ମେଟ୍ରୋ |

ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ସାକ୍ଷୀଗୋପାଳ,୨୩।୧(ଡି.ଏନ୍‌.ଏ.): ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ପ୍ରଦୀପ ମହାରଥୀ ଯୋଗଦେଇ ଜଳସମ୍ପଦର ସୁବିନିଯୋଗ ପାଇଁ ଉପସ୍ଥିତ କୃଷକ ଓ ପାଣି ପଞ୍ଚାୟତ କର୍ମକର୍ତ୍ତାମାନଙ୍କୁ ଆହ୍ବାନ ଦେଇଥିଲେ। ଏଥିରେ ସମ୍ମାନିତ ଅତିଥିଭାବେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ପୁରୀ ଉପଜିଲାପାଳ ମଧୁସୂଦନ ଦାସ, ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ, ଜଳ ସମ୍ପଦ ଅଧୀକ୍ଷଣ ଯନ୍ତ୍ରୀ ଲଡୁ କିଶୋର ସାବତ, ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଜିଲା ପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ, ପୁରୀ ଜଳସମ୍ପଦ ନିର୍ବାହୀ ଯନ୍ତ୍ରୀ ଆର୍ତ୍ତତ୍ରାଣ ସାହୁ ଓ ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। ସ୍ଥାନୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ଖଟୁଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ଅବସରରେ ଜଳ ପରିମଳ ବକ୍ତୃତା ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ସମ୍ବୋଧିତ କରାଯାଇଥିଲା। ତେବେ ପୋଖରୀଗୁଡିକର ପୁନରୁଦ୍ଧାର କରାଯାଇ ଚାଷଜମିକୁ ଜଳସେଚନ ସୁବିଧା ପାଇଁ ବ୍ୟବହାର କରିବାକୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି ବିଧାୟକ ସଭାରେ ସୂଚନା ଦେଇଥିଲେ।

All Right Reserved By

ମେଟ୍ରୋ |

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁରୀ

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୬ଟି  ଜିଲା ୬ଟି ବ୍ଲକ ପାଇଁ ୧୭.୫୮ କୋଟି ଟଙ୍କାର ପ୍ରଳକ୍ପ ମଞ୍ଜୁର କରିଛନ୍ତି। 

ଗୋଳବାଇରେ ଡେଙ୍ଗୁ ରୋଗୀ ଚିହ୍ନଟ

ଗୋଳବାଇରେ ଡେଙ୍ଗୁ ରୋଗୀ ଚିହ୍ନଟ

ନିରାକାରପୁର,୧୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଗୋଳବାଇ ପଞ୍ଚାୟତସ୍ଥିତ ଗୋଡ଼ି ସାହିରେ ଜଣେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେ ହେଲେ ସୁଲଚନା ସ୍ବାଇଁ(୩୬)। ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଫେରାର ହେବାକୁ ଉଦ୍ୟମ ବେଳେ ଅଭିଯୁକ୍ତଙ୍କ ଆକ୍ରମଣ: ଫାଣ୍ଡି ଅଧିକାରୀ ଆହତ

ଫେରାର ହେବାକୁ ଉଦ୍ୟମ ବେଳେ ଅଭିଯୁକ୍ତଙ୍କ ଆକ୍ରମଣ: ଫାଣ୍ଡି ଅଧିକାରୀ ଆହତ

କଟକ ସଦର,୧୬।୮(ଡି.ଏନ୍‌.ଏ.): ସ୍ବାଧୀନତା ଦିବସରେ ଜଣେ ଫେରାର ଅଭିଯୁକ୍ତଙ୍କୁ କଳପଡ଼ା ବଜାରରୁ କାବୁ କଲାବେଳେ ୪୨ ମୌଜା ଫାଣ୍ଡି ଅଧିକାରୀ ନୃସିଂହ ଚରଣ ସ୍ବାଇଁ ଆକ୍ରମଣର ଶିକାର ହେବା ଘଟଣା କଟକ ସଦର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଘୋଡ଼ାବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ଘୋଡ଼ାବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ପୁରୀ ଅଫିସ, ୧୬।୮: ପୁରୀ ଜିଲା ଘୋଡ଼ାବଜାରସ୍ଥିତି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁବାର ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। 

ଜଟଣୀ ଅଞ୍ଚଳର ଗହଣା ଦୋକାନରୁ ସୁଡଙ୍ଗ ଖୋଳି ଲୁଟ ଘଟଣା: ୨ ଡକାୟତଙ୍କ ସମେତ ୪ ଗିରଫ

ଜଟଣୀ ଅଞ୍ଚଳର ଗହଣା ଦୋକାନରୁ ସୁଡଙ୍ଗ ଖୋଳି ଲୁଟ ଘଟଣା: ୨ ଡକାୟତଙ୍କ ସମେତ ୪ ଗିରଫ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଜଟଣୀ ଥାନା ଅଞ୍ଚଳରେ ଥିବା ଏକ ଜୁଏଲାରୀରୁ ସୁନାଗହଣା ଲୁଟ କରିବା ଘଟଣାରେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଏହି ଘଟଣାରେ ପୋଲିସ ୨ ଡକାୟତ, ୨ ସୁନା ଦୋକାନୀକୁ ଗିରଫ କରିଛି। 

ରେଭେନ୍‌ଶାରେ ର଼୍ୟାଗିଂ

ରେଭେନ୍‌ଶାରେ ର଼୍ୟାଗିଂ

କଟକ ଅଫିସ,୧୬।୮: ରେଭେନ୍‌ଶା କଲେଜରେ ର଼୍ୟାଗିଂ ହେଉଥିବା ନେଇ ଯୁକ୍ତ ୩ ଦ୍ବିତୀୟ ବର୍ଷ ସଂସ୍କୃତ ବିଭାଗର ଛାତ୍ର ସୂର୍ଯ୍ୟକାନ୍ତ ମହାପାତ୍ର ଗୁରୁବାର ଅଭିଯୋଗ କରିଛନ୍ତି। ସିନିଅର ଛାତ୍ର ତାଙ୍କୁ ମାଡ଼ ମାରିବା, ଧମକ ଦେବା, ଗାଳିଗୁଲଜ କରିଥିବା ନେଇ ସେ ମାଲଗୋଦାମ ଥାନାରେ ଅଭିଯୋଗ କରିଛନ୍ତି। 

ବାଜପେୟୀଙ୍କ ସ୍ବାସ୍ଥାବସ୍ଥା ଜଟିଳ: ଅପରାହ୍ନରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ବାଜପେୟୀଙ୍କ ସ୍ବାସ୍ଥାବସ୍ଥା ଜଟିଳ: ଅପରାହ୍ନରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀ ଏମ୍ସରେ ତାଙ୍କ ଚିକିତ୍ସା କରାଯାଉଥିବା ବେଳେ ସେ ଏବେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ଅଛନ୍ତି। ବାଜପେୟୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ହସ୍ପିଟାଲରେ ବହୁ ନେତା ତଥା ରାଜନେତାଙ୍କ ଭିଡ଼ ଲାଗିଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଦିଲ୍ଲୀ ଗସ୍ତ କରିବେ।

କେରଳରେ ବନ୍ୟା: ଓଡ଼ିଶା ତରଫରୁ ୫ କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେରଳରେ ବନ୍ୟା: ଓଡ଼ିଶା ତରଫରୁ ୫ କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର,୧୬।୮(ବ୍ୟୁରୋ): କେରଳରେ ବନ୍ୟା ପରିସ୍ଥିତି ଦିନକୁଦିନ ଜଟିଳ ହେବାରେ ଲାଗିଛି। ଏପରିସ୍ଥଳେ ସାରା ଦେଶ କେରଳକୁ ସହାୟତାର ହାତ ବଢ଼ାଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ କୋଟିର ସହାୟତା ରାଶି ଘୋଷଣା କରିଛନ୍ତି। 

ଗାଁ ମଝିରେ ଫାଇନାନ୍ସ କର୍ମଚାରୀଙ୍କୁ ହାଣି ୫୦ ହଜାର ଲୁଟ୍‌, ଜଣଙ୍କୁ କାବୁ କଲେ ଗ୍ରାମବାସୀ

ଗାଁ ମଝିରେ ଫାଇନାନ୍ସ କର୍ମଚାରୀଙ୍କୁ ହାଣି ୫୦ ହଜାର ଲୁଟ୍‌, ଜଣଙ୍କୁ କାବୁ କଲେ ଗ୍ରାମବାସୀ

ପୁରୀ ଅଫିସ,୧୬ା୮: ପୁରୀ ଜିଲା ତାଳବଣିଆ ଥାନା ଅଧୀନ ଭାରତୀପୁର ଗ୍ରାମରେ ଜଣେ କଲେକ୍ସନ୍‌ ଏଜେଣ୍ଟଙ୍କଠାରୁ ୫୦ ହଜାର ଲୁଟ୍‌ ହୋଇଛି। ଗୁରୁବାର ଦୁଇଜଣ ଯୁବକ ଏଜେଣ୍ଟଙ୍କୁ କଟୁରିରେ ହାଣି ଏହି ଲୁଟ୍‌ କରିଛନ୍ତି। 

ଶ୍ରୀମୁଖ ଛକରେ ଦୁର୍ଘଟଣା: ବାଇକ୍‌ ଧକ୍କାରେ ଜଣେ ମୃତ, ୨ ବାଇକ୍‌ ଆରୋହୀ ଗୁରୁତର

ଶ୍ରୀମୁଖ ଛକରେ ଦୁର୍ଘଟଣା: ବାଇକ୍‌ ଧକ୍କାରେ ଜଣେ ମୃତ, ୨ ବାଇକ୍‌ ଆରୋହୀ ଗୁରୁତର

ନିମାପଡ଼ା,୧୬।୮(ଡି.ଏନ୍‌.ଏ.): ପିପିଲି-ନିମାପଡ଼ା ରାସ୍ତା ଶ୍ରୀମୁଖ ଛକ ନିକଟରେ ଗୁରୁବାର ସକାଳେ ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ବାଇକ୍‌ ଆରୋହୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି। ମୃତକ ହେଲେ ନିମାପଡ଼ା ଥାନା ଅଧୀନ ଶ୍ରୀମୁଖ ଗ୍ରାମର ଶିବ ଚରଣ ସେଠୀ(୫୦)।

ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦର ସିଂହଦ୍ୱାରରୁ-ନବୀନ ନିବାସ ପଦଯାତ୍ରା

ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦର ସିଂହଦ୍ୱାରରୁ-ନବୀନ ନିବାସ ପଦଯାତ୍ରା

ପୁରୀ ଅଫିସ,୧୬ା୮: ଶ୍ରୀମନ୍ଦିରର ବିଭିନ୍ନ ପ୍ରସଙ୍ଗ ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅବଗତ କରାଇବା ଲାଗି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦ ପକ୍ଷରୁ ଗୁରୁବାର ପଦଯାତ୍ରା ଆରମ୍ଭ ହୋଇଛି।

ନିରଞ୍ଜନଙ୍କ ନୂଆ ଟିମ୍‌

ନିରଞ୍ଜନଙ୍କ ନୂଆ ଟିମ୍‌

ଭୁବନେଶ୍ୱର,୧୫।୮(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ବୁଧବାର କଂଗ୍ରେସର ନୂତନ ଟିମ୍‌ ଘୋଷଣା କରାଯାଇଛି। ଏଥିରେ ୧୪ ଉପସଭାପତି ରହିଥିବାବେଳେ ୨୪ ସାଧାରଣ ସମ୍ପାଦକ ଏବଂ ୯୯ ସମ୍ପାଦକ ରହିଛନ୍ତି।

Model This Week

ଯସ୍ମିନ୍