Dharitri News
ରାଜ୍ୟ |

ବଢ଼ିଲା ରାଜନୈତିକ ଅଡୁଆ: ସୁନ୍ଦରଗଡ଼କୁ ନେଇ ଆଇନଗତ ଦ୍ୱନ୍ଦ୍ୱ

ବଢ଼ିଲା ରାଜନୈତିକ ଅଡୁଆ: ସୁନ୍ଦରଗଡ଼କୁ ନେଇ ଆଇନଗତ ଦ୍ୱନ୍ଦ୍ୱ କଟକ ଅଫିସ, ୩୦।୧- ଜାଲ୍‌ ଜାତିଗତ ପ୍ରମାଣପତ୍ର ମାମଲାରେ ହାଇକୋର୍ଟ ସୁନ୍ଦରଗଡର କଂଗ୍ରେସ ବିଧାୟକ ଯୋଗେଶ ସିଂଙ୍କ ସଦସ୍ୟପଦ ରଦ୍ଦ କରିବାପରେ ଏହି ଆସନର ଭବିଷ୍ୟତକୁ ନେଇ ରାଜନୈତିକ ଓ ଆଇନଗତ ବିତର୍କ ଆରମ୍ଭ ହୋଇଛି। ମୁଖ୍ୟତଃ ବିଜେପୁର ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଥିବାବେଳେ ସୁନ୍ଦରଗଡ଼ରେ ଏଭଳି ଅବସ୍ଥା ରାଜନୈତିକ ଚର୍ଚ୍ଚା ପାଇଁ ଖୋରାକ ଯୋଗାଇଛି। ଯୋଗେଶ ସୁପ୍ରିମକୋର୍ଟରେ ଏହି ରାୟକୁ ଚାଲେଞ୍ଚ କରିବେ ବୋଲି ତାଙ୍କର ଓକିଲ ପିତାମ୍ବର ଆଚାର୍ଯ୍ୟ କହିଛନ୍ତି । ତେବେ ଯୋଗେଶ ସୁପ୍ରିମକୋର୍ଟ ଯିବା ଓ ଏହାର ଶୁଣାଣି ହେବା ବେଳକୁ ଅତିକମ୍‌ରେ ମାର୍ଚ୍ଚ ମାସ ହୋଇଥିବ। ମାର୍ଚ୍ଚରେ ଯଦି ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ କାଏମ୍‌ ରଖନ୍ତି ତେବେ ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ୬ ମାସ ଅର୍ଥାତ୍‌ ସେପ୍ଟେମ୍ବର ମଧ୍ୟରେ ଉପନିର୍ବାଚନ ହେବ। ଏହି ସମୟ ମଧ୍ୟରେ ଉପନିର୍ବାଚନ ହେବ ନା ସାଧାରଣ ନିର୍ବାଚନ ସମୟରେ ସୁନ୍ଦରଗଡ଼ ନିର୍ବାଚନ କରାଯିବ ତାହାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଏ ସମ୍ପର୍କରେ ବରିଷ୍ଠ ରାଜନେତା ଓ ଆଇନଜୀବୀମାନଙ୍କ ମତ ମଧ୍ୟ ଭିନ୍ନ ରହିଛି। ପୂର୍ବତନ ବାଚସ୍ପତି ଶରତ କରଙ୍କ ମତରେ ଯୋଗେଶ ସୁପ୍ରିମକୋର୍ଟ ଯିବା ଦ୍ୱାରା ବିଶେଷ ଲାଭବାନ ହେବ ନାହିଁ। କାରଣ ଏଠାରେ ନିର୍ବାଚନ ଅନିୟମିତତା କିମ୍ବା ଭୋଟ ଗଣତି ସମ୍ପର୍କିତ ଆବେଦନ ଉପରେ ହାଇକୋର୍ଟ ରାୟ ଦେଇନାହାନ୍ତି। ଜାଲ୍‌ ଜାତିଗତ ପ୍ରମାଣପତ୍ରର ପରୀକ୍ଷା କରି ସିଦ୍ଧାନ୍ତରେ ଉପନୀତ ହେବା ପରେ ହାଇକୋର୍ଟ ରାୟ ଶୁଣାଇଛନ୍ତି। ତେଣୁ ସୁପ୍ରିମକୋର୍ଟ ତୁରନ୍ତ ଉକ୍ତ ମାମଲାର ଶୁଣାଣି କରି ହାଇକୋର୍ଟଙ୍କ ରାୟକୁ କାଏମ ରଖିବେ ବୋଲି ମୋର ବିଶ୍ୱାସ ହେଉଛି। ମାତ୍ର ଉପନିର୍ବାଚନ ଆଶା ଅତ୍ୟନ୍ତ କ୍ଷୀଣ। ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ କୁହନ୍ତି, ଯଦି ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଜାରି କରନ୍ତି କିମ୍ବା ମାମଲାର ଶୁଣାଣି ପାଇଁ ୩ ମାସ ସମୟ ଗଡ଼ିଯାଏ ତେବେ ଉପନିର୍ବାଚନ ଆଶା ରହିବ ନାହିଁ। ବିରୋଧୀ ଦଳ ନେତା ତଥା ବରିଷ୍ଠ ଆଇନଜୀବୀ ନରସିଂହ ମିଶ୍ର କୁହନ୍ତି, ଏହିଭଳି ଅନେକ ମାମଲାରେ ସୁପ୍ରିମକୋର୍ଟ ରହିତାଦେଶ ଦେଇଛନ୍ତି। ତେଣୁ ଯୋଗେଶ ସୁପ୍ରିମକୋର୍ଟ ଯିବା ପରେ ସେଠାରେ ତାଙ୍କୁ ଆଶ୍ୱସ୍ତି ମିଳିବ। ଯୋଗେଶଙ୍କ ଓକିଲ ତଥା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କ ମତରେ ଅତୀତରେ ଏହିଭଳି ଅନେକ ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିଛନ୍ତି। ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ନିମାଇଁ ସରକାର ବନାମ ଅରବିନ୍ଦ ଢାଲି, ଆଠଗଡ଼ରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବନାମ ରମେଶ ରାଉତ, ଭଞ୍ଜନଗରରେ ବିକ୍ରମ କେଶରୀ ଆରୁଖ ବନାମ ସୋମନାଥ ମିଶ୍ରଙ୍କ ମାମଲା ଉପରେ ମଧ୍ୟ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ତେଣୁ ଯୋଗେଶ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବେ ଓ ସୁନ୍ଦରଗଡ଼ରେ ଉପନିର୍ବାଚନ ହେବାର କୌଣସି ଯଥାର୍ଥତା ନାହିଁ ବୋଲି ଆଚାର୍ଯ୍ୟ କହିଛନ୍ତି। ଅନ୍ୟପକ୍ଷରେ ଆବେଦନକାରୀ ସହଦେବ ଖାକାଙ୍କ ପକ୍ଷରୁ ନିର୍ବାଚନ ପରିଚାଳନା କରୁଥିବା ଆଡଭୋକେଟ ଗୋପାଳ ଚନ୍ଦ୍ର ଅଗ୍ରୱାଲ ଓ ଅଜୟ ପଟେଲଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଡଭୋକେଟ ଦୟାନନ୍ଦ ମହାପାତ୍ର କହିଛନ୍ତି, ହାଇକୋର୍ଟଙ୍କ ରାୟ ପରେ ସୁନ୍ଦରଗଡ଼ରେ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ସେଠାରେ ଉପନିର୍ବାଚନ ଅବଶ୍ୟମ୍ଭାବୀ। ମାତ୍ର ଯୋଗେଶ ସୁପ୍ରିମକୋର୍ଟ ଯାଇ କୌଣସି ସୁଫଳ ପାଇବେ ନାହିଁ ବୋଲି ଉଭୟ ଓକିଲ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଜେଲ୍‌ ଯାଇଥିଲେ ପୂର୍ବତନ ବିଧାୟିକା: ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେଇ ନିର୍ବାଚନ ଜିତିବା ପରେ ଜେଲ୍‌ ଯିବାକୁ ପଡ଼ିଥିଲା ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିର୍ବାଚନମଣ୍ଡଳୀର ତତ୍କାଳୀନ ବିଧାୟିକା ପ୍ରମିଳା ଗିରିଙ୍କୁ। ୨୦୦୪ରେ ପ୍ରମିଳା ଭାଜପା ଟିକଟରେ ବୈଶିଙ୍ଗାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବୈଶିଙ୍ଗା ଆସନଟି ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ହେଲେ ପ୍ରମିଳା ଗୋପାଳ ଜାତିର ହୋଇ ମଧ୍ୟ ନିଜକୁ ଅନୁସୂଚିତ ଜନଜାତି ବର୍ଗର ଦର୍ଶାଇଥିଲେ। ସ୍ଥାନୀୟ ଅଞ୍ଚଳର ପ୍ରବୋଧ ପଣ୍ଡା ଏ ସମ୍ପର୍କରେ ମୟୂରଭଞ୍ଜ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ମାମଲାର ଶୁଣାଣି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୋଗଙ୍କ ନିକଟରେ ହୋଇଥିଲା। ୨୦୧୨ରେ ମାମଲାର ଶୁଣାଣି କରି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୋଗ ପ୍ର୍ରମିଳାଙ୍କୁ ଗିରଫ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ବଡ଼ସାହି ଥାନା ପୋଲିସ ପ୍ରମିଳାଙ୍କୁ ଆଇପିସି ଦଫା ୪୬୭, ୪୬୮, ୪୭୧ ଓ ୪୨୦ ବଳରେ ଗିରଫ କରିଥିଲା।

ରାଜ୍ୟ |

ଆଚାର୍ଯ୍ୟ ଜୟନ୍ତୀ ଅବସରରେ ଶୋଭାଯାତ୍ରା

ଆଚାର୍ଯ୍ୟ ଜୟନ୍ତୀ ଅବସରରେ ଶୋଭାଯାତ୍ରା

ପୁରୀ ଅଫିସ, ୨୧।୨: ଆଚାର୍ଯ୍ୟ ହରିହର ବ୍ୟାୟାମ ଓ କ୍ରୀଡାନୁଷ୍ଠାନ ଏବଂ ଆଚାର୍ଯ୍ୟ ହରିହର ବିଦ୍ୟାନିକେତନର ମିଳିତ ଆନୁକୂଲ୍ୟରେ ହରିହରଙ୍କ ୧୪୦ ତମ ଜୟନ୍ତୀ ବୁଧବାର ଅନୁଷ୍ଠିତ ହୋଇଯାଇଛି।

ବରଯାତ୍ରୀ ଭ୍ୟାନ୍‌-ଟ୍ରକ୍‌ ଧକ୍କା: ୨ ମୃତ, ୨୪ ଆହତ

ବରଯାତ୍ରୀ ଭ୍ୟାନ୍‌-ଟ୍ରକ୍‌ ଧକ୍କା: ୨ ମୃତ, ୨୪ ଆହତ

ଜୁନାଗଡ, ୨୧।୨(ଡି.ଏନ୍‌.ଏ/ସ୍ବ.ପ୍ର.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାଲୋପଲା ନିକଟରେ ୨୬ନଂ ଜାତୀୟ ରାଜପଥ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ବ୍ୟାଣ୍ଡପାର୍ଟି ସହ ବରଯାତ୍ରୀକୁ ଧରି ନେଉଥିବା ପିକ୍‌ଅପ୍‌ ଭ୍ୟାନ ସହ ଏକ ଟ୍ରକର ମୁହଁ।ମୁହଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଜୟପାଟଣା ବ୍ଲକ ମୁଖିଗୁଡା ପଞ୍ଚାୟତ ମଇପାଣି ଗ୍ରାମର ଗୌତମ ଚଣ୍ଡୀ ଓ ହୃଦାନନ୍ଦ ପୁଟେଲ। ଦୁର୍ଘଟଣାରେ ୨୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବିଜେପୁର ବିକାଶ ପାଇଁ ବିଜେଡିକୁ ସୁଯୋଗ ମିଳୁ: ମୁଖ୍ୟମନ୍ତ୍ରୀ

ବିଜେପୁର ବିକାଶ ପାଇଁ ବିଜେଡିକୁ ସୁଯୋଗ ମିଳୁ: ମୁଖ୍ୟମନ୍ତ୍ରୀ

ବରଗଡ ଅଫିସ, ୨୧।୨: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗାଇସିଲଟ ପହଞ୍ଚିଛନ୍ତି। ସ୍ଥାନୀୟ ଗଣେଶ ଦାସ ପଡିଆଠାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥିନୀ ରିତା ସାହୁଙ୍କ ଉଦ୍ଦେଶ୍ୟରେ ଆୟୋଜିତ ପ୍ରଚାର ସଭାରେ ଯୋଗ ଦେଇଛନ୍ତି। ଏହି ଅବସରରେ ନବୀନ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରି କହିଛନ୍ତି ଯେ ରିତା ସାହୁଙ୍କୁ ତାଙ୍କର ସମର୍ଥନ ଅଛି। ଏବେ ବିଜେପୁରବାସୀଙ୍କର ସହଯୋଗ ଦରକାର। ବିଜେପୁର ବିକାଶ ନିମନ୍ତେ ଚଳିତ ନିର୍ବାଚନରେ ବିଜେଡିକୁ ସୁଯୋଗ ଦିଆଯାଉ।

ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଘଟଣାର ନିରବ ପ୍ରତିବାଦ

ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଘଟଣାର ନିରବ ପ୍ରତିବାଦ

ଜୁନାଗଡ଼, ୨୧।୨(ସ୍ବ.ପ୍ର.): ବିଜେପୁର ଉପ ନିର୍ବାଚନ ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରକୁ କୁମ୍ଭାରୀଠାରେ କରାଯାଇଥିବା ଆକ୍ରମଣକୁ ବିରୋଧକରି ବିଜେଡି ପକ୍ଷରୁ ପୁରୁଣା ବସ ଷ୍ଟାଣ୍ଡ ଗାନ୍ଧୀ ମୂର୍ତ୍ତିଠାରେ ବୁଧବାର ନିରବ ପ୍ରତିବାଦ କରାଯାଉଛି।

ବିଚ୍‌ ମାରାଥନ: ଦୌଡ଼ିଲେ ଶତାଧିକ ଯୁବତୀଯୁବକ

ବିଚ୍‌ ମାରାଥନ: ଦୌଡ଼ିଲେ ଶତାଧିକ ଯୁବତୀଯୁବକ

ପୁରୀ ଅଫିସ, ୨୧।୨: ପୁରୀ ବେଳାଭୂମିରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ୱିତୀୟ ବିଚ୍‌ କାର୍ନିଭାଲ। ସକାଳ ସାଢେ ୭ଟାରେ ବିଚ୍‌ ମାରାଥନ ଅନୁଷ୍ଠିତ ହୋଇଥିଲା। ଏହାକୁ ପୁରୀ ନଗରପାଳ ଜୟନ୍ତ କୁମାର ଷଡଙ୍ଗୀ ଏବଂ ଓଲିଉଡ୍‌ ଅଭିନେତ୍ରୀ ତଥା ବିଚ୍‌ କାର୍ନିଭାଲର ଆମ୍ବାସାଡର ଅର୍ଚ୍ଚିତା ସାହୁ ଉଦ୍‌ଘାଟନ କରିଥିଲେ।

କୁମ୍ଭୀର ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ବାଳକ

କୁମ୍ଭୀର ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ବାଳକ

ରାଜନଗର, ୨୦।୨ (ଡି.ଏନ୍‌.ଏ.) - କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍‌ କଣ୍ଡିରା ପଞ୍ଚାୟତ ହରିଜନ ପଡ଼ାର ଖଗେଶ୍ୱର ମଲିକଙ୍କ ପୁଅ ବିନୋଦ (୨୭)ଙ୍କୁ କୁମ୍ଭୀର ମୁହଁରୁ ବଞ୍ଚାଇନ୍ତି ଜଣେ ୧୨ ବର୍ଷର ବାଳକ ଶୀତୁ ମଲିକ। ମଙ୍ଗଳବାର ରାତି ପ୍ରାୟ ୮ଟାବେଳେ ଘଟିଛି ଏହି ଘଟଣା।

ଫେବୃୟାରୀ ଶେଷକୁ ପାରଦ ୩୮ ଡିଗ୍ରୀ ଟପିବ

ଫେବୃୟାରୀ ଶେଷକୁ ପାରଦ ୩୮ ଡିଗ୍ରୀ ଟପିବ

ଭୁବନେଶ୍ୱର, ୨୦।୨(ବ୍ୟୁରୋ)- ପାରଦ ଉପରମୁହାଁ ହୋଇଛି। ସମଗ୍ର ରାଜ୍ୟରେ ତାତି ଧୀରେ ଧୀରେ ଅସହ୍ୟ କରିବା ଆରମ୍ଭ କଲାଣି। ଗତ ୪ ଦିନରେ ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ଉପରକୁ ଡେଇଁଲାଣିି। ଚଳିତ ମାସ ଶେଷ ଆଡକୁ ତାତି ୩୮ ଡିଗ୍ରୀ ଟପିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହିତ ଆସନ୍ତା ୨୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ସମେତ ଢେଙ୍କାନାଳ ଓ ଅନୁଗୋଳ ଜିଲାର କେତେକ ସ୍ଥାନରେ ଘନ କୁହୁଡି ପଡ଼ିବ। ୨୦୦ ମିଟରରୁ ଅଧିକ ଦୂର ପର୍ଯ୍ୟନ୍ତ ଦେଖିବା ସମ୍ଭବ ହେବନାହିଁ।

ବିଜୁ ଯୁବ ସଶକ୍ତୀକରଣ ଯୋଜନାରେ ୧୫ ହଜାର ଲାପ୍‌ଟପ୍‌ ବଣ୍ଟାଯିବ

ଭୁବନେଶ୍ୱର, ୨୦।୨(ବ୍ୟୁରୋ)- ବିଜୁ ଯୁବ ସଶକ୍ତୀକରଣ ଯୋଜନାରେ ଯୁକ୍ତ୨ ଉତ୍ତୀର୍ଣ୍ଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ୧୫୦୦୦ ଲାପ୍‌ଟପ୍‌ ବଣ୍ଟନ କରାଯିବ। ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ଏହି ଲାପ୍‌ଟପ୍‌ ଆସନ୍ତା ଜୁଲାଇରେ ପ୍ରଦାନ କରାଯିବ। ଜିଲା ନୋଡାଲ୍‌ କେନ୍ଦ୍ରରେ ଏହା ବଣ୍ଟନ କରାଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜଣାପଡିଛି।

ଓଡ଼ିଆ ଭାଷା ପ୍ରତି ଆକୃଷ୍ଟ ଲକ୍ଷ୍ୟ: ଛାତ୍ରୀଛାତ୍ରଙ୍କୁ ଫକୀର ମୋହନ ମେଧାବୃତ୍ତି

ଭୁବନେଶ୍ୱର, ୨୦।୨(ବ୍ୟୁରୋ)- ଓଡ଼ିଆ ଭାଷାର ସୁରକ୍ଷା ଏବଂ ପ୍ରଚାରପ୍ରସାର ଦିଗରେ ରାଜ୍ୟ ସରକାର ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ଯୁକ୍ତ୨ ଓ ଯୁକ୍ତ୩ ଓଡ଼ିଆ ବିଷୟରେ ୮୦%ରୁ ଅଧିକ ନମ୍ବର ରଖିଥିବା ଛାତ୍ରୀଛାତ୍ରଙ୍କୁ ବ୍ୟାସକବି ଫକୀରମୋହନ ସେନାପତି ଛାତ୍ରବୃତ୍ତି ମିଳିବ। ରାଜ୍ୟ ସରକାର ଏହି ଛାତ୍ରବୃତ୍ତିକୁ ଶିକ୍ଷାବର୍ଷ ୨୦୧୭-୧୮ରୁ କାର୍ଯ୍ୟକାରୀ କରିଛନ୍ତି। ବୃତ୍ତି ପାଇଁ ମନୋନୀତ ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୨୦,୦୦୦ ଟଙ୍କା ଦିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୪୦୨ କଇଁଛ ଜବତ: ୨ ମହିଳା ଗିରଫ

୪୦୨ କଇଁଛ ଜବତ: ୨ ମହିଳା ଗିରଫ

ଭୁବନେଶ୍ୱର, ୨୦।୨ବ୍ୟୁରୋ)- ଆନ୍ଧ୍ରପ୍ରଦେଶରୁ ଓଡ଼ିଶା ଦେଇ ବାଂଲାଦେଶକୁ କଇଁଛ ଚାଲାଣ କରାଯାଉଛି। ଏଭଳି ଚୋରା ଚାଲାଣର ପର୍ଦ୍ଦାଫାଶ କରିଛି ଡିରେକ୍ଟୋରେଟ ଅଫ୍‌ ରେଭିନ୍ୟୁ ଇଣ୍ଟେଲିଜେନ୍ସ। ବାଂଲାଦେଶ ଚାଲାଣ କରାଯାଉଥିବା ୪୦୨ଟି ବିରଳ ପ୍ରଜାତି(ଇଣ୍ଡିଆନ ଷ୍ଟାର)ର କଇଁଛଙ୍କୁ ଅଧିକାରୀମାନେ ଆନ୍ଧ୍ରର ବିଜୟଓ୍ବାଡା ରେଳ ଷ୍ଟେଶନରୁ ମଙ୍ଗଳବାର ଜବତ କରିଛନ୍ତି।

ସ୍କୁଲରେ ପଶି ଛାତ୍ରୀଛାତ୍ରଙ୍କୁ ସିଆଇଏସ୍‌ଏଫ ଯବାନଙ୍କ ଆକ୍ରମଣ: ଜିଲାପାଳ, ଏସ୍‌ପିଙ୍କୁ ଓଏଚ୍‌ଆରସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର, ୨୦।୨(ବ୍ୟୁରୋ)- ଗତ ୧୮ ତାରିଖ ମଧ୍ୟରାତ୍ରିରେ କେତେଜଣ ସିଆଇଏସଫ ଯବାନ ଯାଜପୁର କଳିଙ୍ଗନଗରସ୍ଥିତ ଗୋବରଘାଟି ଅଞ୍ଚଳରେ ଥିବା ଆବାସିକ ବିଦ୍ୟାଳୟରେ ପଶି ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆରସି) ଯାଜପୁର ଜିଲାପାଳ ଏବଂ ଏସ୍‌ପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୩ସପ୍ତାହ ମଧ୍ୟରେ ଘଟଣାର ତଦନ୍ତ କରି ରିପୋର୍ଟ ଦାଲଖ କରିବାକୁ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସଭାମଞ୍ଚକୁ ଜୋତା ଫିଙ୍ଗିଲେ ଯୁବକ

ମୁଖ୍ୟମନ୍ତ୍ରୀଙ୍କ ସଭାମଞ୍ଚକୁ ଜୋତା ଫିଙ୍ଗିଲେ ଯୁବକ

ବରଗଡ଼ ଅଫିସ୍‌/ବରପାଲି,୨୦।୨(ଡି.ଏନ.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ନିର୍ବାଚନୀ ପ୍ରଚାରରେ ଆସିଥିବା ବେଳେ ବୁଧବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି । ନିର୍ବାଚନୀ ସଭାମଞ୍ଚ ଉପରେ ଥାଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରୁଥିବା ବେଳେ ଜଣେ ଯୁବକ ସଭାମଞ୍ଚକୁ ଜୋତା ଫିଙ୍ଗିଥିଲେ। ସମ୍ପୃକ୍ତ ଯୁବକ ଜଣକ ପଦ୍ମପୁର ଥାନା ବୁଧାପାଲି ଗ୍ରାମର କାର୍ତ୍ତିକ ମେହେର ବୋଲି ପୋଲିସ କହିଛି।