ଜୀବନଚର୍ଯ୍ୟା |

ପିଲାଙ୍କୁ ଅଧିକ ପ୍ରଶଂସା କରିବା ଅନୁଚିତ

ପିଲାଙ୍କୁ ଅଧିକ ପ୍ରଶଂସା କରିବା ଅନୁଚିତ

ଓ୍ବାଶିଂଟନ: ଛୋଟ ପିଲାଙ୍କର କାର୍ଯ୍ୟକୁ ପ୍ରଶଂସା କଲେ ସେମାନଙ୍କର ଉତ୍ସାହ ବୃଦ୍ଧି ହୋଇଥାଏ ବୋଲି ଅନେକ ବିଶ୍ୱାସ କରିଥାନ୍ତି। ମାତ୍ର ଏବେ ଗବେଷକ ଜାଣିପାରିଛନ୍ତି ଯେ, ଏହାଦ୍ୱାରା ସେମାନଙ୍କ ମଧ୍ୟରେ ଠକାମି ପ୍ରବୃତ୍ତି ଜାଗ୍ରତ ହୋଇଥାଏ। ଅନ୍ୟପକ୍ଷରେ ପ୍ରଶଂସା ଛୋଟ ପିଲାଙ୍କୁ ସ୍ମାର୍ଟ କରିଥାଏ। ପ୍ରଶଂସା କଲେ ସେମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ିବା ସହିତ କିଭଳି କମ୍‌ କାମରେ ସଫଳତା ମିଳିପାରିବ ସେଭଳି ମନୋଭାବ ପ୍ରକାଶ ପାଇଥାଏ। ଫଳରେ ସେମାନଙ୍କଠାରେ ନୈତିକତା ଗୁଣ ଧୀରେ ଧୀରେ କମିଯାଇଥାଏ ବୋଲି ଚାଇନା ହାଙ୍ଗ୍‌ଜୁ ବିଶ୍ୱବିଦ୍ୟାଳୟର ପ୍ରଫେସର ଲୁଲ୍‌ ଚେନ୍‌ ଓ ଲି ଜାହୋ କହିଛନ୍ତି। ଏସମ୍ପର୍କରେ ଅଧ୍ୟୟନ ପାଇଁ ୧୫୦ ଜଣ ୩ ବର୍ଷ ପିଲା ଏବଂ ୧୫୦ ଜଣ ୫ ବର୍ଷ ପିଲାଙ୍କୁ ବିଭିନ୍ନ ପ୍ରଶ୍ନ ପଚରା ଯାଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କୁ ଏକ କୋଠରୀରେ ବନ୍ଦ କରାଯାଇ ସିସି ଟିଭି କ୍ୟାମେରାରେ ସେମାନଙ୍କର ଚାଲିଚଲନ ଲକ୍ଷ୍ୟ କରାଯାଇଥିଲା। ଜଣାପଡିଥିଲା ପ୍ରଶଂସା କରାଯାଉଥିବା ପିଲାଙ୍କଠାରେ ଠକାମି ଗୁଣ ପ୍ରକାଶ ପାଇଥାଏ। ମାତ୍ର ସାଧାରଣ ପିଲା ପରିଶ୍ରମ କରି ସଫଳତା ପାଇବାକୁ ପ୍ରୟାସ କରିଥାନ୍ତି ବୋଲି ଗବେଷକ କହିଛନ୍ତି। ଛୋଟବେଳୁ ପିଲାଙ୍କ ମଧ୍ୟରେ ଠକାମି ଗୁଣ ଦେଖାଦେଲେ ଜୀବନର ପରବର୍ତ୍ତୀ ସମୟରେ ଏହାର ନକାରାତ୍ମକ ପ୍ରଭାବ ପଡିଥାଏ। ସ୍ଥଳ ବିଶେଷରେ ସେମାନେ ଅପରାଧ କରିବାକୁ ମଧ୍ୟ ପଛାଇ ନ ଥାନ୍ତି।

All Right Reserved By

ଜୀବନଚର୍ଯ୍ୟା |

ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର

ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର

ଚକୋଲେଟ୍‌ରେ ପ୍ରଚୁର ପରିମାଣରେ ଫ୍ୟାଟ ଥାଏ। ଏହା ଶରୀରରେ ଚର୍ବି ବୃଦ୍ଧି କରେ। ନିୟମିତ ଏହାକୁ ଖାଇଲେ ମେଦବହୁଳତା ହୋଇଥାଏ। ସେଥିପାଇଁ ଚକୋଲେଟ୍‌ ବେଶି ନ ଖାଇବା ଲାଗି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର।

ପଇଡ଼ ପାଣି ପିଅନ୍ତୁ, କିଡ୍‌ନୀ ସମସ୍ୟାରୁ ଦୂରେଇ ରୁହନ୍ତୁ

ପଇଡ଼ ପାଣି ପିଅନ୍ତୁ, କିଡ୍‌ନୀ ସମସ୍ୟାରୁ ଦୂରେଇ ରୁହନ୍ତୁ

ସକାଳେ ପଇଡ଼ ପାଣି ପିିଇଲେ କିଡ୍‌ନୀ ବା ବୃକ୍‌କ ଜନିତ ସମସ୍ୟାରୁ ମିଳେ ମୁକ୍ତି। କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏକଥା ଜାଣିବାକୁ ମିଳିଛି। ପଇଡ଼ ପାଣିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, ତନ୍ତୁଜ, ଭିଟାମିନ୍‌ ସି, ସୋଡିୟମ୍‌, ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, କ୍ୟାଲସିୟମ୍‌ ଆଦି ତତ୍ତ୍ୱ ରହିଥାଏ।

ନିଜକୁ ଭଲ ଭାବେ ଚିହ୍ନନ୍ତୁ

ନିଜକୁ ଭଲ ଭାବେ ଚିହ୍ନନ୍ତୁ

ମଣିଷର ବିକାଶ ପ୍ରକ୍ରିୟା ଚିନ୍ତାଧାରା ଦ୍ୱାରା ଅଧିକ ପ୍ରଭାବିତ ହୋଇଥାଏ । ଜୀବନରେ ଅନେକ ସମୟରେ ନକରାତ୍ମକ ଚିନ୍ତା ମନକୁ କରିଥାଏ ଆନ୍ଦୋଳିତ। ତେବେ କୌଣସି କ୍ଷେତ୍ରରେ ସଫଳତା ପାଇବା ଲାଗି ନିଜକୁ ପ୍ରଥମେ ଭଲ ଭାବେ ଚିହ୍ନିବା ବା ଜାଣିବାର ଆବଶ୍ୟକତା ରହିଛି । ନିଜକୁ ବିଶ୍ଲେଷଣ କଲେ ମନରେ ସକାରାତ୍ମକ ଚିନ୍ତାଧାରା ଉଦ୍ରେକ ହେବାର ସମ୍ଭାବନା ଅଧିକ ।

କାନ୍ଦିଲେ ମିଳେ ମାନସିକ ଶାନ୍ତି

କାନ୍ଦିଲେ ମିଳେ ମାନସିକ ଶାନ୍ତି

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। ନିୟୁଜର୍ସି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ।

ପାଦରୁ ଜଣାପଡିବ ବ୍ୟକ୍ତିତ୍ୱ

ପାଦରୁ ଜଣାପଡିବ ବ୍ୟକ୍ତିତ୍ୱ

ଜଣେ ବ୍ୟକ୍ତିର ସଫଳତା ଓ ବ୍ୟବହାର ତାଙ୍କ ପାଦରୁ ହିଁ ଜାଣିହୁଏ। ଏକ ଗବେଷଣାରୁ ଜଣାପଡିଛି ଜଣେ ସଫଳ ବ୍ୟକ୍ତିର ବ୍ୟକ୍ତିତ୍ୱ ତାଙ୍କ ପାଦର ଗଠନଶୈଳୀ ଉପରେ ନିର୍ଭର କରିଥାଏ। କାରଣ ପାଦ ଯଦି ଥକ୍କା ମାରିଯାଏ ତେବେ ଯେ କେହି ବ୍ୟକ୍ତି ଆଗକୁ ବଢିବା ସମ୍ଭବ ହୋଇ ନ ଥାଏ।

ଆଖି ରଙ୍ଗରୁ  ବାରିହେବ ଶରୀରର ସୁସ୍ଥତା

ଆଖି ରଙ୍ଗରୁ ବାରିହେବ ଶରୀରର ସୁସ୍ଥତା

ଦେହ ଅସୁସ୍ଥ ଲାଗିଲେ ଆମେ ଡାକ୍ତରଙ୍କ ପରାମର୍ଶ ନେଉ। ହେଲେ ବେଳେବେଳେ ଆଖିର ରଙ୍ଗ ଦେଖି ଶରୀରର ସୁସ୍ଥତା ଉପରେ ଅନୁମାନ ଲାଗାଯାଇ ପାରିବ ବୋଲି ଆମେରିକାର କେତେକ ଚିକତ୍ସକ ମତ ଦେଇଛନ୍ତି।

ପ୍ରୋଟିନ ଆବଶ୍ୟକତା ପୂରଣ କରେ ଅଙ୍କୁରିତ ଖାଦ୍ୟ

ପ୍ରୋଟିନ ଆବଶ୍ୟକତା ପୂରଣ କରେ ଅଙ୍କୁରିତ ଖାଦ୍ୟ

ଶରୀରରେ ପ୍ରୋଟିନର ଅଭାବ ଦେଖାଦେଲେ ସାମାନ୍ୟ ପରିଶ୍ରମରେ ବି କ୍ଲାନ୍ତି ଲାଗିଥାଏ । ଏପରି କ୍ଷେତ୍ରରେ ସପ୍ଲିମେଣ୍ଟ ଭାବେ ଅନେକ ମେଡିସିନ୍‌ ମାଧ୍ୟମରେ ପ୍ରୋଟିନ୍‌ ନେବା ଆରମ୍ଭ କରିଥାନ୍ତି ।

ସ୍ବାସ୍ଥ୍ୟ ଲାଗି ହିତକର ପ୍ରାତଃ ଭ୍ରମଣ...

ସ୍ବାସ୍ଥ୍ୟ ଲାଗି ହିତକର ପ୍ରାତଃ ଭ୍ରମଣ...

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ।

ସକାଳୁ ମହୁପାଣି ପିଅନ୍ତୁ ମେଦବହୁଳତାରୁ ରକ୍ଷା ପାଆନ୍ତୁ...

ସକାଳୁ ମହୁପାଣି ପିଅନ୍ତୁ ମେଦବହୁଳତାରୁ ରକ୍ଷା ପାଆନ୍ତୁ...

ସକାଳେ ନିତ୍ୟକର୍ମ ସାରି ଉଷୁମ ପାଣିରେ ଦୁଇଠୋପା ମହୁ ପକାଇ ପିିଇଲେ ମେଦବହୁଳତାରୁ ମିଳେ ମୁକ୍ତି। ଏନେଇ ବୋଷ୍ଟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି।

ଜରୁରୀ ନୁହେଁ ସବୁଦିନ ଗାଧୋଇବା...

ଜରୁରୀ ନୁହେଁ ସବୁଦିନ ଗାଧୋଇବା...

ସବୁଦିନ ଗାଧୋଇବା ସ୍ବାସ୍ଥ୍ୟ ଲାଗି ହାନୀକାରକ। କଲମ୍ବିଆ ବିଶ୍ୱବିଦ୍ୟାଳୟର ନର୍ସିଂ ବିଭାଗରେ ହୋଇଥିବା ଗବେଷଣା ରିପୋର୍ଟରେ ଏହା କୁହାଯାଇଛି।

ସକାଳୁ ପିଅନ୍ତୁ ଜୁଆଣି ପାଣି...

ସକାଳୁ ପିଅନ୍ତୁ ଜୁଆଣି ପାଣି...

ସକାଳୁ ନିତ୍ୟକର୍ମ ପରେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏହାଦ୍ୱାରା ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ ହୃଦ୍‌ ସମସ୍ୟାରୁ ମିଳିଥାଏ ମୁକ୍ତି।

ବିବାହିତ ପୁରୁଷଙ୍କୁ ଅଧିକ ପସନ୍ଦ କରନ୍ତି ଯୁବତୀ

ବିବାହିତ ପୁରୁଷଙ୍କୁ ଅଧିକ ପସନ୍ଦ କରନ୍ତି ଯୁବତୀ

ଯୁବତୀମାନେ ସମବୟସ୍କ ଯୁବକଙ୍କ ତୁଳନାରେ ବିବାହିତ ପୁରୁଷଙ୍କୁ ଅଧିକ ପସନ୍ଦ କରନ୍ତି। ଆମେରିକା ନିୟୁ ଜର୍ସି ବିଶ୍ୱବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ସୂଚିତ କରାଯାଇଛିି। ବିବାହିତ ପୁରୁଷଙ୍କ ସହିତ ବୁଝାମଣା କରିବା ସହଜ।

Model This Week

ପ୍ରଭାତ