ରାଜ୍ୟ |

ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘ ଧାରଣା ସ୍ଥଗିତ

ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘ ଧାରଣା ସ୍ଥଗିତ
ଭୁବନେଶ୍ୱର, ୫।୨(ବ୍ୟୁରୋ)- କେତେକ ଦାବି ନେଇ ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘ ପକ୍ଷରୁ ସୋମବାର ହେବାକୁ ଥିବା ଆନ୍ଦୋଳନକୁ ସ୍ଥଗିତ ରଖିଛି। ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ସହ ଆଲୋଚନା ପରେ ସଂଘ ଏହି ସୂଚନା ଦେଇଛି। ବୈଠକରେ ସମସ୍ତ ଦାବି ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ଏଥିରେ ସମସ୍ତ କର୍ମଚାରୀଙ୍କୁ ପବ୍ଲିକ ହେଲ୍‌ଥ କ୍ୟାଡର ସୃଷ୍ଟି କରି ସମସ୍ତ ମ୍ୟାନେଜମେଣ୍ଟ ପିଲାଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ମନ୍ତ୍ରୀ ଜେନା ପ୍ରତିଶ୍ରୁତି ଦେଇଛନ୍ତି। ଦ୍ୱିତୀୟତଃ ସପ୍ତମ ବେତନ ଲାଗୁ କରିବା ପାଇଁ ଯେଉଁ ଦାବି ଥିଲା ତାହାକୁ ମଧ୍ୟ ପିପିପିରେ ପ୍ରପୋଜ୍‌ଡ କରିବା ପାଇଁ ଏନ୍‌ଏଚ୍‌ଏମ୍‌ ଏମ.ଡି. ପ୍ରତିଶ୍ରୁତି ଦେଇଥିବା ସଂଘ ପକ୍ଷରୁ କୁହାଯାଇଛି। ଯଦି ଆସନ୍ତା ୨ମାସ ମଧ୍ୟରେ ଦାବି ପୂରଣ ନ ହୁଏ ତେବେ ଆନ୍ଦୋଳନ ପନ୍ଥା ଆପଣାଇବାକୁ ବାଧ୍ୟ ହେବୁ ବୋଲି ସଂଘ କର୍ମକର୍ତ୍ତାମାନେ ନିଷ୍ପତ୍ତି ନେଇଛନ୍ତି। ମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ସଂଘ ସଭାପତି ରବୀନ୍ଦ୍ର କୁମାର ଜେନା, ସାଧାରଣ ସମ୍ପାଦକ ଧନେଶ୍ୱର ସ୍ବାଇଁ, ଆବାହକ କବିପ୍ରସାଦ ସାହୁ, ଗୌତମ ସାମଲଙ୍କ ସମେତ ୯ଜଣ ଉପସ୍ଥିତ ଥିଲେ।
All Right Reserved By

ରାଜ୍ୟ |

ବାଜପେୟୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ବାଜପେୟୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୬।୮(ବ୍ୟୁରୋ)-ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶ୍ରଦ୍ଧାଞ୍ଜଳି ବ୍ୟକ୍ତ କରିଛନ୍ତି। ପୁଣ୍ୟଶ୍ଳୋକ ବାଜପେୟୀଙ୍କ ଉଦ୍ଦେଶ୍ୟରେ ନବୀନ  କହିଛନ୍ତି  ଯେ, ତାଙ୍କ ମୃତ୍ୟୁରେ ସେ ଗଭୀର ମର୍ମାହତ। ଭାରତବର୍ଷ ତା’ର ଗୋଟିଏ ମହାନ୍‌ ନେତାଙ୍କୁ ହରାଇଛି।

ଶୁକ୍ରବାର ସରକାରୀ ଛୁଟି: ବନ୍ଦ ରହିବ ସ୍କୁଲ,କଲେଜ, ବ୍ୟାଙ୍କ

ଶୁକ୍ରବାର ସରକାରୀ ଛୁଟି: ବନ୍ଦ ରହିବ ସ୍କୁଲ,କଲେଜ, ବ୍ୟାଙ୍କ

ଭୁବନେଶ୍ୱର,୧୬।୮(ବ୍ୟୁରୋ)-ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ  ବିୟୋଗରେ ରାଜ୍ୟ ସରକାର ଶୁକ୍ରବାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏଥିସହିତ ଗୁରୁବାରଠାରୁ ରାଜ୍ୟରେ ୭ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। 

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଆଉ ନାହାନ୍ତି

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଆଉ ନାହାନ୍ତି

ନୂଆଦିଲୀ, ୧୬।୮:  ନୂଆଦିଲ୍ଲୀସ୍ଥିତ ଏମ୍‌ସ୍‌ରେ ସନ୍ଧ୍ୟା ୫ଟା ୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗ ହୋଇଛି। ବାଜପେୟୀଙ୍କ ବିୟୋଗରେ ଦେଶର ସମସ୍ତ ରାଜନେତା, ଜନସାଧାରଣ ଶୋକବ୍ୟକ୍ତ କରିଛନ୍ତି। ବାଜପେୟୀ ୩ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ।

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁରୀ

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୬ଟି  ଜିଲା ୬ଟି ବ୍ଲକ ପାଇଁ ୧୭.୫୮ କୋଟି ଟଙ୍କାର ପ୍ରଳକ୍ପ ମଞ୍ଜୁର କରିଛନ୍ତି। 

ଫେରାର ହେବାକୁ ଉଦ୍ୟମ ବେଳେ ଅଭିଯୁକ୍ତଙ୍କ ଆକ୍ରମଣ: ଫାଣ୍ଡି ଅଧିକାରୀ ଆହତ

ଫେରାର ହେବାକୁ ଉଦ୍ୟମ ବେଳେ ଅଭିଯୁକ୍ତଙ୍କ ଆକ୍ରମଣ: ଫାଣ୍ଡି ଅଧିକାରୀ ଆହତ

କଟକ ସଦର,୧୬।୮(ଡି.ଏନ୍‌.ଏ.): ସ୍ବାଧୀନତା ଦିବସରେ ଜଣେ ଫେରାର ଅଭିଯୁକ୍ତଙ୍କୁ କଳପଡ଼ା ବଜାରରୁ କାବୁ କଲାବେଳେ ୪୨ ମୌଜା ଫାଣ୍ଡି ଅଧିକାରୀ ନୃସିଂହ ଚରଣ ସ୍ବାଇଁ ଆକ୍ରମଣର ଶିକାର ହେବା ଘଟଣା କଟକ ସଦର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଜଟଣୀ ଅଞ୍ଚଳର ଗହଣା ଦୋକାନରୁ ସୁଡଙ୍ଗ ଖୋଳି ଲୁଟ ଘଟଣା: ୨ ଡକାୟତଙ୍କ ସମେତ ୪ ଗିରଫ

ଜଟଣୀ ଅଞ୍ଚଳର ଗହଣା ଦୋକାନରୁ ସୁଡଙ୍ଗ ଖୋଳି ଲୁଟ ଘଟଣା: ୨ ଡକାୟତଙ୍କ ସମେତ ୪ ଗିରଫ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଜଟଣୀ ଥାନା ଅଞ୍ଚଳରେ ଥିବା ଏକ ଜୁଏଲାରୀରୁ ସୁନାଗହଣା ଲୁଟ କରିବା ଘଟଣାରେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଏହି ଘଟଣାରେ ପୋଲିସ ୨ ଡକାୟତ, ୨ ସୁନା ଦୋକାନୀକୁ ଗିରଫ କରିଛି। 

ରେଭେନ୍‌ଶାରେ ର଼୍ୟାଗିଂ

ରେଭେନ୍‌ଶାରେ ର଼୍ୟାଗିଂ

କଟକ ଅଫିସ,୧୬।୮: ରେଭେନ୍‌ଶା କଲେଜରେ ର଼୍ୟାଗିଂ ହେଉଥିବା ନେଇ ଯୁକ୍ତ ୩ ଦ୍ବିତୀୟ ବର୍ଷ ସଂସ୍କୃତ ବିଭାଗର ଛାତ୍ର ସୂର୍ଯ୍ୟକାନ୍ତ ମହାପାତ୍ର ଗୁରୁବାର ଅଭିଯୋଗ କରିଛନ୍ତି। ସିନିଅର ଛାତ୍ର ତାଙ୍କୁ ମାଡ଼ ମାରିବା, ଧମକ ଦେବା, ଗାଳିଗୁଲଜ କରିଥିବା ନେଇ ସେ ମାଲଗୋଦାମ ଥାନାରେ ଅଭିଯୋଗ କରିଛନ୍ତି। 

ପାରିବାରିକ କଳହରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀଙ୍କ ଆତ୍ମହତ୍ୟା

ପାରିବାରିକ କଳହରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀଙ୍କ ଆତ୍ମହତ୍ୟା

ଢେଙ୍କାନାଳ ଅଫିସ,୧୬।୮: ଢେଙ୍କାନାଳ ଜିଲା ବାଲିମି ଥାନା ଖାଲପାଳ ଗ୍ରାମରେ ଗୁରୁବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ସିଲି ବାଡିଆ(୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ସ୍ବାମୀ  ସୁଧାକର ବାଡ଼ିଆ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। 

ବାଜପେୟୀଙ୍କ ସ୍ବାସ୍ଥାବସ୍ଥା ଜଟିଳ: ଅପରାହ୍ନରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ବାଜପେୟୀଙ୍କ ସ୍ବାସ୍ଥାବସ୍ଥା ଜଟିଳ: ଅପରାହ୍ନରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀ ଏମ୍ସରେ ତାଙ୍କ ଚିକିତ୍ସା କରାଯାଉଥିବା ବେଳେ ସେ ଏବେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ଅଛନ୍ତି। ବାଜପେୟୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ହସ୍ପିଟାଲରେ ବହୁ ନେତା ତଥା ରାଜନେତାଙ୍କ ଭିଡ଼ ଲାଗିଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଦିଲ୍ଲୀ ଗସ୍ତ କରିବେ।

କେରଳରେ ବନ୍ୟା: ଓଡ଼ିଶା ତରଫରୁ ୫ କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେରଳରେ ବନ୍ୟା: ଓଡ଼ିଶା ତରଫରୁ ୫ କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର,୧୬।୮(ବ୍ୟୁରୋ): କେରଳରେ ବନ୍ୟା ପରିସ୍ଥିତି ଦିନକୁଦିନ ଜଟିଳ ହେବାରେ ଲାଗିଛି। ଏପରିସ୍ଥଳେ ସାରା ଦେଶ କେରଳକୁ ସହାୟତାର ହାତ ବଢ଼ାଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ କୋଟିର ସହାୟତା ରାଶି ଘୋଷଣା କରିଛନ୍ତି। 

ଟ୍ରେଡ୍‌ ୟୁନିୟନ ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଟ୍ରେଡ୍‌ ୟୁନିୟନ ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ତାଳଚେର,୧୬।୮(ନି.ପ୍ର.): ଏମ୍‌ସିଏଲ୍‌ ବଳରାମ ଓସିପିରେ କାର୍ଯ୍ୟରତ ୩ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଗୁରୁବାର ତାଳଚେର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ଅବସରରେ ଏଚ୍‌ଏମ୍‌ଏସ୍‌, ବିଏମ୍‌ଏସ୍‌ ଏବଂ ଆଇଏନ୍‌ଟିସିୟୁ ପକ୍ଷରୁ ଏକ ଦାବିପତ୍ର ମଧ୍ୟ ତାଳଚେର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି। 

ଅଜଗର ଉଦ୍ଧାର

ଅଜଗର ଉଦ୍ଧାର

ଭୁବନ,୧୬।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ବାଉଁଶକଣ ଗ୍ରାମର ଶିବମନ୍ଦିର ନିକଟରୁ ବୁଧବାର ରାତିରେ ଏକ ଅଜଗର ସାପକୁ ବନବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି।