ମେଟ୍ରୋ |

୭ ଦିନରେ ଶ୍ରୀମନ୍ଦିର ଠିକା ପରିମଳ କର୍ମଚାରୀ ସଂଘ ଧାରଣା: ଠିକାଦାରଙ୍କ କୁଶପୁତ୍ତଳିକା ଦାହ

୭ ଦିନରେ ଶ୍ରୀମନ୍ଦିର ଠିକା ପରିମଳ କର୍ମଚାରୀ ସଂଘ ଧାରଣା: ଠିକାଦାରଙ୍କ କୁଶପୁତ୍ତଳିକା ଦାହ

ପୁରୀ ଅଫିସ, ୨।୨: ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରତ ଶ୍ରୀଜଗନ୍ନାଥ ମନ୍ଦିର ଠିକା ପରିମଳ କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ସମ୍ପୃକ୍ତ ଠିକାଦାରଙ୍କର କୁଶପୁତ୍ତଳିକା ଦାହ କରାଯାଇଛି। ଧାରଣାରେ ବସିଥିବା କର୍ମଚାରୀମାନେ ଧାରଣାସ୍ଥଳରୁ ପ୍ରଥମେ ଏକ ଶୋଭାଯାତ୍ରାରେ ଯାଇ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା କରିଥିଲେ। ଏହା ପରେ ସେମାନେ ଧାରଣାସ୍ଥଳକୁ ଆସି ଠିକାସଂସ୍ଥା ମୁଖ୍ୟଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ସୂଚନାଯୋଗ୍ୟ, ବର୍ଦ୍ଧିତ ସର୍ବନିମ୍ନ ମଜୁରି, ଇପିଏଫ ଓ ଇଏସ୍‌ଆଇ କ୍ଲିଅରାନ୍ସ ସହିତ ବେଆଇନ ଭାବେ ଛଟେଇ ହୋଇଥିବା କର୍ମଚାରୀଙ୍କ ପୁନଃ ନିଯୁକ୍ତି ଦାବି ଆଦି ୧୦ ଦଫା ଦାବି ନେଇ ଗତ ଶନିବାରଠାରୁ ସଂଘ ପକ୍ଷରୁ ଅହୋରାତ୍ର ଧାରଣା ଦିଆଯାଉଛି।

All Right Reserved By

ମେଟ୍ରୋ |

ଜଟଣୀ ଅଞ୍ଚଳର ଗହଣା ଦୋକାନରୁ ସୁଡଙ୍ଗ ଖୋଳି ଲୁଟ ଘଟଣା: ୨ ଡକାୟତଙ୍କ ସମେତ ୪ ଗିରଫ

ଜଟଣୀ ଅଞ୍ଚଳର ଗହଣା ଦୋକାନରୁ ସୁଡଙ୍ଗ ଖୋଳି ଲୁଟ ଘଟଣା: ୨ ଡକାୟତଙ୍କ ସମେତ ୪ ଗିରଫ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଜଟଣୀ ଥାନା ଅଞ୍ଚଳରେ ଥିବା ଏକ ଜୁଏଲାରୀରୁ ସୁନାଗହଣା ଲୁଟ କରିବା ଘଟଣାରେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଏହି ଘଟଣାରେ ପୋଲିସ ୨ ଡକାୟତ, ୨ ସୁନା ଦୋକାନୀକୁ ଗିରଫ କରିଛି। 

ରେଭେନ୍‌ଶାରେ ର଼୍ୟାଗିଂ

ରେଭେନ୍‌ଶାରେ ର଼୍ୟାଗିଂ

କଟକ ଅଫିସ,୧୬।୮: ରେଭେନ୍‌ଶା କଲେଜରେ ର଼୍ୟାଗିଂ ହେଉଥିବା ନେଇ ଯୁକ୍ତ ୩ ଦ୍ବିତୀୟ ବର୍ଷ ସଂସ୍କୃତ ବିଭାଗର ଛାତ୍ର ସୂର୍ଯ୍ୟକାନ୍ତ ମହାପାତ୍ର ଗୁରୁବାର ଅଭିଯୋଗ କରିଛନ୍ତି। ସିନିଅର ଛାତ୍ର ତାଙ୍କୁ ମାଡ଼ ମାରିବା, ଧମକ ଦେବା, ଗାଳିଗୁଲଜ କରିଥିବା ନେଇ ସେ ମାଲଗୋଦାମ ଥାନାରେ ଅଭିଯୋଗ କରିଛନ୍ତି। 

ବାଜପେୟୀଙ୍କ ସ୍ବାସ୍ଥାବସ୍ଥା ଜଟିଳ: ଅପରାହ୍ନରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ବାଜପେୟୀଙ୍କ ସ୍ବାସ୍ଥାବସ୍ଥା ଜଟିଳ: ଅପରାହ୍ନରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀ ଏମ୍ସରେ ତାଙ୍କ ଚିକିତ୍ସା କରାଯାଉଥିବା ବେଳେ ସେ ଏବେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ଅଛନ୍ତି। ବାଜପେୟୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ହସ୍ପିଟାଲରେ ବହୁ ନେତା ତଥା ରାଜନେତାଙ୍କ ଭିଡ଼ ଲାଗିଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଦିଲ୍ଲୀ ଗସ୍ତ କରିବେ।

କେରଳରେ ବନ୍ୟା: ଓଡ଼ିଶା ତରଫରୁ ୫ କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେରଳରେ ବନ୍ୟା: ଓଡ଼ିଶା ତରଫରୁ ୫ କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର,୧୬।୮(ବ୍ୟୁରୋ): କେରଳରେ ବନ୍ୟା ପରିସ୍ଥିତି ଦିନକୁଦିନ ଜଟିଳ ହେବାରେ ଲାଗିଛି। ଏପରିସ୍ଥଳେ ସାରା ଦେଶ କେରଳକୁ ସହାୟତାର ହାତ ବଢ଼ାଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ କୋଟିର ସହାୟତା ରାଶି ଘୋଷଣା କରିଛନ୍ତି। 

ଗାଁ ମଝିରେ ଫାଇନାନ୍ସ କର୍ମଚାରୀଙ୍କୁ ହାଣି ୫୦ ହଜାର ଲୁଟ୍‌, ଜଣଙ୍କୁ କାବୁ କଲେ ଗ୍ରାମବାସୀ

ଗାଁ ମଝିରେ ଫାଇନାନ୍ସ କର୍ମଚାରୀଙ୍କୁ ହାଣି ୫୦ ହଜାର ଲୁଟ୍‌, ଜଣଙ୍କୁ କାବୁ କଲେ ଗ୍ରାମବାସୀ

ପୁରୀ ଅଫିସ,୧୬ା୮: ପୁରୀ ଜିଲା ତାଳବଣିଆ ଥାନା ଅଧୀନ ଭାରତୀପୁର ଗ୍ରାମରେ ଜଣେ କଲେକ୍ସନ୍‌ ଏଜେଣ୍ଟଙ୍କଠାରୁ ୫୦ ହଜାର ଲୁଟ୍‌ ହୋଇଛି। ଗୁରୁବାର ଦୁଇଜଣ ଯୁବକ ଏଜେଣ୍ଟଙ୍କୁ କଟୁରିରେ ହାଣି ଏହି ଲୁଟ୍‌ କରିଛନ୍ତି। 

ଶ୍ରୀମୁଖ ଛକରେ ଦୁର୍ଘଟଣା: ବାଇକ୍‌ ଧକ୍କାରେ ଜଣେ ମୃତ, ୨ ବାଇକ୍‌ ଆରୋହୀ ଗୁରୁତର

ଶ୍ରୀମୁଖ ଛକରେ ଦୁର୍ଘଟଣା: ବାଇକ୍‌ ଧକ୍କାରେ ଜଣେ ମୃତ, ୨ ବାଇକ୍‌ ଆରୋହୀ ଗୁରୁତର

ନିମାପଡ଼ା,୧୬।୮(ଡି.ଏନ୍‌.ଏ.): ପିପିଲି-ନିମାପଡ଼ା ରାସ୍ତା ଶ୍ରୀମୁଖ ଛକ ନିକଟରେ ଗୁରୁବାର ସକାଳେ ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ବାଇକ୍‌ ଆରୋହୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି। ମୃତକ ହେଲେ ନିମାପଡ଼ା ଥାନା ଅଧୀନ ଶ୍ରୀମୁଖ ଗ୍ରାମର ଶିବ ଚରଣ ସେଠୀ(୫୦)।

ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦର ସିଂହଦ୍ୱାରରୁ-ନବୀନ ନିବାସ ପଦଯାତ୍ରା

ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦର ସିଂହଦ୍ୱାରରୁ-ନବୀନ ନିବାସ ପଦଯାତ୍ରା

ପୁରୀ ଅଫିସ,୧୬ା୮: ଶ୍ରୀମନ୍ଦିରର ବିଭିନ୍ନ ପ୍ରସଙ୍ଗ ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅବଗତ କରାଇବା ଲାଗି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦ ପକ୍ଷରୁ ଗୁରୁବାର ପଦଯାତ୍ରା ଆରମ୍ଭ ହୋଇଛି।

ନିରଞ୍ଜନଙ୍କ ନୂଆ ଟିମ୍‌

ନିରଞ୍ଜନଙ୍କ ନୂଆ ଟିମ୍‌

ଭୁବନେଶ୍ୱର,୧୫।୮(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ବୁଧବାର କଂଗ୍ରେସର ନୂତନ ଟିମ୍‌ ଘୋଷଣା କରାଯାଇଛି। ଏଥିରେ ୧୪ ଉପସଭାପତି ରହିଥିବାବେଳେ ୨୪ ସାଧାରଣ ସମ୍ପାଦକ ଏବଂ ୯୯ ସମ୍ପାଦକ ରହିଛନ୍ତି।

ଭୁଲ୍‌ ଟୁଇଟ୍‌ କରି ମେୟର ହଟହଟା

ଭୁଲ୍‌ ଟୁଇଟ୍‌ କରି ମେୟର ହଟହଟା

ଭୁବନେଶ୍ୱର, ୧୫।୮(ବ୍ୟୁରୋ)-୭୨ତମ ସ୍ବତନ୍ତ୍ରତା ଦିବସ ପାଇଁ ସାରା ଦେଶ ଉତ୍ସବ ମୁଖର ହୋଇ ପଡ଼ିଛି। ମାତ୍ର ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ଭୁଲ୍‌ ଟୁଇଟ୍‌ କରି ହଟ ହଟା ହୋଇଛନ୍ତି। 

ବ୍ଲକସ୍ତରୀୟ ସ୍ବାଧୀନତା ଦିବସ

ବ୍ଲକସ୍ତରୀୟ ସ୍ବାଧୀନତା ଦିବସ

କାକଟପୁର, ୧୫।୮(ଡି.ଏନ୍‌.ଏ.)-କାକଟପୁର ମିିନିଷ୍ଟାଡିୟମ୍‌ରେ କାକଟପୁର ପ୍ରେସକ୍ଲବ ପକ୍ଷରୁ ଆୟୋଜିତ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥିଭାବେ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। 

ସିଡିପିଓଙ୍କ  କାର୍ଯ୍ୟାଳୟରେ ହେଲାନି ପତାକା ଉତ୍ତୋଳନ: ଘଟଣାକୁ ନେଇ ତୀବ୍ର ଅସନ୍ତୋଷ

ସିଡିପିଓଙ୍କ କାର୍ଯ୍ୟାଳୟରେ ହେଲାନି ପତାକା ଉତ୍ତୋଳନ: ଘଟଣାକୁ ନେଇ ତୀବ୍ର ଅସନ୍ତୋଷ

କାକଟପୁର, ୧୫।୮(ଡି.ଏନ୍‌.ଏ.): ବୁଧବାର  ସାରାଦେଶ ସ୍ବାଧୀନତା ଦିବସ  ପାଳନ କରୁଥିବା ବେଳେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ମଧ୍ୟ ପତାକା ଉତ୍ତୋଳନ କରାଯାଇଛି। ତେବେ କାକଟପୁର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ) କାର୍ଯ୍ୟାଳୟରେ ପତାକା ଉତ୍ତୋଳନ ହୋଇନାହିଁ। 

ଖୋଲିଲା ହେଲ୍ପ ଡେସ୍କ-ଉନ୍ମୋଚିତ ହେଲା ଲୋଗୋ

ଖୋଲିଲା ହେଲ୍ପ ଡେସ୍କ-ଉନ୍ମୋଚିତ ହେଲା ଲୋଗୋ

ଭୁବନେଶ୍ୱର, ୧୫।୮(ବ୍ୟୁରୋ)-ସ୍ବାଧୀନତା ଦିବସ ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିିଟାଲ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। 

Model This Week

ଯସ୍ମିନ୍