ରାଜ୍ୟ | ସମ୍ବଲପୁର

ଯୁବକଙ୍କ ମୃତ୍ୟୁକୁ ନେଇ ଲଙ୍କାକାଣ୍ଡ: ଜଳୁଛି ଅଇଁଠାପାଲି ଥାନା

ଯୁବକଙ୍କ ମୃତ୍ୟୁକୁ ନେଇ ଲଙ୍କାକାଣ୍ଡ: ଜଳୁଛି ଅଇଁଠାପାଲି ଥାନା
ସମ୍ବଲପୁର, ୯।୨(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନାରେ ଅଟକ ଥିବା ଭାଲୁପାଲି ଗ୍ରାମର ଅବିନାଶ ମୁଣ୍ଡାଙ୍କ ହାଜତରେ ମୃତ୍ୟୁକୁ ନେଇ ଶୁକ୍ରବାର ସକାଳେ ଥାନା ପରିସରରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ ପୋଲିସକୁ ଟେକାପଥର ମାଡ କରିବା ସହ ଥାନା ପରିସରରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ହିରାକୁଦ ଏସଡିପିଓଙ୍କ ସମେତ ୫ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଅନ୍ୟପକ୍ଷେ କାର୍ଯ୍ୟରେ ଅବହେଳା ଦର୍ଶାଇ ଉତ୍ତରାଞ୍ଚଳ ଆଇଜି ସୁଶାନ୍ତ କୁମାର ନାଥ ଘଟଣାସ୍ଥଳରେ ପହଞ୍ଚି ଥାନାର ସେଣ୍ଟ୍ରି ଓ ଡିସିଓଙ୍କୁ ନିଲମ୍ବିତ କରିଛନ୍ତି। ପରିସ୍ଥିତି ଏବେ ନିୟନ୍ତ୍ରଣାଧିନ ରହିଛି। ସୂଚନା ଥାଉ କି, ଚୋରି ଅଭିଯୋଗରେ ଅବିନାଶଙ୍କୁ ଅଇଁଠାପାଲି ପୋଲିସ ଥାନାରେ ଅଟକ ରଖିଥିଲା। ଗୁରୁବାର ବିଳମ୍ବିତ ରାତିରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ପୋଲିସ ଏହାକୁ ଆତ୍ମହତ୍ୟା କହୁଥିବା ବେଳେ ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାରଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ସକାଳେ ଗ୍ରାମବାସୀ ଥାନା ଘେରାଉ କରିବାକୁ ଯାଇଥିଲେ। ସେମାନଙ୍କ ସହ ଏସ୍‌ପି ସଞ୍ଜିବ ଆରୋରା ଆଲୋଚନା କରିଥିଲେ ମଧ୍ୟ ପରିସ୍ଥିତି ଅଣାୟତ୍ତ ହୋଇଥିଲା। ଲୋକମାନେ ଥାନା ପରିସରରେ ନିଆଁ ଲଗାଇଦେଇଥିଲେ। ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିସହ ୫ ପ୍ଲାଟୁନ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରି ଲୋକମାନଙ୍କୁ ସେଠାରୁ ତଡିଥିଲେ। ଜିଲାପାଳ ସମର୍ଥ ବର୍ମା, ଏସ୍‌ପି ଉତ୍ତେଜନାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ଉତ୍ତରାଞ୍ଚଳ ଆଇଜି ପହଞ୍ଚି ଥାନାର ଦୁଇଜଣ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ଘଟଣାର ତଦନ୍ତ ହେବା ପରେ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଏଚଆରପିସି, ଏସ୍‌ପିଙ୍କ ନେତୃତ୍ୱରେ ଏକ ତିନିଜଣିଆ ଟିମ୍‌ ଅଇଁଠାପାଲି ଗସ୍ତ କରିଛନ୍ତି। ଡିଜିପି ଆର ପି ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ସେମାନେ ଯାଇଥିବା ଅତିରିକ୍ତ ଡିଜି ମହେନ୍ଦ୍ର ପ୍ରତାପ ସୂଚନା ଦେଇଛନ୍ତି।
All Right Reserved By

ରାଜ୍ୟ | ସମ୍ବଲପୁର

ନେତାଜୀ ଜୟନ୍ତୀରେ ସ୍ବତନ୍ତ୍ର ଲଫାପା ଉନ୍ମୋଚିତ

ନେତାଜୀ ଜୟନ୍ତୀରେ ସ୍ବତନ୍ତ୍ର ଲଫାପା ଉନ୍ମୋଚିତ

କଟକ ଅଫିସ୍‌, ୨୩।୧: ନେତାଜୀ ଜୟନ୍ତୀ ଅବସରରେ କଟକ ଜିପିଓ ଡାକ ଘରେ ସାଇକେଲ ରିକ୍ସା ବାହିତ ସ୍ବତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି।

ବିଧାୟକଙ୍କୁ ଗିରଫ ଦାବି: ବେଗୁନିଆ ଥାନାରେ ଭଙ୍ଗାରୁଜା

ବିଧାୟକଙ୍କୁ ଗିରଫ ଦାବି: ବେଗୁନିଆ ଥାନାରେ ଭଙ୍ଗାରୁଜା

ଖୋର୍ଦ୍ଧା ଅଫିସ/ବେଗୁନିଆ, ୨୩।୧(ଡି.ଏନ୍‌.ଏ.): ବେଗୁନିଆ ବିଧାୟକ ପ୍ରଶାନ୍ତ କୁମାର ଜଗଦେବଙ୍କୁ ଗିରଫ ଦାବିରେ ବୁଧବାର ବେଗୁନିଆ ଥାନାରେ ପଶି ଲୋକେ ଭଙ୍ଗାରୁଜା କରିଛନ୍ତି।  ଏଥିସହ ସେମାନେ ବେଗୁନିଆ ଦେଇ ଯାଇଥିବା ୫୭ ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିବା ଜଣାପଡ଼ିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେନାବନୀ ଦେଇଛନ୍ତି।

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ଭାଜପା ମହିଳା ମୋର୍ଚ୍ଚା ଟିମ୍‌

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ଭାଜପା ମହିଳା ମୋର୍ଚ୍ଚା ଟିମ୍‌

ଅନୁଗୋଳ ଅଫିସ,୨୩।୧: ଅନୁଗୋଳ ଉପକଣ୍ଠରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ପଥରରେ ଛେଚି ହତ୍ୟା କରାଯିବା ଘଟଣାରେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚାର ଏକ ଟିମ୍‌ ବୁଧବାର ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

ନାବାଳିକାଙ୍କ ସହ ପ୍ରେମସମ୍ପର୍କ ରଖିବା ଯୋଗୁ ଜୀବନ ଗଲା, ଧରାକୋଟରେ ବ୍ୟାଙ୍କ କ୍ୟାଶିୟରଙ୍କୁ ହତ୍ୟା

ନାବାଳିକାଙ୍କ ସହ ପ୍ରେମସମ୍ପର୍କ ରଖିବା ଯୋଗୁ ଜୀବନ ଗଲା, ଧରାକୋଟରେ ବ୍ୟାଙ୍କ କ୍ୟାଶିୟରଙ୍କୁ ହତ୍ୟା

ଧରାକୋଟ,୨୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ମୁଣ୍ଡମରାଇ ଗ୍ରାମରେ ଥିବା ଆନ୍ଧ୍ରା ବ୍ୟାଙ୍କରେ କାର୍ଯ୍ୟରତ କ୍ୟାଶିୟର ବିନୟ କୁମାର ବେହେରାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହକୁ ବୁଧବାର ଉଦ୍ଧାର କରାଯାଇଛି। ବିନୟଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। 

ସଂଗ୍ରହାଳୟରେ ନେତାଜୀ ଜୟନ୍ତୀ

ସଂଗ୍ରହାଳୟରେ ନେତାଜୀ ଜୟନ୍ତୀ

ପୁରୀ ଅଫିସ,୨୩ା୧: ନେତାଜୀ ସୁଭାଷ ବୋଷଙ୍କ ୧୨୨ତମ ଜୟନ୍ତୀ ବୁଧବାର ସ୍ଥାନୀୟ ନେତାଜୀ ସଂଗ୍ରହାଳୟ ପରିସରରେ ପାଳିତ ହୋଇଯାଇଛି । ଏଥିରେ ଜିଲାପାଳ ଜ୍ୟୋତିପ୍ରକାଶ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ନେତାଜୀଙ୍କ ସଂଗ୍ରାମୀ ଜୀବନୀ ଉପରେ ଆଲୋକପାତ କରିଥିଲେ । 

ନଡ଼ା ବୋହିବା ବେଳେ ଟ୍ରାକ୍ଟରରେ ଲାଗିଲା ନିଆଁ, ଲିଭାଇବା ଲାଗି ଗାଡ଼ିକୁ ପୋଖରୀରେ ପଶାଇଲେ ଡ୍ରାଇଭର

ନଡ଼ା ବୋହିବା ବେଳେ ଟ୍ରାକ୍ଟରରେ ଲାଗିଲା ନିଆଁ, ଲିଭାଇବା ଲାଗି ଗାଡ଼ିକୁ ପୋଖରୀରେ ପଶାଇଲେ ଡ୍ରାଇଭର

ମହାକାଳପଡ଼ା,୨୩।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ବାରଡ଼ାଙ୍ଗ ପଞ୍ଚାୟତର ନନ୍ତାର ଗ୍ରାମରେ ବିଦ୍ୟୁତ ତାର ଲାଗି ଏକ ନଡ଼ା ବୋଝେଇ ଟ୍ରାକ୍ଟରରେ ନିଆଁ ଲାଗିଯାଇଥିଲା। ମାତ୍ର ଟ୍ରାକ୍ଟର ଡ୍ରାଇଭର ଟିଟୁ ଜେନାଙ୍କ ଯୋଗୁ ଗାଡ଼ିଟି ଜଳିବାରୁ ରକ୍ଷା ପାଇଯାଇଛି। 

କାଠବାରୀ ଗ୍ରାମ ରାସ୍ତାକଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କାଠବାରୀ ଗ୍ରାମ ରାସ୍ତାକଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କାଠବାରୀ ଗ୍ରାମ ରାସ୍ତା କଡ଼ରୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଉକ୍ତ ଗ୍ରାମର ଜାପାନୀ ନାଏକ ହୋଇଥିବା ଜଣାପଡ଼ିଛି।

ରାଜନଗରରେ କୁହୁଡ଼ି ଯୋଗୁ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୭୦ ଯାତ୍ରୀ

ରାଜନଗରରେ କୁହୁଡ଼ି ଯୋଗୁ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୭୦ ଯାତ୍ରୀ

ରାଜନଗର,୨୩।୧(ଡି.ଏନ୍‌.ଏ.): ରାଜନଗରରୁ ପୁରୀ ଅଭିମୁଖେ ଯାତ୍ରା କରୁଥିବା ଦ୍ୱିିବେଦୀ ଟ୍ରାଭେଲ୍ସ(୯୩୯) ବସ୍‌ ବୁଧବାର ଏକ ନିଶ୍ଚିନ୍ତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। ବସ୍‌ଟି ସକାଳ ୬ଟାରେ ରାଜନଗରରୁ ଯାତ୍ରା ଆରମ୍ଭ କରି ୫ଶହ ମିଟର ଆସିବା ପରେ ରାଜନଗର-ମଦନପୁର ରାସ୍ତାର ତିଳକ ନଗର ନିକଟରେ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା କଡ଼କୁ ଖସି ପଡ଼ିଥିଲା। 

ଘନ କୁହୁଡ଼ିରେ ବୁଡ଼ିଯିବ ଉପକୂଳ,  ୧୨ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଘନ କୁହୁଡ଼ିରେ ବୁଡ଼ିଯିବ ଉପକୂଳ, ୧୨ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୩।୧(ବ୍ୟୁରୋ)-ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାକୁ ଘନ କୁହୁଡି ଘେରିଯିବ। ୧୦୦ ମିଟର ଯାଏ ମଧ୍ୟ ଦେଖିବା ସମ୍ଭବ ହେବ ନାହିଁ।  ଯାନବାହନ ଚଳାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ୧୨ ଜିଲାକୁ ସତର୍କ ସୂଚନା ଜାରି କରିଛି। ଦୁଇଦିନ ପର୍ଯ୍ୟନ୍ତ କୁହୁଡିର ପ୍ରଭାବ ଜାରି ରହିବ।

 କୋଷ୍ଟାଲ ହାଇୱେ ବାବଦରେ ଧର୍ମେନ୍ଦ୍ରଙ୍କ ଖବରଦାତା ସମ୍ମିଳନୀ  ପ୍ରାୟୋଜିତ, ‘ନିର୍ବାଚନୀ ଚାନ୍ଦା ପାଇଁ ଭାଜପାର ଅଭିସନ୍ଧି’: ପ୍ରତାପ ଜେନା

କୋଷ୍ଟାଲ ହାଇୱେ ବାବଦରେ ଧର୍ମେନ୍ଦ୍ରଙ୍କ ଖବରଦାତା ସମ୍ମିଳନୀ ପ୍ରାୟୋଜିତ, ‘ନିର୍ବାଚନୀ ଚାନ୍ଦା ପାଇଁ ଭାଜପାର ଅଭିସନ୍ଧି’: ପ୍ରତାପ ଜେନା

ଭୁବନେଶ୍ୱର,୨୩।୧(ବ୍ୟୁରୋ)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦିଲ୍ଲୀରେ ଓଡ଼ିଶାର ଉପକୂଳ ରାଜପଥ (କୋଷ୍ଟାଲ ହାଇୱେ) ବାବଦରେ କରିଥିବା ଖବରଦାତା ସମ୍ମିଳନୀ କେତେକ ଠିକାଦାରଙ୍କ ଦ୍ୱାରା ପ୍ରାୟୋଜିତ। ଭାଜପା ଏବଂ କେନ୍ଦ୍ରମନ୍ତ୍ରୀ ଅଭ୍ୟାସଗତ ଭାବେ ମିଛୁଆ। ତାଙ୍କ ଦ୍ୱାରା କୋଷ୍ଟାଲ ହାଇୱେ ସମ୍ପର୍କରେ ଦିଲ୍ଲୀରେ ରଖାଯାଇଥିବା ମନ୍ତବ୍ୟ ତାହା ଅମୂଳକ ଓ ଭିତ୍ତିହୀନ।

ସାଧାରଣ ନିର୍ବାଚନ ୨୦୧୯; ବିଜେଡି ବହୁତ ଭଲ ପ୍ରଦର୍ଶନ କରିବ:ମୁଖ୍ୟମନ୍ତ୍ରୀ

ସାଧାରଣ ନିର୍ବାଚନ ୨୦୧୯; ବିଜେଡି ବହୁତ ଭଲ ପ୍ରଦର୍ଶନ କରିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ)- ସାଧାରଣ ନିର୍ବାଚନକୁ ପ୍ରାୟ ୧୦୦ ଦିନରୁ କମ୍‌ ସମୟ ରହିଛି। ମାର୍ଚ୍ଚ ପ୍ରଥମ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ୨୦୦୪ରୁ ଓଡ଼ିଶାରେ ଲୋକସଭା ସଙ୍ଗରେ ବିଧାନସଭା ନିର୍ବାଚନ ହୋଇଆସୁଛି। ତେଣୁ ରାଜ୍ୟରେ ନିର୍ବାଚନକୁ ନେଇ ଉତ୍ସାହ ଦେଖିବାକୁ ମିଳିଥାଏ। 

ଆଜି ନେତାଜୀ ଜୟନ୍ତୀ: ଝଲସୁଛି ସ୍ମୃତି ସୌଧ

ଆଜି ନେତାଜୀ ଜୟନ୍ତୀ: ଝଲସୁଛି ସ୍ମୃତି ସୌଧ

କଟକ ଅଫିସ,୨୩|୧- ବୁଧବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଦିବସ। ଏହି ଉପଲକ୍ଷେ ନେତାଜୀଙ୍କ ଅନ୍ତୁଡ଼ିଶାଳ କୁହାଯାଉଥିବା ଓଡ଼ିଆ ବଜାରସ୍ଥିତ ତାଙ୍କ ବାସଭବନ କୋଠା ପରିସର ସହରର ସବୁଠାରୁ ଆକର୍ଷଣୀୟ ସ୍ଥାନ ପାଲଟିଛି।