ମେଟ୍ରୋ |

ନାଚି ନଚାଇଲେ ବିଶ୍ୱାସ, ରାଦ୍‌ନୀ

ନାଚି ନଚାଇଲେ ବିଶ୍ୱାସ, ରାଦ୍‌ନୀ
ପୁରୀ ଅଫିସ,୧୩।୧: ଗ୍ଲୋରିଫେଷ୍ଟର ଉଦ୍‌ଯାପନୀ ସନ୍ଧ୍ୟାର ବିଶେଷ ଆକର୍ଷଣ ଥିଲେ ଇଣ୍ଡିଆନ ଆଇଡଲ୍‌-୫ର ଫାଇନାଲିଷ୍ଟ ବିଶ୍ୱାସ ରାଏ ଏବଂ ଏସିଆଜ୍‌ ସିଙ୍ଗଙ୍ଗ୍‌ ସୁପରଷ୍ଟାରର ଫାଇନାଲିଷ୍ଟ ରାଦ୍‌ନୀ ତ୍ୟାଗରାଜ। ଏହି ଦୁଇ ଯୁବ କଣ୍ଠଶିଳ୍ପୀ ପୁରୀ ବେଳାଭୂମିର ଶୀତୁଆ ସନ୍ଧ୍ୟାରେ ଉଷ୍ମତା ଭରି ଦେଇଥିଲେ। ଏମାନଙ୍କ ସହ ମିଶି ଯୁବଗୋଷ୍ଠୀଙ୍କୁ ମତୁଆଲା କରିଥିଲେ କଲିକତାର ଶୁଭଶ୍ରୀ। ଧୁମ୍‌ଧଡାକ ସଙ୍ଗୀତର ତାଳେ ତାଳେ ନିଜେ ନାଚି ବେଦମ ନଚାଇଥିଲେ ଯୁବଗୋଷ୍ଠୀଙ୍କୁ। ବିଶେଷକରି ରାଦ୍‌ନୀଙ୍କ ରକ୍‌ ଷ୍ଟାଇଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଭରିଥିଲା। ମଞ୍ଚ ଉପରୁ ଦର୍ଶକଙ୍କ ଗହଣରୁ ଆସି ଧୁମ୍‌ ମଚାଇଥିଲେ ରାଦ୍‌ନୀ, ବିଶ୍ୱାସ ଓ ଶୁଭଶ୍ରୀ। ବିଶ୍ୱାସ ସୁନୋନା ସଙ୍ଗ ମର୍‌ ମର..., ତେରେ ଦିୱାନୀ ତେରେ ଦିୱାନୀ..., ସୁନ୍‌ ରହା ହେ ନା ତୁ..., ମହବତ୍‌ ବରଷା ଦେନା ତୁ..., ରାଦ୍‌ନୀ ବୋଲ୍‌ ଦୋ ନା ଜରା..., ଇତନେ ମୋହବତଁ କରୋନା..., ରାମ୍‌ ଚାହେ ଲୀଲା ଚାହେ..., ଜଲୱା...ଭଳି ଏକାଧିକ ହିଟ୍‌ ଗୀତ ଗାଇଥିଲେ। ସେହିପରି ଶୁଭଶ୍ରୀଙ୍କ ମେରେ ରସ୍‌କେ କମର..., ଲୈଲା ମେ ଲୈଲା..., ସା...ରା ଜମାନା..., ମେନୁ ପ୍ୟାର ନା ମିଲେ ମରଜାୱା..., ଦିଲ୍‌ ଦେ ଦିଆ ହେ..,ଗୀତରେ ଢେର ରାତି ଯାଏ ଝୁମିଥିଲେ ଦର୍ଶକ।
All Right Reserved By

ମେଟ୍ରୋ |

ଫେକ୍‌ ଆଇଡିରେ ଅଶ୍ଳୀଳ ଭିଡିଓ ସେୟାର କରି ଯୁବକ ଗିରଫ

ଫେକ୍‌ ଆଇଡିରେ ଅଶ୍ଳୀଳ ଭିଡିଓ ସେୟାର କରି ଯୁବକ ଗିରଫ

କଟକ ଅଫିସ,୧୮।୧୦- ହାଟ୍ସଆପରେ ଫେକ ଆଇଡି ବନାଇ ଅଶ୍ଲୀଳ ଭିଡିଓ ସେୟାର କରିଥିବାରୁ ଗୁରୁବାର ଓଡ଼ିଶା କ୍ରାଇମବାଞ୍ଚ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଜଟଣୀ ଅଞ୍ଚଳର ପଓ୍ବନ ଅଗ୍ରଓ୍ବାଲ । 

ପ୍ରଶାସନ ଶୁଣିଲାନି , ନର୍ଦ୍ଦମା ସଫାକଲେ ଯୁବକ

ପ୍ରଶାସନ ଶୁଣିଲାନି , ନର୍ଦ୍ଦମା ସଫାକଲେ ଯୁବକ

ଏରସମା, ୧୮।୧୦(ଡି.ଏନ୍‌.ଏ.)- ଏରସମା ବ୍ଲକ ସଦର ମହକୁମାଠାର ମାତ୍ର କିଛି ବାଟ ଦୂରରେ ଥିବା ଏକ ଢଳାଇ ରାସ୍ତା ଉପରେ ଥିବା ଡ୍ରେନ୍‌ ପାଣି ଯୋଗୁ ସ୍ଥାନୀୟ ବାସୀନ୍ଦା ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିଲେ।

କଟକ ମେଢ଼ ଦର୍ଶନ କଲେ ରାଜ୍ୟପାଳ

କଟକ ମେଢ଼ ଦର୍ଶନ କଲେ ରାଜ୍ୟପାଳ

କଟକ ଅଫିସ,୧୮।୧୦- ଦୁର୍ଗାପୂଜାର ଗୁରୁବାର ମହାନବମୀ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କଟକ ସହରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲି ମା’ ଦୁର୍ଗାଙ୍କୁ ଦର୍ଶନ କରିଛନ୍ତି । 

ବିଧାୟକଙ୍କ କୁଶପୁତ୍ତଳିକା ଦାହ

ବିଧାୟକଙ୍କ କୁଶପୁତ୍ତଳିକା ଦାହ

ବାରଙ୍ଗ,୧୮।୧୦(ଡି.ଏନ୍‌.ଏ.)- ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ବାରଙ୍ଗ କଲେଜ ଛକଠାରେ ଗୁରୁବାର ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। 

ରେଳଧାରଣାରେ ଯୁବକଙ୍କ ଆତ୍ମହତ୍ୟା

ରେଳଧାରଣାରେ ଯୁବକଙ୍କ ଆତ୍ମହତ୍ୟା

ସାକ୍ଷୀଗୋପାଳ,୧୮।୧୦(ଡି.ଏନ୍‌.ଏ.)- ସାକ୍ଷୀଗୋପାଳ ରେଳ ଷ୍ଟେଶନ ୩ନମ୍ବର ରେଳଧାରଣାରେ ଜଣେ ଯୁବକଙ୍କ ଗୁରୁବାର ଆତ୍ମହତ୍ୟା କରିଥିବା ଜଣାପଡିଛି।  ସେ ହେଲେ ସ୍ଥାନୀୟ ଅଞ୍ଚଳର ମନମୋହନ ଜେନା(୨୩)। ସତ୍ୟବାଦୀ ଥାନା ଜୟପୁର ଗ୍ରାମର ମନମୋହନ ଓରଫ କାଳିଆଙ୍କ ଖଣ୍ଡ ବିଖଣ୍ଡିତ ଶରୀର ରେଳବାଇ ପୋଲିସ ଜବତ କରିଛନ୍ତି । 

ଇଣ୍ଡିଆ ଗେଟ୍‌ ବୁଲିଲା ଜଗା

ଇଣ୍ଡିଆ ଗେଟ୍‌ ବୁଲିଲା ଜଗା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଦିଲ୍ଲୀ ଏମ୍ସରୁ ବାହାରି ଇଣ୍ଡିଆ ଗେଟ୍‌ ବିଲୁଛି ଜଗା। ମା’ଙ୍କ ହାତଧରି ଜଗା ଚାଲୁଥିବା ଦେଖିବାକୁ ମିଳିଛି। ବଳିଆର ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲଖିତ ହୋଇଛି। 

ବନ୍ୟା କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ବନ୍ୟା କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୧୮।୧୦- ସମ୍ଭାବ୍ୟ ତିିତ୍‌ଲି ପରବର୍ତ୍ତୀ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳଗୁଡିକ ମଧ୍ୟରୁ ଗୁରୁବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଆସିକା ଅଞ୍ଚଳକୁ ଯାଇ ପୀଡିତ ପରିବାରଙ୍କୁ ଭେଟିଛନ୍ତି ।

ବଙ୍ଗୀୟ ଯୁବତୀ ଉଦ୍ଧାର ଘଟଣା: ଭାଜପା ମହିଳା ପକ୍ଷରୁ ଥାନା ଘେରାଉ

ବଙ୍ଗୀୟ ଯୁବତୀ ଉଦ୍ଧାର ଘଟଣା: ଭାଜପା ମହିଳା ପକ୍ଷରୁ ଥାନା ଘେରାଉ

କୋଣାର୍କ,୧୮।୧୦(ଡି.ଏନ୍‌.ଏ.)- କୋଣାର୍କର ମାର୍କେଟ କମ୍ପ୍ଲେକ୍ସ ପରିସର ଏକ ବନ୍ଦ କୋଠରିରୁ ବଙ୍ଗୀୟ ଯୁବତୀ ଉଦ୍ଧାର ଘଟଣାରେ ଗୁରୁବାର ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ର୍ରୀ ପ୍ରଭାତି ପରିଡ଼ାଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଥାନା ଘେରାଉ କରିଥିଲେ। 

ନିର୍ବାଚନ ପୂର୍ବରୁ ବେଗୁନିଆ ବିଜେଡିରେ ଗୋଷ୍ଠୀ କନ୍ଦଳ

ନିର୍ବାଚନ ପୂର୍ବରୁ ବେଗୁନିଆ ବିଜେଡିରେ ଗୋଷ୍ଠୀ କନ୍ଦଳ

ଖୋର୍ଦ୍ଧା ଅଫିସ,୧୮।୧୦: ନିର୍ବାଚନ ପୂର୍ବରୁ ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ତେଜିବାରେ ଲାଗିଲା । ଏହି ଗୋଷ୍ଠୀ କନ୍ଦଳ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ଗୋଷ୍ଠୀଙ୍କ ମଧ୍ୟରେ ତ୍ୱରାନ୍ବିତ ହୋଇଛି । 

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

କଣ୍ଟାପଡା,୧୮।୧୦(ଡି.ଏନ୍‌.ଏ.)- ଦୟନୀୟ ଅବସ୍ଥାରେ ଏକ ପିକଅପ ଭ୍ୟାନରେ ନିଆଯାଉଥିବା ୧୦ଟି ଗୋରୁଙ୍କୁ ଓଲଟପୁର ପୋଲିସ ଉଦ୍ଧାର କରି ଗୋଶାଳାକୁ ପଠାଇଥିବା ଜଣାପଡିଛି। ଗୋଚାଲାଣରେ ବ୍ୟବହୃତ ଓଆର ୦୨ ଏଏନ୍‌ ୨୬୯୭ ପିକଅପ ଭ୍ୟାନକୁ ପୋଲିସ ଜବତ କରିଥିବାବେଳେ ଏହାର ଡ୍ରାଇଭର ଓ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। 

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଖୋର୍ଦ୍ଧା ଅଫିସ,୧୮।୧୦: ବାଣପୁରର ଶକ୍ତିପୀଠ ଭାବେ ପ୍ରସିଦ୍ଧ ମା’ ଭଗବତୀଙ୍କ ପୀଠରେ ପର୍ଯ୍ୟଟକଙ୍କ ସୁବିଧା ଉଦ୍ଦେଶ୍ୟରେ ନିର୍ମାଣ ହୋଇଥିବା ଶୌଚାଳୟରେ ୫ବର୍ଷ ହେଲା ତାଲା ଝୁୁଲୁଛି । 

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଖୋର୍ଦ୍ଧା ଅଫିସ,୧୮ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଦଶହରାରେ ୫୦ଫୁଟର  ରାବଣ ପୋଡ଼ି ଉତ୍ସବ ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଅନୁଷ୍ଠିତ ହେବ। ଏହାର ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଖୁବ ଆକର୍ଷଣୀୟ ଦର୍ଶନ ରହିଥିବା ଜଣାପଡିଛି। ଏହି ଉତ୍ସବକୁ ଖୋର୍ଦ୍ଧାର ବଡିଜୋନ ଅନୁଷ୍ଠାନ ପକ୍ଷରୁ ୨୦୦୬ରେ ଆରମ୍ଭ ହୋଇଥିଲା। ରାବଣ ପୋଡି ପାଇଁ ପ୍ରାୟ ୪ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରହିଛି ।