Dharitri News
ଖେଳ |

ଏସିଆନ ଗେମ୍ସ ବାସ୍କେଟବଲରେ ଭାରତକୁ ରୌପ୍ୟ

ଏସିଆନ ଗେମ୍ସ ବାସ୍କେଟବଲରେ ଭାରତକୁ ରୌପ୍ୟ ଜାକର୍ତ୍ତା, ୧୩।୨(ପି.ଟି.)- ଏଠାରେ ଅନୁଷ୍ଠିତ ଏସିଆନ ଗେମ୍ସ ବାସ୍କେଟବଲ ପ୍ରତିଯୋଗିତା (୫ ଗୁଣା ୫)ରେ ଭାରତୀୟ ଦଳ ରୌପ୍ୟ ପଦକ ହାସଲ କରିଛି। ମଙ୍ଗଳବାର ସ୍ଥାନୀୟ ଗେଲୋରା ବଙ୍ଗ୍‌ କାର୍ନୋ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଭାରତ ୬୮-୭୮ ପଏଣ୍ଟରେ ଇଣ୍ଡୋନେସିଆଠାରୁ ପରାସ୍ତ ହୋଇଥିଲା। ଏହି ବିଜୟ ସହ ଇଣ୍ଡୋନେସିଆ ପ୍ରତିଯୋଗିତାରେ ଭାରତ ବିପକ୍ଷରେ ତା’ର ପ୍ରତିଶୋଧ ନେବାରେ ସଫଳ ହୋଇଛି। ପୂର୍ବରୁ ଇଣ୍ଡୋନେସିଆକୁ ପରାସ୍ତ କରି ଭାରତ ପ୍ରତିଯୋଗିତାରେ ପ୍ରଥମ ବିଜୟ ସ୍ବାଦ ଚାଖିଥିଲା। ଭାରତ ପକ୍ଷରୁ ଫରଓ୍ବାର୍ଡ ଅରବିନ୍ଦ ଅନ୍ନାଦୁରାଇ ୨୫ ପଏଣ୍ଟ ସ୍କୋର କରିଥିଲେ। ସେହିଭଳି ଭେଟେରାନ ଯୋଗିନ୍ଦର ସିଂ ଓ ଯାଦବିନ୍ଦର ସିଂ ଯଥାକ୍ରମେ ୧୫ ଓ ୧୩ ପଏଣ୍ଟ ସ୍କୋର କରିଥିଲେ। ସ୍ବର୍ଣ୍ଣପଦକ ବିଜୟୀ ଇଣ୍ଡୋନେସିଆ ପକ୍ଷରୁ ଅଣ୍ଡକାରା ପ୍ରସ୍ତାଓ୍ବା ସର୍ବାଧିକ ୧୮ ପଏଣ୍ଟ ସ୍କୋର କରିଥିଲେ।

ଖେଳ |

ଆଂଶିକାଙ୍କୁ ବ୍ରୋଞ୍ଜ ପଦକ

ଆଂଶିକାଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- ନୂଆଦିଲ୍ଲୀର ଡିଡି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଗୁରୁବାର ଅନୁଷ୍ଠିତ ‘ଟାଟା ଟି(ଜାଗୋ ରେ) ଚାମ୍ପିୟନ୍ସ ଟୁମରୋ’ କାର୍ଯ୍ୟକ୍ରମର ସର୍ବଭାରତୀୟ ଫାଇନାଲ୍ସରେ ଓଡ଼ିଶାର ଆଂଶିକା ରାଉତରାୟ ବ୍ରୋଞ୍ଜ ପଦକ ପାଇଛନ୍ତି।

ମାରିଟ ସଫଳତମ ଓ୍ବିଣ୍ଟର ଅଲିମ୍ପିଆନ୍‌

ମାରିଟ ସଫଳତମ ଓ୍ବିଣ୍ଟର ଅଲିମ୍ପିଆନ୍‌

ପ୍ୟୋଙ୍ଗଚାଙ୍ଗ, ୨୧।୨(ଏ.ଏଫ୍‌.ପି)- ନରଓ୍ବେର ମାରିଟ ବିୟରଗେନ୍‌ ଶୀତକାଳୀନ ଅଲିମ୍ପିକ୍ସ ଇତିହାସର ସଫଳତମ ଆଥଲେଟ ବିବେଚିତ ହୋଇଛନ୍ତି। ବୁଧବାର ଅନୁଷ୍ଠିତ ମହିଳା କ୍ରସ୍‌ କଣ୍ଟ୍ରି ସ୍କିଂ ଟିମ୍‌ ସ୍ପ୍ରିଣ୍ଟ ଫ୍ରି ଇଭେଣ୍ଟରେ ସେ ନିଜ ଦେଶର ମାଇକେନ କାସ୍ପେରସେନଙ୍କ ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

କ୍ରିକେଟ ଅଜବ: ବୋଲରଙ୍କ ମୁଣ୍ଡରେ ବଲ୍‌ ବାଜି ଛକା

କ୍ରିକେଟ ଅଜବ: ବୋଲରଙ୍କ ମୁଣ୍ଡରେ ବଲ୍‌ ବାଜି ଛକା

ଅକ୍‌ଲାଣ୍ଡ (ନ୍ୟୁଜିଲାଣ୍ଡ), ୨୧।୨- ନ୍ୟୁଜିଲାଣ୍ଡ ଘରୋଇ ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଫୋର୍ଡ ଟ୍ରଫିରେ ବୁଧବାର ଏକ ଅଜବ ଘଟଣା ଦେଖବାକୁ ମିଳିଛି। ସ୍ଥାନୀୟ କୋଲିନେ ମେଡେନ ପାର୍କରେ ଅକ୍‌ଲାଣ୍ଡ ଓ କାଣ୍ଟବେରୀ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନଙ୍କ ଏକ ଶର୍ଟ ସିଧା ବୋଲରଙ୍କ ମୁଣ୍ଡରେ ବଲ ବାଜି ବାଉଣ୍ଡରୀ ବାହାରକୁ ଯିବାସହ ୬ ରନରେ ପରିଣତ ହୋଇଥିଲା।

ଦକ୍ଷିଣ ଆଫ୍ରିକାକୁ ଜିତାଇଲେ କ୍ଲାସେନ, ଡୁମିନି

ଦକ୍ଷିଣ ଆଫ୍ରିକାକୁ ଜିତାଇଲେ କ୍ଲାସେନ, ଡୁମିନି

ସେଞ୍ଚୁରିଅନ, ୨୧।୨- ହେନରିକ୍‌ କ୍ଲାସେନ ଓ ଅଧିନାୟକ ଜେପି ଡୁମିନି ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଖେଳି ବୁଧବାର ଏଠାରେ ଅନୁଷ୍ଠିତ ଭାରତ ବିପକ୍ଷ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ବିଜୟୀ କରାଇଛନ୍ତି। ଭାରତ ପକ୍ଷରୁ ଧାର୍ଯ୍ୟ ୧୮୯ ରନ ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୧୮.୪ ଓଭରରେ ୪ ଉଇକେଟ ହରାଇ ହାସଲ କରି ନେଇଥିଲା।

ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ ଜିତିଲା ଅଷ୍ଟ୍ରେଲିଆ

ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ ଜିତିଲା ଅଷ୍ଟ୍ରେଲିଆ

ଅକ୍‌ଲାଣ୍ଡ,୨୧।୨(ଏଏଫ୍‌ପି)- ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ରେ ଅଷ୍ଟ୍ରେଲିଆ ଦଳ ଚାମ୍ପିୟନ୍‌ ଆଖ୍ୟା ଗ୍ରହଣ କରିଛି। ସ୍ଥାନୀୟ ଇଡେନ ପାର୍କଠାରେ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଫାଇନାଲକୁ ଅଷ୍ଟ୍ରେଲିଆ ଦଳ ଡି.ଏଲ. ନିୟମରେ ୧୯ ରନ୍‌ ବ୍ୟବଧାନରେ ଜିତି ନେଇଛି। ଏଥିସହ ଟି୨୦ ଦଳଗତ ର଼୍ୟାଙ୍କିଙ୍ଗରେ ପ୍ରଥମ ଥର ପାଇଁ ଶୀର୍ଷ ସ୍ଥାନ ମଧ୍ୟ ଅଧିକାର କରିଛି ଟିମ୍‌ ଅଷ୍ଟ୍ରେଲିଆ।

କ୍ରିସ୍‌ ଲିନ୍ନ ଆହତ

କ୍ରିସ୍‌ ଲିନ୍ନ ଆହତ

ନୂଆଦିଲ୍ଲୀ,୨୧।୨- ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ତଥା ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଆଶାୟୀ କ୍ୟାପଟେନ କ୍ରିସ୍‌ ଲିନ୍ନ ବୁଧବାର ଆହତ ହୋଇଛନ୍ତି। ଅକ୍‌ଲାଣ୍ଡର ଇଡେନ ପାର୍କଠାରେ ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଫାଇନାଲରେ ଫିଲ୍ଡିଂ କରୁଥିବା ବେଳେ ତାଙ୍କ ବାମ ହାତ ଏବଂ କାନ୍ଧରେ ଆଘାତ ଲାଗିଛି।

 ବାର୍ସିଲୋନା-ଚେଲସିଆ ମ୍ୟାଚ୍‌ ଡ୍ର

ବାର୍ସିଲୋନା-ଚେଲସିଆ ମ୍ୟାଚ୍‌ ଡ୍ର

ଲଣ୍ଡନ,୨୧।୨(ଏ.ପି.)- ଫୁଟ୍‌ବଲ ଲିଜେଣ୍ଡ ଲିଓନେଲ ମେସି ମଙ୍ଗଳବାର ଏକ ବିଶେଷ ସଫଳତା ପାଇଛନ୍ତି। ପାଞ୍ଚ ଥର ବିଶ୍ୱର ଶ୍ରେଷ୍ଠ ଖେଳାଳି ପୁରସ୍କାରପ୍ରାପ୍ତ ଆର୍ଜେଣ୍ଟିନା ଷ୍ଟାରଙ୍କ କ୍ୟାରିୟରରେ ୯ମ ଉଦ୍ୟମରେ ଚେଲସିଆ ଦଳ ବିପକ୍ଷରେ ଗୋଲ୍‌ କରିବାକୁ ସଫଳ ହୋଇଛନ୍ତି। ଏହି ଗୋଲ୍‌ ଯୋଗୁ ଚେଲସିଆ ବିପକ୍ଷ ମ୍ୟାଚ୍‌ରେ ୭୩୦ ମିନିଟ୍‌ ଧରି ଚାଲିଥିବା ମେସିଙ୍କ ଅପେକ୍ଷାର ଅନ୍ତ ଘଟିଛି।

ବିଚ୍‌ ମାରାଥନ: ଦୌଡ଼ିଲେ ଶତାଧିକ ଯୁବତୀଯୁବକ

ବିଚ୍‌ ମାରାଥନ: ଦୌଡ଼ିଲେ ଶତାଧିକ ଯୁବତୀଯୁବକ

ପୁରୀ ଅଫିସ, ୨୧।୨: ପୁରୀ ବେଳାଭୂମିରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ୱିତୀୟ ବିଚ୍‌ କାର୍ନିଭାଲ। ସକାଳ ସାଢେ ୭ଟାରେ ବିଚ୍‌ ମାରାଥନ ଅନୁଷ୍ଠିତ ହୋଇଥିଲା। ଏହାକୁ ପୁରୀ ନଗରପାଳ ଜୟନ୍ତ କୁମାର ଷଡଙ୍ଗୀ ଏବଂ ଓଲିଉଡ୍‌ ଅଭିନେତ୍ରୀ ତଥା ବିଚ୍‌ କାର୍ନିଭାଲର ଆମ୍ବାସାଡର ଅର୍ଚ୍ଚିତା ସାହୁ ଉଦ୍‌ଘାଟନ କରିଥିଲେ।

ଆଇସିସି ର଼୍ୟାଙ୍କିଙ୍ଗ୍‌: ଟେଷ୍ଟ, ଦିନିକିଆରେ କୋହଲିଙ୍କୁ ୯୦୦ ପଏଣ୍ଟ

ଆଇସିସି ର଼୍ୟାଙ୍କିଙ୍ଗ୍‌: ଟେଷ୍ଟ, ଦିନିକିଆରେ କୋହଲିଙ୍କୁ ୯୦୦ ପଏଣ୍ଟ

ଦୁବାଇ,୨୦।୨,(ପି.ଟି.)- ସଦ୍ୟ ପ୍ରକାଶିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗରେ ଭାରତୀୟଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ଅଧିନାୟକ ବିରାଟ କୋହଲିଙ୍କ ସମେତ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ଭାରତ ଯଥାକ୍ରମେ ବ୍ୟାଟିଂ, ବୋଲିଂ ଓ ଦଳୀୟ ତାଲିକାର ଶୀର୍ଷସ୍ଥାନରେ ରହିଛନ୍ତି। ଇତିହାସର ଦ୍ୱିତୀୟ ଖେଳାଳିଭାବେ କୋହଲି ଟେଷ୍ଟ ଓ ଦିନିକିଆ ଫର୍ମାଟରେ ୯୦୦ରୁ ଉର୍ଦ୍ଧ୍ୱ ପଏଣ୍ଟ ହାସଲ କରିଛନ୍ତି।

କ୍ରିକେଟ ଦଳରେ ସ୍ଥାନ ନ  ମିଳିବାରୁ ଆତ୍ମହତ୍ୟା

କ୍ରିକେଟ ଦଳରେ ସ୍ଥାନ ନ ମିଳିବାରୁ ଆତ୍ମହତ୍ୟା

ଇସ୍‌ଲାମାବାଦ୍‌, ୨୦ା୨ (ପି.ଟି.)-ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଆମେର ହନିଫ୍‌ଙ୍କ ପୁତ୍ର ମହମ୍ମଦ ଜାରୟାବ ଆତ୍ମହତ୍ୟା କରିଛନ୍ତି। ୧୯ବର୍ଷରୁ କମ୍‌ କ୍ରିକେଟ ଟିମ୍‌ ପାଇଁ ତାଙ୍କ ମନୋନୟନ କରାଯାଇ ନ ଥିବାରୁ ସେ ଏହି ଚରମ ପଦକ୍ଷେପ ନେଇଥିବା ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି।

 କୋଚ୍‌ ପଦବୀ ବଜାୟ ରଖିଲେ କନଷ୍ଟାଣ୍ଟିନ୍‌

କୋଚ୍‌ ପଦବୀ ବଜାୟ ରଖିଲେ କନଷ୍ଟାଣ୍ଟିନ୍‌

ନୂଆଦିଲ୍ଲୀ, ୨୦ା୨ (ପି.ଟି.)-ଇଂଲଣ୍ଡର ଷ୍ଟିଫେନ କନଷ୍ଟାଣ୍ଟିନ ପୂର୍ବଭଳି ଜାତୀୟ ସିନିୟର ଫୁଟ୍‌ବଲ ଦଳର କୋଚ୍‌ ରହିବେ। ତାଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଦେଇଥିବା ସାନି ଅଫରକୁ ସେ ଗ୍ରହଣ କରିଛନ୍ତି। ଫଳରେ ଅଧିକ ଦିନ ଧରି ସେ ଭାରତୀୟ ଫୁଟ୍‌ବଲ ଦଳର କୋଚ୍‌ ପଦବୀରେ ରହି ଇତିହାସ ସୃଷ୍ଟି କରିବେ।

ବରୋଦା ଦଳରୁ ୟୁସୁଫ୍‌ ପଠାନ ବାଦ୍‌

ବରୋଦା ଦଳରୁ ୟୁସୁଫ୍‌ ପଠାନ ବାଦ୍‌

ନୂଆଦିଲ୍ଲୀ, ୨୦।୨- ବିଜୟ ହଜାରେ ଟ୍ରଫିର କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଫେବୃୟାରୀ ୨୨ରେ ଅନ୍ତିମ ତଥା ୪ର୍ଥ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ବରୋଦା ଓ ସୌରାଷ୍ଟ୍ର ମଧ୍ୟରେ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବରୋଦା ଦଳରୁ ଅଭିଜ୍ଞ ଅଲ୍‌ରାଉଣ୍ଡର ୟୁସୁଫ୍‌ ପଠାନଙ୍କୁ ବାଦ୍‌ ଦିଆଯାଇଛି।