Dharitri News
ଖେଳ |

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌ ମେଲବୋର୍ନ,୨୨ା୧(ଏ.ଏଫ୍‌.ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟେନିସ୍‌ ଟୁର୍ନାମେଣ୍ଟରେ ଅଷ୍ଟମ ଦିନରେ ପହଞ୍ଚିଛି। ସୋମବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପୂର୍ବତନ ଏକ ନମ୍ବର ଖେଳାଳି ୧୪ତମ ସିଡ ମାନ୍ୟତା ପାଇଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ଚତୁର୍ଥ ରାଉଣ୍ଡ ମ୍ୟାଚରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ସେ ବିଶ୍ୱର ୫୮ ନମ୍ବର ଖେଳାଳି ଦକ୍ଷିଣ କୋରିଆର ହେଅନ ଚୁଙ୍ଗଙ୍କଠାରୁ ୭-୬, ୭-୫, ୬-୩, ୭-୬ ସେଟରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ୨୧ ବର୍ଷୀୟ ଚୁଙ୍ଗ ଦମ୍‌ଦାର ଖେଳ ପ୍ରଦର୍ଶନ କରି ଜୋକୋଭିଚ୍‌ଙ୍କୁ କୌଣସି ସୁଯୋଗ ଦେଇ ନ ଥିଲେ। ଏଥିସହିତ ସେ ପ୍ରଥମ କୋରିଆ ଖେଳାଳିଭାବେ କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ବିରଳ ସଫଳତା ହାସଲ କରିଛନ୍ତି। କ୍ୱାର୍ଟରରେ ସେ ଆମେରିକାର ଟେନିସ୍‌ ସାଣ୍ଡଗ୍ରୀନଙ୍କୁ ଭେଟିବେ। ସାଣ୍ଡଗ୍ରୀନ ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚରେ ପଞ୍ଚମ ସିଡ୍‌ ଅଷ୍ଟ୍ରିଆର ଡୋମିନିକ ଥିମଙ୍କୁ ୬-୨, ୪-୬, ୭-୬, ୬-୭, ୬-୩ ମାରାଥନ ସେଟରେ ହରାଇ କ୍ୱାର୍ଟରକୁ ଉଠିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚରେ ଦ୍ୱିତୀୟ ସିଡ୍‌ ତଥା ଗତଥରର ଚାମ୍ପିୟନ ସୁଇଜରଲାଣ୍ଡର ରୋଜର ଫେଡେରର ୬-୪, ୭-୬, ୬-୨ ସେଟରେ ହଙ୍ଗେରୀର ମାର୍ଟନ ଫୁକସୋଭିକ୍ସଙ୍କୁ ହରାଇ କ୍ୱାର୍ଟରରେ ପ୍ରବେଶ କରିଛନ୍ତି। ୧୯ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୩୬ ବର୍ଷୀୟ ଫେଡେରର କ୍ୱାର୍ଟରରେ ୧୯ତମ ସିଡ ଚେକ ଗଣରାଜ୍ୟର ଥୋମାସ୍‌ ବର୍ଡିଚ୍‌ଙ୍କୁ ଭେଟିବେ। ବର୍ଡିଚ୍‌ ୬-୧, ୬-୪, ୬-୪ ସେଟରେ ୨୫ତମ ସିଡ ଇଟାଲୀର ଫାବିଓ ଫୋଗନିନିଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅପରପକ୍ଷରେ ମହିଳା ସିଙ୍ଗଲ୍ସରେ ଜର୍ମାନୀର ଆଞ୍ଜେଲିକ କର୍ବର ଓ ଆମେରିକାର ମାଡିନସନ କେଜ୍‌ କ୍ୱାର୍ଟରରେ ମୁହଁାମୁହିଁ ହେବା ସ୍ପଷ୍ଟ ହୋଇଛି। ୨୧ତମ ସିଡ ମାନ୍ୟତା ପାଇଥିବା କର୍ବର ସୋମବାର ଚତୁର୍ଥ ରାଉଣ୍ଡ ମ୍ୟାଚରେ ଚାଇନିଜ ତାଇପେଇର ସୁ- ଓ୍ବେଇ ସିଏଙ୍କୁ ୪-୬, ୭-୫, ୬-୨ ସେଟରେ ହରାଇ କ୍ୱାର୍ଟରକୁ ଉଠିଛନ୍ତି। ସେହିପରି ୧୭ତମ ସିଡ ମାଡିନସନ୍‌ କେଜ୍‌ ୬-୩, ୬-୨ ସେଟରେ ଅଷ୍ଟମ ସିଡ ଫ୍ରାନ୍ସର କାରୋଲିନ୍‌ ଗାର୍ସିଆକୁ ହରାଇ କ୍ୱାର୍ଟରରେ ପ୍ରବେଶ କରିଛନ୍ତି। ସେହିପରି ବିଶ୍ୱର ଏକ ନମ୍ବର ଖେଳାଳି ରୋମାନିଆର ସାଇମୋନା ହାଲେପ୍‌ ମଧ୍ୟ କ୍ୱାର୍ଟରକୁ ଉଠିଛନ୍ତି। ସେ ୬-୩, ୬-୨ ସେଟରେ ୭୨ ନମ୍ବର ଖେଳାଳି ଜାପାନର ନାଓମି ଓସାକାଙ୍କୁ ଅତି ସହଜରେ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ଚତୁର୍ଥ ସିଡ ୟୁକ୍ରେନର ଏଲିନା ଭିଟୋଲିନା ୬-୩, ୬-୦ ସେଟରେ ଡେନିସା ଆଲେର୍ଟୋଭାଙ୍କୁ ହରାଇ କ୍ୱାର୍ଟରରେ ପ୍ରବେଶ କରିଛନ୍ତି।

ଖେଳ |

ଜାତୀୟ ନେଟ୍‌ବଲ୍‌ କ୍ରିକେଟ୍‌: ଓଡ଼ିଶା ଚାମ୍ପିୟନ

କଟକ ଅଫିସ,୨୩।୨- ଡ୍ରିମ୍‌ସ ଗ୍ରାଉଣ୍ଡରେ ଚାଲିଥିବା ୩ୟ ଜାତୀୟ ନେଟବଲ୍‌ କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଶୁକ୍ରବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଓଡ଼ିଶା ୭ ଉଇକେଟରେ ତାମିଲନାଡୁକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ତାମିଲନାଡୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ସହ ନିର୍ଦ୍ଧାରିତ ୧୫ ଓଭରରରେ ୮ ଉଇକେଟ ହରାଇ ୧୨୨ରନ୍‌ କରିଥିଲା। ଜବାବରେ ଘରୋଇ ଓଡ଼ିଶା ୩ ଉଇକେଟ ବିନିମୟରେ ବିଜୟ ଲକ୍ଷ୍ୟ ହାସଲ କରିଥିଲା

ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ମେରିକମ୍‌ ଫାଇନାଲରେ

ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ମେରିକମ୍‌ ଫାଇନାଲରେ

ସୋଫିଆ (ବୁଲ୍‌ଗେରିଆ), ୨୩।୨(ପି.ଟି.)- ଏଠାରେ ଚାଲିଥିବା ୬୯ତମ ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ମହିଳା ୪୮ କିଗ୍ରା ବର୍ଗରେ ଭାରତର ଏମ୍‌.ସି. ମେରିକମ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ପ୍ରାକ୍ତନ ଏସିଆନ ସ୍ବର୍ଣ୍ଣ ପଦକ ବିଜେତା ବିକାଶ କ୍ରିଷ୍ଣା (୭୫ କିଗ୍ରା) ଓ ଗୌରବ ସୋଲାଙ୍କି (୫୨ କିଗ୍ରା) ସେମିଫାଇନାଲରେ ପ୍ରବେଶ କରିଛନ୍ତି।

ମାଷ୍ଟର ଟ୍ରେନର ଟ୍ରେନିଂରେ ୫୨ ଜଣ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩।୨(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଉତ୍କଳ କରାଟେ ସ୍କୁଲ ତରଫରୁ ଡ. ହରିପ୍ରସାଦ ପଟ୍ଟନାୟକଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ମାଷ୍ଟର ଟ୍ରେନର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମୋଟ ୫୨ଜଣ ବାଳିକା ୧୧ଟି ଜିଲାରୁ ଭାଗ ନେଇଥିଲେ।

କେଜିଏନ୍‌ ଟ୍ରଷ୍ଟ ଫୁଟ୍‌ବଲ: ଫାଇନାଲରେ ରାଜକନିକା

ଭଦ୍ରକ ଅଫିସ,୨୩।୨ ପୁରୁଣା ବଜାର କେଜିଏନ୍‌ ଟ୍ରଷ୍ଟ (ବାଙ୍କାବଜାର) ଆନୁକୂଲ୍ୟରେ ମହାବୀର ପଡ଼ିଆଠାରେ ଚାଲିଥିବା କେଜିଏନ୍‌ ଟ୍ରଷ୍ଟ ଫୁଟ୍‌ବଲ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରଥମ ଦଳ ଭାବେ ରାଜକନିକାର ଏସ୍‌ଏନ୍‌ କ୍ଲବ୍‌ ପ୍ରବେଶ କରିଛି। ଶୁକ୍ରବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ଏସ୍‌ଏନ୍‌ କ୍ଲବ୍‌ ୨-୧ ଗୋଲରେ ବିଗ୍‌ବସ୍‌ କ୍ଲବ୍‌ ରୁପ୍‌ସାକୁ ପରାସ୍ତ କରି ଏହି ସଫଳତା ପାଇଛି।

ବିଦେଶୀ କ୍ଲବକୁ ଖେଳାଳି ବିକିବାରେ ବିଏଫ୍‌ସି ପ୍ରଥମ ଭାରତୀୟ କ୍ଲବ

ବିଦେଶୀ କ୍ଲବକୁ ଖେଳାଳି ବିକିବାରେ ବିଏଫ୍‌ସି ପ୍ରଥମ ଭାରତୀୟ କ୍ଲବ

ବାଙ୍ଗାଲୋର,୨୩।୨(ପି.ଟି.) ବେଙ୍ଗାଲୁରୁ ଏଫ୍‌ସି ଦଳର ସ୍ପାନିଶ ଖେଳାଳି ଇଡୁ ଗାର୍ସିଆ ଆଗାମୀ ଦିନରେ ଚାଇନିଜ୍‌ ଲିଗ୍‌ ଓ୍ବାନ ସାଇଡ୍‌ର ଝେଜିଆଙ୍ଗ ଲୁଚାଙ୍ଗ ଦଳ ପକ୍ଷରୁ ଖେଳିବେ। ଏ ନେଇ ଉଭୟ ଦଳ ମଧ୍ୟରେ ଶୁକ୍ରବାର ଚୁକ୍ତି କରାଯାଇଛି। ଏଥିସହ ଦେଶର ପ୍ରଥମ କ୍ଲବ ଭାବେ ବେଙ୍ଗାଲୁରୁ ଏଫ୍‌ସି ବିଦେଶୀ ଦଳ ସହ ଖେଳାଳି ଆଦନପ୍ରଦାନ କରିଛି। ଚଳିତ ବର୍ଷର ଲିଗ୍‌ ଓ୍ବାନ ସିଜନ ଆସନ୍ତା ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି।

ଟି୨୦ ର଼୍ୟାଙ୍କିଙ୍ଗର ଶୀର୍ଷରେ ରହିଲା ପାକିସ୍ତାନ

ଟି୨୦ ର଼୍ୟାଙ୍କିଙ୍ଗର ଶୀର୍ଷରେ ରହିଲା ପାକିସ୍ତାନ

ଓ୍ବେଲିଂଟନ, ୨୩।୨(ଏଏଫପି)- ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡକୁ ମିଶାଇ ଅନୁଷ୍ଠିତ ଟି୨୦ କ୍ରିକେଟ ସିରିଜରେ ଅଷ୍ଟ୍ରେଲିଆ ଚାମ୍ପିୟନ ହେଲେ ମଧ୍ୟ ପାକିସ୍ତାନ ଆଇସିସି ର଼୍ୟାଙ୍କିଙ୍ଗର ନମ୍ବରଓ୍ବାନ ସ୍ଥାନରେ ଅପରିବର୍ତ୍ତିତ ରହିଛି।

କନ୍ୟା ସନ୍ତାନର ଜନକ ହେଲେ ପୂଜାରା

କନ୍ୟା ସନ୍ତାନର ଜନକ ହେଲେ ପୂଜାରା

ନୂଆଦିଲ୍ଲୀ, ୨୩।୨- ଭାରତୀୟ ଟେଷ୍ଟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ଖୁସି ଏବେ କହିଲେ ନସରେ। ତେବେ ତାଙ୍କର ଏହି ଖୁସି କ୍ରିକେଟରେ ସଫଳତା ପାଇଁ ନୁହେଁ ବରଂ ପିତା ହେବାର ସୌଭାଗ୍ୟ ପାଇଁ।

କୋରିଆ ଗସ୍ତ ପାଇଁ ଭାରତୀୟ ଦଳରେ ଓଡ଼ିଶାରୁ ୪

କୋରିଆ ଗସ୍ତ ପାଇଁ ଭାରତୀୟ ଦଳରେ ଓଡ଼ିଶାରୁ ୪

ନୂଆଦିଲ୍ଲୀ, ୨୩।୨- ଭାରତୀୟ ମହିଳା ହକି ଦଳ ଦକ୍ଷିଣ କୋରିଆ ଗସ୍ତକରି ମାର୍ଚ୍ଚ ୩ରୁ ୧୨ ପର୍ଯ୍ୟନ୍ତ ଘରୋଇ ଦଳ ସହିତ ୫ଟି ମ୍ୟାଚ ଖେଳିବ। ଏଥିପାଇଁ ଶୁକ୍ରବାର ଘୋଷିତ ୨୦ ଜଣିଆ ଭାରତୀୟ ଦଳରେ ୪ ଓଡ଼ିଆ ଖେଳାଳି ସାମିଲ ହୋଇଛନ୍ତି।

ଆଇଟିଏଫ ଫ୍ୟୁଚର ଟେନିସ ଆଜିଠାରୁ

ଆଇଟିଏଫ ଫ୍ୟୁଚର ଟେନିସ ଆଜିଠାରୁ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ପୁଣି ଚଳଚଞ୍ଚଳ। ଏଥର ହକି କିମ୍ବା ଆଥଲେଟିକ୍ସ ପାଇଁ ନୁହେଁ ଅନ୍ତର୍ଜାତୀୟ ମାନର ଟେନିସ ଓ ଫୁଟବଲର ରୋମାଞ୍ଚ ଏଥର ଦେଖିବାକୁ ମିଳିବ ଏହି ଷ୍ଟାଡିୟମରେ। ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ଏକ ମ୍ୟାଚ ପାଇଁ ଜାମସେଦପୁର ଏଫସି ଦଳ ଗତ ୧୯ ତାରିଖରୁ ଭୁବନେଶ୍ୱରରେ ପହଞ୍ଚତ୍ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଚଳାଇଛି। ବେଙ୍ଗାଲୁରୁ ଏଫସି ଶୁକ୍ରବାର ପହଞ୍ଚତ୍ବା କାର୍ଯ୍ୟକ୍ରମ ରହିଛି। ଦୁଇ ଦଳ ମଧ୍ୟରେ ଆଇଏସଏଲ ମ୍ୟାଚ ଆଗାମୀ ୨୫ ତାରିଖରେ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଓଡ଼ିଶାରେ ପ୍ରଥମଥରପାଇଁ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ଟେନିସ ଟୁର୍ନାମେଣ୍ଟ।

୨୦ ବର୍ଷ ପରେ ମହିଳା ଆଇସ୍‌ ହକିରେ ଆମେରିକାକୁ ସ୍ବର୍ଣ୍ଣ

୨୦ ବର୍ଷ ପରେ ମହିଳା ଆଇସ୍‌ ହକିରେ ଆମେରିକାକୁ ସ୍ବର୍ଣ୍ଣ

ପ୍ୟୋଙ୍ଗ୍‌ଚାଙ୍ଗ,୨୨।୨(ଏ.ଏଫ.ପି.)-ଦୀର୍ଘ ୨୦ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଶୀତକାଳୀନ ଅଲିମ୍ପିକ୍ସର ମହିଳା ହକି ଇଭେଣ୍ଟରେ ଶେଷରେ ଆମେରିକା ସ୍ବର୍ଣ୍ଣ ପଦକ ହାସଲ କରିବାକୁ ସକ୍ଷମ ହୋଇଛି। ଗୁରୁବାର ଅନୁଷ୍ଠିତ ଟାଇଟଲ ମୁକାବିଲାରେ ଆମେରିକା ପେନାଲ୍ଟି ସୁଟ୍‌ ଆଉଟ୍‌ ମାଧ୍ୟମରେ ପଡୋଶୀ କାନାଡାକୁ ୩-୨ ଗୋଲରେ ପରାସ୍ତ କରି ଏହି ଐତିହାସିକ ସଫଳତା ଅର୍ଜନ କରିଛି।

ପଞ୍ଜାବ ପୋଲିସରେ ଯୋଗଦେବେ ହରମନ୍‌ପ୍ରୀତ୍‌

ପଞ୍ଜାବ ପୋଲିସରେ ଯୋଗଦେବେ ହରମନ୍‌ପ୍ରୀତ୍‌

ଚଣ୍ଡିଗଡ଼, ୨୨।୨(ପି.ଟି.)- ଭାରତୀୟ ମହିଳା ଟି୨୦ କ୍ରିକେଟ ଦଳର ଅଧିନାୟିକା ହର୍‌ମନପ୍ରୀତ୍‌ କୌର ମାର୍ଚ୍ଚ ୧ରୁ ପଞ୍ଜାବ ପୋଲିସରେ ଡେପୁଟି ସୁପରିଟେଣ୍ଡେଣ୍ଟ ଅଫ୍‌ ପୋଲିସ୍‌ (ଡିଏସ୍‌ପି) ଭାବେ ଯୋଗ ଦେବେ।

ଓ୍ବିଣ୍ଟର ଅଲିମ୍ପିକ୍‌:  ସ୍ଲାଲୋମ ଇଭେଣ୍ଟରେ ମାଇହରେରଙ୍କୁ ସ୍ବର୍ଣ୍ଣ

ଓ୍ବିଣ୍ଟର ଅଲିମ୍ପିକ୍‌: ସ୍ଲାଲୋମ ଇଭେଣ୍ଟରେ ମାଇହରେରଙ୍କୁ ସ୍ବର୍ଣ୍ଣ

ପ୍ୟୋଙ୍ଗଚାଙ୍ଗ,୨୨।୨(ଏଏଫ୍‌ପି)- ସୁଇରଲାଣ୍ଡର ଭେଟେରାନ ଆଣ୍ଡ୍ରେ ମାଇହରେର ପୁରୁଷ ବିଭାଗର ସ୍ଲାଲୋମ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୩୫ ବର୍ଷୀୟ ଖେଳାଳି ରେସର ଫିନିଶିଂ ଲାଇନ୍‌କୁ ୧:୩୮.୯୯ ସେକେଣ୍ଡରେ ଅତିକ୍ରମ କରି ଏହି ସଫଳତା ପାଇଛନ୍ତି।