ଖେଳ |

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌: ବୃହତ୍‌ ବିଜୟରୁ ଭାରତର ଅଭିଯାନ

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌: ବୃହତ୍‌ ବିଜୟରୁ ଭାରତର ଅଭିଯାନ
ଟୌରଙ୍ଗ, ୧୭।୧- ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇନଭାଇଟେଶନାଲ ହକି ସିରିଜ୍‌ରେ ଭାରତୀୟ ଦଳ ବୃହତ୍‌ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଖେଳାଯାଇଥିବା ମୁକାବିଲାରେ ଭାରତୀୟ ଦଳ ୬-୦ ଗୋଲ୍‌ରେ ଜାପାନକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ପଦାର୍ପଣକାରୀ ବିବେକ ସାଗର ଓ ଦିଲପ୍ରୀତ ସିଂ ୨ଟି ଲେଖାଏ ଗୋଲ କରିଛନ୍ତି। ଏମାନଙ୍କ ବ୍ୟତୀତ ରୂପିନ୍ଦର ପାଲ ସିଂ ଓ ହରମନପ୍ରୀତ ସିଂ ପ୍ରତ୍ୟେକେ ଗୋଟିଏ ଗୋଲ ଦେଇଛନ୍ତି। ଏହି ମ୍ୟାଚ୍‌କୁ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ନେତୃତ୍ୱଧୀନ ୧୯ ବର୍ଷରୁ କମ୍‌ ଭାରତୀୟ ଦଳ ଉପସ୍ଥିତ ଥିଲା। ଆରମ୍ଭରୁ ଭାରତୀୟ ଦଳ ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିଥିଲା। ଫଳରେ ଦଳ ୭ମ ମିନିଟ୍‌ରେ ହିଁ ପ୍ରଥମ ପେନାଲ୍ଟି କର୍ନର ଅର୍ଜନ କରିଥିଲା। ଏହାକୁ ପ୍ରତିପକ୍ଷ ଗୋଲ୍‌କିପର ରୋକିଦେଇଥିଲେ। ମାତ୍ର ତ୍ରୁଟି ଯୋଗୁ ଭାରତକୁ ଏକ ପେନାଲ୍ଟି ଷ୍ଟ୍ରୋକ୍‌ ମିଳିଥିଲା, ଯାହାକୁ ରୂପିନ୍ଦର ଗୋଲ୍‌ରେ ପରିବର୍ତ୍ତନ କରିଥିଲେ। ଏହାର ୫ ମିନିଟ୍‌ ପରେ ବିବେକ ଦଳ ପାଇଁ ୨ୟ ସଫଳତା ଆଣିଥିଲେ। ପ୍ରଥମ ଭଳି ଦ୍ୱିତୀୟ କ୍ୱାର୍ଟରରେ ମଧ୍ୟ ଭାରତୀୟ ଦଳର ବାରମ୍ବାର ଆକ୍ରମଣ ଯୋଗୁ ଜାପାନିଜ ଦଳ ଚାପରେ ରହିଥିଲା। ମ୍ୟାଚ୍‌ର ୨୮ତମ ମିନିଟ୍‌ରେ ବିବେକ ଦଳ ପାଇଁ ୩ୟ ତଥା ବ୍ୟକ୍ତିଗତ ୨ୟ ଗୋଲ୍‌ ମାରିଥିଲେ। ଫଳରେ ପ୍ରଥମାର୍ଦ୍ଧ ସୁଦ୍ଧା ଟିମ୍‌ ଇଣ୍ଡିଆ ୩-୦ ଗୋଲ୍‌ର ଅଗ୍ରଣୀ ପାଇଥିଲା। ୩ୟ କ୍ୱାର୍ଟର ଆରମ୍ଭରୁ ଦିଲପ୍ରୀତ ଏକ ନିଶ୍ଚିତ ଗୋଲ୍‌ ସୁଯୋଗ ସୃଷ୍ଟି କରିଥିଲେ। ଯଦିଓ ପ୍ରଥମ ଉଦ୍ୟମରେ ସେ ବିଫଳ ହୋଇଥିଲେ କିନ୍ତୁ ୨ୟ ଥରରେ ସେ ଗୋଲ୍‌ ଦେବାକୁ ସକ୍ଷମ ହୋଇଥିଲେ। ୪୦ତମ ମିନିଟ୍‌ରେ ପୁଣି ଜାପାନିଜ ଖେଳାଳିଙ୍କ ତ୍ରୁଟି ଯୋଗୁ ଭାରତକୁ ପେନାଲ୍ଟି କର୍ନର ମିଳିଥିଲା। ଏହାକୁ ସଫଳତାର ସହ ହରମନପ୍ରୀତ ଗୋଲ୍‌ ସ୍କୋର କରିଥିଲେ। ଏହି କ୍ୱାର୍ଟରର ଅନ୍ତିମ ମୁହୂର୍ତ୍ତରେ ଦିଲପ୍ରୀତ (୪୫ତମ) ଦଳ ପାଇଁ ୬ଷ୍ଠ ଗୋଲ୍‌ ଦେଇଥିଲେ। ମ୍ୟାଚ୍‌ର ଅନ୍ତିମ ୧୫ ମିନିଟ୍‌ରେ ଉଭୟ ଦଳର ଖେଳାଳିଙ୍କ ବହୁ ଉଦ୍ୟମ ସତ୍ତ୍ୱେ ଆଉ ଗୋଲ ହୋଇ ନ ଥିଲା। ଭାରତୀୟ ଦଳ ଗୁରୁବାର ଖେଳାଯିବାକୁଥିବା ୨ୟ ମ୍ୟାଚ୍‌ରେ ବେଲଜିୟମକୁ ଭେଟିବ।
All Right Reserved By

ଖେଳ |

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ମୁମ୍ବାଇ,୨୨।୧(ପି.ଟି.)- ନିକଟରେ ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପ୍ରଥମ ଥର ଟେଷ୍ଟ ଓ ଦିନିକିଆ ସିରିଜ୍‌ ଜିତି ରେକର୍ଡ କରିଛି। ଏଥିନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ଚୟନ କମିଟି ସଦସ୍ୟଙ୍କୁ ପୁରସ୍କୃତ କରିବା ଲାଗି ନିଷ୍ପତ୍ତି ନେଇଛି। 

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ପନ୍ତ ଆଇସିସି ଏମର୍ଜିଂ କ୍ରିକେଟର

ଦୁବାଇ,୨୨।୧(ପି.ଟି.)- ଭାରତର ଉଦୀୟମାନ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ନାମ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ପରିଷଦ (ଆଇସିସି) ପକ୍ଷରୁ ଏମିର୍ଜିଂ ପ୍ଲେୟର ଅଫ୍‌ ଇୟର ପୁରସ୍କାର ଲାଗି ଘୋଷଣା କରାଯାଇଛି। 

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

‘ସଚିନଙ୍କ ସମସ୍ତ ରେକର୍ଡ ଭାଙ୍ଗିବେ କୋହଲି’

କରାଚୀ,୨୨।୧- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସମସ୍ତ ରେକର୍ଡକୁ ବିରାଟ କୋହଲି ଭାଙ୍ଗି ଦେବେ। ଏଭଳି ମନ୍ତବ୍ୟ ଦେଇଛନ୍ତି ପାକିସ୍ତାନ ପୂର୍ବତନ ବ୍ୟାଟ୍ସମ୍ୟାନ ଜାହିର ଆବାସ। 

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଜ୍ୟାକବଙ୍କ ସହାୟତା ଲାଗି ବ୍ଲାଙ୍କ ଚେକ୍‌

ଭଦୋଦରା, ୨୨।୧- ମୃତ୍ୟୁ ସହ ସଂଘର୍ଷ କରୁଥିବା ପୂର୍ବତନ କ୍ରିକେଟର ଜ୍ୟାକବ ମାର୍ଟିନଙ୍କୁ ଆର୍ଥିକ ସହାୟତା କରିବା ଲାଗି ବହୁ  ବର୍ତ୍ତମାନ ଓ ପୂର୍ବତନ ଭାରତୀୟ କ୍ରିକେଟର ହାତ ବଢ଼ାଇଛନ୍ତି। 

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

କ୍ରିକେଟରେ ଅଜବ ରେକର୍ଡ: ଯାହା ଭାଙ୍ଗିବା କଷ୍ଟ

ଖେଳରେ ପ୍ରତିଦିନ ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି ହେଉଥିବାର ନଜିର ରହିଛି। କିନ୍ତୁ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ରହିଛି ଯାହା ଆଜି ବି କାଏମ ରହିଛି। ସେମିତି କିଛି ରେକର୍ଡ ସମ୍ପର୍କରେ....

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ଅଷ୍ଟ୍ରିଆରେ ଅଛି ଧ୍ୟାନ ଚାନ୍ଦଙ୍କ ଷ୍ଟାଚ୍ୟୁ

ବିଶ୍ୱର ସର୍ବକାଳୀନ ଶ୍ରେଷ୍ଠ ହେକି ଖଳାଳି ଭାବେ ମେଜର ଧ୍ୟାନ ଚାନ୍ଦ ଜଣାଶୁଣା। ଏହି କିମ୍ବଦନ୍ତୀ ଭାରତୀୟ ଖେଳାଳିଙ୍କୁ କେବଳ ଭାରତରେ ନୁହେଁ ବିଶ୍ୱର ବିଭିନ୍ନ ପ୍ରାନ୍ତରରେ ହକି ଗୁରୁ ଭାବେ ଗ୍ରହଣ କରାଯାଏ।

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଆଇସିସି ପୁରସ୍କାରରେ କୋହଲିଙ୍କ କ୍ଲିନ ସୁଇପ୍‌

ଦୁବାଇ,୨୨।୧(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଆଇସିସି ବାର୍ଷିକ ପୁରସ୍କାରରେ କ୍ଲିନ ସୁଇପ୍‌ କରିଛନ୍ତି।

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଆଇସିସି ଟେଷ୍ଟ, ଦିନିକିଆ ଅଧିନାୟକ କୋହଲି

ଦୁବାଇ,୨୨।୧(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୨୦୧୮ ବର୍ଷର ଶ୍ରେଷ୍ଠ ଦିନିକିଆ ଓ ଟେଷ୍ଟ ଦଳ ଘୋଷଣା କରାଯାଇଛି। ଭାରତୀୟ ବ୍ୟାଟିଂ ବିଭାଗର ମେରୁଦଣ୍ଡ ବିରାଟ କୋହଲିଙ୍କୁ ଉଭୟ ଦଳର ଅଧିନାୟକ ଭାବେ ଚୟନ କରାଯାଇଛି।  

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ଫ୍ରେଞ୍ଚ ଓପନରେ ଖେଳିବେ ଫେଡରର

ମେଲବୋର୍ନ,୨୨।୧- କିମ୍ବଦନ୍ତୀ ପୁରୁଷ ସିଙ୍ଗଲ୍ସ ଖେଳାଳି ରୋଜର ଫେଡରର ଆଗାମୀ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଖେଳିବେ।

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

କିଲିମାଞ୍ଜାରୋ ଆରୋହଣ ଅଭିଯାନରେ କୁଶ, ଲିପିକା

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଆଫ୍ରିକା ମହାଦେଶର ଉଚ୍ଚତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି/୧୯,୩୪୦ ଫୁଟ) ଆରୋହଣ କରିବେ ଓଡ଼ିଶାର ଦୁଇ ପର୍ବତାରୋହି ପ୍ରତିଭା କୁଶ ଆର୍ଲବ ଓ ଲିପିକା ସେଠ୍‌। ଏହି ଅଭିଯାନରେ କୋରାପୁଟ ଜିଲାର କୁଶ ଓ ବରଗଡ଼ର ଲିପିକା ସୋମବାର ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛନ୍ତି। କୁଶ ଓ ଲିପିକାଙ୍କୁ ବିଦାୟ ଜଣାଇବା ପାଇଁ ଏଠାରେ ଏକ ଫ୍ଲାଗ୍‌ ଅଫ୍‌ ସେରିମନି ଆୟୋଜନ ହୋଇଥିଲା। 

ହକି ସିରିଜ ଫାଇନାଲ୍ସରେ ଭାରତ:  ଭୁବନେଶ୍ୱରରେ ପୁରୁଷ, ହିରୋସିମାରେ ମହିଳା ଦଳ ଖେଳିବ

ହକି ସିରିଜ ଫାଇନାଲ୍ସରେ ଭାରତ: ଭୁବନେଶ୍ୱରରେ ପୁରୁଷ, ହିରୋସିମାରେ ମହିଳା ଦଳ ଖେଳିବ

ଭୁବନେଶ୍ୱର, ୨୨।୧(କ୍ରୀଡ଼ା ପ୍ରତିନିଧି)-ଗତବର୍ଷ ହକି ବିଶ୍ୱକପ କଳିଙ୍ଗ ଷ୍ଟାଡିୟମରେ ସଫଳତାର ସହ ସମ୍ପନ୍ନ ହୋଇଥିବାବେଳେ ଚଳିତ ବର୍ଷ ଏଠାରେ ଅନୁଷ୍ଠିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫଆଇଏଚ୍‌) ସିରିଜ ଫାଇନାଲ୍ସ। ୨୦୧୯ରେ ହକି ସିରିଜ ଫାଇନାଲ୍ସର ମୋଟ ୩ଟି ଚରଣ ଅନୁଷ୍ଠିତ ହେବ। ପୁରୁଷ ବିଭାଗର ଦ୍ୱିତୀୟ ଚରଣ ଜୁନ ୬ରୁ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଖେଳାଯିବ। 

ଖେଳାଳିଙ୍କୁ ମୁଣ୍ଡନ ପାଇଁ କହିବା:  ତିନି ଜଣିଆ କମିଟି ତଦନ୍ତ କରିବ

ଖେଳାଳିଙ୍କୁ ମୁଣ୍ଡନ ପାଇଁ କହିବା: ତିନି ଜଣିଆ କମିଟି ତଦନ୍ତ କରିବ

କୋଲକାତା, ୨୨ା୧ (ପି.ଟି.)-ଏକ ମ୍ୟାଚ ହାରିବା ପରେ ରାଜ୍ୟ ୧୯ ବର୍ଷରୁ କମ୍‌ ଖେଳାଳିଙ୍କୁ ମୁଣ୍ଡନ ପାଇଁ କୁହାଯାଇଥିବା ଘଟଣାର ତଦନ୍ତ ପାଇଁ ଏକ ୩ ଜଣିଆ କମିଟି ଗଠନ କରାଯିବ। ବେଙ୍ଗଲ ହକି ଆସୋସିଏଶନ (ବିଏଚ୍‌ଏ) ସମ୍ପାଦକ ସପନ ବାନାର୍ଜୀ ସୋମବାର ସୂଚନା ଦେଇଛନ୍ତି।