ଖେଳ |

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ
ମେଲବୋର୍ନ, ୧୯।୧(ପି.ଟି.)- ଭାରତର ଡିଭିଜ ଶରନ ଓ ରୋହନ ବୋପାନ୍ନା ନିଜ ପାର୍ଟନରଙ୍କ ସହ ଅଷ୍ଟ୍ରେଲିଆନ ଓପନ ଟେନିସ ଗ୍ରାଣ୍ଡସ୍ଲାମ ପୁରୁଷ ଡବଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଆମେରିକାର ରାଜୀବ ରାମ୍‌ଙ୍କୁ ସାଥୀକରି ଖେଳୁଥିବା ଶରନ ଦ୍ୱିତୀୟ ରାଉଣ୍ଡରେ ଫାବିଓ ଫୋଗନିନି ଓ ମାର୍ସେଲ ଗ୍ରାନୋଲେର୍ସଙ୍କଠାରୁ କଡ଼ା ଚ୍ୟାଲେଞ୍ଜ ପାଇବାପରେ ୪-୬, ୭-୬(୭/୪), ୬-୨ ସେଟ୍‌ରେ ବିଜୟୀ ହୋଇଥିଲେ। ଶରନ ପୂର୍ବରୁ ପୂରବ ରାଜାଙ୍କୁ ସାଥିକରି ଗତବର୍ଷ ଫ୍ରେଞ୍ଚ୍‌ ଓପନର ତୃତୀୟ ରାଉଣ୍ଡରେ ପ୍ରବେଶ କରିଥିଲେ। ୨୦୧୩ରେ ସେ ୟୁଏସ ଓପନ ଗ୍ରାଣ୍ଡସ୍ଲାମର ମଧ୍ୟ ତୃତୀୟ ରାଉଣ୍ଡ ଖେଳିଥିଲେ। ଅନ୍ୟପକ୍ଷରେ ଫ୍ରାନ୍ସର ଏଡୁଆର୍ଡ ରୋଜର-ଭାସେଲିନ୍‌ଙ୍କୁ ସାଥିକରି ଖେଳିଥିବା ବୋପାନ୍ନା ଦ୍ୱିତୀୟ ରାଉଣ୍ଡରେ ପର୍ତ୍ତୁଗାଲର ଜୋଆଓ ସୋଉସା ଓ ଆର୍ଜେଣ୍ଟିନାର ଲିଓନାର୍ଡୋ ମେୟର ଯୋଡ଼ିଙ୍କୁ ୬-୨, ୭-୬(୩) ସେଟ୍‌ରେ ପରାସ୍ତ କରିଛନ୍ତି। ବୋପାନ୍ନା-ଭାସେଲିନ ଯୋଡ଼ି ତୃତୀୟ ରାଉଣ୍ଡରେ କ୍ରୋଏସିଆର ମାଟେ ପାଭିକ୍‌ ଓ ଅଷ୍ଟ୍ରଆର ଓଲିଭର ମାରାଚ୍‌ଙ୍କୁ ଭେଟିବେ।
All Right Reserved By

ଖେଳ |

ରାଜନୀତିରେ ଯୋଗଦେବେ ନାହିଁ ଗମ୍ଭୀର

ରାଜନୀତିରେ ଯୋଗଦେବେ ନାହିଁ ଗମ୍ଭୀର

ନୂଆଦିଲ୍ଲୀ,୧୦।୧୨- ନିକଟରେ କ୍ରିକେଟରୁ ଅବସର ନେଇଥିବା ଗୌତମ ଗମ୍ଭୀର ରାଜନୀତିରେ ଯୋଗଦେବା ନେଇ ଚାଲିଥିବା ଚର୍ଚ୍ଚାକୁ ପୂର୍ଣ୍ଣଛେଦ ପକାଇଛନ୍ତି। 

ସପ୍ତମ ରାଜ୍ୟସ୍ତରୀୟ ଭଲିବଲ ଚାମ୍ପିୟନସିପ୍‌: ସେଞ୍ଚୁରିୟନ ବିଶ୍ୱ ବିଦ୍ୟାଳୟ ଚାମ୍ପିୟନ

ସପ୍ତମ ରାଜ୍ୟସ୍ତରୀୟ ଭଲିବଲ ଚାମ୍ପିୟନସିପ୍‌: ସେଞ୍ଚୁରିୟନ ବିଶ୍ୱ ବିଦ୍ୟାଳୟ ଚାମ୍ପିୟନ

ବାରିପଦା ଅଫିସ, ୧୦।୧୨- ସପ୍ତମ ରାଜ୍ୟସ୍ତରୀୟ ପୁରୁଷ ଦିବାରାତ୍ର ଭଲିବଲ କ୍ଳବ ଚମ୍ପିୟନସିପର ଫାଇନାଲ ମ୍ୟାଚ ରବିବାର ବିଳମ୍ବିତ ରାତିରେ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ଓ ଖୋର୍ଦ୍ଧା ରେଳବାଇ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ବିଶ୍ୱ ରେକର୍ଡ ସମକକ୍ଷ ପନ୍ତ

ବିଶ୍ୱ ରେକର୍ଡ ସମକକ୍ଷ ପନ୍ତ

ଆଡିଲେଡ୍‌,୧୦।୧୨- ଗୋଟିଏ ଟେଷ୍ଟ ମ୍ୟାଚ୍‌ରେ ସର୍ବାଧିକ ସଂଖ୍ୟକ କ୍ୟାଚ୍‌ ଧରିଥିବା ଭାରତୀୟ ଉଇକେଟକିପର ରିଦ୍ଦିମାନ ଶାହଙ୍କ ରେକର୍ଡ ଭାଙ୍ଗିଛନ୍ତି ଯୁବ ଉଇକେଟକିପର ରିଶଭ ପନ୍ତ। 

ଆଡିଲେଡ୍‌ ଟେଷ୍ଟ ଜିତିଲା ଭାରତ

ଆଡିଲେଡ୍‌ ଟେଷ୍ଟ ଜିତିଲା ଭାରତ

ଆଡିଲେଡ୍‌,୧୦।୧୨-  ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଖେଳାଯାଇଥିବା ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ଭାରତୀୟ ଦଳ ୩୧ ରନ୍‌ରେ ଜିତି ନେଇଛି। 

ହକି ବିଶ୍ୱକପ: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ମୁକାବିଲା

ହକି ବିଶ୍ୱକପ: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ମୁକାବିଲା

ଭୁବନେଶ୍ୱର, ୧୦।୧୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ହକି ବିଶ୍ୱକପ୍‌ର ଚତୁର୍ଦ୍ଦଶ ସଂସ୍କରଣର କ୍ରସ୍‌ ଓଭର ମ୍ୟାଚ୍‌ ସୋମବାରଠାରୁ ଆରମ୍ଭ ହେବ। କ୍ରସ୍‌ ଓଭର ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡ  ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ।

ରଣଜୀ ଟ୍ରଫି: ଝାଡ଼ଖଣ୍ଡଠାରୁ ୨ ରନରେ ହାରିଲା ଓଡ଼ିଶା

ରଣଜୀ ଟ୍ରଫି: ଝାଡ଼ଖଣ୍ଡଠାରୁ ୨ ରନରେ ହାରିଲା ଓଡ଼ିଶା

କଟକ ଅଫିସ, ୧୦।୧୨- ରାଞ୍ଚିସ୍ଥିତ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ରଣଜୀ ଟ୍ରଫି ଏଲିଟ ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ଓଡ଼ିଶା ସଂଘର୍ଷକରି ଘରୋଇ ଝାଡ଼ଖଣ୍ଡଠାରୁ ମାତ୍ର ୨ ରନ୍‌ରେ ପରାସ୍ତ ହୋଇଛି। 

ଫ୍ରାନ୍ସ- ଚାଇନା କ୍ରସ ଓଭର ମୁକାବିଲା

ଫ୍ରାନ୍ସ- ଚାଇନା କ୍ରସ ଓଭର ମୁକାବିଲା

ଭୁବନେଶ୍ୱର, ୧୦।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ବିଶ୍ୱକପ୍‌ରେ କ୍ରସ ଓଭର ପର୍ଯ୍ୟାୟର ଦ୍ୱିତୀୟ ମୁକାବିଲାରେ ଫ୍ରାନ୍ସ ଓ ଚାଇନା ପରସ୍ପରକୁ ଭେଟିବେ। ଫ୍ରାନ୍ସ ପୁଲ୍‌ ଏ’ର ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଚାଇନା ପୁଲ୍‌ ବି’ର ତୃତୀୟ ସ୍ଥାନ ଅଧିକାର କରିଛି। 

କାନାଡ଼ା ଖେଳାଳି କିର୍କପାଟ୍ରିକଙ୍କୁ ତାଗିଦ୍‌

କାନାଡ଼ା ଖେଳାଳି କିର୍କପାଟ୍ରିକଙ୍କୁ ତାଗିଦ୍‌

ଭୁବନେଶ୍ୱର, ୧୦।୧୨ (ସ୍ପୋଟର୍‌ସ ବ୍ୟୁରୋ)-ଶନିବାର ଖେଳାଯାଇଥିବା ଭାରତ ବିପକ୍ଷ ମ୍ୟାଚ୍‌ରେ ଆଚରଣବିଧି ଉଲ୍ଲଂଘନ କରିଥିବାରୁ କାନାଡ଼ା ଖେଳାଳି ଜେମ୍ସ କିର୍କପାଟ୍ରିକ୍‌ ତାଗିଦ୍‌ର ସମ୍ମୁଖୀନ ହୋଇଛନ୍ତି। 

ବିସି ରାୟ ଟ୍ରଫି ଫୁଟବଲ: ମିଜୋରାମ ଚାମ୍ପିୟନ

ବିସି ରାୟ ଟ୍ରଫି ଫୁଟବଲ: ମିଜୋରାମ ଚାମ୍ପିୟନ

ଭୁବନେଶ୍ୱର, ୧୦।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଜୁନିୟର ବାଳକ ଫୁଟବଲ ପ୍ରତିଯୋଗିତା ତଥା ଡ. ବି.ସି. ରାୟ (ଟାଇର-୧) ଟ୍ରଫି ଟୁର୍ନାମେଣ୍ଟରେ ମିଜୋରାମ ଟାଇଟଲ ହାସଲ କରିଛି। 

ଲିଗ୍‌ ଶେଷ, ଆଜିଠାରୁ କ୍ରସ୍‌ ଓଭର

ଲିଗ୍‌ ଶେଷ, ଆଜିଠାରୁ କ୍ରସ୍‌ ଓଭର

ଭୁବନେଶ୍ୱର, ୧୦।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ ୧୪ତମ ସଂସ୍କରଣର ଲିଗ୍‌ ପର୍ଯ୍ୟାୟ ରବିବାର ଶେଷ ହୋଇଛି। ପ୍ରତିଯୋଗିତାର କ୍ରସ୍‌ ଓଭର ମ୍ୟାଚ ସୋମବାରଠାରୁ ଆରମ୍ଭ ହେବ। 

ହକି ବିଶ୍ୱକପ୍‌:   ଭାରତ ସେମିଫାଇନାଲ ପ୍ରବେଶ ଦକ୍ଷତା ରଖିଛି:ଓଲ୍ଟମାନ୍ସ

ହକି ବିଶ୍ୱକପ୍‌: ଭାରତ ସେମିଫାଇନାଲ ପ୍ରବେଶ ଦକ୍ଷତା ରଖିଛି:ଓଲ୍ଟମାନ୍ସ

ଭୁବନେଶ୍ୱର, ୧୦-୧୨(କ୍ରୀଡ଼ା ପ୍ରତିନିଧି)- ଚଳିତ ହକି ବିଶ୍ୱକପରେ ଭାରତ ଭଲ ଖେଳୁଛି। ଲିଗ୍‌ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକା ଓ କାନାଡ଼ାକୁ ହରାଇଥିବାବେଳେ ବେଲଜିୟମ ସହିତ ମ୍ୟାଚ ଡ୍ର ରଖିଛି। 

ବାଂଲାଦେଶକୁ ସହଜ ବିଜୟ ଦେଲେ ମୁସ୍‌ଫିକର

ବାଂଲାଦେଶକୁ ସହଜ ବିଜୟ ଦେଲେ ମୁସ୍‌ଫିକର

ଢାକା, ୧୦ା୧୨ (ଏଏଫ୍‌ପି)-ଉଇକେଟକିପର ମୁସ୍‌ଫିକର ରହିମଙ୍କ ଅପରାଜିତ ୫୫ ରନ ସହାୟତାରେ ବାଂଲାଦେଶ ଏଠାରେ ରବିବାର ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୫ ଉଇକେଟରେ ପରାସ୍ତ କରିଛି।