Dharitri News
ରାଜ୍ୟ |

ବୋଫର୍ସ ଦୁର୍ନୀତି ମାମଲା: ତଦନ୍ତ ଆଗେଇବାକୁ ତତ୍ପରତା, ତଳକୋର୍ଟରେ ସିବିଆଇର ଆବେଦନ

ନୂଆଦିଲ୍ଲୀ, ୩।୨(ପି.ଟି.): ରାଜନୀତି ଦୃଷ୍ଟିରୁ ସମ୍ବେଦନଶୀଳ ମାମଲା ଭାବେ ପରିଗଣିତ ବହୁଚର୍ଚ୍ଚିତ ବୋଫର୍ସ ଦୁର୍ନୀତିର ପେଡ଼ି ପୁଣି ଖୋଲିଛି ସିବିଆଇ। ବିଳମ୍ବରେ ହେଉ ପଛେ, ଅଣ୍ଟା ଭିଡ଼ିଛି ତଦନ୍ତ ସଂସ୍ଥା। ବୋଫର୍ସ ମାମଲାର ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରି ୨୦୦୫ ମେ ୩୧ରେ ଦିଲ୍ଲୀ ହାଇକୋର୍ଟ ଦେଇଥିବା ରାୟକୁ ଶୁକ୍ରବାର ସିବିଆଇ ସୁପ୍ରିମ୍‌କୋର୍ଟରେ ଚ୍ୟାଲେଞ୍ଜ କରିଥିଲା। ଆସନ୍ତା ୧୭ ତାରିଖରେ ଏହା ଉପରେ ଶୁଣାଣି ହେବ। ତେବେ ଶନିବାର ବୋଫର୍ସ ମାମଲାରେ ଆଉ ଏକ ମୋଡ଼ ସାମ୍ନାକୁ ଆସିଛି। ସୁପ୍ରିମ୍‌କୋର୍ଟ ଯିବାର ଦିନକ ପୂର୍ବରୁ ସିବିଆଇ ଦିଲ୍ଲୀର ଏକ ତଳକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ୬୪ କୋଟି ଟଙ୍କାର ବୋଫର୍ସ ଦୁର୍ନୀତିର ପର୍ଦ୍ଦାଫାଶ ଲାଗି ଅଧିକ ତଦନ୍ତ କରିବାକୁ ଫେବୃୟାରୀ ୧ରେ ମୁଖ୍ୟ ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ ଆଶୁ ଗର୍ଗଙ୍କ ନିକଟରେ ତଦନ୍ତ ସଂସ୍ଥା ଏକ ଆବେଦନ କରିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଓ ଅନ୍ୟମାନେ ଅଭିଯୁକ୍ତ ଥିବା ବୋଫର୍ସ ମାମଲାରେ ନୂଆ ତଥା ବଳିଷ୍ଠ ପ୍ରମାଣ ହସ୍ତଗତ ହୋଇଛି ବୋଲି ସେଥିରେ ଦର୍ଶାଯାଇଛି। ୨୦୧୭ ଅକ୍ଟୋବରରେ ଏକ ସାକ୍ଷାତ୍‌କାରବେଳେ ପ୍ରାଇଭେଟ ଡିଟେକ୍ଟିଭ୍‌ ମାଇକେଲ୍‌ ହେର୍ଷମାନ୍‌ ବୋଫର୍ସ ଦୁର୍ନୀତି ସମ୍ପର୍କରେ ଚାଞ୍ଚଲ୍ୟକର ବୟାନ ଦେଇଥିଲେ। ରାଜୀବ ଗାନ୍ଧୀଙ୍କ ନେତୃତ୍ୱାଧୀନ ତତ୍କାଳୀନ କଂଗ୍ରେସ ସରକାର ତାଙ୍କ ତଦନ୍ତରେ ବାଧା ଦେଇଥିଲେ ବୋଲି ସେ କହିଥିଲେ। ତାଙ୍କର ମନ୍ତବ୍ୟକୁ ଭିତ୍ତି କରି ସିବିଆଇ ଏହି ଦୁର୍ନୀତି ମାମଲାର ଅଧିକ ତଦନ୍ତ ପାଇଁ ତତ୍ପରତା ଦେଖାଇଥିବା ଆଲୋଚନା ହେଉଛି।

ରାଜ୍ୟ |

ଓଡ଼ିଶାରେ ପ୍ରଥମଥର ପାଇଁ ପ୍ରଦର୍ଶିତ ହେବ ଥିଏଟର ଅଲିମ୍ପିକ୍ସ

ଓଡ଼ିଶାରେ ପ୍ରଥମଥର ପାଇଁ ପ୍ରଦର୍ଶିତ ହେବ ଥିଏଟର ଅଲିମ୍ପିକ୍ସ

ଭୁବନେଶ୍ୱର, ୨୦।୨(ବ୍ୟୁରୋ): ଫେବୃୟାରୀ ୨୪ରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱର ବୃହତ ଅନ୍ତର୍ଜାତୟ ଥିଏଟର ଉତ୍ସବ ଅଷ୍ଟମ ଥିଏଟର ଅଲିମ୍ପିକ୍ସ। ପ୍ରଥମଥର ପାଇଁ ଏହା ଭାରତରେ ତାହା ପୁଣି ଓଡ଼ିଶାରେ ପ୍ରଦର୍ଶିତ ହେବ। ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଏହା ଚାଲିବ।

ବିଜେପୁର ଉପନିର୍ବାଚନ: ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀ-ସ୍ମୃତି ଇରାନୀ

ବିଜେପୁର ଉପନିର୍ବାଚନ: ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀ-ସ୍ମୃତି ଇରାନୀ

ବରଗଡ଼ ଅଫିସ,୨୦।୨: ବିଜେପୁର ଉପନିର୍ବାଚନ ପାଇଁ ପ୍ରଚାର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି କ୍ରମରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ରୀତା ସାହୁଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ବରପାଲି ବ୍ଲକ ବଡ଼ଗାଁ ପଡିଆରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବା ପାଇଁ ମଙ୍ଗଳବାର ମଧ୍ୟାହ୍ନରେ ପହଞ୍ଚିଛନ୍ତି।

ହସ୍ପିଟାଲରେ ନିଆଁ ଘଟଣା: ଆଖି ବୁଜିଲେ ଗୁରୁତର ଶିଶୁ

ହସ୍ପିଟାଲରେ ନିଆଁ ଘଟଣା: ଆଖି ବୁଜିଲେ ଗୁରୁତର ଶିଶୁ

ରାଉରକେଲା ଅଫିସ, ୨୦।୨: ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ଗୁରୁତର ହୋଇଥିବା ୭ ଦିନର ଶିଶୁପୁତ୍ର ସୋମବାର ବିଳମ୍ବିତ ରାତିରେ ଆଖି ବୁଜିଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ପ୍ରକାଶ ଯେ, ଗତ ୧୭ ତାରିଖ ଭୋର ୫ଟାରେ ସିଭିଲ୍‌ ଟାଉନ୍‌ରେ ଥିବା ଓମ୍‌ ଆପୋଲୋ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା।

ବନଦୁର୍ଗା ମନ୍ଦିରରୁ ଚୋରି, ଜଣେ ଅଟକ

ବନଦୁର୍ଗା ମନ୍ଦିରରୁ ଚୋରି, ଜଣେ ଅଟକ

ପୁରୀ ଅଫିସ, ୨୦।୨: ପୁରୀ ବାସେଳି ସାହି ଥାନା ଅଧୀନ ମଙ୍ଗଳାଘାଟସ୍ଥିତ ବନଦୁର୍ଗା ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ସମେତ ସୁନାଗହଣା ଚୋରିକରି ନେଇଛନ୍ତି।

ଜାତୀୟ ସବ୍‌ଜୁନିୟର ଭାରୋତ୍ତୋଳନ ପାଇଁ ବିଶାଖାପାଟଣା ଯାତ୍ରା କଲା ଓଡ଼ିଶା ଦଳ

ଜାତୀୟ ସବ୍‌ଜୁନିୟର ଭାରୋତ୍ତୋଳନ ପାଇଁ ବିଶାଖାପାଟଣା ଯାତ୍ରା କଲା ଓଡ଼ିଶା ଦଳ

ବ୍ରହ୍ମପୁର ଅଫିସ, ୨୦।୨: ଆସନ୍ତା ୨୧ ରୁ ୨୫ ତାରିଖ ପର୍ଯ୍ୟନ୍ତ ବିଶାଖାପାଟଣାଠାରେ ଜାତୀୟ ସବ୍‌ଜୁନିୟର ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଭାଗ ନେବା ପାଇଁ ଓଡ଼ିଶା ଦଳ ମଙ୍ଗଳବାର ସକାଳେ ବିଶାଖାପାଟଣା ଅଭିମୁଖେ ଯାତ୍ରା କରିଛି।

ଗଞ୍ଜାମରେ ଏନ୍‌କାଉଣ୍ଟର: ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବୁଚି ଗୁରୁତର

ଗଞ୍ଜାମରେ ଏନ୍‌କାଉଣ୍ଟର: ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବୁଚି ଗୁରୁତର

ବ୍ରହ୍ମପୁର ଅଫିସ, ୨୦।୨: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ମଥୁରା ନିକଟସ୍ଥ କାକୁଡିଆ ଜଙ୍ଗଲରେ ମଙ୍ଗଳବାର ସକାଳ ୬.୧୦ ମିନିଟରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ବୁଚି ପାତ୍ର ଗୁରୁତର ହୋଇଛନ୍ତି।

ସବୁ ସାମଗ୍ରୀରୁ ସୃଷ୍ଟି କରିପାରନ୍ତି ମ୍ୟୁଜିକ

ସବୁ ସାମଗ୍ରୀରୁ ସୃଷ୍ଟି କରିପାରନ୍ତି ମ୍ୟୁଜିକ

ଭୁବନେଶ୍ୱର, ୧୯।୨(ବ୍ୟୁରୋ)- ମ୍ୟୁଜିକ୍‌ ତାଙ୍କର ପ୍ୟାସନ। ମ୍ୟୁଜିକ୍‌ ପାଇଁ ସେ କୌଣସି ଇଲେକ୍ଟ୍ରୋନିକ ବାଦ୍ୟଯନ୍ତ୍ର ବ୍ୟବହାର କରନ୍ତି ନାହିଁ। ତକିଆଠାରୁ ଆରମ୍ଭ କରି, ସୁଟ୍‌କେସ୍‌, ରୋଷେଇ ବାସନକୁସନରୁ ସେ ସୃଷ୍ଟି କରନ୍ତି ମ୍ୟୁଜିକ୍‌।

ଅଗ୍ନିଶମ କେନ୍ଦ୍ରରେ ନିଯୁକ୍ତ ହେବେ ହୋମଗାର୍ଡ

ଭୁବନେଶ୍ୱର, ୧୯।୨(ବ୍ୟୁରୋ)- ହୋମଗାର୍ଡମାନେ ପ୍ରତ୍ୟେକ କ୍ଷେତ୍ରରେ ପୋଲିସକୁ ସହଯୋଗ କରୁଛନ୍ତି। ଏବେ ହୋମଗାର୍ଡମାନଙ୍କୁ ଅଧିକ ପ୍ରଶିକ୍ଷଣ ଦେବାର ସମୟ ଆସିଛି। ହୋମଗାର୍ଡମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବା ସହ ସେମାନଙ୍କ ପାଇଁ ନୂତନ ଡ୍ରେସ୍‌କୋଡ୍‌ ବ୍ୟବସ୍ଥା କରାଯାଇଛି, ଯାହା ଖୁବ୍‌ଶୀଘ୍ର ଲାଗୁ କରାଯିବ।

ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରଚାର

ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରଚାର

ଭୁବନେଶ୍ୱର, ୧୯।୨(ବ୍ୟୁରୋ) : ବିଜେପୁର ଉପନିର୍ବାଚନ ପାଇଁ ପ୍ରଚାର ଚୂଡାନ୍ତ ପର୍ଯ୍ୟାୟରେ ପହ଼ଞ୍ଚିଛି। ବିଜେଡିରୁ ପ୍ରାର୍ଥୀ ହୋଇଥିବା ରୀତା ସାହୁଙ୍କ ପାଇଁ ମଙ୍ଗଳବାର ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଡାକ୍ତର ଦମ୍ପତିଙ୍କୁ ତାଲା ପକାଇଲେ ଲୋକେ

ଡାକ୍ତର ଦମ୍ପତିଙ୍କୁ ତାଲା ପକାଇଲେ ଲୋକେ

ଭଞ୍ଜନଗର,୧୯।୨(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଦିନକୁ ଦିନ ଅବ୍ୟବସ୍ଥା ଦେଖାଦେଉଛି। ଏଠାରେ ଥିବା ଜଣେ ଡାକ୍ତର ସ୍ତ୍ରୀଙ୍କ ଦୁର୍ବ୍ୟବହାରରେ ଲୋକେ ଅତିଷ୍ଠ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକେ ସୋମବାର ଡାକ୍ତର ଦମ୍ପତିଙ୍କୁ ତାଲା ପକାଇ ଧାରଣା ଦେଇଥିଲେ। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ପରିସ୍ଥିତି ଶାନ୍ତ ପଡିଛି।

ବଢୁଛି ପାରଦ: କେତେକ ସ୍ଥାନରେ ଘନ କୁହୁଡ଼ି

ବଢୁଛି ପାରଦ: କେତେକ ସ୍ଥାନରେ ଘନ କୁହୁଡ଼ି

ଭୁବନେଶ୍ୱର,୧୯।୨(ବ୍ୟୁରୋ): ତାତି ବଢ଼ିବା ସହିତ ରାଜ୍ୟର କେତେକ ଭାଗକୁ ଘନ କୁହୁଡ଼ି ଆଚ୍ଛାଦିତ କରିବ। ଆସନ୍ତା ୨୪ ତାରିଖ ଯାଏ ଉପକୂଳ ସମେତ ରାଜ୍ୟର କେତେକ ସ୍ଥାନରେ ଘନକୁହୁଡି ଘେରି ରହିବ। ପାହାନ୍ତାରୁ ସକାଳ ୯ ଯାଏ କୁହୁଡ଼ିର ପ୍ରକୋପ ରହିବ। ୨୦୦ ମିଟରରୁ ଅଧିକ ଦୂର ଦେଖିବା ସମ୍ଭବ ହେବ ନାହିଁ।

ଟୋଲ୍‌ ଟିକସ ନେଇ ଦ୍ୱନ୍ଦ୍ୱ

ଟୋଲ୍‌ ଟିକସ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଟୋଲ୍‌ ଟିକସ କିଏ ଦେବେ । ବସ୍‌ ମାଲିକ ନା ରାଜ୍ୟ ସରକାର ଏ ନେଇ ଏବେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବସ୍‌ ମାଲିକମାନେ ଟିକସ ବୋଝ ବୋହିବାକୁ ରାଜି ନ ଥିବା ବେଳେ ରାଜ୍ୟ ସରକାର ଏହି ବୋଝ ଯାତ୍ରୀଙ୍କ ଉପରେ ଲଦିବାକୁ ଯୋଜନା କରିଛନ୍ତି।