Dharitri News
ରାଜ୍ୟ | ବ୍ରହ୍ମପୁର

ଖାତରୁ ଛୁଆହାତୀ ଉଦ୍ଧାର, ସୁରକ୍ଷା ନେଇ ଚିନ୍ତା

ଖାତରୁ ଛୁଆହାତୀ ଉଦ୍ଧାର, ସୁରକ୍ଷା ନେଇ ଚିନ୍ତା ଭଞ୍ଜନଗର,୪।୨(ଡି.ଏନ.ଏ.)-ଗଞ୍ଜାମ-କନ୍ଧମାଳ ଜିଲା ସୀମାବର୍ତ୍ତୀ ଜଙ୍ଗଲକୁ ଲାଗିଥିବା ଡହ ଜଳଭଣ୍ଡାର ନିକଟ ଖାତରୁ ରବିବାର ଏକ ଛୁଆହାତୀକୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ଛୁଆହାତୀଟି ଜଳଭଣ୍ଡାର ଦେଇ ସାହାଜଖାଲ ଜଙ୍ଗଲକୁ ଚାଲିଯାଇଛି। ମା’ଠାରୁ ଅଲଗା ହୋଇଥିବା ଏହି ଛୁଆଟିର ସୁରକ୍ଷା ପାଇଁ ବନ ବିଭାଗର ଚିନ୍ତା ବଢ଼ିଯାଇଛି। ଶନିବାର ରାତିରେ ଡହ ଜଳଭଣ୍ଡାରକୁ ୧୨ଟି ହାତୀ ଆସିଥିଲେ। ପଲରେ ଥିବା ପ୍ରାୟ ୧ ବର୍ଷର ଛୁଆ ହାତୀଟି ଏକ ଖାତରେ ଫସି ଯାଇଥିଲା। ହାତୀପଲ ତାକୁ ଉଦ୍ଧାର କରିବା ପାଇଁ ରାତିତମାମ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ପାରି ନ ଥିଲେ। ରବିବାର ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ସେଠାରେ ଜଗି ରହି ବାପାଙ୍ଗି ଜଙ୍ଗଲ ଆଡ଼େ ପଳାଇଥିଲେ। ସ୍ଥାନୀୟ ଅଞ୍ଚଳବାସୀଙ୍କଠାରୁ ଖବରପାଇ ଭଞ୍ଜନଗରସ୍ଥିତ ମୁଜାଗଡ଼ ରେଞ୍ଜର କର୍ମଚାରୀମାନେ ଖାତ ନିକଟରେ ପହଞ୍ଚିଥିଲେ। ଛୁଆହାତୀଟିକୁ ଅପରାହ୍ନ ସାଢ଼େ ୪ଟାରେ ଉଦ୍ଧାର କରାଯାଇଥିଲା। ଏ ନେଇ ଉତ୍ତର ଘୁମୁସର ବନଖଣ୍ଡ ଏସିଏଫ ସୁଦର୍ଶନ ବାଦୀ କହିଛନ୍ତି, ଛୁଆ ହାତୀଟିର ଗତିବିଧି ଉପରେ ନଜର ରଖାଯାଇଛି। ମା’ ଓ ଅନ୍ୟ ହାତୀ, ଛୁଆଟିକୁ ପଲରେ ନ ମିଶାଇଲେ ବିକଳ୍ପ ବ୍ୟବସ୍ଥା କରାଯିବ। ସୂଚନାଯୋଗ୍ୟ, ଗତବର୍ଷ ତାରସିଂ ରେଞ୍ଜରେ ଏକ ଛୁଆହାତୀ କୂଅରୁ ଉଦ୍ଧାର ହେବାପରେ ଆଉ ପଲରେ ମିଶି ପାରି ନ ଥିଲା। କିଛିଦିନ ପରେ ଅନାହାରରେ ତାହାର ମୃତ୍ୟୁ ଘଟିଥିଲା।

ରାଜ୍ୟ | ବ୍ରହ୍ମପୁର

ବିଲରୁ ହାତୀର ମୃତଦେହ ଉଦ୍ଧାର

ବିଲରୁ ହାତୀର ମୃତଦେହ ଉଦ୍ଧାର

ଖୁଣ୍ଟୁଣୀ, ୨୧ା୨ (ଡି.ଏନ୍‌.ଏ.)- ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ମଞ୍ଚେଶ୍ୱର ପଞ୍ଚାୟତ ପାଇକେରାପୁର ଗ୍ରାମର ବାତ୍ୟା ଆଶ୍ରୟସ୍ଥଳ ନିକଟ ବିଲରେ ବୁଧବାର ସକାଳେ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ବନାଞ୍ଚଳ ଅଧିକାରୀ ରତ୍ନାକର ଦାସ, ଆଠଗଡ ଡିଏଫଓ ଅରୁଣ କୁମାର ସ୍ବାଇଁ, ଏସିଏଫ ରାଜେନ୍ଦ୍ର ପ୍ରସାଦ ଦାସ, ସମ୍ପଦ ମହାପାତ୍ର, ଭୁବନେଶ୍ୱରସ୍ଥିତ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ପ୍ରଫେସର ନିରଞ୍ଜନ ସାହୁ, ଡା. ସୌରଭ ରଞ୍ଜନ ହୋତା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।

ରାଜ୍ୟସ୍ତରୀୟ କାୟାକଳ୍ପ ସମ୍ମାନ: କ୍ୟାପିଟାଲ ହସ୍ପିଟାଲ ସବୁଠୁ ପରିଷ୍କାର

ଭୁବନେଶ୍ୱର,୨୧ା୨ (ବ୍ୟୁରୋ)- ଚଳିତ ବର୍ଷ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ରାଜ୍ୟର ସବୁଠୁ ପରିଷ୍କାର ଡାକ୍ତରଖାନାର ମାନ୍ୟତା ପାଇଛି। ଦ୍ୱିତୀୟ ସ୍ଥାନରେ କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟ ଓ ତୃତୀୟ ସ୍ଥାନରେ ରାଉରକେଲାର ଇସ୍ପାତ ଜେନେରାଲ ହସ୍ପିଟାଲ ରହିଛି। ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କାୟାକଳ୍ପ ସମ୍ମାନ ପ୍ରଦାନ ସମାରୋହରେ ଏ ସମ୍ପର୍କରେ ଘୋଷଣା କରାଯିବା ସହ ପୁରସ୍କୃତ କରାଯାଇଛି।

ଖଣି ଅଞ୍ଚଳ ଗାଁ ପାଇଁ ବିଶୁଦ୍ଧ ପାନୀୟ ଜଳ

ଖଣି ଅଞ୍ଚଳ ଗାଁ ପାଇଁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟର ୩ଟି ଖଣି ପ୍ରଭାବିତ ଜିଲାର ୨୯୩ ଗାଁକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ବସିଥିବା କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ମୋଟ ୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ସମ୍ପର୍କରେ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ କର୍ତ୍ତୃପକ୍ଷ(ଓଏମ୍‌ବିଏଡିସି)ର ଆର୍ଥିକ ସହଯୋଗରେ ଭୂପୃଷ୍ଠ ଜଳକୁ ବିଶୋଧନ କରାଯାଇ ଯାଜପୁର, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର ପ୍ରଭାବିତ ଗାଁଗୁଡିକୁ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯିବ।

ମୁଖ୍ୟମନ୍ତ୍ରୀଙ୍କ ସଭାମଞ୍ଚକୁ ଜୋତା ଫିଙ୍ଗିବା ଘଟଣା: ରିପୋର୍ଟ ତଲବ କଲେ ମୁଖ୍ୟ ନିର୍ବାଚନ କମିଶନ

ମୁଖ୍ୟମନ୍ତ୍ରୀଙ୍କ ସଭାମଞ୍ଚକୁ ଜୋତା ଫିଙ୍ଗିବା ଘଟଣା: ରିପୋର୍ଟ ତଲବ କଲେ ମୁଖ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସଭାମଞ୍ଚ ଉପରକୁ ଜୋତା ଫିଙ୍ଗାଯିବା ଓ ନିର୍ବାଚନରେ ଟଙ୍କା ବଣ୍ଟାଯିବା ନେଇ ମୁଖ୍ୟ ନିର୍ବାଚନ କମିଶନ ବୁଧବାର ରିପୋର୍ଟ ତଲବ କରିଛନ୍ତି। ବିଜେଡି ଏମ୍‌ପି ପିନାକୀ ମିଶ୍ର ଏହି ସୂଚନା ଦେଇଛନ୍ତି।

ଲୁଟେରାଙ୍କ କବ୍‌ଜାରେ ରାଜ୍ୟ ରାଜପଥ: ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ସାଢ଼େ ୫ ଲକ୍ଷ ଲୁଟ

ଲୁଟେରାଙ୍କ କବ୍‌ଜାରେ ରାଜ୍ୟ ରାଜପଥ: ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ସାଢ଼େ ୫ ଲକ୍ଷ ଲୁଟ

ଖଣ୍ଡପଡା,୨୧।୨(ସ୍ବ.ପ୍ର.): ବାଘମାରୀ-ଦଶପଲ୍ଲା ରାଜ୍ୟ ରାଜପଥ ଏବେ ଲୁଟେରାଙ୍କ ଚରାଭୂଇଁ ପାଲଟିଛି। ଉକ୍ତ ଅଞ୍ଚଳରେ କେବଳ ରାତିରେ ନୁହେଁ ଦିନରେ ମଧ୍ୟ ଲୁଟେରାମାନେ ସକ୍ରିୟ ହୋଇ ମାରଣାସ୍ତ୍ର ଦେଖାଇ ଲୁଟ କରୁଥିବା ଅଭିଯୋଗ ହେଉଛି। ଏହି କ୍ରମରେ ବୁଧବାର କଣ୍ଟିଲୋ ଅଞ୍ଚଳର ଜଣେ ବ୍ୟବସାୟୀଙ୍କଠାରୁ ମୋବାଇଲ ସହ ସାଢ଼େ ୫ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ।

ଆଚାର୍ଯ୍ୟ ଜୟନ୍ତୀ ଅବସରରେ ଶୋଭାଯାତ୍ରା

ଆଚାର୍ଯ୍ୟ ଜୟନ୍ତୀ ଅବସରରେ ଶୋଭାଯାତ୍ରା

ପୁରୀ ଅଫିସ, ୨୧।୨: ଆଚାର୍ଯ୍ୟ ହରିହର ବ୍ୟାୟାମ ଓ କ୍ରୀଡାନୁଷ୍ଠାନ ଏବଂ ଆଚାର୍ଯ୍ୟ ହରିହର ବିଦ୍ୟାନିକେତନର ମିଳିତ ଆନୁକୂଲ୍ୟରେ ହରିହରଙ୍କ ୧୪୦ ତମ ଜୟନ୍ତୀ ବୁଧବାର ଅନୁଷ୍ଠିତ ହୋଇଯାଇଛି।

ବରଯାତ୍ରୀ ଭ୍ୟାନ୍‌-ଟ୍ରକ୍‌ ଧକ୍କା: ୨ ମୃତ, ୨୪ ଆହତ

ବରଯାତ୍ରୀ ଭ୍ୟାନ୍‌-ଟ୍ରକ୍‌ ଧକ୍କା: ୨ ମୃତ, ୨୪ ଆହତ

ଜୁନାଗଡ, ୨୧।୨(ଡି.ଏନ୍‌.ଏ/ସ୍ବ.ପ୍ର.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାଲୋପଲା ନିକଟରେ ୨୬ନଂ ଜାତୀୟ ରାଜପଥ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ବ୍ୟାଣ୍ଡପାର୍ଟି ସହ ବରଯାତ୍ରୀକୁ ଧରି ନେଉଥିବା ପିକ୍‌ଅପ୍‌ ଭ୍ୟାନ ସହ ଏକ ଟ୍ରକର ମୁହଁ।ମୁହଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଜୟପାଟଣା ବ୍ଲକ ମୁଖିଗୁଡା ପଞ୍ଚାୟତ ମଇପାଣି ଗ୍ରାମର ଗୌତମ ଚଣ୍ଡୀ ଓ ହୃଦାନନ୍ଦ ପୁଟେଲ। ଦୁର୍ଘଟଣାରେ ୨୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବିଜେପୁର ବିକାଶ ପାଇଁ ବିଜେଡିକୁ ସୁଯୋଗ ମିଳୁ: ମୁଖ୍ୟମନ୍ତ୍ରୀ

ବିଜେପୁର ବିକାଶ ପାଇଁ ବିଜେଡିକୁ ସୁଯୋଗ ମିଳୁ: ମୁଖ୍ୟମନ୍ତ୍ରୀ

ବରଗଡ ଅଫିସ, ୨୧।୨: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗାଇସିଲଟ ପହଞ୍ଚିଛନ୍ତି। ସ୍ଥାନୀୟ ଗଣେଶ ଦାସ ପଡିଆଠାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥିନୀ ରିତା ସାହୁଙ୍କ ଉଦ୍ଦେଶ୍ୟରେ ଆୟୋଜିତ ପ୍ରଚାର ସଭାରେ ଯୋଗ ଦେଇଛନ୍ତି। ଏହି ଅବସରରେ ନବୀନ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରି କହିଛନ୍ତି ଯେ ରିତା ସାହୁଙ୍କୁ ତାଙ୍କର ସମର୍ଥନ ଅଛି। ଏବେ ବିଜେପୁରବାସୀଙ୍କର ସହଯୋଗ ଦରକାର। ବିଜେପୁର ବିକାଶ ନିମନ୍ତେ ଚଳିତ ନିର୍ବାଚନରେ ବିଜେଡିକୁ ସୁଯୋଗ ଦିଆଯାଉ।

ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଘଟଣାର ନିରବ ପ୍ରତିବାଦ

ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଘଟଣାର ନିରବ ପ୍ରତିବାଦ

ଜୁନାଗଡ଼, ୨୧।୨(ସ୍ବ.ପ୍ର.): ବିଜେପୁର ଉପ ନିର୍ବାଚନ ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରକୁ କୁମ୍ଭାରୀଠାରେ କରାଯାଇଥିବା ଆକ୍ରମଣକୁ ବିରୋଧକରି ବିଜେଡି ପକ୍ଷରୁ ପୁରୁଣା ବସ ଷ୍ଟାଣ୍ଡ ଗାନ୍ଧୀ ମୂର୍ତ୍ତିଠାରେ ବୁଧବାର ନିରବ ପ୍ରତିବାଦ କରାଯାଉଛି।

ବିଚ୍‌ ମାରାଥନ: ଦୌଡ଼ିଲେ ଶତାଧିକ ଯୁବତୀଯୁବକ

ବିଚ୍‌ ମାରାଥନ: ଦୌଡ଼ିଲେ ଶତାଧିକ ଯୁବତୀଯୁବକ

ପୁରୀ ଅଫିସ, ୨୧।୨: ପୁରୀ ବେଳାଭୂମିରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ୱିତୀୟ ବିଚ୍‌ କାର୍ନିଭାଲ। ସକାଳ ସାଢେ ୭ଟାରେ ବିଚ୍‌ ମାରାଥନ ଅନୁଷ୍ଠିତ ହୋଇଥିଲା। ଏହାକୁ ପୁରୀ ନଗରପାଳ ଜୟନ୍ତ କୁମାର ଷଡଙ୍ଗୀ ଏବଂ ଓଲିଉଡ୍‌ ଅଭିନେତ୍ରୀ ତଥା ବିଚ୍‌ କାର୍ନିଭାଲର ଆମ୍ବାସାଡର ଅର୍ଚ୍ଚିତା ସାହୁ ଉଦ୍‌ଘାଟନ କରିଥିଲେ।

କୁମ୍ଭୀର ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ବାଳକ

କୁମ୍ଭୀର ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ବାଳକ

ରାଜନଗର, ୨୦।୨ (ଡି.ଏନ୍‌.ଏ.) - କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍‌ କଣ୍ଡିରା ପଞ୍ଚାୟତ ହରିଜନ ପଡ଼ାର ଖଗେଶ୍ୱର ମଲିକଙ୍କ ପୁଅ ବିନୋଦ (୨୭)ଙ୍କୁ କୁମ୍ଭୀର ମୁହଁରୁ ବଞ୍ଚାଇନ୍ତି ଜଣେ ୧୨ ବର୍ଷର ବାଳକ ଶୀତୁ ମଲିକ। ମଙ୍ଗଳବାର ରାତି ପ୍ରାୟ ୮ଟାବେଳେ ଘଟିଛି ଏହି ଘଟଣା।

ଫେବୃୟାରୀ ଶେଷକୁ ପାରଦ ୩୮ ଡିଗ୍ରୀ ଟପିବ

ଫେବୃୟାରୀ ଶେଷକୁ ପାରଦ ୩୮ ଡିଗ୍ରୀ ଟପିବ

ଭୁବନେଶ୍ୱର, ୨୦।୨(ବ୍ୟୁରୋ)- ପାରଦ ଉପରମୁହାଁ ହୋଇଛି। ସମଗ୍ର ରାଜ୍ୟରେ ତାତି ଧୀରେ ଧୀରେ ଅସହ୍ୟ କରିବା ଆରମ୍ଭ କଲାଣି। ଗତ ୪ ଦିନରେ ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ଉପରକୁ ଡେଇଁଲାଣିି। ଚଳିତ ମାସ ଶେଷ ଆଡକୁ ତାତି ୩୮ ଡିଗ୍ରୀ ଟପିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହିତ ଆସନ୍ତା ୨୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ସମେତ ଢେଙ୍କାନାଳ ଓ ଅନୁଗୋଳ ଜିଲାର କେତେକ ସ୍ଥାନରେ ଘନ କୁହୁଡି ପଡ଼ିବ। ୨୦୦ ମିଟରରୁ ଅଧିକ ଦୂର ପର୍ଯ୍ୟନ୍ତ ଦେଖିବା ସମ୍ଭବ ହେବନାହିଁ।