ରାଜ୍ୟ |

ସରିଲା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା: ୧୩ ସୁଦ୍ଧା ଖାତା ଦାଖଲ ପରେ ମାର୍କ ଯାଞ୍ଚ ହେବ

ସରିଲା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା: ୧୩ ସୁଦ୍ଧା ଖାତା ଦାଖଲ ପରେ ମାର୍କ ଯାଞ୍ଚ ହେବ
ଭୁବନେଶ୍ୱର, ୮।୨(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଗୁରୁବାର ଶେଷ ହୋଇଛି। ସନ୍ଧ୍ୟା ସୁଦ୍ଧା ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଆଖପାଖ ଅଞ୍ଚଳର ୧୦ କଲେଜର ପ୍ରାକ୍ଟିକାଲ ଖାତା ପହଞ୍ଚିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କଲେଜ କର୍ତ୍ତୃପକ୍ଷ ପରିଷଦରେ ଖାତା ଦାଖଲ କରିବେ। ଚଳିତବର୍ଷ ରାଜ୍ୟରେ ୧୫୩୭ ଜୁନିୟର କଲେଜ ଓ ୨୧୭ ଧନ୍ଦାମୂଳକ କଲେଜରେ ଛାତ୍ରୀଛାତ୍ରମାନେ ପ୍ରାକ୍ଟିକାଲ ପରୀକ୍ଷା ଦେଇଥିବା ସିଏଚ୍‌ଏସ୍‌ଇର ଡେପୁଟି ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ ମିଶ୍ର କହିଛନ୍ତି। ମିଶ୍ର କହିଛନ୍ତି ଯେ, ଖାତା କାର୍ଯ୍ୟାଳୟରେ ପହଞ୍ଚିବା ପରେ ମାର୍କ ଯାଞ୍ଚ କରାଯିବ। ଏଥିପାଇଁ ସିଏଚ୍‌ଏସ୍‌ଇ ମୁଖ୍ୟ ପରୀକ୍ଷକ ଦାୟିତ୍ୱରେ ରହିବେ। ମୁଖ୍ୟ ପରୀକ୍ଷକ ଶିକ୍ଷକମାନଙ୍କୁ ନେଇ ପର୍ଯ୍ୟାୟକ୍ରମେ ପ୍ରାକ୍ଟିକାଲ ଖାତା ଓ ମାର୍କ ଯାଞ୍ଚ କରିବେ। ଖାତାରେ ଲେଖା ଅନୁସାରେ ମାର୍କ ଠିକ୍‌ ଭାବେ ଦିଆଯାଇଛି ନା ନାହିଁ ତାହାର ତଦାରଖ କରାଯିବ। ସୂଚନାଯୋଗ୍ୟ, ଚଳିତବର୍ଷ ରାଜ୍ୟରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ୩ ଲକ୍ଷ ୬୬ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏଥର ପ୍ରାକ୍ଟିକାଲ ପରୀକ୍ଷା ଗତ ଜାନୁୟାରୀ ୨୫ରୁ ଆରମ୍ଭ ହେବାର ଥିଲା। କିନ୍ତୁ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟାକୁ ନେଇ ଓଡ଼ିଶା ବନ୍ଦ କରାଯିବା ଫଳରେ କେତେକ କଲେଜରେ ପ୍ରାକ୍ଟିକାଲ ପରୀକ୍ଷା ପ୍ରଶ୍ନପତ୍ର ଓ ଖାତା ପହଞ୍ଚି ପାରି ନ ଥିଲା। ଏହାପରେ ପରିଷଦ ପକ୍ଷରୁ ପରୀକ୍ଷାକୁ ଘୁଞ୍ଚାଯାଇ ଜାନୁୟାରୀ ୨୯ରୁ କରାଯାଇଥିଲା।
All Right Reserved By

ରାଜ୍ୟ |

ଇଣ୍ଡିଆ ଗେଟ୍‌ ବୁଲିଲା ଜଗା

ଇଣ୍ଡିଆ ଗେଟ୍‌ ବୁଲିଲା ଜଗା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଦିଲ୍ଲୀ ଏମ୍ସରୁ ବାହାରି ଇଣ୍ଡିଆ ଗେଟ୍‌ ବିଲୁଛି ଜଗା। ମା’ଙ୍କ ହାତଧରି ଜଗା ଚାଲୁଥିବା ଦେଖିବାକୁ ମିଳିଛି। ବଳିଆର ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲଖିତ ହୋଇଛି। 

ବନ୍ୟା କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ବନ୍ୟା କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୧୮।୧୦- ସମ୍ଭାବ୍ୟ ତିିତ୍‌ଲି ପରବର୍ତ୍ତୀ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳଗୁଡିକ ମଧ୍ୟରୁ ଗୁରୁବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଆସିକା ଅଞ୍ଚଳକୁ ଯାଇ ପୀଡିତ ପରିବାରଙ୍କୁ ଭେଟିଛନ୍ତି ।

ବାପାଙ୍କ କାନ୍ଧରେ ଝିଅଙ୍କ ମୃତଦେହ: ପୋଲିସ ନ ଆସିବାରୁ ୮ କିମି ବୋହି ମେଡ଼ିିକାଲ ନେଲେ

ବାପାଙ୍କ କାନ୍ଧରେ ଝିଅଙ୍କ ମୃତଦେହ: ପୋଲିସ ନ ଆସିବାରୁ ୮ କିମି ବୋହି ମେଡ଼ିିକାଲ ନେଲେ

ଗଜପତି, ୧୮।୧୦ (ଡ଼ି.ଏନ.ଏ)- ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଆତଙ୍କପୁରରେ ଏକ ଅଭାବନୀୟ ଘଟଣା ଘଟଛି। ତିତ୍‌ଲି ପ୍ରଭାବରେ ବାତ୍ୟା, ବନ୍ୟାରେ ଗତ ୧୧ ତାରିଖରୁ ନିଖୋଜ ଥିଲେ ମୁକୁନ୍ଦ ଦୋରାଙ୍କ ନାବାଳିକା ଝିଅ।

ନିର୍ବାଚନ ପୂର୍ବରୁ ବେଗୁନିଆ ବିଜେଡିରେ ଗୋଷ୍ଠୀ କନ୍ଦଳ

ନିର୍ବାଚନ ପୂର୍ବରୁ ବେଗୁନିଆ ବିଜେଡିରେ ଗୋଷ୍ଠୀ କନ୍ଦଳ

ଖୋର୍ଦ୍ଧା ଅଫିସ,୧୮।୧୦: ନିର୍ବାଚନ ପୂର୍ବରୁ ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ତେଜିବାରେ ଲାଗିଲା । ଏହି ଗୋଷ୍ଠୀ କନ୍ଦଳ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ଗୋଷ୍ଠୀଙ୍କ ମଧ୍ୟରେ ତ୍ୱରାନ୍ବିତ ହୋଇଛି । 

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

ପିକଅପ ଭ୍ୟାନରୁ ୧୦ ଗୋରୁ ଉଦ୍ଧାର,ଗୋଶାଳା ପଠାଇଲା ପୋଲିସ

କଣ୍ଟାପଡା,୧୮।୧୦(ଡି.ଏନ୍‌.ଏ.)- ଦୟନୀୟ ଅବସ୍ଥାରେ ଏକ ପିକଅପ ଭ୍ୟାନରେ ନିଆଯାଉଥିବା ୧୦ଟି ଗୋରୁଙ୍କୁ ଓଲଟପୁର ପୋଲିସ ଉଦ୍ଧାର କରି ଗୋଶାଳାକୁ ପଠାଇଥିବା ଜଣାପଡିଛି। ଗୋଚାଲାଣରେ ବ୍ୟବହୃତ ଓଆର ୦୨ ଏଏନ୍‌ ୨୬୯୭ ପିକଅପ ଭ୍ୟାନକୁ ପୋଲିସ ଜବତ କରିଥିବାବେଳେ ଏହାର ଡ୍ରାଇଭର ଓ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। 

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଖୋର୍ଦ୍ଧା ଅଫିସ,୧୮।୧୦: ବାଣପୁରର ଶକ୍ତିପୀଠ ଭାବେ ପ୍ରସିଦ୍ଧ ମା’ ଭଗବତୀଙ୍କ ପୀଠରେ ପର୍ଯ୍ୟଟକଙ୍କ ସୁବିଧା ଉଦ୍ଦେଶ୍ୟରେ ନିର୍ମାଣ ହୋଇଥିବା ଶୌଚାଳୟରେ ୫ବର୍ଷ ହେଲା ତାଲା ଝୁୁଲୁଛି । 

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଖୋର୍ଦ୍ଧା ଅଫିସ,୧୮ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଦଶହରାରେ ୫୦ଫୁଟର  ରାବଣ ପୋଡ଼ି ଉତ୍ସବ ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଅନୁଷ୍ଠିତ ହେବ। ଏହାର ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଖୁବ ଆକର୍ଷଣୀୟ ଦର୍ଶନ ରହିଥିବା ଜଣାପଡିଛି। ଏହି ଉତ୍ସବକୁ ଖୋର୍ଦ୍ଧାର ବଡିଜୋନ ଅନୁଷ୍ଠାନ ପକ୍ଷରୁ ୨୦୦୬ରେ ଆରମ୍ଭ ହୋଇଥିଲା। ରାବଣ ପୋଡି ପାଇଁ ପ୍ରାୟ ୪ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରହିଛି ।

କୋଣାର୍କରେ  ଯୁବତୀଙ୍କୁ ଗଣବଳାତ୍କାର ଘଟଣା:  ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

କୋଣାର୍କରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

ପୁରୀ ଅଫିସ,୧୮ା୧୦: କୋଣାର୍କରେ ଘଟିଥିବା ଗତ ବୁଧବାର ଲଜ୍ଜା ଘଟଣାରେ ବନ୍ଦ କୋଠରିରୁ ଉଦ୍ଧାର ହୋଇଥିବା ଯୁବତୀଙ୍କୁ ଗୁରୁବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ମହିଳା କଂଗ୍ରେସ ଓ ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ସହ ମିଶି ଆଲୋଚନା କରିଥିଲେ। ଭାଜପା ମହିଳା ମୋର୍ଚ୍ଚା ସଭାପତି ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଆସିଥିବା ୫ଜଣିଆ ପ୍ରତିନିଧି ଦଳ ପୀଡ଼ିତାଙ୍କୁ ମିଶି ଘଟଣା ସମ୍ପର୍କରେ ବୁଝିଥିଲେ।

ମନ୍ଦିର ପରିସରରୁ ୭ ଜୁଆଡ଼ି ଗିରଫ

ମନ୍ଦିର ପରିସରରୁ ୭ ଜୁଆଡ଼ି ଗିରଫ

ମାଥିଲି, ୧୮।୧୦ (ଡି.ଏନ.ଏ.)- ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ମାଉଁଲି ମା’ ମନ୍ଦିର ପରିସରରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୭ ଜୁଆଡିଙ୍କୁ ଗିରଫ କରିଛି । 

ତିତ୍‌ଲି କ୍ଷୟକ୍ଷତି ୨,୭୬୫ କୋଟି, ୬୦ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ତିତ୍‌ଲି କ୍ଷୟକ୍ଷତି ୨,୭୬୫ କୋଟି, ୬୦ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ସାମୁଦ୍ରିକ ଝଡ଼ ‘ତିତ୍‌ଲି’ ଓ ତା’ର ପରବର୍ତ୍ତୀ ବର୍ଷା ଫଳରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା ଆଦି ଜିଲା ବିଶେଷଭାବେ ପ୍ରଭାବିତ ହୋଇଛି। ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ କରାଯାଉଥିବା ବେଳେ ଏହାର ପରିମାଣ ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ଦିଆଯାଇଥିବା ରିପୋର୍ଟ ଅନୁଯାୟୀ କ୍ଷୟକ୍ଷତି ପରିମାଣ ୨,୭୬୫ କୋଟିରେ ପହଞ୍ଚିଥିବା ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

କଟକ ଅଫିସ,୧୮।୧୦: କଟକ ବଜ୍ରକବାଟି ରୋଡ୍‌ରେ ଥିବା ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ସମ୍ପର୍କୀୟମାନେ ଡାକ୍ତରଖାନା ପରିସରରେ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। 

ଦଶଭୂଜାଙ୍କ ମହାନବମୀ, ଚାରିଆଡେ ଆଧ୍ୟାତ୍ମିକ ପରିବେଶ

ଦଶଭୂଜାଙ୍କ ମହାନବମୀ, ଚାରିଆଡେ ଆଧ୍ୟାତ୍ମିକ ପରିବେଶ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କର ଆଜି ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଦଶଭୂଜାଙ୍କ ପୂଜାର୍ଚ୍ଚନା କରାଯାଉଛି। ମା’ଙ୍କ ଆଗମନକୁ ନେଇ ଚାରିଆଡେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।