ରାଜ୍ୟ |

ମିଳିବନି ବାଣୀବିହାର ଜମି

ମିଳିବନି ବାଣୀବିହାର ଜମି
ଭୁବନେଶ୍ୱର, ୫।୨(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ (ବାଣୀବିହାର) ଜମିରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ପ୍ରସ୍ତାବକୁ ନେଇ ଜାରି ରହିଛି ତୀବ୍ର ବିରୋଧ। କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ କୌଣସି ପରିସ୍ଥିତିରେ ଜମି ନ ଦେବା ଜିଦ୍‌ରେ ରହିଛନ୍ତି ଛାତ୍ରୀଛାତ୍ର। ଏପରିସ୍ଥଳେ ସୋମବାର କୁଳପତିଙ୍କ କାର୍ଯ୍ୟାଳୟରେ ଏକ ମିଳିତ ବୈଠକ ବସିଥିଲା। କୁଳପତି, କୁଳ ସଚିବ, ପିଜି କାଉନ୍‌ସିଲ୍‌ ଅଧ୍ୟକ୍ଷ, ତିନି ଛାତ୍ର ସଙ୍ଗଠନ, ଶିକ୍ଷକ ଏବଂ କର୍ମଚାରୀ ସଂଘ ପ୍ରତିନିଧି ଉପସ୍ଥିତିରେ ଏ ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଉତ୍କଳ ବିଶ୍ୱବିଦ୍ୟାଳୟକୁ ଗତବର୍ଷ ଏ+ ଗ୍ରେଡ୍‌ ମିଳିଥିବାରୁ ଆଗାମୀ ଦିନରେ ଏହା ପରିସରରେ ବିଭିନ୍ନ ବିଭାଗ ଖୋଲିବାର ଅଛି। ଦେଶର ଜଣାଶୁଣା ବିଶ୍ୱବିଦ୍ୟାଳୟର ୫୦୦ ଏକରରୁ ଅଧିକ ଜମି ରହିଥିବାବେଳେ ବାଣୀବିହାର ପରିସରରେ ବହୁତ କମ୍‌ ଜାଗା ରହିଛି। ସେଥିରୁ ପୁଣି କେତେକ ସ୍ଥାନରେ ବସ୍ତିବାସିନ୍ଦା ରହିଛନ୍ତି। ତେଣୁ ବାଣୀବିହାରରୁ ରମାଦେବୀ ପାଇଁ ଜମି ଦେବା ସମ୍ଭବ ନୁହେଁ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ତେବେ ମଙ୍ଗଳବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଅନନ୍ତ ଦାସଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା ହେବ। ସରକାର ଏହାର ପୁନର୍ବିଚାର କରିବାକୁ କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ ନିବେଦନ କରିଛନ୍ତି। ସୋମବାର ତିନି ପ୍ରମୁଖ ଛାତ୍ର ସଙ୍ଗଠନ ପକ୍ଷରୁ ପୁଣି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହାକୁ ସମର୍ଥନ କରିଥିଲେ ଉଭୟ ଶିକ୍ଷକ ଏବଂ କର୍ମଚାରୀ ସଂଘ। ଶେଷରେ କୁଳପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଛାତ୍ରନେତାମାନେ ବିଶ୍ୱବିଦ୍ୟାଳୟ ପରିସରରୁ ଇଞ୍ଚେ ଜାଗା ଦିଆଯିବ ନାହିଁ ବୋଲି କହିଥିଲେ। ଏହି ନିଷ୍ପତ୍ତିକୁ ସମର୍ଥନ କରିଥିଲେ ବୈଠକରେ ବସିଥିବା ସମସ୍ତ ପ୍ରତିନିଧି। ସର୍ବସମ୍ମତି ନିଷ୍ପତ୍ତିକୁ ମଧ୍ୟ କୁଳପତି ସମ୍ମତ ଜଣାଇଥିଲେ। ଏ ସଂକ୍ରାନ୍ତରେ ଏକ ସ୍ମାରକପତ୍ର ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦିଆଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଉକ୍ତ ସ୍ମାରକପତ୍ରରେ ଛାତ୍ରୀଛାତ୍ର, ଶିକ୍ଷକ, କର୍ମଚାରୀଙ୍କ ସମେତ ବୈଠକରେ ଉପସ୍ଥିତ ଥିବା ସମସ୍ତ ପ୍ରତିନିଧି ଦସ୍ତଖତ କରିଥିଲେ। ଛାତ୍ରନେତା ସୌମ୍ୟରଞ୍ଜନ ମହାପାତ୍ର, ମନୋରଞ୍ଜନ ସ୍ବାଇଁ, ରତନ ଦିଗଲ, ସୁନିଲ ଖୁଣ୍ଟିଆ, ସୌମ୍ୟରଞ୍ଜନ ଜେନା, ଅଖିଳେଶ ଯାଦବ, ଶିକ୍ଷକ ସଂଘ ସଭାପତି ପ୍ରଫେସର ସନ୍ତୋଷ ତ୍ରିପାଠୀ, ସାଧାରଣ ସମ୍ପାଦକ କୁଞ୍ଜବିହାରୀ ପଣ୍ଡା, କର୍ମଚାରୀ ସଂଘ ସଭାପତି ଦେବୀପ୍ରସନ୍ନ ତିପାଠୀ, ସାଧାରଣ ସମ୍ପାଦକ ବିଜୟ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ବିକ୍ଷୋଭ ବେଳେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଚାଲିଥିବାବେଳେ ଗୋଟିଏ ଗୋଷ୍ଠୀ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ନେଇ କଡ଼ା ସମାଲୋଚନା କରିଥିଲେ। ଏହି ସମୟରେ ଅନ୍ୟ ଏକ ଗୋଷ୍ଠୀ ଏହାର ବିରୋଧ କରିଥିଲେ। ଫଳରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହେବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ଯୁକ୍ତିତର୍କରୁ ହାତାହାତି ହୋଇଥିଲେ ଦୁଇଗୋଷ୍ଠୀ। ପରେ କେତେଜଣ ଛାତ୍ର ହସ୍ତକ୍ଷେପ କରିବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା।
All Right Reserved By

ରାଜ୍ୟ |

ମାଙ୍କଡ଼ଚୁଆ ଗ୍ରାମରେ କଲରାପତରିଆ ବାଘ ଆତଙ୍କ

ମାଙ୍କଡ଼ଚୁଆ ଗ୍ରାମରେ କଲରାପତରିଆ ବାଘ ଆତଙ୍କ

ବଇଣ୍ଡା,୨୧।୧(ଡି.ଏନ.ଏ)- କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ମାଙ୍କଡ଼ଚୁଆ ଗ୍ରାମରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି।  ସୋମବାର  ବିଶିକେଶନ ନାୟକଙ୍କ ଏକ ଛେଳିକୁ ବାଘ ଆକ୍ରମଣ କରିଛି।   ଏହାକୁ ନେଇ ଗ୍ରାମରେ ଆତଙ୍କ ଦେଖାଦେଇଛି। ଜଙ୍ଗଲରେ ଛେଳିମାନେ ଚରୁଥିବାବେଳେ ବାଘଟି ଗ୍ରାମାଭିମୁଖୀ ହୋଇ ଉକ୍ତ ଛେଳିକୁ ଆକ୍ରମଣ କରୁଥିବାବେଳେ  ଛେଳି ଚରାଳି  ବାଘକୁ ଦେଖି ପାଟି କରିଥିଲେ।

 ରାହାନ୍ଦା: କୁକୁର  ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ

ରାହାନ୍ଦା: କୁକୁର ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ

ବାରିପଦା ଅଫିସ,୨୧।୧- କୁକର ପଲ ଆକ୍ରମଣରେ ଗଲା ନାବାଳକଙ୍କ ଜୀବନ। ଏପରି ହୃହୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଧୀନ ରାହାନ୍ଦା ଅଞ୍ଚଳରେ ସୋମବାର ଘଟିଛି। ମୃତକ ହେଲେ ବାଲିସୁଦୂରା ଗ୍ରାମର ଶରମା ମହାରଣାଙ୍କ ପୁଅ ରିଙ୍କୁ (୭)। ସେ ଏକୁଟିଆ ସ୍କୁଲ ଯାଉଥିବା ବେଳେ ଏପରି ଅଘଟଣର ସମ୍ମୁଖୀନ ହୋଇଥିବା ଜଣାଯାଇଛି।

ସୁବର୍ଣ୍ଣପୁର : ମୋଟ ଭୋଟର ୪ ଲକ୍ଷ ୫୦ ହଜାର ୭୯୫

ସୁବର୍ଣ୍ଣପୁର : ମୋଟ ଭୋଟର ୪ ଲକ୍ଷ ୫୦ ହଜାର ୭୯୫

 ସୋନପୁର,୨୧।୧(ନି.ପ୍ର.):ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପ୍ରକାଶ ପାଇଛି ଚୂଡାନ୍ତ ଭୋଟର ତାଲିକା। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାରେ ମଧ୍ୟ ତାଲିକା ପ୍ରକାଶ ପାଇଛି। ଏଥିରେ ସୁବର୍ଣ୍ଣପୁର ଜିଲାରେ ମୋଟ ୪ ଲକ୍ଷ ୫୦ ହଜାର ୭୯୫ ଭୋଟର ଅଛନ୍ତି। ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪୬ ହଜାର ୧୧ ଭୋଟର ଓ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୪ ହଜାର ୭୮୪ ଜଣ ଭୋଟର ରହିଛନ୍ତି। 

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଶାଳ ପତ୍ର ଉପରୁ ରୟାଲିଟି ଛାଡ଼ କରିବାକୁ ଘୋଷଣା କରିଛନ୍ତି। ଫଳରେ ପୂର୍ବରୁ କୁଇଣ୍ଟାଲ ପିଛା ଦେଉଥିବା ୮୬ଟଙ୍କା ରୟାଲିଟି ଆଉ ଦେବାକୁ ପଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀ ଏ ନେଇ ନିଷ୍ପତ୍ତି ନେବା ପରେ ଶାଳପତ୍ର ଶ୍ରମିକଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। 

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାରସ୍ଥିତ କଜଳକଣା ନିକଟରେ ସେମବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ‘ନୀଳକଣ୍ଠ’ ନାମକ ଏହି ବସ୍‌ଟି ଅନୁଗୋଳରୁ କଟକ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। 

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ସାକ୍ଷୀଗୋପାଳ,୨୧।୧ (ଡି.ଏନ.ଏ.): ସତ୍ୟବାଦୀ ବଜାର ଉପକଣ୍ଠ କମାରସାହିରେ ସୋମବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜେଜେମା’ଙ୍କ ଦଶାହ ତୁଠରେ ଗାଧୋଇବା ବେଳେ ଶୁକ୍ରବାରଠାରୁ ନାତି ସୁବାଶିଷ ମହାନ୍ତି ନିଖୋଜ ଥିଲେ। ସକାଳେ ମୃତଦେହ ପୋଖରୀରେ ଭାସୁଥିବା ଗ୍ରାମବାସୀ ଓ ପରିବାର ଲୋକେ ଦେଖି ଅଗ୍ନିିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିିଶମ କର୍ମଚାରୀ ମୃତଦେହ ଉଦ୍ଧାର କରିଛି। 

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ମୁଣ୍ଡାଗୁଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟ: ଖରାରେ ଗଛତଳେ ବର୍ଷାରେ ଟିଣ ଆଉଜା ଘରେ ପାଠପଢା

ନବରଙ୍ଗପୁର,୨୧।୧(ବି.ପ୍ର.): ପିଲାଙ୍କୁ ଶିକ୍ଷିତ କରିବାକୁ  ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେମାନଙ୍କୁ ଉପଯୁକ୍ତ ଶୈକ୍ଷିକ ବାତାବରଣ ଦେବା ପାଇଁ ଅନେକ ଟଙ୍କା ଖର୍ଚ୍ଚ କରୁଛନ୍ତି।  କିନ୍ତୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାଝିଗୁଡା ପଞ୍ଚାୟତର ମୁଣ୍ଡାଗୁଡା ନୂତନ ପ୍ରାଥମିକ ବିଦ୍ୟାଳୟ ଏଥିରେ ବ୍ୟତିକ୍ରମ। ଏଠାରେ ପିଲାଙ୍କ ପାଇଁ  ଶ୍ରେଣୀଗୃହ ନାହିଁ। ଖରାଦିନେ ଗଛତଳେ ଓ ବର୍ଷା ଦିନରେ ଟିଣ ଆଉଜା ହୋଇଥିବା ଏକ ଅସ୍ଥାୟୀ ଗୃହରେ ପିଲା ପାଠ ପଢନ୍ତି।  

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ନାରୀ ନିଯ୍ୟାତନା ଓ ବଳାତ୍କାର ଆଦି ଘଟଣା ରାଜ୍ୟରେ ବଢ଼ି ବଢ଼ି ଚାଲିଥିବାରୁ ଭାଜପା ମହିଳା ମୋର୍ଚ୍ଚାର କର୍ମୀମାନେ ଏହାକୁ ବିରୋଧ କରୁୁଛନ୍ତି। 

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ପରକ୍ରୀୟା ପ୍ରୀତି ସନ୍ଦେହରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଯୌନାଙ୍ଗକୁ କାଟି ଦେଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଉଦୟପୁର ଗ୍ରାମରେ।

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

କଂଗ୍ରେସ ଛାଡ଼ିଲେ ପ୍ରଣୟ ସାହୁ

ମଥୁରାନଗରୀ,୨୧।୧: ବରଗଡ଼ ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଗତ ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥି ରହିଥିବା ପ୍ରଣୟ କୁମାର ସାହୁ ସୋମବାର ଦଳ ଛାଡ଼ିଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ ଓ ଜିଲା କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉଁ ଦଳରେ ସେ ଯୋଗଦେବେ ସେ ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହାନ୍ତି ।

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଜଧାନୀ ଏକ୍ସପ୍ରେସ୍‌ରେ ନିଆଁ

ରାଉରକେଲା, ୨୧।୧:  ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍‌ରେ ସୋମବାର ନିଆଁ ଲାଗିଯାଇଛି। ରାଉରକେଲା ଷ୍ଟେଶନ ପୂର୍ବରୁ ତିଲ୍‌କା ନଗର ନିକଟରେ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଟ୍ରେନ୍‌ଟି ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା। 

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସୋମବାର ରାଜ୍ୟର  ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।  ଏହି ତାଲିକାର ସଂଶୋଧନ କରାଯିବା ପରେ ୫ ଲକ୍ଷ ୩୯ ହଜାର ୪୫୪ ଭୋଟର ସଂଖ୍ୟା ବୃଦ୍ଧି ପାଇଛି ।