ସମ୍ପାଦକୀୟ |

ଆଜିର ଅର୍ଥନୀତି/ ଏମ୍‌ଏସ୍‌ପି ଢିଙ୍କିଆ

ଆଜିର ଅର୍ଥନୀତି/ ଏମ୍‌ଏସ୍‌ପି ଢିଙ୍କିଆ
କେନ୍ଦ୍ର ସରକାର କୃଷକଙ୍କ ଉତ୍ପାଦିତ ଖାଦ୍ୟଶସ୍ୟ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉତ୍ପାଦନ ମୂଲ୍ୟର ଦେଢ଼ଗୁଣକୁ ବୃଦ୍ଧି କରିବାକୁ ଯାହା ଘୋଷଣା କରିଛନ୍ତି, ତାହା ଲୋକଦେଖାଣିଆ ଓ ବାସ୍ତବତାଠାରୁ ଦୂରରେ। ଏହି ନିଷ୍ପତ୍ତି କେବେଠାରୁ କାର୍ଯ୍ୟକାରୀ ହେବ, ତା’ର ନିଶ୍ଚୟତା ନାହିଁ। ଏଥିରେ ଯେଉଁସବୁ ଜଟିଳତା ରହିଛି, ସେଥିରୁ ମନେହୁଏ ଏହା ଆଗାମୀ ଖରିଫ ଋତୁରେ କାର୍ଯ୍ୟକାରୀ ହେବାର ସମ୍ଭାବନା ନାହିଁ। ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଏ ବାବଦ ଅର୍ଥବ୍ୟବସ୍ଥା ବିଷୟରେ କିଛି ଘୋଷଣା କରିନାହାନ୍ତି। ଏଥିପାଇଁ ବଜେଟ୍‌ରେ ନିର୍ଦ୍ଦିଷ୍ଟ ପାଣ୍ଠି ବ୍ୟବସ୍ଥା କରାଯାଇ ନ ଥିବାରୁ ଏହା ହିତାଧିକାରୀମାନଙ୍କ ମନରେ ଭରସା ଆଣିପାରୁ ନାହିଁ। ଯୋଜନାର ସଫଳତା ପାଇଁ ପ୍ରାଥମିକ ଆବଶ୍ୟକତା ହେଉଛି, ଉତ୍ପାଦନ ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ଏକ ସ୍ବଚ୍ଛ ସଂଯନ୍ତ୍ରର ବ୍ୟବସ୍ଥା କରିବା। ବର୍ତ୍ତମାନ ଉତ୍ପାଦନ ମୂଲ୍ୟ ନିର୍ଦ୍ଧାରଣ ଏକ ଗୋଳମାଳିଆ ବିଷୟ ହୋଇ ରହିଛି। ବିଭିନ୍ନ କୃଷିଜାତ ପଦାର୍ଥର ସହାୟକ ମୂଲ୍ୟ ନିର୍ଦ୍ଧାରଣରେ କେନ୍ଦ୍ର ଓ ରାଜ୍ୟଗୁଡ଼ିକ ମଧ୍ୟରେ ରାଜିନାମା ନାହିଁ। କମିଶନ ଫର୍‌ ଏଗ୍ରିକଲ୍‌ଚରାଲ କଷ୍ଟସ୍‌ ଆଣ୍ଡ୍‌ ପ୍ରାଇସେସ୍‌ (ସିଏସିପି) କୃଷିଜାତ ପଦାର୍ଥର ମୂଲ୍ୟ ନିର୍ଦ୍ଧାରଣ କରିବା ପାଇଁ ଯେଉଁ ମାପଦଣ୍ଡ ଗ୍ରହଣ କରିଛି, ତାହା ପ୍ରକୃତ ଉତ୍ପାଦନ ମୂଲ୍ୟଠାରୁ ଫରକ ରହୁଛି। ବର୍ତ୍ତମାନ ବଜେଟ୍‌ରେ ନୀତି ଆୟୋଗକୁ ଏମ୍‌ଏସ୍‌ପି ନୀତି ନିର୍ଦ୍ଧାରଣର ଦାୟିତ୍ୱ ଦିଆଯାଇଛି। ତେବେ ଆୟୋଗ ପ୍ରକୃତ ଉତ୍ପାଦନ ମୂଲ୍ୟ ଅନୁସାରେ ଏମ୍‌ଏସ୍‌ପି ହିସାବ କରିବ କି ସ୍ବାମୀନାଥନ୍‌ ଆୟୋଗଙ୍କ ସୁପାରିସ ଭିତ୍ତିରେ ଏକ ସର୍ବଗ୍ରାହ୍ୟ ମୂଲ୍ୟ ନିର୍ଦ୍ଧାରଣ କରିବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ସରକାର ଏମ୍‌ଏସ୍‌ପି ବୃଦ୍ଧି କରିବାକୁ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାକୁ କାର୍ଯ୍ୟକାରୀ କରିବାକୁ ଗଲାବେଳେ କୃଷକମାନଙ୍କ ପାଇଁ ତଥା ରାଜ୍ୟ ସରକାରଗୁଡ଼ିକ ପାଇଁ ଅନେକ ସମସ୍ୟା ସୃଷ୍ଟି କରିବ। ପ୍ରଥମତଃ ବିଭିନ୍ନ ରାଜ୍ୟରେ ଅଲଗା ଅଲଗା ଏମ୍‌ଏସ୍‌ପି ବଳବତ୍ତର ରହିପାରେ। ଏପରି କି ଗୋଟିଏ ରାଜ୍ୟର ଭିନ୍ନ ଭିନ୍ନ ଅଞ୍ଚଳରେ ଉତ୍ପାଦନ ମୂଲ୍ୟ ଭିନ୍ନ ଭିନ୍ନ ହୋଇଥିବାରୁ ଏମ୍‌ଏସ୍‌ପି ମଧ୍ୟ ଅଲଗା ଅଲଗା ନିର୍ଦ୍ଧାରଣ କରାଯାଇପାରେ। ଉତ୍ପାଦନ ମୂଲ୍ୟ ବିଭିନ୍ନ କାରକ ଉପରେ ନିର୍ଭର କରେ, ଯଥା- କୃଷି ଶ୍ରମିକଙ୍କ ମଜୁରି, ଜମିର ମୂଲ୍ୟ, ବିହନ, ସାର, ଜଳ ଓ ପରିବାର ଲୋକଙ୍କ ସମ୍ପୃକ୍ତି। ଯେହେତୁ କେନ୍ଦ୍ର ସରକାର ଖାଦ୍ୟଶସ୍ୟର ମୌଳିକ ମୂଲ୍ୟ ଉପରେ ଏମ୍‌ଏସ୍‌ପି ଘୋଷଣା କରିଛନ୍ତି, ବିଭିନ୍ନ ରାଜ୍ୟ ସରକାର ନିଜ ନିଜ ରାଜ୍ୟରେ ଉତ୍ପାଦନ ମୂଲ୍ୟ ନିର୍ଦ୍ଧାରଣ କରିବେ। କେନ୍ଦ୍ର ସରକାର ଖାଦ୍ୟଶସ୍ୟର ଏମ୍‌ଏସ୍‌ପି ବାବଦକୁ ଖର୍ଚ୍ଚ ରାଜ୍ୟଗୁଡ଼ିକୁ ଦେଇଥାନ୍ତି। ଯେହେତୁ କୃଷି ଏକ ରାଜ୍ୟ ବିଷୟ, ପ୍ରତ୍ୟେକ ରାଜ୍ୟ ସରକାର ନିଜ କୃଷକଙ୍କ ପାଇଁ ଅଧିକ ଏମ୍‌ଏସ୍‌ପି ଆଦାୟ କରିବାକୁ ଉତ୍ପାଦନ ମୂଲ୍ୟକୁ ବଢ଼େଇ ଚଢ଼େଇ କହିବାର ସମ୍ଭାବନା ଅଛି। ପୁଣି ଭୋଟରମାନଙ୍କୁ ନିଜ ଆଡ଼କୁ ଟାଣିବା ପାଇଁ ଶାସକ ଦଳର ନେତାମାନେ ଏମ୍‌ଏସ୍‌ପି କାର୍ଯ୍ୟକ୍ରମକୁ ଏକ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରିପାରନ୍ତି। ଯେହେତୁ ଏମ୍‌ଏସ୍‌ପି ନିର୍ଦ୍ଧାରଣର ସୂତ୍ର ସ୍ଥିର ହୋଇଯାଇଛି, ତାହାକୁ ଭିତ୍ତି କରି ପ୍ରତିବର୍ଷ ଏହାର ଆକାର ବୃଦ୍ଧି ପାଇପାରେ। ମୁଦ୍ରାସ୍ଫୀତି ଉପରେ ଏହାର ପ୍ରତିକୂଳ ପ୍ରଭାବ ପଡ଼ିବ। ନୀତି ଆୟୋଗ ଏମ୍‌ଏସ୍‌ପି ପାଇଁ ଏକ ଅବଧି ଧାର୍ଯ୍ୟ କରିପାରନ୍ତି, ଯାହା ପୂର୍ବରୁ ରାଜ୍ୟ ସରକାରଗୁଡ଼ିକ କୃଷିଜାତ ଦ୍ରବ୍ୟର ଉତ୍ପାଦନ ମୂଲ୍ୟ ସଂଶୋଧନ କରିପାରିବେ ନାହିଁ। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ଏକା ନିୟମ ଲାଗୁ କରିପାରନ୍ତି। ସବୁଠାରୁ ବଡ଼ ସମସ୍ୟା ହେଉଛି ମୁଦ୍ରାସ୍ଫୀତି ଉପରେ ଏହାର ଭୟଙ୍କର କୁପ୍ରଭାବ। ବର୍ତ୍ତମାନ ଜିଡିପିର ଗୋଳମାଳିଆ ଅବସ୍ଥା ହେତୁ ମୁଦ୍ରାସ୍ଫୀତି ଚାପ ମଧ୍ୟରେ ରହିଛି। ପୁନଶ୍ଚ ଚଳିତବର୍ଷ ଦ୍ୱିତୀୟାର୍ଦ୍ଧରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଘରଭଡ଼ା ଭତ୍ତା (ଏଚ୍‌ଆର୍‌ଏ) କାର୍ଯ୍ୟକାରୀ କରାଗଲେ ତାହା ମଧ୍ୟ ମୁଦ୍ରାସ୍ଫୀତି ବୃଦ୍ଧିର ଆଉ ଏକ କାରଣ ହେବ। ମୁଦ୍ରାସ୍ଫୀତି ବୃଦ୍ଧିର ସମ୍ଭାବନା ଦେଖି ରିଜର୍ଭ ବ୍ୟାଙ୍କ ବୁଧବାର ସୁଧହାର ହ୍ରାସ କରିବାରୁ ନିବୃତ୍ତ ରହିଛନ୍ତି। ଏ ପରିପ୍ରେକ୍ଷୀରେ ଏମ୍‌ଏସ୍‌ପି ବୃଦ୍ଧି ନିଶ୍ଚିତ ଭାବେ କେନ୍ଦ୍ରୀୟ ବ୍ୟାଙ୍କ ପାଇଁ ଏକ ଚିନ୍ତାଜନକ ବିଷୟ। ଯଦି ସୂକ୍ଷ୍ମଭାବରେ ବିଚାର କରି ସ୍ବଚ୍ଛତାର ସହ କାର୍ଯ୍ୟକ୍ରମର ପରିଚାଳନା କରା ନ ଯାଏ, ତେବେ ଏହି ଏମ୍‌ଏସ୍‌ପି ପ୍ରସଙ୍ଗ ପରବର୍ତ୍ତୀ ସରକାରଗୁଡ଼ିକ ପାଇଁ ତଥା ରିଜର୍ଭ ବ୍ୟାଙ୍କ ପାଇଁ ଓଲେଇ ଗାଈ ବେକରେ ଢିଙ୍କିଆ ପରି ବାଧକ ଭାବେ କାମ କରିବ।
All Right Reserved By

ସମ୍ପାଦକୀୟ |

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...

ଆସ ମା’ ଦୁର୍ଗେ

ଆସ ମା’ ଦୁର୍ଗେ

ଡ. ଭାଗ୍ୟଲିପି ମଲ୍ଲ

କାଶତଣ୍ଡୀର ଶୁଭ୍ର ମେଳଣରେ ଏବେ ସୃଜନର ମୂର୍ଚ୍ଛନା। ପତଳା କୁହୁଡ଼ିଆ ଆକାଶରେ ଜହ୍ନ ପିନ୍ଧିଛି ଧଳାବଉଦର ମାଳ। ଅଧା ଛାଇ ଅଧା ଆଲୁଅର ଖେଳରେ ଆସକ୍ତ ଧରିତ୍ରୀର ଛାତି। ଆକାଶ ଦେଖୁଛି ମୁହଁ ମାଟିଦର୍ପଣରେ। ଠିକ୍‌ ଏଇ ସମୟରେ ଧରାବତରଣ କରୁଛନ୍ତି ମା’ ଦୁର୍ଗା, ଦୁର୍ଗତିନାଶିନୀ। ତାଙ୍କ ଆଗମନର ଆବାହନୀରେ ଭୂମିରୁ ଆକାଶ, ସବୁଠି ଶୁଭ୍ରତାର ସମାରୋହ। ସକଳ ସୃଷ୍ଟିରେ ଶରତର ମଧୁର ଆଶ୍ଳେଷ। ସେହି ଆଶ୍ଳେଷରେ ସମାହିତ ଶକ୍ତି ଏକ ଦିବ୍ୟ ଅନୁଭବ। ସେ ଶକ୍ତି ଜନ୍ମ ଓ ମୃତ୍ୟୁ, ଯନ୍ତ୍ରଣା ଓ ଆନନ୍ଦର କାରଣ। ତା’ ବିନା କିଛି ସମ୍ଭବ ନୁହେଁ। ତେଣୁ କୁହାଯାଏ ସେ ଜନ୍ମ ଓ ମୃତ୍ୟୁର ଊର୍ଦ୍ଧ୍ୱସ୍ଥ ଏକ ଦିବ୍ୟ ସତ୍ତା। ସକଳ ଚେତନାର ଉତ୍ସ। ଆମେ ଆଜି ସେଇ ଉତ୍ସକୁ ଆହ୍ବାନ କରୁଛୁ। ...

ଏଇ ଭାରତରେ

ଏଇ ଭାରତରେ

ଅନ୍ନଚିନ୍ତା ଚମତ୍କାରା। କ୍ଷୁଧା ଓ ଦାରିଦ୍ର୍ୟରେ ପେଷି ହେଉଥିବା ବ୍ୟକ୍ତି ହିତାହିତ ଜ୍ଞାନ ହରାଇବସେ। କ୍ଷୁଧା ପ୍ରପୀଡ଼ିତ ମା’ ପାଖରେ ସ୍ନେହମମତାର ମୂଲ୍ୟ କିଛି ନାହିଁ। ପିଲାଙ୍କ ଭୋକିଲା ପେଟକୁ ଆହାର ଯୋଗାଇପାରୁ ନ ଥିବା ମା’ ସେମାନଙ୍କ ଦୁଃଖକଷ୍ଟ ସହ୍ୟ କରି ନ ପାରି ବିନାଶ କରିଦେବାକୁ ବି ଇଚ୍ଛାକରେ। ଏପରି ଏକ ଦୁଃଖଦ ଘଟଣା ଗୁଜରାଟର ଅହମଦାବାଦଠାରେ ଘଟିଛି। ଗୁଜରାଟର ଭାବନଗର...

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ଆମେରିକୀୟ ଅଭିନେତ୍ରୀ ଆଲିସା ମିଲାନୋ ୨୦୧୭ ଅକ୍ଟୋବରରେ  ସୋସିଆଲ ମିଡିଆରେ #ମିଟୂ ନାମରେ ଯେଉଁ ଅଭିଯାନ ଆରମ୍ଭ କରିଥିଲେ ତାହା ଏବେ ଆନ୍ଦୋଳନର ରୂପ ନେଇଛି। କର୍ମସ୍ଥଳୀ ବା ଅତୀତରେ ଯେକୌଣସି ସ୍ଥାନରେ ଯଦି ଜଣେ ମହିଳା ଯୌନ ଶୋଷଣର ଶିକାର ହୋଇଥିବେ, ସେଥିରେ ନିର୍ଯାତନା ଦେଇଥିବା ପୁରୁଷଙ୍କ ମୁଖା ଖୋଲିଦେବା ହେଉଛି ଏହି ଅଭିଯାନର ମୂଳ ଲକ୍ଷ୍ୟ। ଇତିମଧ୍ୟରେ ଶହ ଶହ ଭାରତୀୟ ମହିଳା ସେମାନଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାରକୁ ସାଧାରଣରେ ପ୍ରକାଶ କରି ରାଜନୀତି, ଗଣମାଧ୍ୟମ ଓ ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ  ବିଶିଷ୍ଟ ବ୍ୟକ୍ତିଙ୍କ ଅସଲ ଚେହେରା ଖୋଲିଦେଲେଣି। ସେମାନଙ୍କ ମଧ୍ୟରେ ସାମ୍ବାଦିକରୁ ରାଜନେତା ପାଲଟିଥିବା ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏମ୍‌.ଜେ. ଆକବର, ସିନେମା ଦୁନିଆର ନାମକରା ବ୍ୟକ୍ତିତ୍ୱ ନାନା ପାଟେକର, ଆଲୋକ ନାଥଙ୍କ...

ନବୀନ ଆହ୍ବାନ

ନବୀନ ଆହ୍ବାନ

ଜିତେନ୍ଦ୍ର କୁମାର ନାୟକ

ନବୀନ ଏକ ଆହ୍ବାନ। ତାଙ୍କୁ ମାପିବା କଷ୍ଟକର। ଅଳ୍ପ କହୁଥିବାରୁ ଭୁଲ ବାଛି ହେଉନି। ସରଳ ଜୀବନ ବିତାଉଥିବାରୁ ବିବାଦରୁ ଦୂରରେ ଅଛନ୍ତି। ରାଜନୀତିରେ ନବୀନ ଭାବେ ପ୍ରବେଶ କରିଥିଲେ ମଧ୍ୟ ଏକନିଷ୍ଠ କର୍ମ ତାଙ୍କୁ କରିଦେଇଛି ପ୍ରବୀଣ। ପୋଖତ ଓ ପୁରୁଖା ରାଜନେତା ତାଙ୍କ ସଫଳତା ଦେଖି ତଟସ୍ଥ। ପିତା ବିଜୁ ପଟ୍ଟନାୟକଙ୍କଠାରୁ ରାଜନୀତି ଶିକ୍ଷା ପାଇବାର ସୁଯୋଗ ପାଇ ନ ଥିଲେ। ତଥାପି କେମିତି ବିରୋଧୀଙ୍କ ଆଖିରୁ ନିଦ ହଜେଇ ଦେଇପାରୁଛନ୍ତି, ତାହା ଏବେ ଓଡ଼ିଶାବାସୀଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି। ଦିନେ ଓଡ଼ିଆ ଓ ଓଡ଼ିଶାର ଲୋକଙ୍କୁ ଜାତୀୟ ଗଣମାଧ୍ୟମରେ ସେଭଳି ଦେଖିବାକୁ ମିଳୁ ନ ଥିଲା। ଆଜି ଅଧିକାଂଶ ସର୍ଭେରେ ସଫଳ ରାଜନେତା, ଶ୍ରେଷ୍ଠ ପ୍ରଶାସ...

ଓଡ଼ିଶାରେ ଶକ୍ତିପୂଜା

ଓଡ଼ିଶାରେ ଶକ୍ତିପୂଜା

ଡ. କିଶୋର ମହାନ୍ତି

ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ।  କିନ୍ତୁ ନିଜସ୍ବ ସଂସ୍କୃତି ଓ ପରମ୍ପରାକୁ ଓଡ଼ିଆ ଜାତି କେବେ ଭୁଲି ଯାଇନାହିଁ। ଓଡ଼ିଶାର ଶାକ୍ତ ପରମ୍ପରା ସୁପ୍ରାଚୀନ। ଓଡ଼ିଶାରେ ରହିଥିବା ଶକ୍ତିପୀଠଗୁଡିକ ତା’ର ଜ୍ୱଳନ୍ତ ପ୍ରମାଣ। ମାତୃକା ପୂଜା ମାନବ ସମାଜ ଯୁଗେ ଯୁଗେ କରିଆସିଛି। ‘ଜନନୀ ଜନ୍ମଭୂମିଶ୍ଚ ସ୍ବର୍ଗାଦପି ଗରୀୟସୀ’କୁ ମୂଳମନ୍ତ୍ର କରି ନିଜ ଜୀବନଧାରାରେ ମା’ର ଅମାପ ସ୍ନେହ ଓ ଶ୍ରଦ୍ଧାଳୁ ...

ଏଇ ଭାରତରେ

ଏଇ ଭାରତରେ

ପକେଟମାରଙ୍କର ବି ପରୋପକାରୀ ଗୁଣ ରହିଛି। ଟଙ୍କାପଇସା ହାତେଇବା ପରେ ଅନ୍ୟ ସାମଗ୍ରୀରେ କୌଣସି ଆବଶ୍ୟକତା ନ ଥିବାରୁ କେତେକେ ସମ୍ପୃକ୍ତ ଲୋକଙ୍କୁ ଏ ସବୁ ଫେରାଇ ଦିଅନ୍ତି। ଏଥିପାଇଁ ସେମାନେ ସିଧାସଳଖ ଯୋଗାଯୋଗ କରନ୍ତି ନାହିଁ। ବରଂ ବିଭିନ୍ନ ମାଧ୍ୟମ ଖୋଜିଥାଆନ୍ତି। ଆଉ ସବୁ ଅପେକ୍ଷା ଡାକବାକ୍ସ ହେଉଛି ସହଜ ଓ ସରଳ ମାଧ୍ୟମ। ଚେନ୍ନାଇର ପକେଟମାରମାନେ ଏହି ସହଜ ମାଧ୍ୟମକୁ...

ଇଣ୍ଡୋନେସିଆରେ ସୁନାମି, ଭାରତରେ ଭୟ

ଇଣ୍ଡୋନେସିଆରେ ସୁନାମି, ଭାରତରେ ଭୟ

୨୦୧୮ ଜୁଲାଇ ଓ ଅଗଷ୍ଟ ମାସର ଭୂକମ୍ପ ପରେ ସେପ୍ଟେମ୍ବର ୨୮ ତାରିଖର ଭୂକମ୍ପ ଥିଲା ଇଣ୍ଡୋନେସିଆରେ ଏ ବର୍ଷର ତୃତୀୟ ତଥା ଶକ୍ତିଶାଳୀ। ଇଣ୍ଡୋନେସିଆରେ ଛୋଟ-ବଡ଼ ଭୂକମ୍ପ ସାଧାରଣ କଥା।

ସମ୍ଭ୍ରାନ୍ତ ଠାଣି

ସମ୍ଭ୍ରାନ୍ତ ଠାଣି

ଅକ୍ଟୋବର ୧୩ ଅପରାହ୍ଣ ୪ଟା ୪୫ ମିନିଟ୍‌ରେ ଦିଲ୍ଲୀ ନିକଟସ୍ଥ ଗୁଡ୍‌ଗାଓଁର ଜିଲା କୋର୍ଟ ଭିତରେ ଅତିରିକ୍ତ ଦୌରା ଜଜ୍‌ କ୍ରିଷ୍ଣକାନ୍ତ ଶର୍ମା ଅନ୍ୟ ଜଣେ ବିଚାରପତିଙ୍କ ସହ କଥା ହେଉଥିବା ବେଳେ ତାଙ୍କ ମୋବାଇଲ୍‌ ଫୋନ୍‌କୁ ଏକ କଲ୍‌ ଆସିଲା। ଫୋନ୍‌ କରିଥିବା ବ୍ୟକ୍ତି ଥିଲେ କ୍ରିଷ୍ଣକାନ୍ତଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ମହିପାଲ ସିଂ।

 ବିବାଦରେ ଆକବର

ବିବାଦରେ ଆକବର

ଆକାର ପଟେଲ

ପ୍ରାୟ ୨୫ ବର୍ଷ ତଳେ ମୁଁ କାର୍ଯ୍ୟ ଅନ୍ବେଷଣରେ ସୁରତରୁ ବମ୍ବେ (ସେତେବେଳେ ମୁମ୍ବାଇ ନାଁ ହୋଇ ନ ଥିଲା) ଆସିଲି। ଆମ ପାରିବାରିକ ବ୍ୟବସାୟ ‘ପଲିଷ୍ଟର ପୋଷାକ ତିଆରି’ ଆଉ ଚାଲିଲା ନାହିଁ। ମୁଁ ଟେକ୍ସଟାଇଲ ବିଦ୍ୟାରେ ଡିପ୍ଲୋମା କରିଥିଲି। ବିଦ୍ୟାଳୟ ଶିକ୍ଷା ପରେ ଏହି ଡିପ୍ଲୋମା କରିବାରେ ମୋର ଦୁଇବର୍ଷ ଚାଲିଗଲା। ସୁତରାଂ କୌଣସି ଅଫିସ ଚାକିରି ପାଇଁ ମୋର ଶିକ୍ଷାଗତ ଯୋଗ୍ୟତା ନ ଥିଲା। ଜଣେ ...

ଶ୍ୱେତକେତୁ, ବିଛୁଆତି ଓ ଧାରା-୪୯୭

ଶ୍ୱେତକେତୁ, ବିଛୁଆତି ଓ ଧାରା-୪୯୭

ପ୍ରକାଶ ତ୍ରିପାଠୀ

ଶୁଣିଥିବା ଏକ ପୌରାଣିକ କଥାବସ୍ତୁରୁ ଆଲେଖ୍ୟଟିକୁ ଆରମ୍ଭ କରୁଛୁ। ଋଷି ଉଦ୍ଦାଳକ ଓ ତାଙ୍କ ପୁତ୍ର ଶ୍ୱେତକେତୁ ନିଜ ଆଶ୍ରମ ସନ୍ନିକଟରେ ବସି କୌଣସି ଏକ କାର୍ଯ୍ୟ ସମ୍ପାଦନ କରୁଥିଲେ। ଆଶ୍ରମରେ ସେତେବେଳେ ଉଦ୍ଦାଳକଙ୍କ ପତ୍ନୀ ଏକୁଟିଆ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଆଶ୍ରମ ଭିତରକୁ ପ୍ରବେଶ କରି ଉଦ୍ଦାଳକଙ୍କ ପତ୍ନୀଙ୍କୁ ଧରି ପଳାୟନ କଲେ। ଉଭୟ ପିତା ଓ ପୁତ୍ରଙ୍କ ଆଖି ସାମ୍ନାରେ ଘଟଣାଟି ...