ଫୁରସତ |

ବ୍ୟସ୍ତ ବହୁଳ ଜୀବନରେ ମିଳୁନି ପ୍ରେମ ପାଇଁ ସମୟ

ବ୍ୟସ୍ତ ବହୁଳ ଜୀବନରେ ମିଳୁନି ପ୍ରେମ ପାଇଁ ସମୟ
ଟୋକିଓ: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ପ୍ରେମ ପାଇଁ ସମୟ ଅଣ୍ଟୁନି ବୋଲି ଗବେଷକ ଏକ ରୋଚକ ତଥ୍ୟ ଉପସ୍ଥାପନ କରିଛନ୍ତି। କର୍ମଜୀବୀ ମହିଳା ଓ ପୁରୁଷ ପ୍ରେମ ପାଇଁ ସମୟ ଦେଇ ପାରୁ ନ ଥିବାରୁ ପ୍ରେମ ସମ୍ପର୍କ ସୃଷ୍ଟିଠାରୁ ଜାଣିଶୁଣି ଦୂରେଇ ରହୁଛନ୍ତି ବୋଲି ଗବେଷକ ସୂଚିତ କରିଛନ୍ତି। ଏନେଇ ଗବେଷକ ଏକ ଅଧ୍ୟୟନ କରିଥିଲେ। ଏଥିରେ ଅନେକ ମହିଳା ଓ ପୁରୁଷଙ୍କୁ ସାମିଲ୍‌ କରାଯାଇଥିଲା। ସେମାନଙ୍କୁ ଅନେକ ପ୍ରଶ୍ନ ପଚରା ଯାଇଥିଲା। ଉତ୍ତର ଆଧାରରେ ଏକ ରିପୋର୍ଟ ପ୍ରସ୍ତୁତ ହୋଇଥିଲା। ଜଣାପଡିଥିଲା ଯେ, ୬୦ ପ୍ରତିଶତ କର୍ମଜୀବୀ ମହିଳା ଓ ପୁରୁଷ ସମୟର ଅଭାବ ଯୋଗୁ ପ୍ରେମଠାରୁ ଦୂରେଇ ରହିଥାନ୍ତି। କାମରୁ ଅବସର ମିଳିଲେ କର୍ମଜୀବୀମାନେ ବିଶ୍ରାମ ନେବାକୁ ଅଧିକ ପସନ୍ଦ କରିଥାନ୍ତି। କିନ୍ତୁ ପ୍ରେମର ପଥ ସବୁବେଳେ କଣ୍ଟକିତ। ଏଥିରେ ଅଯଥା ସମସ୍ୟା ସୃଷ୍ଟି ହୋଇଥାଏ। ତେଣୁ ପ୍ରେମଠାରୁ ଦୂରେଇ ରହିବା ଭଲ ବୋଲି କର୍ମଜୀବୀମାନେ ମତ ଦେଇଥିବା ରିପୋର୍ଟରେ ଦର୍ଶାଯାଇଛି। ସେହିପରି ଅନ୍‌ଲାଇନ୍‌ରେ କରାଯାଇଥିବା ଏକ ସର୍ଭେରୁ ଜଣାପଡିଛି ଯେ, ୭୦ ପ୍ରତିଶତରୁ ଅଧିକ କର୍ମଜୀବୀ ମହିଳା ଓ ପୁରୁଷ ଡେଟିଂକୁ ପସନ୍ଦ କରି ନ ଥାନ୍ତି। ଏହାଦ୍ୱାରା କେବଳ ସମୟର ଅପଚୟ ହୋଇଥାଏ ବୋଲି ସେମାନେ ମତ ପୋଷଣ କରିଥାନ୍ତି। ଅନ୍ୟପକ୍ଷରେ ବେକାର ଥିବା ମହିଳା ଓ ପୁରୁଷ ପ୍ରେମ ବ୍ୟାପାରରେ ଜାଣିଶୁଣି ପଶିଥାନ୍ତି। ଏହାଦ୍ୱାରା ସେମାନଙ୍କର ସମୟ ସହଜରେ କଟି ଯାଇଥାଏ। ବେକାରଥିବା ମହିଳା ଓ ପୁରୁଷଙ୍କ କ୍ଷେତ୍ରରେ ବିବାହ ପୂର୍ବରୁ ଓ ପରେ ନିଷିଧ ପ୍ରେମସମ୍ପର୍କ ସୃଷ୍ଟି ହେବାର ଆଶଙ୍କା ଅଧିକ ରହିଥାଏ ବୋଲି ଗବେଷକ ସୂଚିତ କରିଛନ୍ତି। ସେହିପରି କମର୍ର୍କ୍ଷେତ୍ରରେ କମ୍‌ ସମୟ କଟାଉଥିବା ମହିଳା ଓ ପୁରୁଷ ବିବାହ ପାଇଁ ଚିନ୍ତା କରନ୍ତି। ମାତ୍ର ବୈବାହିକ ଜୀବନରେ କୌଣସି ସମସ୍ୟା ଦେଖାଦେଲେ ସେମାନେ ଏହାକୁ ସମୟ ଅଭାବରୁ ଅଣଦେଖା କରିଥାନ୍ତି। ସେମାନେ ସବୁବେଳେ ଶାନ୍ତିମୟ ବୈବାହିକ ଜୀବନକୁ ପସନ୍ଦ କରିଥାନ୍ତି।
All Right Reserved By

ଫୁରସତ |

ଚୁମ୍ବନ ଦେଇ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି ଯୁବକ

ଚୁମ୍ବନ ଦେଇ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି ଯୁବକ

କ୍ରିସ୍‌ ମୋନରୋ ନାମକ ଜଣେ ଯୁବକ ଏବେ ଇଣ୍ଟରନେଟର କିସିଂ ବୟ ଭାବେ ବେଶ୍‌ ପରିଚିତ। ସେ ଚୁମ୍ବନ ଦେଇ ଏବେ କୋଟି କୋଟି ଟଙ୍କା ରୋଜଗାର କରୁଥିବା କୁହନ୍ତି। ଏମିତିକି ବଲିଉଡ୍‌ ଷ୍ଟାର ତଥା ସିରିୟଲ କିସର୍‌ ଇମ୍ରାନ ହାସମିଙ୍କୁ ଏବେ ପଛରେ ପକାଇ ଦେଇଛନ୍ତି କିସିଂ ବୟ କ୍ରିସ୍‌।

ସାଙ୍ଗିଆ ପରିବର୍ତ୍ତନ

ସାଙ୍ଗିଆ ପରିବର୍ତ୍ତନ

ନିଜ ସାଙ୍ଗିଆକୁ କିଏ ବା ଭଲ ନ ପାଏ । କାରଣ ନାଁ ପରେ ଏହା ବି ମଣିଷର ପରିଚୟ ପାଲଟିଥାଏ। ତେବେ ପୁରୁଷମାନଙ୍କ କ୍ଷେତ୍ରରେ ଏହା ଶୈଶବରୁ ଆରମ୍ଭ କରି ଜୀବନର ଶେଷ ସମୟ ଯାଏ ଅପରିବର୍ତ୍ତିତ ରହିଥିବା ବେଳେ ମହିଳାଙ୍କ କ୍ଷେତ୍ରରେ ଅନେକ ସମୟରେ ଏହା ବଦଳି ଯାଇଥାଏ...

ପାଠପଢ଼ା ଚାପ ବି ସ୍ମରଣ ଶକ୍ତିକୁ କରେ ପ୍ରଭାବିତ...

ପାଠପଢ଼ା ଚାପ ବି ସ୍ମରଣ ଶକ୍ତିକୁ କରେ ପ୍ରଭାବିତ...

ପିଲାଙ୍କ ସ୍ମରଣ ଶକ୍ତି ହ୍ରାସ ପଛରେ ଅଭିଭାବକ ହିଁ ଦାୟୀ ଥାଆନ୍ତି।  ପିଲାଟି ଉପରେ ଷ୍ଟଡିପେସର୍‌ ବା ପାଠପଢ଼ା ଚାପ ବଢ଼ାଇବାରେ ସେମାନଙ୍କର ଥାଏ ମୁଖ୍ୟ ଭୂମିକା। 

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମସମନ୍ବୟର ପବିତ୍ର କ୍ଷେତ୍ର। 

ଯେଉଁଠି ବିବାହ ପୂର୍ବରୁ ଝିଅ ହୁଅନ୍ତି ବିଦା...

ଯେଉଁଠି ବିବାହ ପୂର୍ବରୁ ଝିଅ ହୁଅନ୍ତି ବିଦା...

ସାଧାରଣତଃ ବିବାହ ପରେ କନ୍ୟା ବିଦା ହୋଇଥାଏ। ତେବେ ଝାଡ଼ଖଣ୍ଡ ଉତ୍ତର ଛୋଟନାଗପୁର ଅଞ୍ଚଳରେ ରହିଛି ଏକ ପରମ୍ପରା। ଏଠାରେ ବିବାହର କିଛି ଦିନ ପୂର୍ବରୁ ବରଘର ଲୋକେ କନ୍ୟାଘରେ ପହଞ୍ଚିଥାନ୍ତି।

ପ୍ରେମରେ ବିଫଳ ଏହିସବୁ କ୍ରିକେଟ୍‌ର

ପ୍ରେମରେ ବିଫଳ ଏହିସବୁ କ୍ରିକେଟ୍‌ର

ନୂଆଦିଲ୍ଲୀ, ୨୧।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟରମାନେ ପଡିଆରେ ଯେତିକି ଲୋକପ୍ରିୟତା ଅର୍ଜନ କରିଛନ୍ତି ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥାନ୍ତି। ଖାସ୍‌ ଭାବେ ପ୍ରେମ ସମ୍ପର୍କକୁ ନେଇ ଅତୀତରେ କିଛି କ୍ରିକେଟର ବେଶ୍‌ ଚର୍ଚ୍ଚାରେ ଥିଲେ।  

ପ୍ରାକୃତିକ ପେନ୍‌କିଲର

ପ୍ରାକୃତିକ ପେନ୍‌କିଲର

”ଆଜିର ଆଧୁନିକ ଚିକିତ୍ସା ବିଜ୍ଞାନରେ ଚିକିତ୍ସା ଦ୍ୱାରା କେତେକ ରୋଗରୁ ସାମୟିକ ଉପଶମ ମିଳୁଥିଲେ ମଧ୍ୟ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ଆଶା କ୍ଷୀଣ। କିନ୍ତୁ ଏପରି ଆୟୁର୍ବେଦ ଶାସ୍ତ୍ରରେ ଲକ୍ଷାଧିକ ଔଷଧ ଦ୍ରବ୍ୟର ବର୍ଣ୍ଣନା ରହିଅଛି ଯାହାକି ବ୍ୟକ୍ତିଙ୍କୁ ଜରାବ୍ୟାଧିରୁ ମୁକ୍ତି ଦେଇ ନୀରୋଗ କରିପାରିବ, ଏହା ମୁନି ଋଷିମାନଙ୍କ ଦିବ୍ୟ ଦୃଷ୍ଟି ଓ ସାଧନା ବଳରେ ସମ୍ଭବ ହୋଇପାରିଛି, ଯାହାକି ଦୁରାରୋଗ୍ୟ ବ୍ୟାଧି ମଧ୍ୟ ଚିର ଆରୋଗ୍ୟ ହୋଇପାରିବ।“

ବର୍ଷା ପାଣିରେ ଗାଧୋଇଲେ ବିବାହ ହୁଏ ଶୀଘ୍ର...

ବର୍ଷା ପାଣିରେ ଗାଧୋଇଲେ ବିବାହ ହୁଏ ଶୀଘ୍ର...

ବର୍ଷା ପାଣିକୁ ଅତି ପବିତ୍ର ଭାବେ ବିବେଚନା କରାଯାଇଥାଏ। ତେବେ ଏହାର ବିଧିବଦ୍ଧ ଉପଯୋଗ ଦ୍ୱାରା ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ଅଛି। 

କାହିଁକି ଫୁଲରେ ସଜାଯାଏ ନବବିବାହିତଙ୍କ ବେଡରୁମ୍‌

କାହିଁକି ଫୁଲରେ ସଜାଯାଏ ନବବିବାହିତଙ୍କ ବେଡରୁମ୍‌

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ହେଉଛି ଏକ ମଙ୍ଗଳ କାର୍ଯ୍ୟ। ଏହା ଶୁଦ୍ଧ ଓ ପବିତ୍ର। ଏଥିରେ ୨ଟି ଆତ୍ମାର ମିଳନ ହୋଇଥାଏ। ୨ଟି ଅପରିଚିତ ପରିବାର ମଧ୍ୟରେ ଗଢାହୁଏ ନିବିଡ ସମ୍ପର୍କ। ସେଥିପାଇଁ ହିନ୍ଦୁଘରେ ବିଭିନ୍ନ ରୀତିନୀତି ଦେଇ ବିବାହ କାର୍ଯ୍ୟ ସମ୍ପନ୍ନ କରାଯାଇଥାଏ। 

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ନିୟମିତ ରକ୍ତଦାନ ...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ନିୟମିତ ରକ୍ତଦାନ ...

ସମ୍ପ୍ରତି ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ହାର୍ଟ ଆଟାକ୍‌ ଭଳି ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ନିମୟିତ ରକ୍ତଦାନ କରିବା ଅବାଶ୍ୟକ ବୋଲି ମିସିଗାନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବା ସମୟରେ କେତେକ ସାବଧାନତା ପ୍ରତି ଦୃଷ୍ଟି ହେବାର ରହିଛି ଆବଶ୍ୟକତା


ଯେଉଁଠି ସମ୍ବେଦନଶୀଳ ଅଙ୍ଗର ହୁଏ ନାମକରଣ

ଯେଉଁଠି ସମ୍ବେଦନଶୀଳ ଅଙ୍ଗର ହୁଏ ନାମକରଣ

ପ୍ରଥା ପରମ୍ପରାକୁ ନେଇ ଶୁଣିବାକୁ ମିଳେ କେତେ କ’ଣ କଥା। ଆମେରିକାର ହାଓ୍ବାଇରେ ରହିଥିବା ଏମିତି ଏକ ପରମ୍ପରା ଅଜବ ଲାଗୁଥିଲେ ମଧ୍ୟ ଲୋକେ ଆଜିବି ଏହାକୁ ପାଳନ କରି ଆସୁଛନ୍ତି।