ଖେଳ |

ପ୍ରଥମ ଟି୨୦ରେ ଆଫଗାନିସ୍ତାନ ବିଜୟୀ

ପ୍ରଥମ ଟି୨୦ରେ ଆଫଗାନିସ୍ତାନ ବିଜୟୀ
ସାରଜା, ୬।୨- ଜିମ୍ବାଓ୍ବେ ବିପକ୍ଷରେ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଆଫଗାନିସ୍ତାନ ବିଜୟୀ ହୋଇଛି। ଆଫଗାନିସ୍ତାନ ୫ ଉଇକେଟ୍‌ରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୨୦ ରନ କରିଥିଲା। ଦଳ ପକ୍ଷରୁ ସଲମନ ମୀର ୩୪, ମାଲକମ୍‌ ଓ୍ବାଲର ୨୭*, ହାମିଲଟନ ମାସାକାଜା ୧୮, ବ୍ରେଣ୍ଡନ ଟେଲର ୩ ରନ କରିଥିଲେ। ଚର୍ଚ୍ଚିତ ରିଷ୍ଟ ସ୍ପିନର ରସିଦ୍‌ ଖାନ୍‌ ୩ଟି ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ ଆଫଗାନିସ୍ତାନ ମହମ୍ମଦ ନବୀଙ୍କ ଅପରାଜିତ ୪୦ ରନ ବଳରେ ୧୪.୪ ଓଭରରେ ୫ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଅନ୍ୟମାନଙ୍କ ମଧ୍ୟରେ ମହମ୍ମଦ ସାହାଜାଦ୍‌ ୨୦, ସଫିକୁଲା ସଫିକ୍‌ ୧୪*, ସର୍ଫରୁଦ୍ଦିନ ଅସ୍ରଫ୍‌ ୧୮ ରନ କରିଥିଲେ। ଏହି ବିଜୟ ସହ ଆଫଗାନିସ୍ତାନ ୨ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି।
All Right Reserved By

ଖେଳ |

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ   ଧକ୍କା

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ ଧକ୍କା

ମୁମ୍ବାଇ,୨୩।୩- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସକୁ ପୁଣି ଏକ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡ ପେସର ଆଡାମ ମିଲନେ ଆଗାମୀ ସିଜନରୁ ଓହରି ଯାଇଛନ୍ତି। 

ଆକ୍ରମଣରୁ ବର୍ତ୍ତିବା ପରେ ବିବାହ କଲେ ବାଂଲାଦେଶ କ୍ରିକେଟର

ଆକ୍ରମଣରୁ ବର୍ତ୍ତିବା ପରେ ବିବାହ କଲେ ବାଂଲାଦେଶ କ୍ରିକେଟର

ଢାକା,୨୩।୩(ପିଟି)- ନିକଟରେ ନ୍ୟୁଜିଲାଣ୍ଡରେ ସଂଘଠିତ ଆତଙ୍କବାଦୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିବା ପରେ ବାଂଲାଦେଶ ଦୁଇ କ୍ରିକେଟର ବିବାହ କରିଛନ୍ତି।

ଆଜିଠୁ ଆଇପିଏଲ: ଜାଣନ୍ତୁ ଚଳିତ ଆଇପିଏଲର ୫ଟି ଖାସ୍‌ କଥା

ଆଜିଠୁ ଆଇପିଏଲ: ଜାଣନ୍ତୁ ଚଳିତ ଆଇପିଏଲର ୫ଟି ଖାସ୍‌ କଥା

ଖେଳ ସହ ମନୋରଞ୍ଜନର ମାଧ୍ୟମ ତଥା ଭାରତୀୟ କ୍ରିକେଟର ସବୁଠୁ ବଡ଼ ପର୍ବ ଆଇପିଏଲ ଆଜିଠାରୁ ଆରମ୍ଭ ହେବ। 

କ୍ଷୀର ପିଇ ପଡିଆକୁ ଆସୁଥିଲେ ଏହି ଖେଳାଳି: ବ୍ୟାଟରୁ ହେଉଥିଲା ଚୌକା-ଛକା ବର୍ଷା

କ୍ଷୀର ପିଇ ପଡିଆକୁ ଆସୁଥିଲେ ଏହି ଖେଳାଳି: ବ୍ୟାଟରୁ ହେଉଥିଲା ଚୌକା-ଛକା ବର୍ଷା

ଟିମ ଇଣ୍ଡିଆର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହଓ୍ବାଗଙ୍କୁ ‘ନଜଫଗଡର ନବାବ’ କୁହାଯାଏ। ଏମିତି ବି କ୍ରିକେଟ ଦୁନିଆରେ ସଚିନ ତେନ୍ଦୁଲକରଙ୍କୁ ପ୍ରଶଂସକ ‘ଭଗବାନ’ କହୁଥିବା ବେଳେ, ବୀରୁଙ୍କ ବିସ୍ଫୋରକ ବ୍ୟାଟିଂକୁ ଭୁଲି ପାରି ନାହାନ୍ତି। 

ରେକର୍ଡ କହୁଛି ଜିତିବ ସିଏସ୍‌କେ

ରେକର୍ଡ କହୁଛି ଜିତିବ ସିଏସ୍‌କେ

ଚେନ୍ନାଇ,୨୨।୩- ସ୍ଥାନୀୟ ଏମ୍‌. ଚିଦାମ୍ବରମ ଷ୍ଟାଡିୟମ୍‌ରୁ ଆଇପିଏଲ-୧୨ ଆରମ୍ଭ ହେବାକୁ ଯାଉଛି।

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୨ତମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ଖେଳିବାକୁ ଥିବା ଦଳମାନଙ୍କ ମଧ୍ୟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ହେଉଛି ସବୁଠୁ ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ। 

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଦୁବାଇ,୨୨।୩-ଭାରତୀୟ ଓପନର ସ୍ମୃତି ମନ୍ଧାନା ଓ ଫାଷ୍ଟ ବୋଲର ଝୁଲନ ଗୋସ୍ବାମୀ ମହିଳା ବ୍ୟାଟ୍ସଓମ୍ୟାନ ଓ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। 

ମୋଦିଙ୍କ ଭିଜନରେ ଅନୁପ୍ରାଣିତ - ଗମ୍ଭୀର

ମୋଦିଙ୍କ ଭିଜନରେ ଅନୁପ୍ରାଣିତ - ଗମ୍ଭୀର

ନୂଆଦିଲ୍ଲୀ,୨୨।୩(ପିଟି)- ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଗୌତମ ଗମ୍ଭୀର ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି।

୨୫  ବଲରେ ଶତକ ଲଗାଇଲେ ଓ୍ବିଲ ଜ୍ୟାକ୍ସ

୨୫ ବଲରେ ଶତକ ଲଗାଇଲେ ଓ୍ବିଲ ଜ୍ୟାକ୍ସ

ନୂଆଦିଲ୍ଲୀ,୨୨।୩(ପିଟି)- ସରେ ପାଇଁ ଖେଳୁଥିବା ଓ୍ବିଲ ଜ୍ୟାକ୍ସ ୨୫ ବଲରେ ଶତକ ଲଗାଇଛନ୍ତି।

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ନୂଆଦିଲ୍ଲୀ,୨୨।୩(ପିଟି)- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ପ୍ରସାରଣକୁ ଭାରତରେ ବ୍ୟାନ କରାଯିବା ପରେ ପାକିସ୍ତାନ ଆଇପିଏଲର ୧୨ତମ ସଂସ୍କରଣର ପ୍ରସାରଣକୁ ବ୍ୟାନ କରିଛି। 

କ୍ରିକେଟ ପଡ଼ିଆ ଛାଡି  ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ  ସାମିଲ

କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ ସାମିଲ

ନୂଆଦିଲ୍ଲୀ, ୨୨।୩: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗଦେଇଛନ୍ତି। ସେ ଭାଜପାରେ ଶୁକ୍ରବାର ସାମିଲ୍‌ ହୋଇଛନ୍ତି। 

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଲଣ୍ଡନ, ୨୧।୩(ପିଟି)- ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି  ଜୋଆଚିମ ପରସନଙ୍କୁ ଦେଢ଼ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବେଟିଂ ସହ ଜଡ଼ିତ ହୋଇ ସେ ସ୍ପୋଟର୍‌ସ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା