Dharitri News
ଖେଳ |

ଓଡ଼ିଶା ବାଳକ ରଗ୍‌ବୀ ଦଳ ଚାମ୍ପିୟନ

ଓଡ଼ିଶା ବାଳକ  ରଗ୍‌ବୀ ଦଳ ଚାମ୍ପିୟନ ଭୁବନେଶ୍ୱର, ୧୩।୧(ସ୍ପୋଟର୍‌ସ ବ୍ୟୁରୋ)- ତେଲେଙ୍ଗାନାସ୍ଥିତ ସିକନ୍ଦରାବାଦଠାରେ ଅନୁଷ୍ଠିତ ଜାତୀୟ ସବ୍‌-ଜୁନିୟର ଟଚ୍‌ ରଗ୍‌ବୀ ଚାମ୍ପିୟନଶିପ୍‌ (୧୪ ବର୍ଷରୁ କମ୍‌)ରେ ଓଡ଼ିଶା ବାଳକ ଦଳ ଚାମ୍ପିୟନ ହୋଇଛି। ସେହିପରି ଓଡ଼ିଶା ବାଳିକା ଦଳ ତୃତୀୟ ସ୍ଥାନରେ ରହିଛି। ବାଳକବର୍ଗର ଫାଇନାଲରେ ଓଡ଼ିଶା ଦଳ ୧୦-୦୫ରେ ମହାରାଷ୍ଟ୍ରକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଏଥିପୂର୍ବରୁ ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ଓଡ଼ିଶା ୧୦-୦୫ରେ ତାମିଲନାଡ଼ୁକୁ ପରାସ୍ତ କରିଥିଲା। ଅପରପକ୍ଷରେ ଓଡ଼ିଶା ବାଳିକା ଦଳ ୩ୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚ୍‌ରେ ମହାରାଷ୍ଟ୍ରକୁ ୧୦-୦୫ରେ ପରାସ୍ତ କରିଥିଲା। ବାଳକ ଦଳ: ଦୁଲାଲ କିସ୍‌କୁ, ଜିତେନ୍ଦ୍ର ସିଂ, ଦୀନବନ୍ଧୁ ହାଲାଓ୍ବା, ରାଜ କିଶନ, ଲାଚିମ ସିସା, ଗୋବିନ୍ଦ ଶବର, ଗଣେଶ ଧାଙ୍ଗଡାମାଝ, ଅଶୋକ ହାଁସଦା, ଦୁର୍ଗା ଟୁଡୁ, ସୁରେନ୍ଦ୍ର ସୋରେନ, ପାଣ୍ଡୁ ଲାମାୟା। କୋଚ୍‌: ଧିରେନ କୁମାର ରାଉତ, ମ୍ୟାନେଜର: ଦିବ୍ୟ ରଞ୍ଜନ ଦାସ। ବାଳିକା ଦଳ: ସନ୍ଧ୍ୟାରାଣୀ ଟୁଡୁ, ସୁନୀତା ହାଁସଦା, ନିର୍ମଳା ରାଉତ, ତରୁଲତା ନାଏକ, ଅସ୍ମିତା ଭୋଇ, ମାମା ନାଏକ, ମମିତା ଭୋଇ, ସ୍ବପ୍ନାରାଣୀ ସିଂ, ଡି.ତନିଶା, ମମତା ଭଲୁକ, ଲକ୍ଷ୍ମୀ ମାରାଣ୍ଡି। ମ୍ୟାନେଜର: ପ୍ରତିମା ମୁର୍ମୁ।

ଖେଳ |

୪୯ ବଲରେ ଶତକ ମାରିଲେ ରାଇନା

୪୯ ବଲରେ ଶତକ ମାରିଲେ ରାଇନା

କୋଲକାତା, ୨୨।୧(ପି.ଟି.)- ଜାତୀୟ ଦଳରୁ ଅଲୋଡ଼ା ହୋଇଥିବା ତଥା ସୀମିତ ଓଭର କ୍ରିକେଟରେ ଜଣେ ବିଶେଷଜ୍ଞ ଭାବେ ପରିଚିତ ହୋଇଥିବା ଷ୍ଟାର ବ୍ୟାଟ୍ସମ୍ୟାନ ସୁରେଶ ରାଇନା ଦୀର୍ଘ ଦିନର ବ୍ୟବଧାନ ପରେ ଫର୍ମକୁ ଫେରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ମେଲବୋର୍ନ, ୨୨।୧(ପି.ଟି.)- ଦୁଇ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ଡିଭିଜ ଶରନ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସର ତୃତୀୟ ରାଉଣ୍ଡ ହର୍ଡଲ୍ସ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି।

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ମେଲବୋର୍ନ, ୨୨।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ, ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ନେଇ ଏକ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଏଥିଲାଗି ଘରୋଇ ଅଷ୍ଟ୍ରେଲିଆ ଦଳ ସୋମବାର ଘୋଷଣା କରାଯାଇଛି। ଦଳର ନିୟମିତ ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଏହି ସିରିଜରୁ ବିଶ୍ରାମ ଦିଆଯାଇଥିବାବେଳେ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ଓ୍ବେଲିଂଟନ, ୨୨।୧(ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ସ୍ଥାନୀୟ ଓ୍ବେଷ୍ଟପାକ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୧୦୬ ରନର ଲକ୍ଷ୍ୟକୁ ଟିମ୍‌ ସୌଦୀଙ୍କ ଦଳ ୭ ଉଇକେଟ୍‌ ଓ ୨୫ଟି ବଲ ସୁରକ୍ଷିତ ଥାଇ ହାସଲ କରିନେଇଥିଲା।

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

କଟକ ଅଫିସ,୨୧ା୧-ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଓ କଟକ କ୍ଲବର ମିଳିତ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମଠାରେ ଚାଲିଥିବା ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ରବିବାର ଉଦ୍‌ଯାପିିତ ହୋଇଯାଇଛି।

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଉତ୍କଳ କରାଟେ ସ୍କୁଲଠାରେ ଗତ ଦୁଇଦିନ ଧରି ଚାଲିଥିବା ରାଜ୍ୟ କୁସ୍ତି ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି।

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ମେଲବୋର୍ନ,୨୧ା୧(ପି.ଟି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ ଟେନିସ ଟୁର୍ନାମେଣ୍ଟ ସପ୍ତମ ଦିନରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ବିଶ୍ୱର ଏକ ନମ୍ବର ଖେଳାଳି ସ୍ପେନାର ରାଫେଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ

ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ

ସିଡନୀ,୨୧ା୧(ପି.ଟି.)- ଭ୍ରମଣକାରୀ ଇଂଲଣ୍ଡ ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ ନେଇଛି। ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ତୃତୀୟ ଦିନିକିଆ ମ୍ୟାଚରେ ଇଂଲଣ୍ଡ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲରଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆକୁ ୧୬ ରନରେ ପରାସ୍ତ କରିଛି।

ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ

ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ

ମେଲବୋର୍ନ, ୨୧।୧- ଚଳିତ ସିଜନ୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ର ପୁରୁଷ ସିଙ୍ଗଲ୍ସ ବର୍ଗରେ ରାଫାଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶୀର୍ଷ ର଼୍ୟାଙ୍କଧାରୀ ଏହି ଖେଳାଳି ୬-୩, ୬-୭(୪/୭), ୬-୩, ୬-୩ ସେଟ୍‌ରେ ଆର୍ଜେଣ୍ଟିନାର ଡିଆଇଗୋ ସ୍କଓ୍ବାର୍ଟଜମ୍ୟାନଙ୍କୁ ହରାଇ ଦେଇଛନ୍ତି।

ପ୍ରି-କ୍ୱାର୍ଟରରେ ହାରିଲେ ପେସ୍‌-ପୂରବ

ପ୍ରି-କ୍ୱାର୍ଟରରେ ହାରିଲେ ପେସ୍‌-ପୂରବ

ମେଲବୋର୍ନ, ୨୧।୧- ଭେଟେରାନ ଲିଆଣ୍ଡର ପେସ୍‌ ଓ ପୂରବ ରାଜାଙ୍କ ଯୋଡ଼ି ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ଡବଲ୍ସ ବର୍ଗର ପ୍ରି-କ୍ୱାର୍ଟର ରାଉଣ୍ଡରେ ପରାଜିତ ହୋଇ ଅଭିଯାନ ଶେଷ କରିଛନ୍ତି। ରବିବାର ଖେଳାଯାଇଥିବା ମୁକାବିଲାରେ ଅଣସିଡ୍‌ ଭାରତୀୟ ଯୋଡ଼ି ୧-୬, ୨-୬ ସେଟ୍‌ରେ କଲମ୍ବିଆର ଜୁଆନ ସେବେଷ୍ଟିଆନ କାବାଲ ଓ ରବର୍ଟ ଫରାହଙ୍କ ଯୋଡ଼ିଠାରୁ ପରାସ୍ତ ହୋଇଛନ୍ତି।

ଓଡ଼ିଶା ପ୍ରିମିୟର ଲିଗ୍‌: ବାରବାଟୀ-ଜଗତ୍‌ସିଂହପୁର ସେମି ଆଜି

ଓଡ଼ିଶା ପ୍ରିମିୟର ଲିଗ୍‌: ବାରବାଟୀ-ଜଗତ୍‌ସିଂହପୁର ସେମି ଆଜି

ଭୁବନେଶ୍ୱର, ୨୧।୧(ସ୍ପୋଟର୍‌ସ ବ୍ୟୁରୋ)- ବାଙ୍ଗାଲୋରସ୍ଥିତ ଏଥେନା ସ୍ପୋଟର୍‌ସ କ୍ଲବଠାରେ ଓଡ଼ିଶା ୟୁଥ୍‌ ପକ୍ଷରୁ ଚାଲିଥିବା ଓଡ଼ିଶା ପ୍ରିମିୟର ଲିଗ୍‌ (ଓପିଏଲ୍‌)ର ୩ଟି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି।

ଫାଇନାଲରେ ପ୍ରଗତି ସ୍ପାର୍ଟିଂ ଓ ଇଷ୍ଟ କୋଷ୍ଟ ରେଲଓ୍ବେ

ଫାଇନାଲରେ ପ୍ରଗତି ସ୍ପାର୍ଟିଂ ଓ ଇଷ୍ଟ କୋଷ୍ଟ ରେଲଓ୍ବେ

ଘସିପୁରା,୨୦।୧(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଳତୀ ଠାରେ ୨୫ତମ ରାଜ୍ୟସ୍ତରୀୟ ଗୋଲଡେନ୍‌ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଆନନ୍ଦପୁର ଉପଜିଲାପାଳ ନିତ୍ୟାନନ୍ଦ ବାରିକ, ଆନନ୍ଦପୁର ବ୍ଲକ ବିଡିଓ ଉମାକାନ୍ତ ପରିଡା, ଘସିପୁରା ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ, ନିୟନ୍ତ୍ରିତ ବଜାର କମିଟି ଉପାଧ୍ୟକ୍ଷ ଦେବାଶିଷ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।