ଉପକୂଳ ଓଡିଶା

ମାସେ ପରେ ବି ପୋଲିସ ହାତ ଖାଲି

ଚଣ୍ଡିଖୋଲ, ୭।୨(ଡି.ଏନ୍‌.ଏ.)- ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଡିସେମ୍ବର ୩୧ରେ ଦ୍ୱି-ପ୍ରହରରେ ଆକ୍ରମଣ ଘଟଣାର ମାସେ ବିତି ଯାଇଥିଲେ ବି ଏଯାବତ୍‌ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇପାରି ନାହିଁ। ପ୍ରକାଶ ଯେ, ବଡ଼ଚଣା ବ୍ଲକ ପ୍ରସିଦ୍ଧ ଶୈବପୀଠ ମହାବିନାୟକଠାରେ ଡିସେମ୍ବର ୩୧ରେ ପୋଲିସ ମୁତୟନ କରାଯାଇଥିଲା । ସେଠାରେ କିଛି ଯୁବକ ଭିଡରେ ବାରମ୍ବାର ମୋଟରସାଇକେଲ ଭର୍ତ୍ତି କରିବାରୁ ତାଙ୍କୁ ପୋଲିସ କର୍ମଚାରୀମାନେ ବାରଣ କରିଥିଲେ । ଏ ନେଇ ସମ୍ପୃକ୍ତ ଯୁବକ ଓ ପୋଲିସ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । କିଛି ଯୁବକ ସଙ୍ଗଠିତ ହୋଇ ପୋଲିସ୍‌ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ । ଏଥିରେ ବଡ଼ଚଣା ଥାନାର ମହିଳା କନଷ୍ଟେବଳ ବିଳାସିନୀ ନାୟକ ଗୁରୁତର ହୋଇଥିଲେ। ଏହି ଘଟଣାକୁ ନେଇ ଏକ ମାମଲା ରୁଜୁ କରାଯାଇଥିଲା। ମାତ୍ର ମାସେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ତେବେ ଯେଉଁଠାରେ ପୋଲିସ ନିଜେ ସୁରକ୍ଷିତ ନୁହେଁ, ସେଠାରେ ଜନତାଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଘଟଣାର କିଛି ଦିନ ପରେ ବଡ଼ଚଣା ଥାନାଧିକାରୀଙ୍କର ଅନ୍ୟତ୍ର ବଦଳି ହେବା ପରେ ଅଦ୍ୟାବଧି କୌଣସି ଥାନାଧିକାରୀ ଯୋଗଦେଇ ନାହାନ୍ତି । ଯାହାକୁ ନେଇ ଘଟଣା ପଛରେ କିଛି ରହସ୍ୟ ଥିବା ଆଲୋଚନା ହେଉଛି । ଏ ସମ୍ପର୍କରେ ଏସ୍‌ଡିପିଓଙ୍କୁ ପଚାରିବାରେ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି । ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି।
All Right Reserved By

ଉପକୂଳ ଓଡିଶା

ଦଶମୀ ଅବସରରେ ଅପରାଜିତା ପୂଜା

ଦଶମୀ ଅବସରରେ ଅପରାଜିତା ପୂଜା

ମାର୍ଶାଘାଇ,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ବଜାର ଦୁର୍ଗା ମଣ୍ଡପରେ ଶୁକ୍ରବାର ଦଶମୀ ଅବସରରେ ଅପରାଜିତା ପୂଜା ଓ ପୂର୍ଣ୍ଣାହୁତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଟ୍ରକ୍‌-ବାଇକ ଧକ୍କା, ଜଣେ ମୃତ

ଟ୍ରକ୍‌-ବାଇକ ଧକ୍କା, ଜଣେ ମୃତ

ଯାଜପୁରରୋଡ,୧୯। ୧୦(ନି.ପ୍ର.)- ୨୦ନଂ. ଜାତୀୟ ରାଜପଥର ଏକ ବାଇକ୍‌ ଶୋ’ରୁମ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମୋଟର ସାଇକେଲ ଭାରସାମ୍ୟ ହରାଇ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହଁି ବାଇକ୍‌ ଅରୋହୀଙ୍କର ମୃତ୍ୟୁ ହୋଇଥିଲା।

ଖଣ୍ଡାପୂଜା ଉତ୍ସବ

ଖଣ୍ଡାପୂଜା ଉତ୍ସବ

ମାର୍ଶାଘାଇ,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ କୁସୁନପୁର ଆଖଣ୍ଡଳମଣୀ ମନ୍ଦିର ପରିସରରେ ଶୁକ୍ରବାର ବିଜୟା ଦଶମୀ ଅବସରରେ ଖଣ୍ଡାୟତ ସମାଜ ପକ୍ଷରୁ ଖଣ୍ଡାପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। 

ଖସିଲା ଅତଡ଼ା, ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ

ଖସିଲା ଅତଡ଼ା, ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ

ଆଳି,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ଆଳି ଧୋୟାଞ୍ଚଳରେ ପ୍ରବାହିତ ଖରସ୍ରୋତା ନଦୀରୁ ଶୁକ୍ରବାର ଅତଡ଼ା ଖସିବା ଯୋଗୁ ନଦୀକୂଳରେ ଥିବା ମଧୁସୂଦନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ ହୋଇପଡ଼ିଛନ୍ତି। ଗ୍ରାମର ଅଭିଳାଷ ଦାସ, କୁନି ସାହୁ, ଜୟୀରାମ ରାଉତ, ଶ୍ରୀନିବାସ ରାଉତଙ୍କ ସମେତ ଅନେକ ପରିବାର ଭୟଭୀତ ହୋଇପଡ଼ିଛନ୍ତି।

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ପୋଖରୀ ସଫା

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ପୋଖରୀ ସଫା

ପାଟକୁରା,୧୯।୧୦(ଡି.ଏନ୍‌.ଏ)- ଗରଦପୁର ବ୍ଲକ ବଧୀନ ବେଡ଼ାରୀ ପଞ୍ଚାୟତ ଦଳୁଆଣି ବାୟାଣି ପୋଖରୀରୁ ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ସହାୟତାରେ ଶୁକ୍ରବାର ଦଳ ସଫା କରାଯାଇଛି।

ମା’ଙ୍କ ମଣ୍ଡପରେ ମାଲକାନଗିରି ପୂର୍ବତନ ବିଧାୟକଙ୍କ ପୂଜାର୍ଚ୍ଚନା

ମା’ଙ୍କ ମଣ୍ଡପରେ ମାଲକାନଗିରି ପୂର୍ବତନ ବିଧାୟକଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୧୯।୧୦(ଡି.ଏନ୍‌.ଏ)- ମହାକାଳପଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁମାନେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଛି। ଏହି ପୂଜା ମଣ୍ଡପରେ ବିଭିନ୍ନ ରାଜନେତା ମା’ଙ୍କ ଦର୍ଶନ କରିଛନ୍ତି।

ଆଳିରେ ବିଜୟାଦଶମୀ

ଆଳିରେ ବିଜୟାଦଶମୀ

ଆଳି,୧୯।୧୦(ଡି.ଏନ୍‌.ଏ. ): କେନ୍ଦ୍ରାପଡ଼ା ଜିଲା ଆଳିରେ ରାଷ୍ଟ୍ରୀୟ ସ୍ବଂୟ ସେବକ ସଂଘ ପକ୍ଷରୁ ନିଆଳ ହାଟଠାରେ ଥିବା ହେଲିପ୍ୟାଡ୍‌ ପଡ଼ିଆରେ ଶୁକ୍ରବାର ବିଜୟାଦଶମୀ ଉତ୍ସବ ପାଳିତ ହୋଇଯାଇଛି। 

ପୋଖରୀରେ ବୁଡ଼ି ଜଣେ ମୃତ

ପୋଖରୀରେ ବୁଡ଼ି ଜଣେ ମୃତ

ଚଣ୍ଡୀଖୋଲ, ୧୮।୧୦(ଡି.ଏନ.ଏ.)-ବାଲିକନ୍ଦରପୁର ଥାନା ଅନ୍ତର୍ଗତ ପତରାଜପୁର ଗାଁର ସୁରେନ୍ଦ୍ର ସେନାପତିଙ୍କ ପୁଅ ସୂର୍ଯ୍ୟକାନ୍ତ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। 

ପୁରାତନ ଛାତ୍ର ସଂସଦର ବାର୍ଷିକ ଉତ୍ସବ

ମାର୍ଶାଘାଇ, ୧୮।୧୦(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାର୍ଶଘାଇ ସ୍କୁଲ ପରିସରରେ ଗୁରୁବାର ପୁରାତନ ଛାତ୍ର ସଂସଦର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ନବମୀ ତଥିରେ ନିରଞ୍ଜନ ବସ୍ତିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। 

ପ୍ରଶାସନ ଶୁଣିଲାନି , ନର୍ଦ୍ଦମା ସଫାକଲେ ଯୁବକ

ପ୍ରଶାସନ ଶୁଣିଲାନି , ନର୍ଦ୍ଦମା ସଫାକଲେ ଯୁବକ

ଏରସମା, ୧୮।୧୦(ଡି.ଏନ୍‌.ଏ.)- ଏରସମା ବ୍ଲକ ସଦର ମହକୁମାଠାର ମାତ୍ର କିଛି ବାଟ ଦୂରରେ ଥିବା ଏକ ଢଳାଇ ରାସ୍ତା ଉପରେ ଥିବା ଡ୍ରେନ୍‌ ପାଣି ଯୋଗୁ ସ୍ଥାନୀୟ ବାସୀନ୍ଦା ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିଲେ।

ନବମୀରେ ମା’ଙ୍କ  ଦର୍ଶନ ପାଇଁ ଭକ୍ତଙ୍କ ଭିଡ ଜମିଛି

ନବମୀରେ ମା’ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ଜମିଛି

ପାଟକୁରା, ୧୮।୧୦(ଡି.ଏନ୍‌.ଏ.)- ଗରଦପୁର ହାଟ ପଡିଆରେ ମା’ ଦୁର୍ଗାଙ୍କ ନବମୀ ପୂଜା ରୀତିନୀତି ଅନୁସାରେ ଅନୁଷ୍ଠିତ ହୋଇଯାଇଛି। ପୂଜା ମଣ୍ଡପରେ ମା’ଙ୍କ ମୃଣ୍ମୟ ମୁର୍ତ୍ତିଗୁଡକ ସୁ ସର୍ଜିତ ଆଲୋକ ମାଳାରେ ଆକର୍ଷଣୀୟ ହୋଇଉଠିଛି।

ପୂଜା ମଣ୍ଡପ ବୁଲିଲେ ବିଧାୟକ

ପୂଜା ମଣ୍ଡପ ବୁଲିଲେ ବିଧାୟକ

ପାଟକୁରା, ୧୮।୧୦(ଡି.ଏନ୍‌.ଏ.)- ପାଟକୁରା ବିଧାୟକ ବେଦ ପ୍ରକାଶ ଅଗ୍ରଓ୍ବାଲ ଦଳୀୟ କର୍ମୀଙ୍କ ସହ ଗୁରୁବାର ବିଭିନ୍ନ ଦୁର୍ଗା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କରିଛନ୍ତି।