ମେଟ୍ରୋ |

୪୪୦୭.୭୩ ଏକର ଜମିରେ ବେଆଇନ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି

୪୪୦୭.୭୩ ଏକର ଜମିରେ ବେଆଇନ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି

କଟକ ଅଫିସ,୨୧।୧: ୮ ଜିଲାରେ ବେଆଇନ ଭାବେ ହେଉଥିବା ଗଞ୍ଜେଇ ଚାଷ ରୋକାଯିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇଛି। ୨୦୧୭ -୧୮ ବର୍ଷରେ ୪୪୦୭.୭୩ ଏକର ଜମିରେ ବେଆଇନ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି। ଏ ନେଇ ରବିବାର ପୋଲିସ ମହାନିର୍ଦ୍ଦେଶକ ଡ. ଆର ପି ଶର୍ମା ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଗଞ୍ଜେଇ ଚାଷ ହେଉଥିବା ଜିଲା ଗୁଡ଼ିକ ହେଲା ସମ୍ବଲପୁର, ଦେବଗଡ଼, ନୟାଗଡ଼, ବଦ୍ଧ, ଗଜପତି, ଅନୁଗୁଳ, ରାୟଗଡ଼ା , କୋରାପୁଟ, ମାଲକାନଗିରି ଓ କନ୍ଧମାଳ। ଏଥି ମଧ୍ୟରୁ କନ୍ଧମାଳ ଜିଲାର ସର୍ବାଧିକ ୨,୨୨୭ ଏକର ଗଞ୍ଜେଇ ଚାଷ ଜମି ରହିଛି। ଏହି ଅବସରରେ ଡିଜିପି କହିଛନ୍ତି ଯେ, ଗଞ୍ଜେଇ ଚାଷ କରୁଥିବା ତଥା ଚୋରା ଚାଲାଣ କରୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ତଥ୍ୟ ଦେଲେ ତଥ୍ୟଦାତାଙ୍କୁ ପୁରସ୍କୃତ କରାଯିବ।

All Right Reserved By

Model This Week

ସନ୍ତୋଷ

ମେଟ୍ରୋ |

ମୋଦି ରାଲିରେ ଯୋଗଦେବାକୁ ଯାଉଥିବା ଭାଜପା କର୍ମୀଙ୍କ ଉପରକୁ ଢେଲାମାଡ଼

ମୋଦି ରାଲିରେ ଯୋଗଦେବାକୁ ଯାଉଥିବା ଭାଜପା କର୍ମୀଙ୍କ ଉପରକୁ ଢେଲାମାଡ଼

କଟକ ସଦର, ୨୬।୫(ଡି.ଏନ୍‌.ଏ.): କଟକ ବାଲିଯାତ୍ରା ପଡ଼ିଆରେ ଶନିବାର ଆୟୋଜିତ ମୋଦି ରାଲିରେ ଯୋଗଦେବାକୁ ଭାଜପା କର୍ମୀମାନେ ଏକ ମହିନ୍ଦ୍ରା ଗାଡିରେ ଯାଉଥିଲେ। ବିରିବାଟି ନିକଟରେ କିଛି ଦୁର୍ବୃତ୍ତ ଗାଡ଼ି ଉପରକୁ ଢେଲା ମାଡ଼ କରିଛନ୍ତି।

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ପୁରୀ ଅଫିସ,୨୬।୫: ପୁରୀରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ବୈଠକ ଶନିବାର ଜିଲାପାଳ ଅରବିନ୍ଦ ଅଗ୍ରଓ୍ବାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜୁନ୍‌ ୧ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଜିଲା, ବ୍ଲକ, ତହସିଲସ୍ତରରେ କଣ୍ଟ୍ରୋଲ ରୁମ୍‌ ଖୋଲିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଲୋକଙ୍କୁ ସଚେତନ କରିବ ପରୀ

ପୁରୀ ଅଫିସ,୨୬।୫: ଶିଶୁ ନିର୍ଯାତନା, ଯୌନ ଶୋଷଣ ସଂକ୍ରାନ୍ତରେ ଲୋକଙ୍କୁ ସଚେତନ କରିବା ଲାଗି ଓଡ଼ିଶା ରାଜ୍ୟ ପୋଲିସ ହାତକୁ ନେଇଛି ଏକ କାର୍ଯ୍ୟକ୍ରମ। ଯାହାର ନାମ ରହିଛି ପରୀ। ମଇ ୨୮ରୁ ୨ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲାରେ ପରୀ ସଚେତନ ରଥ ପରିକ୍ରମା କରିବ ବୋଲି ଶନିବାର ଏସ୍‌ପି କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ସାର୍ଥକ ଷଡଙ୍ଗୀ ସୂଚନା ଦେଇଛନ୍ତି।

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷାଫଳ: ୫୦୦ରୁ ୪୯୯ ରଖି ମେଘନା ଟପ୍ପର

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷାଫଳ: ୫୦୦ରୁ ୪୯୯ ରଖି ମେଘନା ଟପ୍ପର

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଶନିବାର ପ୍ରକାଶ ପାଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷାଫଳ। ଚଳିତ ବର୍ଷ ପାସ ହାର ୮୩.୦୧% ରହିଥିବା ବେଳେ ଉତ୍ତରପ୍ରଦେଶ ଗାଜିଆବାଦର ମେଘନା ଶ୍ରୀବାସ୍ତବ ୫୦୦ରୁ ୪୯୯ ରଖି ଟପ୍ପର ହୋଇଛନ୍ତି।

ମୋଦି ସରକାର କେବଳ ହ୍ବାଟ୍ସଅପ୍‌, ଫେସବୁକ୍‌ର ସରକାର: କପିଲ ସିବଲ

ମୋଦି ସରକାର କେବଳ ହ୍ବାଟ୍ସଅପ୍‌, ଫେସବୁକ୍‌ର ସରକାର: କପିଲ ସିବଲ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସରକାରଙ୍କ ୪ ବର୍ଷର ସଫଳତା ବିଷୟରେ ମତ ରଖିବେ। ମୋଦିଙ୍କ ଏହି ଗସ୍ତ ପୂର୍ବରୁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କପିଲ ସିବଲ ମୋଦିଙ୍କୁ କଡା ସମାଲୋଚନା କରିଛନ୍ତି।

ପିପିଲିରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସର୍ବେଶ୍ୱର ଆହତ

ପିପିଲିରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସର୍ବେଶ୍ୱର ଆହତ

ପୁରୀ ଅଫିସ,୨୬।୫: ପୁରୀ ଜିଲା ପିପିଲିର ନିଛଗଡ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସର୍ବେଶ୍ୱର ବେହେରା ଆହତ ହୋଇଛନ୍ତି। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ତାଙ୍କ ନିକଟରୁ ଗୋଟିଏ ପିସ୍ତଲ ଓ ୨ଟି ଖୋକା ଜବତ କରାଯାଇଛି।

କୁଆଖାଇ ନଦୀରୁ ବାଲି ଚୋରା ଚାଲାଣ

କୁଆଖାଇ ନଦୀରୁ ବାଲି ଚୋରା ଚାଲାଣ

କଟକ ଅଫିସ, ୨୫।୫- କୁଆଖାଇ ନଦୀରୁ ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଛି। ତହସିଲଦାର, ପୋଲିସ ଓ ମାଫିଆଙ୍କ ମଧୁଚନ୍ଦ୍ରିକାରେ ଚାଲିଛି କାରବାର। ଏହି କାରବାର ପାଇଁ ସରକାର ବହୁ କୋଟି ଟଙ୍କା ରାଜସ୍ବ ହରାଉଛନ୍ତି।

ଚେକ୍‌ ବାଉନ୍ସ ମାମଲା :୨ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ

ଚେକ୍‌ ବାଉନ୍ସ ମାମଲା :୨ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ

କଟକ ଅଫିସ, ୨୫।୫- ଚେକ୍‌ ବାଉନ୍ସ ମାମଲାରେ ଭୁବନେଶ୍ୱରର ପୋଖରୀପୁଟର ଭବାନୀଶଙ୍କର ମହାନ୍ତି ଓ ଭୁବନେଶ୍ୱର ୟୁନିଟ-୯ର ଚିତ୍ରକୂଟ ଲେନର ଜିତେନ୍ଦ୍ର ନାଥ ପଲାଇଙ୍କ ବିରୋଧରେ କଟକ ଜେଏମ୍‌ଏଫ୍‌ସି ଅଦାଲତ ୱାରେଣ୍ଟ ଜାରି କରିଥିଲେ।

ଆନ୍ତର୍ଜାତିକ କାର୍ଯ୍ୟକ୍ରମ ପାଇଁ ଅଖଣ୍ଡ ମନୋନୀତ

କଟକ ଅଫିସ, ୨୫।୫- ମାନବାଧିକାର କର୍ମୀ ଅଖଣ୍ଡ ଆର୍ମେନିଆରେ ହେବାକୁ ଥିବା ଆନ୍ତର୍ଜାତୀୟ ଡିଜିଟାଲ୍‌ କ୍ୟାମ୍ପେନିଂ ତାଲିମ କାର୍ଯ୍ୟକ୍ରମ ପାଇଁ ମନୋନୀତ ହୋଇଛନ୍ତି ା ଏସିଆ ଓ ୟୁରୋପ ମହାଦେଶରୁ ୧୦ ଜଣ ଲେଖାଏ ସାମାଜିକ କର୍ମୀଙ୍କୁ ନେଇ ଏହି ତାଲିମ କାର୍ଯ୍ୟକ୍ରମ ହେଉଛି ା

ବେଆଇନ ଟୋଲ ଫି ଆଦାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

ବେଆଇନ ଟୋଲ ଫି ଆଦାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

-ଆଡଭୋକେଟଙ୍କୁ ଫି ଛାଡ଼ ଲାଗି ମାମଲା ରୁଜୁ କଟକ ଅଫିସ, ୨୫।୫- ରାଜ୍ୟର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଟୋଲ ପ୍ଲାଜାରେ ଟୋଲ ଫି ଆଦାୟ କରାଯାଉଛି। ଏହି ଟୋଲ ଆଦାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଏଥିସହିତ ଆଡଭୋକେଟମାନଙ୍କୁ ଟୋଲ ଫି ଛାଡ଼ କରାଯାଇ ସେମାନଙ୍କ ପାସ୍‌ ପ୍ରଦାନ ଲାଗି ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ସାମାଜିକ କର୍ମୀ ତଥା ଆଡଭୋକେଟ ଅଚ୍ୟୁତାନନ୍ଦ ସ୍ବାଇଁଙ୍କ ପକ୍ଷରୁ ଉକ୍ତ ମାମଲା ରୁଜୁ ହୋଇଛି। ଆବେଦନକାରୀ ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ, ଆଇନ ସଚିବ, ପୂର୍ତ୍ତ ବିଭାଗ ସଚିବ ସମେତ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରିଛନ୍ତି।

କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତିରୋଧାନ ଦିବସ ପାଳିତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ପାରଳା ଗଜପତି ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ପାରଳା ମହାରାଜା ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୪୪ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି। ଏଜି ଛକଠାରେ ଥିବା ପାରଳା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମଞ୍ଚର ସଭ୍ୟମାନେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ନୀରବ ପ୍ରାର୍ଥନା କରିଥିଲେ। ଏହାସହିତ ମହାରାଜାଙ୍କ ଅତୀତ ଜୀବନର ସ୍ମୃତିଚାରଣ କରିଥିଲେ।

ବିଜେବି କଲେଜ ଯୁକ୍ତ୩ ପରୀକ୍ଷା ଫଳ ପ୍ରକାଶିତ ନତାଶା ବେଷ୍ଟ ଗ୍ରାଜୁଏଟ୍‌

ବିଜେବି କଲେଜ ଯୁକ୍ତ୩ ପରୀକ୍ଷା ଫଳ ପ୍ରକାଶିତ ନତାଶା ବେଷ୍ଟ ଗ୍ରାଜୁଏଟ୍‌

-ବିଜ୍ଞାନ: ୯୩% -କଳା: ୮୧% -ବାଣିଜ୍ୟ: ୮୭% କଳାରେ ନିକିତା, ବାଣିଜ୍ୟରେ ଆଦିତ୍ୟ ଟପ୍ପର ଭୁବନେଶ୍ୱର, ୨୫ା୫(ବ୍ୟୁରୋ)- ବକ୍ସି ଜଗବନ୍ଧୁ ବିଦ୍ୟାଧର(ବିଜେବି) ସ୍ବୟଂଶାସିତ କଲେଜର ଯୁକ୍ତ୩ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତବର୍ଷ ବିଜ୍ଞାନରେ ପାସ୍‌ହାର ୯୩% ରହିଥିବାବେଳେ କଳାରେ ୮୧% ଏବଂ ବାଣିଜ୍ୟ ପାସ୍‌ହାର ୮୭% ରହିଛି। ବିଜ୍ଞାନ ଛାତ୍ରୀ ନତାଶା ନାୟକ ସର୍ବାଧିକ ୮୭.୯୨% ନମ୍ବର ରଖି ବେଷ୍ଟ ଗ୍ରାଜୁଏଟ୍‌ ଆଖ୍ୟା ଅର୍ଜନ କରିଛନ୍ତି। ସେ ପଦାର୍ଥ ବିଜ୍ଞାନ ଅନର୍ସ ରଖିଥିବାବେଳେ ମୋଟ ୨୪୦୦ ମାର୍କରୁ ୨୧୧୦ ନମ୍ବର ରଖି ଏହି ସଫଳତା ହାସଲ କରିଛନ୍ତି।