ରାଜ୍ୟ |

୨୪ ପୋଲିସ ଅଧିକାରୀ ସମ୍ବର୍ଦ୍ଧିତ

୨୪ ପୋଲିସ ଅଧିକାରୀ ସମ୍ବର୍ଦ୍ଧିତ
କଟକ ଅଫିସ, ୨୦।୧- ଅଦାଲତ ଅଭିଯୁକ୍ତଙ୍କୁ ଦଣ୍ଡବିଧାନ କଲେ ମାମଲାର ତଦନ୍ତ ଅଧିକାରୀ ପୁରସ୍କୃତ ହେବେ। ରାଜ୍ୟରେ ଦଣ୍ଡବିଧାନ ହାର ବଢାଇବା ଏବଂ ତଦନ୍ତ ଅଧିକାରୀମାନଙ୍କ ମନୋବଳ ବୃଦ୍ଧି ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ଯଦ୍ଦ୍ବାରା ସମ୍ବେଦନଶୀଳ ମାମଲାଗୁଡ଼ିକର ତଦନ୍ତ ତ୍ୱରାନ୍ବିତ ହୋଇପାରିବ। ଓଡିଶା ପୋଲିସ ପକ୍ଷରୁ ଏଭଳି ଅଭିନବ ଯୋଜନା ଶନିବାର କାର୍ଯ୍ୟକାରୀ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟର ୨୪ ଜଣ ପୋଲିସ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଡିଜିପି ଡ. ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଶଂସାପତ୍ର ସହ ପ୍ରୋତ୍ସାହନ ରାଶି ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସମ୍ବର୍ଦ୍ଧିତ ହୋଇଥିବା ଅଧିକାରୀମାନେ ହେଲେ ମାଲକାନଗିରିର ଓରକେଲ ଥାନା ଏସଆଇ ସନ୍ତୋଷିନୀ ବାରିକ, ପଡିଆ ଥାନା ଆଇଆଇସି ଦୁଷ୍ମନ୍ତ କୁମାର ନାୟକ, ସାଇବର ଥାନା ଆଇଆଇସି ଅକ୍ଷୟ କୁମାର ନାୟକ, କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ପହ୍ଲା ମିଞ୍ଜ୍‌, ଏସ୍‌ଟିଏଫର ଡିଏସ୍‌ପି ଡି.ଏନ. ଦାସ, କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ବିଶ୍ୱପ୍ରକାଶ ଦାସ, ନୂଆପଡା ଜିଲାର ଏସଆଇ ଉର୍ମିଳା ଲାକ୍ରା, ଇନ୍ସପେକ୍ଟର ଶଲ୍ୟ ନାୟକ, ଏସଆଇ ସଦାନନ୍ଦ ନାୟକ, ଏଏସଆଇ ସନ୍ଥ ଚରଣ ପ୍ରଧାନ, ଅନୁଗୋଳ ଜିଲାର ଇନ୍ସପେକ୍ଟର ମଳୟ କୁମାର ନାୟକ, କନ୍ଧମାଳ ଜିଲାର ଏସ୍‌ଆଇ ବିଜୟ କୁମାର ସିଂ, ସୁନ୍ଦରଗଡ ଜିଲାର ଏସ୍‌ଆଇ ଅନିଲ କୁମାର ପରିଡା, ଇନ୍ସପେକ୍ଟର ମାନସ କୁମାର ସ୍ବାଇଁ, ଏସ୍‌ଆଇ ଲଳିତା ପ୍ରଧାନ, ଏସଆଇ ଦୁଃଖୀନ୍ଦ୍ର ସାହୁ। ଏଥିସହ ଯାଜପୁର ଜିଲାର ଇନ୍ସପେକ୍ଟର ଆଶିଷ କୁମାର ସାହୁ, କେନ୍ଦୁଝର ଜିଲାର ଇନ୍ସପେକ୍ଟର ବନିତା ମାଝୀ, ନବରଙ୍ଗପୁର ଜିଲାର ଇନ୍ସପେକ୍ଟର ରଶ୍ମିରଞ୍ଜନ ପ୍ରଧାନ, ଭଦ୍ରକ ଜିଲାର ଇନ୍ସପେକ୍ଟର ହରେକୃଷ୍ଣ ଦାସ, ଚାନ୍ଦବାଲି ଏସ୍‌ଡିପିଓ ତରୁଣ କୁମାର ଦାସ, ଏସ୍‌ଆଇ ରୋହିତ କୁମାର ଜେନା, ବାଲେଶ୍ୱର ଜିଲାର ଏସ୍‌ଆଇ ଏମ୍‌. ମହାନ୍ତ ଓ ରାୟଗଡା ଜିଲାର ଇନ୍ସପେକ୍ଟର ରବୀନ୍ଦ୍ର କୁମାର ପାତ୍ର। ଏହି ଅବସରରେ ଡିଜିପି ଶର୍ମା ସାଇବର ସଚେତନତା ସମ୍ବନ୍ଧୀୟ ଏକ ମାର୍ଗଦର୍ଶିକା ପୁସ୍ତିକାକୁ ଉନ୍ମୋଚନ କରିବା ସହ ମୁଖ୍ୟାଳୟ ପରିସରରେ ଲାଗିଥିବା ଡିଜିଟାଲ ଡିସପ୍ଲେ ବୋର୍ଡକୁ ଲୋକାର୍ପଣ କରିଛନ୍ତି। ସାଇବର ସଚେତନତା ପୁସ୍ତିକା ଓ ଡିସପ୍ଲେ ବୋର୍ଡ ଜନସାଧାରଣଙ୍କୁ ସଚେତନ କରିବା ସହ ଅନେକ ସାଇବର ଠକେଇ, ଏଟିଏମ୍‌ ଠକେଇ ଓ ଅନ୍‌ଲାଇନ ବ୍ୟାଙ୍କ ଠକେଇରୁ ସୁରକ୍ଷିତ ରହିବାରେ ସହାୟକ ହେବ ବୋଲି ଡିଜିପି କହିଛନ୍ତି। ରାଜ୍ୟର ସାଇବର ଅପରାଧ ଓ ଅନ୍ୟାନ୍ୟ ଅପରାଧର ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରୁଥିବା କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ହାର ବୃଦ୍ଧି ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି। ଅଦାଲତରେ ଦୋଷୀ ସାବ୍ୟସ୍ତ ହାର ବୃଦ୍ଧି ପାଇଁ ତଦନ୍ତକାରୀ ଅଧିକାରୀଙ୍କ ଗୁରୁ ଦାୟିତ୍ୱ ରହିଛି ବୋଲି ସେ କହିଛନ୍ତି। ସୂଚନାଥାଉକି, ବଳାତ୍କାର, ହତ୍ୟା, ଡକାୟତି, ରାହାଜାନି, ସାଇବର ଅପରାଧ , ଯୌତୁକଜନିତ ହତ୍ୟା ଆଦି ଗୁରୁତ୍ୱପୂର୍ଣ୍ଣ ମାମଲାରେ ଅଭିଯୁକ୍ତମାନଙ୍କୁ ଅଦାଲତ ୧୦ ବର୍ଷ କାରାଦଣ୍ଡ ଓ ଆଜୀବନ କାରାଦଣ୍ଡ ପ୍ରଦାନ କରିଛନ୍ତି। ଏହାର ତଦନ୍ତକାରୀ ଅଧିକାରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅତିରିକ୍ତ ଡିଜି ସତ୍ୟଜିତ ମହାନ୍ତି, ସନ୍ତୋଷ ଉପାଧ୍ୟାୟ, ଦେବାଶିଷ ପାଣିଗ୍ରାହୀ, ଆଇଜି ରାଧାକୃଷ୍ଣ ଶର୍ମା, ଅସିତ ପାଣିଗ୍ରାହୀ, ନିଖିଲ କୁମାର କାନୋଡିଆଙ୍କ ସମେତ କ୍ରାଇମବ୍ରାଞ୍ଚର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।
All Right Reserved By

ରାଜ୍ୟ |

ରାବଣ ପୋଡି ଉତ୍ସବ

ରାବଣ ପୋଡି ଉତ୍ସବ

ଭୁବନେଶ୍ୱର,୧୯।୧୦: ସରିଛି ପାର୍ବଣର ଋତୁ। ଅଧର୍ମ ଉପରେ ଧର୍ମର ବିଜୟକୁ ନେଇ ମହାମାୟା ଧରାବତରଣ କରିଥିଲେ। ଶୁକ୍ରବାର ବିଜୟା ଦଶମୀ ଅବସରରେ ପରାକ୍ରମୀ ରାବଣର ପୁତ୍ତଳିକା ଦାହ କରି ମେଲାଣି ନେଇଛନ୍ତି ଯୋଗମାୟା।

ଦୁଇ ବନ୍ଧୁକ ବେପାରୀ ଗିରଫ

ଦୁଇ ବନ୍ଧୁକ ବେପାରୀ ଗିରଫ

ଭୁବନେଶ୍ୱର,୧୯।୧୦- ଭୁବନେଶ୍ୱର ନିକଟସ୍ଥ ତମାଣ୍ଡୋ ଅଞ୍ଚଳରୁ ଶୁକ୍ରବାର ଦୁଇ ବନ୍ଧୁକ ବେପାରୀ ଗିରଫ ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, କୌଣସି ସୂତ୍ରରୁ କ୍ୟୁଏଟି ଖବର ପାଇ ତମାଣ୍ଡୋରେ ଥିବା ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବାଲିଅନ୍ତା,୧୯।୧୦- ମା’ ଦୁର୍ଗାପୂଜାଙ୍କ ମହାଦଶମୀ ଅବସରରେ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା ଶୁକ୍ରବାର ବାଲିଅନ୍ତା ବ୍ଲକ ଅଞ୍ଚଳକୁ ଆସି ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଥିଲେ।

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

କଣ୍ଟାପଡା,୧୯।୧୦(ଡି.ଏନ୍‌.ଏ.)- ରାଜ୍ୟ ସାରା ଦଶହରା ପର୍ବ ମହାସମାରୋହରେ ପାଳିିତ ହେଉଥିବା ବେଳେ କଣ୍ଟାପଡାର ଗୋବିନ୍ଦପୁର ଅଞ୍ଚଳରେ ନିଆରା ପର୍ବ ଆୟୋଜନ ହେଉଥିବା ଦେଖାଯାଇଛି । ଶୁକ୍ରବାର ବିଜୟାଦଶମୀ ଅବସରରେ ଉକ୍ତ ଗ୍ରାମରେ କ୍ଷତ୍ରୀୟମାନଙ୍କ ପାରମ୍ପରିକ ଖଣ୍ଡା ଶୋଭାଯାତ୍ରା  ଅନୁଷ୍ଠିତ ହୋଇଯାଇଛି। 

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ଖୋର୍ଦ୍ଧା ଅଫିସ,୧୯ା୧୦:ଖୋର୍ଦ୍ଧାର ବୋଲଗଡ ବ୍ଲକର ମାଣିକାଗୋଡା ଗଁାରେ ହିନ୍ଦୁ ମୁସଲମାନ ମିଳିମିଶି ନିଆରା ଢଙ୍ଗରେ ପାଳନ କରାଯାଏ ଦଶହରା ପର୍ବ । ଉକ୍ତ ଗାଁର ଥିବା ମା’ କନକଦୁର୍ଗାଙ୍କ ଆରମ୍ଭ ହୋଇଥିବା ଆଶ୍ୱିନ ଶୁକ୍ଳପକ୍ଷ ସପ୍ତମୀରୁ ଅନ୍ଧପୁଟୁଳି ଖୋଲିବା ପରେ ମହାଦଶମୀରେ ପୁଣି ମା’ଙ୍କ ଆଖିରେ ବନ୍ଧା ହେବ  ।

ବୀରମହାରାଜପୁରରେ ପାର୍ବଣର ମହକ: ମନମୋହୁଛି ଲୋକନୃତ୍ୟ

ବୀରମହାରାଜପୁରରେ ପାର୍ବଣର ମହକ: ମନମୋହୁଛି ଲୋକନୃତ୍ୟ

ବୀରମହାରାଜପୁର,୧୯।୧୦(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ପୂର୍ବ ବର୍ଷ ଭଳି ଏଥର ମଧ୍ୟ ୩ଟି ପୂଜା କମିଟି ଆନୁକୂଲ୍ୟରେ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ କରାଯାଇଛି। ଉଫୁଲାସ୍ଥିତ ଶୈଲସୂତା କ୍ଲବ ପୂଜା କମିଟି ପକ୍ଷରୁ ପାଳିତ ହୋଇଆସୁଥିବା ଶାରଦୀୟ ପୂଜା ଉତ୍ସବ ସର୍ବପୁରାତନ ହୋଇଥିବା ବେଳେ ମୁଖ୍ୟବସ୍ତିର ତ୍ରିବେଣୀଛକ ଦୁର୍ଗାପୂଜା ୨୧ବର୍ଷରେ ପହଞ୍ଚିଛି।

ଆଦିବାସୀଙ୍କ ନିଆରା ପରମ୍ପରା : ୨୦ରୁ ଊର୍ଦ୍ଧ୍ୱ ଲାଠି ପୂଜା ପାଇଲେ

ଆଦିବାସୀଙ୍କ ନିଆରା ପରମ୍ପରା : ୨୦ରୁ ଊର୍ଦ୍ଧ୍ୱ ଲାଠି ପୂଜା ପାଇଲେ

କୋରାପୁଟ,୧୯।୧୦(ସ୍ବ.ପ୍ର)-କେଉଁ ଆବାହାନକାଳୁ ଜୟପୁର ମହାରାଜାଙ୍କ ଉଧ୍ୟମରେ ଆଦିବାସୀମାନେ ଲାଠିଯାତ୍ରା ପାଳନ କରିଆସୁଥିବା ନଜିର ରହିଛି । ଦଶହରା ଅବସରରେ କୋରାପୁଟଠାରେ ଆଦିବାସୀମାନଙ୍କ ନିଆରା ପରମ୍ପରା ସ୍ବରୂପ ଲାଠି ଶୋଭାଯାତ୍ର ପାଳନ ହୋଇଥାଏ । ଏଠାରେ ଲାଠିକୁ ଦେବୀଦେବାଭାବେ ସେମାନେ ପୂଜା କରିଥାନ୍ତି ।

ବ୍ରହ୍ମପୁର ରେଳ ଷ୍ଟେଶନ୍‌ରେ ଅଭାବନୀୟ ଘଟଣା: ବ୍ଲେଡରେ ବେକ କାଟିଲେ ବୃଦ୍ଧ

ବ୍ରହ୍ମପୁର ରେଳ ଷ୍ଟେଶନ୍‌ରେ ଅଭାବନୀୟ ଘଟଣା: ବ୍ଲେଡରେ ବେକ କାଟିଲେ ବୃଦ୍ଧ

ବ୍ରହ୍ମପୁର ଅଫିସ,୧୯ା୧୦-ବ୍ରହ୍ମପୁର ରେଳ ଷ୍ଟେଶନ୍‌ରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ବୃଦ୍ଧା ଏକ ବ୍ଲେଡ୍‌ରେ ନିଜ ବେକକୁ କାଟି ଦେଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆସିକା ବ୍ଲକ ସିଦ୍ଧନଇ ପଞ୍ଚାୟତ ମହାରାଜା ଗ୍ରାମର ଟୁଙ୍ଗୁରୁ ବେହେରା ସୁରତ୍‌ରେ କାମ କରୁଛନ୍ତି । 

ମହାଦଶମୀ ଅବସରରେ ମା’ ମଙ୍ଗଳା ମନ୍ଦିରରେ ଭକ୍ତଙ୍କ ଭିଡ଼

ମହାଦଶମୀ ଅବସରରେ ମା’ ମଙ୍ଗଳା ମନ୍ଦିରରେ ଭକ୍ତଙ୍କ ଭିଡ଼

କାକଟପୁର,୧୯।୧୦(ଡି.ଏନ୍‌.ଏ.)- ଶୁକ୍ରବାର ମହାଦଶମୀ ଅବସରରେ ପ୍ରାତଃରୁ ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ସୁଅ ଛୁଟିଥିଲା କାକଟପୁରର ମା’ ମଙ୍ଗଳା ମନ୍ଦିରକୁ। ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପାଇଁ  ଭକ୍ତଙ୍କ ଭିଡ଼ରେ ଚଳଚଞ୍ଚଳ ହୋଇ ପଡିଥିଲା ମଙ୍ଗଳା ମନ୍ଦିର । 

ଅନାଥଙ୍କ ସହ କଟକ ମେଢ଼ ବୁଲିଲେ ପଦ୍ମାଳୟା

ଅନାଥଙ୍କ ସହ କଟକ ମେଢ଼ ବୁଲିଲେ ପଦ୍ମାଳୟା

କଟକ ଅଫିସ,୧୯।୧୦- ଓଡ଼ିଶାର ଯେକୌଣସି ଅଞ୍ଚଳରେ ବୁଲିଲେ ମଧ୍ୟ ଦୁର୍ଗାପୂଜା ପାଇଁ କଟକ ସହର ବେଶ ଜଣାଶୁଣା। ସେଠାକାର ମଣ୍ଡପରେ ହୋଇଥିବା ଆକର୍ଷଣୀୟ ମୂର୍ତ୍ତି ହେଉ କି ସୁସଜ୍ଜିତ ତୋରଣ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । 

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ଇନ୍‌ପୁଟ୍‌ ସବ୍‌ସିଡି, ପ୍ରଭାବିତ ଅଞ୍ଚଳ ବୁଲି ରିପୋର୍ଟ ଦେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ଇନ୍‌ପୁଟ୍‌ ସବ୍‌ସିଡି, ପ୍ରଭାବିତ ଅଞ୍ଚଳ ବୁଲି ରିପୋର୍ଟ ଦେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡି ମିଳିବ। ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୩,୫୦୦ଟଙ୍କା ସବ୍‌ସିଡି ମିଳିବ। ସେହିଭଳି ଅଣ ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬,୮୦୦ ଟଙ୍କା ଦିଆଯିବ ବୋଲି ଏସ୍‌ଆର୍‌ସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।