେ ବାବଦରେ ଧର୍ମେନ୍ଦ୍ରଙ୍କ ଖବରଦାତା ସମ୍ମିଳନୀ  ପ୍ରାୟୋଜିତ, ‘ନିର୍ବାଚନୀ ଚାନ୍ଦା ପାଇଁ ଭାଜପାର ଅଭିସନ୍ଧି’: ପ୍ରତାପ ଜେନା

କୋଷ୍ଟାଲ ହାଇୱେ ବାବଦରେ ଧର୍ମେନ୍ଦ୍ରଙ୍କ ଖବରଦାତା ସମ୍ମିଳନୀ ପ୍ରାୟୋଜିତ, ‘ନିର୍ବାଚନୀ ଚାନ୍ଦା ପାଇଁ ଭାଜପାର ଅଭିସନ୍ଧି’: ପ୍ରତାପ ଜେନା

ଭୁବନେଶ୍ୱର,୨୩।୧(ବ୍ୟୁରୋ)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦିଲ୍ଲୀରେ ଓଡ଼ିଶାର ଉପକୂଳ ରାଜପଥ (କୋଷ୍ଟାଲ ହାଇୱେ) ବାବଦରେ କରିଥିବା ଖବରଦାତା ସମ୍ମିଳନୀ କେତେକ ଠିକାଦାରଙ୍କ ଦ୍ୱାରା ପ୍ରାୟୋଜିତ। ଭାଜପା ଏବଂ କେନ୍ଦ୍ରମନ୍ତ୍ରୀ ଅଭ୍ୟାସଗତ ଭାବେ ମିଛୁଆ। ତାଙ୍କ ଦ୍ୱାରା କୋଷ୍ଟାଲ ହାଇୱେ ସମ୍ପର୍କରେ ଦିଲ୍ଲୀରେ ରଖାଯାଇଥିବା ମନ୍ତବ୍ୟ ତାହା ଅମୂଳକ ଓ ଭିତ୍ତିହୀନ।

ସାଧାରଣ ନିର୍ବାଚନ ୨୦୧୯; ବିଜେଡି ବହୁତ ଭଲ ପ୍ରଦର୍ଶନ କରିବ:ମୁଖ୍ୟମନ୍ତ୍ରୀ

ସାଧାରଣ ନିର୍ବାଚନ ୨୦୧୯; ବିଜେଡି ବହୁତ ଭଲ ପ୍ରଦର୍ଶନ କରିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ)- ସାଧାରଣ ନିର୍ବାଚନକୁ ପ୍ରାୟ ୧୦୦ ଦିନରୁ କମ୍‌ ସମୟ ରହିଛି। ମାର୍ଚ୍ଚ ପ୍ରଥମ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ୨୦୦୪ରୁ ଓଡ଼ିଶାରେ ଲୋକସଭା ସଙ୍ଗରେ ବିଧାନସଭା ନିର୍ବାଚନ ହୋଇଆସୁଛି। ତେଣୁ ରାଜ୍ୟରେ ନିର୍ବାଚନକୁ ନେଇ ଉତ୍ସାହ ଦେଖିବାକୁ ମିଳିଥାଏ। 

ଆଜି ନେତାଜୀ ଜୟନ୍ତୀ: ଝଲସୁଛି ସ୍ମୃତି ସୌଧ

ଆଜି ନେତାଜୀ ଜୟନ୍ତୀ: ଝଲସୁଛି ସ୍ମୃତି ସୌଧ

କଟକ ଅଫିସ,୨୩|୧- ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଦିବସ। ଏହି ଉପଲକ୍ଷେ ନେତାଜୀଙ୍କ ଅନ୍ତୁଡ଼ିଶାଳ କୁହାଯାଉଥିବା ଓଡ଼ିଆ ବଜାରସ୍ଥିତ ତାଙ୍କ ବାସଭବନ କୋଠା ପରିସର ସହରର ସବୁଠାରୁ ଆକର୍ଷଣୀୟ ସ୍ଥାନ ପାଲଟିଛି।