ମେଟ୍ରୋ |

ଛୁରି ଭୁସି ଖୁଡ଼ୀଙ୍କୁ ହତ୍ୟା କଲା ପୁତୁରା

ଛୁରି ଭୁସି ଖୁଡ଼ୀଙ୍କୁ ହତ୍ୟା କଲା ପୁତୁରା
ଜଟଣୀ,୨।୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ କଲେଜରୋଡ଼ରେ ଭଡାରେ ରହୁଥିବା ଦୁଇଭାଇ ବିପିନ ସ୍ବାଇଁ ଓ ବାବୁଲିଙ୍କ ପରିବାର ମଧ୍ୟରେ କିଛିଦିନ ହେବ ଲାଗି ରହିଥିବା ବିବାଦରୁ ଶେଷରେ ହତ୍ୟାକାଣ୍ଡ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପୁତୁରା ବିକାଶ ଛୁରି ଭୁସି ଖୁଡ଼ୀ ସବିତାଙ୍କୁ ହତ୍ୟା କରିଛନ୍ତି। ସବିତାଙ୍କୁ ଗୁରୁତର ଆହତ ଅବସ୍ଥାରେ ପ୍ରଥମେ ଜଟଣୀ ସରକାରୀ ଡାକ୍ତରଖାନା ଓ ପରେ ଭୁବନେଶ୍ୱରସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାଟି ଗୁରୁବାର ପୂର୍ବାହ୍ନରେ ଘଟିଥିଲା। କିନ୍ତୁ ଏହି ଘଟଣାକୁ ପରିବାର ଲୋକ ଲୁଚାଇ ରଖିଥିଲେ। ପୋଲିସକୁ ଖବର ଦେଇ ନ ଥିଲେ। ଶୁକ୍ରବାର ସବିତାଙ୍କ ମୃତ୍ୟୁ ଘଟିବା ପରେ ବାହାରେ ଏହା ପ୍ରଘଟ ହୋଇଥିଲା। ସବିତାଙ୍କ ସ୍ବାମୀ ବିପିନ ଏ ନେଇ ଜଟଣୀ ଥାନାରେ ଅଭିଯୁକ୍ତ ପୁତୁରା ବିକାଶଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ବିଭିନ୍ନ ଘଟଣାକୁ ନେଇ ଦୁଇଭାଇଙ୍କ ସ୍ତ୍ରୀଙ୍କ ମଧ୍ୟରେ ମୁଖ୍ୟତଃ ବିବାଦ ରହିଥିଲା। ଗୁରୁବାର ଲୁଗା ଶୁଖାଇବାକୁ ନେଇ ପୁଣି ପାଟିତୁଣ୍ଡ ହୋଇଥିଲା। ଏଥିରେ ବିକାଶ ଉତ୍‌କ୍ଷିପ୍ତ ହୋଇ ଖୁଡ଼ୀ ସବିତାଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ଅଭିଯୁକ୍ତ ବିକାଶଙ୍କୁ ପୋଲିସ ଗିରଫ କରିଛି। ଅନ୍ୟପକ୍ଷରେ ସେମାନଙ୍କ ନିଜ ଘର ଜଗତ୍‌ସିଂହପୁର ଜିଲା ଏରସମାରେ ହୋଇଥିବାରୁ ବ୍ୟବଚ୍ଛେଦ ପରେ ସବିତାଙ୍କ ମୃତଦେହକୁ ପରିବାର ଲୋକେ ଗଁାକୁ ନେଇଯାଇଛନ୍ତି। ଏ ନେଇ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
All Right Reserved By

ମେଟ୍ରୋ |

ଇଣ୍ଡିଆ ଗେଟ୍‌ ବୁଲିଲା ଜଗା

ଇଣ୍ଡିଆ ଗେଟ୍‌ ବୁଲିଲା ଜଗା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଦିଲ୍ଲୀ ଏମ୍ସରୁ ବାହାରି ଇଣ୍ଡିଆ ଗେଟ୍‌ ବିଲୁଛି ଜଗା। ମା’ଙ୍କ ହାତଧରି ଜଗା ଚାଲୁଥିବା ଦେଖିବାକୁ ମିଳିଛି। ବଳିଆର ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲଖିତ ହୋଇଛି। 

ବନ୍ୟା କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ବନ୍ୟା କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୧୮।୧୦- ସମ୍ଭାବ୍ୟ ତିିତ୍‌ଲି ପରବର୍ତ୍ତୀ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳଗୁଡିକ ମଧ୍ୟରୁ ଗୁରୁବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଆସିକା ଅଞ୍ଚଳକୁ ଯାଇ ପୀଡିତ ପରିବାରଙ୍କୁ ଭେଟିଛନ୍ତି ।

ବଙ୍ଗୀୟ ଯୁବତୀ ଉଦ୍ଧାର ଘଟଣା: ଭାଜପା ମହିଳା ପକ୍ଷରୁ ଥାନା ଘେରାଉ

ବଙ୍ଗୀୟ ଯୁବତୀ ଉଦ୍ଧାର ଘଟଣା: ଭାଜପା ମହିଳା ପକ୍ଷରୁ ଥାନା ଘେରାଉ

କୋଣାର୍କ,୧୮।୧୦(ଡି.ଏନ୍‌.ଏ.)- କୋଣାର୍କର ମାର୍କେଟ କମ୍ପ୍ଲେକ୍ସ ପରିସର ଏକ ବନ୍ଦ କୋଠରିରୁ ବଙ୍ଗୀୟ ଯୁବତୀ ଉଦ୍ଧାର ଘଟଣାରେ ଗୁରୁବାର ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ର୍ରୀ ପ୍ରଭାତି ପରିଡ଼ାଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଥାନା ଘେରାଉ କରିଥିଲେ। 

ନିର୍ବାଚନ ପୂର୍ବରୁ ବେଗୁନିଆ ବିଜେଡିରେ ଗୋଷ୍ଠୀ କନ୍ଦଳ

ନିର୍ବାଚନ ପୂର୍ବରୁ ବେଗୁନିଆ ବିଜେଡିରେ ଗୋଷ୍ଠୀ କନ୍ଦଳ

ଖୋର୍ଦ୍ଧା ଅଫିସ,୧୮।୧୦: ନିର୍ବାଚନ ପୂର୍ବରୁ ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ତେଜିବାରେ ଲାଗିଲା । ଏହି ଗୋଷ୍ଠୀ କନ୍ଦଳ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ଗୋଷ୍ଠୀଙ୍କ ମଧ୍ୟରେ ତ୍ୱରାନ୍ବିତ ହୋଇଛି । 

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

କଣ୍ଟାପଡା,୧୮।୧୦(ଡି.ଏନ୍‌.ଏ.)- ଦୟନୀୟ ଅବସ୍ଥାରେ ଏକ ପିକଅପ ଭ୍ୟାନରେ ନିଆଯାଉଥିବା ୧୦ଟି ଗୋରୁଙ୍କୁ ଓଲଟପୁର ପୋଲିସ ଉଦ୍ଧାର କରି ଗୋଶାଳାକୁ ପଠାଇଥିବା ଜଣାପଡିଛି। ଗୋଚାଲାଣରେ ବ୍ୟବହୃତ ଓଆର ୦୨ ଏଏନ୍‌ ୨୬୯୭ ପିକଅପ ଭ୍ୟାନକୁ ପୋଲିସ ଜବତ କରିଥିବାବେଳେ ଏହାର ଡ୍ରାଇଭର ଓ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। 

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଖୋର୍ଦ୍ଧା ଅଫିସ,୧୮।୧୦: ବାଣପୁରର ଶକ୍ତିପୀଠ ଭାବେ ପ୍ରସିଦ୍ଧ ମା’ ଭଗବତୀଙ୍କ ପୀଠରେ ପର୍ଯ୍ୟଟକଙ୍କ ସୁବିଧା ଉଦ୍ଦେଶ୍ୟରେ ନିର୍ମାଣ ହୋଇଥିବା ଶୌଚାଳୟରେ ୫ବର୍ଷ ହେଲା ତାଲା ଝୁୁଲୁଛି । 

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଖୋର୍ଦ୍ଧା ଅଫିସ,୧୮ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଦଶହରାରେ ୫୦ଫୁଟର  ରାବଣ ପୋଡ଼ି ଉତ୍ସବ ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଅନୁଷ୍ଠିତ ହେବ। ଏହାର ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଖୁବ ଆକର୍ଷଣୀୟ ଦର୍ଶନ ରହିଥିବା ଜଣାପଡିଛି। ଏହି ଉତ୍ସବକୁ ଖୋର୍ଦ୍ଧାର ବଡିଜୋନ ଅନୁଷ୍ଠାନ ପକ୍ଷରୁ ୨୦୦୬ରେ ଆରମ୍ଭ ହୋଇଥିଲା। ରାବଣ ପୋଡି ପାଇଁ ପ୍ରାୟ ୪ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରହିଛି ।

କୋଣାର୍କରେ  ଯୁବତୀଙ୍କୁ ଗଣବଳାତ୍କାର ଘଟଣା:  ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

କୋଣାର୍କରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

ପୁରୀ ଅଫିସ,୧୮ା୧୦: କୋଣାର୍କରେ ଘଟିଥିବା ଗତ ବୁଧବାର ଲଜ୍ଜା ଘଟଣାରେ ବନ୍ଦ କୋଠରିରୁ ଉଦ୍ଧାର ହୋଇଥିବା ଯୁବତୀଙ୍କୁ ଗୁରୁବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ମହିଳା କଂଗ୍ରେସ ଓ ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ସହ ମିଶି ଆଲୋଚନା କରିଥିଲେ। ଭାଜପା ମହିଳା ମୋର୍ଚ୍ଚା ସଭାପତି ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଆସିଥିବା ୫ଜଣିଆ ପ୍ରତିନିଧି ଦଳ ପୀଡ଼ିତାଙ୍କୁ ମିଶି ଘଟଣା ସମ୍ପର୍କରେ ବୁଝିଥିଲେ।

ତିତ୍‌ଲି କ୍ଷୟକ୍ଷତି ୨,୭୬୫ କୋଟି, ୬୦ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ତିତ୍‌ଲି କ୍ଷୟକ୍ଷତି ୨,୭୬୫ କୋଟି, ୬୦ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ସାମୁଦ୍ରିକ ଝଡ଼ ‘ତିତ୍‌ଲି’ ଓ ତା’ର ପରବର୍ତ୍ତୀ ବର୍ଷା ଫଳରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା ଆଦି ଜିଲା ବିଶେଷଭାବେ ପ୍ରଭାବିତ ହୋଇଛି। ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ କରାଯାଉଥିବା ବେଳେ ଏହାର ପରିମାଣ ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ଦିଆଯାଇଥିବା ରିପୋର୍ଟ ଅନୁଯାୟୀ କ୍ଷୟକ୍ଷତି ପରିମାଣ ୨,୭୬୫ କୋଟିରେ ପହଞ୍ଚିଥିବା ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

କଟକ ଅଫିସ,୧୮।୧୦: କଟକ ବଜ୍ରକବାଟି ରୋଡ୍‌ରେ ଥିବା ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ସମ୍ପର୍କୀୟମାନେ ଡାକ୍ତରଖାନା ପରିସରରେ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। 

ଦଶଭୂଜାଙ୍କ ମହାନବମୀ, ଚାରିଆଡେ ଆଧ୍ୟାତ୍ମିକ ପରିବେଶ

ଦଶଭୂଜାଙ୍କ ମହାନବମୀ, ଚାରିଆଡେ ଆଧ୍ୟାତ୍ମିକ ପରିବେଶ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କର ଆଜି ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଦଶଭୂଜାଙ୍କ ପୂଜାର୍ଚ୍ଚନା କରାଯାଉଛି। ମା’ଙ୍କ ଆଗମନକୁ ନେଇ ଚାରିଆଡେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। 

ମନ କିଣୁଛି ତୋରଣ

ମନ କିଣୁଛି ତୋରଣ

ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଛି ପୂଜା ମଣ୍ଡପ। ଆଖି ଝଲସେଇଦେଲା ଭଳି ସୁଉଚ୍ଚ ତୋରଣ ପାଖରେ ଅଟକିଯାଉଛି ଆଖି। ସୁନା, ଚାନ୍ଦି ଅଳଙ୍କାରରେ ସଜେଇ ହୋଇ ଧରାବତରଣ କରିଛନ୍ତି ମା’ ଦୁର୍ଗତିନାଶିନୀ।