ରାଜ୍ୟ |

ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରକୋପ ଜାରି: ୧୦ ଡିଗ୍ରୀ ତଳେ ୧୦ ସହର

ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରକୋପ ଜାରି: ୧୦ ଡିଗ୍ରୀ ତଳେ ୧୦ ସହର
ଭୁବନେଶ୍ୱର, ୩୦।୧(ବ୍ୟୁରୋ)- ଗତ ଦୁଇଦିନ ହେବ ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରକୋପ ଜାରି ରହିଛି। ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ତଳକୁ ଖସିଛି। ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ରହିଛି। ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ ୪ ଡିଗ୍ରୀ ସେଲସିୟସ ଥିବା ବେଳେ ଦାରିଙ୍ଗବାଡିରେ ୫.୨, ଅନୁଗୋଳ ୯.୬, ଝାରସୁଗୁଡା ୮.୭, କେନ୍ଦୁଝର ୯.୭, ସମ୍ବଲପୁର ୧୦, ସୁନ୍ଦରଗଡ ୭.୫, ହୀରାକୁଦ ୮.୫, ଭବାନୀପାଟଣା ୯.୮, ବଲାଙ୍ଗୀର ୯.୮, କୋରାପୁଟ ୯.୫ ଏବଂ ସୋନପୁରରେ ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଫେବୃୟାରୀ ୩ ତାରିଖ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ଉପକୂଳ ଓଡିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡି ପଡ଼ିବା ସମ୍ଭାବନା ଥିବାବେଳେ ଆଭ୍ୟନ୍ତରୀଣ ଓଡିଶାରେ ଶୀତଲହରି ଜାରି ରହିବ। ରାତିରେ ପାରଦ ତଳକୁ ଖସିଲେ ମଧ୍ୟ ଦିନରେ ତାତି ବଢିବ। ଗତ ୩ ଦିନ ମଧ୍ୟରେ ରାଜ୍ୟରେ ତାତି ବଢିବା ଆରମ୍ଭ କରିଛି। ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ, ବାରିପଦା ଏବଂ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରୀ ସେଲସିୟସ ରହିଛି।
All Right Reserved By

ରାଜ୍ୟ |

 ରାହାନ୍ଦା: କୁକୁର  ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ

ରାହାନ୍ଦା: କୁକୁର ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ

ବାରିପଦା ଅଫିସ,୨୧।୧- କୁକର ପଲ ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ। ଏପରି ହୃହୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଧୀନ ରାହାନ୍ଦା ଅଞ୍ଚଳରେ ସୋମବାର ଘଟିଛି। ମୃତକ ହେଲେ ବାଲିସୁଦୂରା ଗ୍ରାମର ଶରମା ମହାରଣାଙ୍କ ପୁଅ ରିଙ୍କୁ (୭)। ସେ ଏକୁଟିଆ ସ୍କୁଲ ଯାଉଥିବା ବେଳେ ଏପରି ଅଘଟଣର ସମ୍ମୁଖୀନ ହୋଇଥିବା ଜଣାଯାଇଛି।

ସୁବର୍ଣ୍ଣପୁର : ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅଛନ୍ତି ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର

ସୁବର୍ଣ୍ଣପୁର : ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅଛନ୍ତି ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର

 ସୋନପୁର,୨୧।୧(ନି.ପ୍ର.):ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପ୍ରକାଶ ପାଇଛି ଚୂଡାନ୍ତ ଭୋଟର ତାଲିକା। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାରେ ମଧ୍ୟ ତାଲିକା ପ୍ରକାଶ ପାଇଛି। ଏଥିରେ ସୁବର୍ଣ୍ଣପୁର ଜିଲାରେ ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର ଅଛନ୍ତି। ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪୬ ହଜାର ୧୧ ଭୋଟର ଓ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪ ହଜାର ୭୮୪ ଜଣ ଭୋଟର ରହିଛନ୍ତି। 

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଶାଳ ପତ୍ର ଉପରୁ ରୟାଲିଟି ଛାଡ଼ କରିବାକୁ ଘୋଷଣା କରିଛନ୍ତି। ଫଳରେ ପୂର୍ବରୁ କୁଇଣ୍ଟାଲ ପିଛା ଦେଉଥିବା ୮୬ଟଙ୍କା ରୟାଲିଟି ଆଉ ଦେବାକୁ ପଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀ ଏ ନେଇ ନିଷ୍ପତ୍ତି ନେବା ପରେ ଶାଳପତ୍ର ଶ୍ରମିକଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। 

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାରସ୍ଥିତ କଜଳକଣା ନିକଟରେ ସେମବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ‘ନୀଳକଣ୍ଠ’ ନାମକ ଏହି ବସ୍‌ଟି ଅନୁଗୋଳରୁ କଟକ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। 

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ସାକ୍ଷୀଗୋପାଳ,୨୧।୧ (ଡି.ଏନ.ଏ.): ସତ୍ୟବାଦୀ ବଜାର ଉପକଣ୍ଠ କମାରସାହିରେ ସୋମବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜେଜେମା’ଙ୍କ ଦଶାହ ତୁଠରେ ଗାଧୋଇବା ବେଳେ ଶୁକ୍ରବାରଠାରୁ ନାତି ସୁବାଶିଷ ମହାନ୍ତି ନିଖୋଜ ଥିଲେ। ସକାଳେ ମୃତଦେହ ପୋଖରୀରେ ଭାସୁଥିବା ଗ୍ରାମବାସୀ ଓ ପରିବାର ଲୋକେ ଦେଖି ଅଗ୍ନିିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିିଶମ କର୍ମଚାରୀ ମୃତଦେହ ଉଦ୍ଧାର କରିଛି। 

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ନବରଙ୍ଗପୁର,୨୧।୧(ବି.ପ୍ର.): ପିଲାଙ୍କୁ ଶିକ୍ଷିତ କରିବାକୁ  ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେମାନଙ୍କୁ ଉପଯୁକ୍ତ ଶୈକ୍ଷିକ ବାତାବରଣ ଦେବା ପାଇଁ ଅନେକ ଟଙ୍କା ଖର୍ଚ୍ଚ କରୁଛନ୍ତି।  କିନ୍ତୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାଝିଗୁଡା ପଞ୍ଚାୟତର ମୁଣ୍ଡାଗୁଡା ନୂତନ ପ୍ରାଥମିକ ବିଦ୍ୟାଳୟ ଏଥିରେ ବ୍ୟତିକ୍ରମ। ଏଠାରେ ପିଲାଙ୍କ ପାଇଁ  ଶ୍ରେଣୀଗୃହ ନାହିଁ। ଖରାଦିନେ ଗଛତଳେ ଓ ବର୍ଷା ଦିନରେ ଟିଣ ଆଉଜା ହୋଇଥିବା ଏକ ଅସ୍ଥାୟୀ ଗୃହରେ ପିଲା ପାଠ ପଢନ୍ତି।  

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ନାରୀ ନିଯ୍ୟାତନା ଓ ବଳାତ୍କାର ଆଦି ଘଟଣା ରାଜ୍ୟରେ ବଢ଼ି ବଢ଼ି ଚାଲିଥିବାରୁ ଭାଜପା ମହିଳା ମୋର୍ଚ୍ଚାର କର୍ମୀମାନେ ଏହାକୁ ବିରୋଧ କରୁୁଛନ୍ତି। 

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ପରକ୍ରୀୟା ପ୍ରୀତି ସନ୍ଦେହରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଯୌନାଙ୍ଗକୁ କାଟି ଦେଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଉଦୟପୁର ଗ୍ରାମରେ।

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

ମଥୁରାନଗରୀ,୨୧।୧: ବରଗଡ଼ ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଗତ ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥି ରହିଥିବା ପ୍ରଣୟ କୁମାର ସାହୁ ସୋମବାର ଦଳ ଛାଡ଼ିଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ ଓ ଜିଲା କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉଁ ଦଳରେ ସେ ଯୋଗଦେବେ ସେ ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହାନ୍ତି ।

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଉରକେଲା, ୨୧।୧:  ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍‌ରେ ସୋମବାର ନିଆଁ ଲାଗିଯାଇଛି। ରାଉରକେଲା ଷ୍ଟେଶନ ପୂର୍ବରୁ ତିଲ୍‌କା ନଗର ନିକଟରେ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଟ୍ରେନ୍‌ଟି ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା। 

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସୋମବାର ରାଜ୍ୟର  ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।  ଏହି ତାଲିକାର ସଂଶୋଧନ କରାଯିବା ପରେ ୫ ଲକ୍ଷ ୩୯ ହଜାର ୪୫୪ ଭୋଟର ସଂଖ୍ୟା ବୃଦ୍ଧି ପାଇଛି । 

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଓଡ଼ିଶା ରାଜନୀତିରେ ଜନ୍ମ ନେଇଛି ନୂଆ ସାମ୍ମୁଖ୍ୟ। ବ୍ରଜ ତ୍ରିପାଠୀଙ୍କ ସମତା କ୍ରାନ୍ତି ଦଳ ଓ ଖାରବେଳ ସ୍ବାଇଁଙ୍କ ଉତ୍କଳ ଭାରତ ମିଳିତ ଭାବେ ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ ଗଠନ କରିବାକୁ ଘୋଷଣା କରିଛନ୍ତି।