Dharitri News
ଖେଳ |

ପୋପ୍‌ଙ୍କୁ ୮ ଉଇକେଟ୍‌: ସେମିରେ ଅଷ୍ଟ୍ରେଲିଆ

 ପୋପ୍‌ଙ୍କୁ ୮ ଉଇକେଟ୍‌: ସେମିରେ ଅଷ୍ଟ୍ରେଲିଆ କୁଇନ୍ସଟାଉନ୍‌, ୨୩।୧- ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପ୍‌ର ଏକ ସୁପର୍‌ଲିଗ୍‌ କ୍ୱାର୍ଟରଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୩୧ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏଥିସହ ଅଷ୍ଟ୍ରେଲିଆ ଦଳ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଅଷ୍ଟ୍ରେଲିଆର ଲେଗ୍‌ ସ୍ପିନର ଲୟଡ୍‌ ପୋପ୍‌ ୮ଟି ଉଇକେଟ୍‌ ଅକ୍ତିଆର କରି ବିଜୟରେ ନାୟକ ସାଜିଥିଲେ। ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ତେବେ ଦଳ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ଏଥିରୁ ମୁକୁଳି ନ ପାରି ୩୩.୩ ଓଭରରେ ୧୨୭ ରନ କରି ଅଲ୍‌ଆଉଟ୍‌ ହୋଇଥିଲା। ଦଳ ପକ୍ଷରୁ ସଫଳ ବ୍ୟାଟ୍ସମ୍ୟାନ ଭାବେ କେବଳ ଜାସନ ସାଂଘା (୫୮) ଇଂଲଣ୍ଡ ବୋଲରଙ୍କୁ ମୁକାବିଲା କରିବାରେ ସମର୍ଥ ହୋଇଥିଲେ। ଇଂଲଣ୍ଡ ପକ୍ଷରୁ ଏଥାନ ବାମ୍ବର, ଡିଲନ ପେନିଙ୍ଗଟନ୍‌ ଓ ଓ୍ବିଲ ଜ୍ୟାକ ୩ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଇଂଲଣ୍ଡ ପାଇଁ ୧୨୮ ରନର ଟାର୍ଗେଟ୍‌ ସହଜସାଧ୍ୟ ମନେ ହେଉଥିଲେ ମଧ୍ୟ ଦଳ ଅଷ୍ଟ୍ରେଲିଆ ପରି ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ପୋପ୍‌ଙ୍କ ଲେଗ୍‌ ସ୍ପିନଙ୍କୁ ସାମ୍ନା କରି ନ ପାରି ଇଂଲଣ୍ଡ ଦଳ ଗୋଟିଏ ପରେ ଗୋଟିଏ ଉଇକେଟ୍‌ ହରାଇ ୨୩.୪ ଓଭରରେ ୯୬ ରନ କରି ଅଲ୍‌ଆଉଟ୍‌ ହୋଇଥିଲା। ସଫଳ ବ୍ୟାଟ୍ସମ୍ୟାନ ଭାବେ ଇଂଲଣ୍ଡର ଓପନର୍‌ ଟମ୍‌ ବାନ୍‌ଟନ୍‌ ୫୮ ରନ କରିଥିଲେ। ପୋପ୍‌ ୯.୪ ଓଭର ବୋଲିଂ କରି ୨ଟି ମେଡେନ ସହ ୩୫ ରନ ବିନିମୟରେ ୮ଟି ଉଇକେଟ୍‌ ଅକ୍ତିଆର କରିଥିଲେ। ପୋପ୍‌ଙ୍କ ଏହି ପ୍ରଦର୍ଶନ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଇତିହାସରେ ସର୍ବଶ୍ରେଷ୍ଠ ସ୍ପେଲ୍‌ ହୋଇଛି। ପୂର୍ବରୁ ଅନ୍ୟତମ ଅଷ୍ଟ୍ରେଲୀୟ ବୋଲର ଜାସନ ରାଲଷ୍ଟନ (୭/୧୫)ଙ୍କ ନାମରେ ଏହି ରେକର୍ଡ ରହିଥିଲା। ରାଲଷ୍ଟନ ବିଶ୍ୱକପ୍‌ର ଚଳିତ ସଂସ୍କରଣରେ ପପୁଆ ନ୍ୟୁ ଗିନି ବିପକ୍ଷରେ ଏହି ସଫଳତା ପାଇଥିଲେ।

ବିଜେପୁର ନିର୍ବାଚନ ଫଳାଫଳ

ବିଜେଡି 0
ବିଜେପି 0
କଂଗ୍ରେସ 0
  ଅନ୍ୟାନ୍ୟ 0

Model This Week

ଏଲ୍‌ସା ଘୋଷ

ଖେଳ |

ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ: ଫାଇନାଲରେ ସୀମା ପୁନିଆ

ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ: ଫାଇନାଲରେ ସୀମା ପୁନିଆ

ସୋଫିଆ(ବୁଲଗେରିଆ),୨୪।୨(ପି.ଟି.)- ଚଳିତ ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ଟର୍ନୁାମେଣ୍ଟରେ ଏସିଆନ୍‌ ଚାମ୍ପିୟନ୍‌ଶିପ୍‌ ବ୍ରୋଞ୍ଜ ପଦକଧାରୀ ସୀମା ପୁନିଆ ମହିଳା ବିଭାଗର ୮୧ କିଗ୍ରାରୁ ଅଧିକ ବର୍ଗର ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଶୁକ୍ରବାର ମଧ୍ୟରାତ୍ରିରେ ଖେଳାଯାଇଥିବା ସେମିଫାଇନାଲରେ ସୀମା ବାଇ ପାଇ ସ୍ବର୍ଣ୍ଣ ପଦକ ମୁକାବିଲାକୁ ଉନ୍ନୀତ ହୋଇଛନ୍ତି।

ସୁଇସ୍‌ ଓପନ୍‌: ସେମିରେ ସମୀର

ସୁଇସ୍‌ ଓପନ୍‌: ସେମିରେ ସମୀର

ବାସେଲ (ସୁଇଜରଲାଣ୍ଡ),୨୪।୨(ପି.ଟି.)- ଭାରତୀୟ ଶଟଲର ସମୀର ବର୍ମା ଏଠାରେ ଚାଲିଥିବା ଏକ ଲକ୍ଷ ୫୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ସୁଇଓ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତିି। ସେ ପୁରୁଷ ସିଙ୍ଗଲ୍ସ ବର୍ଗର ପୂର୍ବତନ ୨ୟ ର଼୍ୟାଙ୍କଧାରୀ ଜାପାନିଜ୍‌ ଖେଳାଳି କେଣ୍ଟୋ ମୋମୋତାଙ୍କୁ ୨୧-୧୭, ୨୧-୧୬ ଗେମ୍‌ରେ ହରାଇଛନ୍ତି।

ଜାତୀୟ ନେଟ୍‌ବଲ୍‌ କ୍ରିକେଟ୍‌: ଓଡ଼ିଶା ଚାମ୍ପିୟନ

କଟକ ଅଫିସ,୨୩।୨- ଡ୍ରିମ୍‌ସ ଗ୍ରାଉଣ୍ଡରେ ଚାଲିଥିବା ୩ୟ ଜାତୀୟ ନେଟବଲ୍‌ କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଶୁକ୍ରବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଓଡ଼ିଶା ୭ ଉଇକେଟରେ ତାମିଲନାଡୁକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ତାମିଲନାଡୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ସହ ନିର୍ଦ୍ଧାରିତ ୧୫ ଓଭରରରେ ୮ ଉଇକେଟ ହରାଇ ୧୨୨ରନ୍‌ କରିଥିଲା। ଜବାବରେ ଘରୋଇ ଓଡ଼ିଶା ୩ ଉଇକେଟ ବିନିମୟରେ ବିଜୟ ଲକ୍ଷ୍ୟ ହାସଲ କରିଥିଲା

ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ମେରିକମ୍‌ ଫାଇନାଲରେ

ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ମେରିକମ୍‌ ଫାଇନାଲରେ

ସୋଫିଆ (ବୁଲ୍‌ଗେରିଆ), ୨୩।୨(ପି.ଟି.)- ଏଠାରେ ଚାଲିଥିବା ୬୯ତମ ଷ୍ଟ୍ରାଣ୍ଡଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ମହିଳା ୪୮ କିଗ୍ରା ବର୍ଗରେ ଭାରତର ଏମ୍‌.ସି. ମେରିକମ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ପ୍ରାକ୍ତନ ଏସିଆନ ସ୍ବର୍ଣ୍ଣ ପଦକ ବିଜେତା ବିକାଶ କ୍ରିଷ୍ଣା (୭୫ କିଗ୍ରା) ଓ ଗୌରବ ସୋଲାଙ୍କି (୫୨ କିଗ୍ରା) ସେମିଫାଇନାଲରେ ପ୍ରବେଶ କରିଛନ୍ତି।

ମାଷ୍ଟର ଟ୍ରେନର ଟ୍ରେନିଂରେ ୫୨ ଜଣ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩।୨(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଉତ୍କଳ କରାଟେ ସ୍କୁଲ ତରଫରୁ ଡ. ହରିପ୍ରସାଦ ପଟ୍ଟନାୟକଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ମାଷ୍ଟର ଟ୍ରେନର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମୋଟ ୫୨ଜଣ ବାଳିକା ୧୧ଟି ଜିଲାରୁ ଭାଗ ନେଇଥିଲେ।

କେଜିଏନ୍‌ ଟ୍ରଷ୍ଟ ଫୁଟ୍‌ବଲ: ଫାଇନାଲରେ ରାଜକନିକା

ଭଦ୍ରକ ଅଫିସ,୨୩।୨ ପୁରୁଣା ବଜାର କେଜିଏନ୍‌ ଟ୍ରଷ୍ଟ (ବାଙ୍କାବଜାର) ଆନୁକୂଲ୍ୟରେ ମହାବୀର ପଡ଼ିଆଠାରେ ଚାଲିଥିବା କେଜିଏନ୍‌ ଟ୍ରଷ୍ଟ ଫୁଟ୍‌ବଲ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରଥମ ଦଳ ଭାବେ ରାଜକନିକାର ଏସ୍‌ଏନ୍‌ କ୍ଲବ୍‌ ପ୍ରବେଶ କରିଛି। ଶୁକ୍ରବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ଏସ୍‌ଏନ୍‌ କ୍ଲବ୍‌ ୨-୧ ଗୋଲରେ ବିଗ୍‌ବସ୍‌ କ୍ଲବ୍‌ ରୁପ୍‌ସାକୁ ପରାସ୍ତ କରି ଏହି ସଫଳତା ପାଇଛି।

ବିଦେଶୀ କ୍ଲବକୁ ଖେଳାଳି ବିକିବାରେ ବିଏଫ୍‌ସି ପ୍ରଥମ ଭାରତୀୟ କ୍ଲବ

ବିଦେଶୀ କ୍ଲବକୁ ଖେଳାଳି ବିକିବାରେ ବିଏଫ୍‌ସି ପ୍ରଥମ ଭାରତୀୟ କ୍ଲବ

ବାଙ୍ଗାଲୋର,୨୩।୨(ପି.ଟି.) ବେଙ୍ଗାଲୁରୁ ଏଫ୍‌ସି ଦଳର ସ୍ପାନିଶ ଖେଳାଳି ଇଡୁ ଗାର୍ସିଆ ଆଗାମୀ ଦିନରେ ଚାଇନିଜ୍‌ ଲିଗ୍‌ ଓ୍ବାନ ସାଇଡ୍‌ର ଝେଜିଆଙ୍ଗ ଲୁଚାଙ୍ଗ ଦଳ ପକ୍ଷରୁ ଖେଳିବେ। ଏ ନେଇ ଉଭୟ ଦଳ ମଧ୍ୟରେ ଶୁକ୍ରବାର ଚୁକ୍ତି କରାଯାଇଛି। ଏଥିସହ ଦେଶର ପ୍ରଥମ କ୍ଲବ ଭାବେ ବେଙ୍ଗାଲୁରୁ ଏଫ୍‌ସି ବିଦେଶୀ ଦଳ ସହ ଖେଳାଳି ଆଦନପ୍ରଦାନ କରିଛି। ଚଳିତ ବର୍ଷର ଲିଗ୍‌ ଓ୍ବାନ ସିଜନ ଆସନ୍ତା ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି।

ଟି୨୦ ର଼୍ୟାଙ୍କିଙ୍ଗର ଶୀର୍ଷରେ ରହିଲା ପାକିସ୍ତାନ

ଟି୨୦ ର଼୍ୟାଙ୍କିଙ୍ଗର ଶୀର୍ଷରେ ରହିଲା ପାକିସ୍ତାନ

ଓ୍ବେଲିଂଟନ, ୨୩।୨(ଏଏଫପି)- ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡକୁ ମିଶାଇ ଅନୁଷ୍ଠିତ ଟି୨୦ କ୍ରିକେଟ ସିରିଜରେ ଅଷ୍ଟ୍ରେଲିଆ ଚାମ୍ପିୟନ ହେଲେ ମଧ୍ୟ ପାକିସ୍ତାନ ଆଇସିସି ର଼୍ୟାଙ୍କିଙ୍ଗର ନମ୍ବରଓ୍ବାନ ସ୍ଥାନରେ ଅପରିବର୍ତ୍ତିତ ରହିଛି।

କନ୍ୟା ସନ୍ତାନର ଜନକ ହେଲେ ପୂଜାରା

କନ୍ୟା ସନ୍ତାନର ଜନକ ହେଲେ ପୂଜାରା

ନୂଆଦିଲ୍ଲୀ, ୨୩।୨- ଭାରତୀୟ ଟେଷ୍ଟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ଖୁସି ଏବେ କହିଲେ ନସରେ। ତେବେ ତାଙ୍କର ଏହି ଖୁସି କ୍ରିକେଟରେ ସଫଳତା ପାଇଁ ନୁହେଁ ବରଂ ପିତା ହେବାର ସୌଭାଗ୍ୟ ପାଇଁ।

କୋରିଆ ଗସ୍ତ ପାଇଁ ଭାରତୀୟ ଦଳରେ ଓଡ଼ିଶାରୁ ୪

କୋରିଆ ଗସ୍ତ ପାଇଁ ଭାରତୀୟ ଦଳରେ ଓଡ଼ିଶାରୁ ୪

ନୂଆଦିଲ୍ଲୀ, ୨୩।୨- ଭାରତୀୟ ମହିଳା ହକି ଦଳ ଦକ୍ଷିଣ କୋରିଆ ଗସ୍ତକରି ମାର୍ଚ୍ଚ ୩ରୁ ୧୨ ପର୍ଯ୍ୟନ୍ତ ଘରୋଇ ଦଳ ସହିତ ୫ଟି ମ୍ୟାଚ ଖେଳିବ। ଏଥିପାଇଁ ଶୁକ୍ରବାର ଘୋଷିତ ୨୦ ଜଣିଆ ଭାରତୀୟ ଦଳରେ ୪ ଓଡ଼ିଆ ଖେଳାଳି ସାମିଲ ହୋଇଛନ୍ତି।

ଆଇଟିଏଫ ଫ୍ୟୁଚର ଟେନିସ ଆଜିଠାରୁ

ଆଇଟିଏଫ ଫ୍ୟୁଚର ଟେନିସ ଆଜିଠାରୁ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ପୁଣି ଚଳଚଞ୍ଚଳ। ଏଥର ହକି କିମ୍ବା ଆଥଲେଟିକ୍ସ ପାଇଁ ନୁହେଁ ଅନ୍ତର୍ଜାତୀୟ ମାନର ଟେନିସ ଓ ଫୁଟବଲର ରୋମାଞ୍ଚ ଏଥର ଦେଖିବାକୁ ମିଳିବ ଏହି ଷ୍ଟାଡିୟମରେ। ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ଏକ ମ୍ୟାଚ ପାଇଁ ଜାମସେଦପୁର ଏଫସି ଦଳ ଗତ ୧୯ ତାରିଖରୁ ଭୁବନେଶ୍ୱରରେ ପହଞ୍ଚତ୍ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଚଳାଇଛି। ବେଙ୍ଗାଲୁରୁ ଏଫସି ଶୁକ୍ରବାର ପହଞ୍ଚତ୍ବା କାର୍ଯ୍ୟକ୍ରମ ରହିଛି। ଦୁଇ ଦଳ ମଧ୍ୟରେ ଆଇଏସଏଲ ମ୍ୟାଚ ଆଗାମୀ ୨୫ ତାରିଖରେ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଓଡ଼ିଶାରେ ପ୍ରଥମଥରପାଇଁ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ଟେନିସ ଟୁର୍ନାମେଣ୍ଟ।

୨୦ ବର୍ଷ ପରେ ମହିଳା ଆଇସ୍‌ ହକିରେ ଆମେରିକାକୁ ସ୍ବର୍ଣ୍ଣ

୨୦ ବର୍ଷ ପରେ ମହିଳା ଆଇସ୍‌ ହକିରେ ଆମେରିକାକୁ ସ୍ବର୍ଣ୍ଣ

ପ୍ୟୋଙ୍ଗ୍‌ଚାଙ୍ଗ,୨୨।୨(ଏ.ଏଫ.ପି.)-ଦୀର୍ଘ ୨୦ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଶୀତକାଳୀନ ଅଲିମ୍ପିକ୍ସର ମହିଳା ହକି ଇଭେଣ୍ଟରେ ଶେଷରେ ଆମେରିକା ସ୍ବର୍ଣ୍ଣ ପଦକ ହାସଲ କରିବାକୁ ସକ୍ଷମ ହୋଇଛି। ଗୁରୁବାର ଅନୁଷ୍ଠିତ ଟାଇଟଲ ମୁକାବିଲାରେ ଆମେରିକା ପେନାଲ୍ଟି ସୁଟ୍‌ ଆଉଟ୍‌ ମାଧ୍ୟମରେ ପଡୋଶୀ କାନାଡାକୁ ୩-୨ ଗୋଲରେ ପରାସ୍ତ କରି ଏହି ଐତିହାସିକ ସଫଳତା ଅର୍ଜନ କରିଛି।