ଖେଳ |

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତ ନୁହନ୍ତି ଦୀପା କର୍ମକାର

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତ ନୁହନ୍ତି ଦୀପା କର୍ମକାର
ନୂଆଦିଲ୍ଲୀ,୧୪।୨- ଆଗାମୀ ଏପ୍ରିଲ ୪ ତାରିଖରେ ଅଷ୍ଟ୍ରେଲିଆର ଗୋଲ୍ଡକୋଷ୍ଟଠାରେ ଆରମ୍ଭ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଦୀପା କର୍ମକାର ପ୍ରସ୍ତୁତ ନୁହନ୍ତି। ଏ ନେଇ ତାଙ୍କ କୋଚ୍‌ ବିଶେଶ୍ୱର ନନ୍ଦି ସୂଚନା ଦେଇଛନ୍ତି। ରାଜ୍ୟଗୋଷ୍ଠୀ ସମ୍ମାଜନକ ଇଭେଣ୍ଟରେ ଅଂଶଗ୍ରହଣ କରୁଥିବା ଆଥ୍‌ଲେଟ୍‌ ନୂଆଦିଲ୍ଲୀଠାରେ ୩ ଦିନିଆ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଛି। ସୋମବାରଠାରୁ ଚାଲିଥିବା ଶିବିରରେ ଦୀପା ଅଂଶଗ୍ରହଣ କରି ନ ଥିଲେ। ଏ ସମ୍ପର୍କରେ କୋଚ୍‌ ବିଶେଶ୍ୱର କହିଛନ୍ତି, ”ଦୀପା କର୍ମକାରଙ୍କ ପ୍ରଦର୍ଶନ ଆବଶ୍ୟକତା ଅନୁଯାୟୀ ଉନ୍ନତ ନୁହେଁ। ଏଣୁ ସେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଖେଳିବେ ନାହିଁ। ଯଦି ଖେଳାଳିଙ୍କ ପ୍ରଦର୍ଶନ ଆବଶ୍ୟକତା ମାନର ନୁହେଁ, ତେବେ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବାର କୌଣସି ପ୍ରାସଙ୍ଗିକତା ନାହିଁ। ଏଣୁ ସେ ଏସିଆନ୍‌ ଗେମ୍ସକୁ ଦୃଷ୍ଟିରେ ରଖି ନିଜକୁ ପ୍ରସ୍ତୁତ କରୁଛନ୍ତି“। ଉଲ୍ଲେଖଥାଉ କି, କର୍ମକାର ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ। ସେ ପ୍ରଥମ ଭାରତୀୟ ମହିଳା ରୂପେ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଥିଲେ। ଏପରି କି ୨୪ ବର୍ଷୀୟା ଅଗରତାଲା ଆଥ୍‌ଲେଟ୍‌ ‘ପ୍ରଦୁନୋଭା’ କରି ଅଳ୍ପକେ ଅଲିମ୍ପିକ୍ସ ପଦକ ହାତଛଡ଼ା କରିଥିଲେ। ପରେ ସେ ଏସିଆନ୍‌ ଚାମ୍ପିୟନ୍‌ଶିପ୍‌ ପାଇଁ ଅଭ୍ୟାସ କରୁଥିବାବେଳେ କର୍ମକାରଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ଏହି ସମସ୍ୟାରୁ ମୁକ୍ତ ହେବା ପାଇଁ ତାଙ୍କୁ ଅସ୍ତ୍ରୋପଚାର ସାମ୍ନା କରିବାକୁ ପଡ଼ିଥିଲା।
All Right Reserved By

ଖେଳ |

ଓମାନଠାରୁ ହାରିଲା ଭାରତ

ଓମାନଠାରୁ ହାରିଲା ଭାରତ

ନୂଆଦିଲ୍ଲୀ, ୨୦।୮(ପି.ଟି.)- ଭାରତୀୟ ୧୬ ବର୍ଷରୁ କମ୍‌ ଫୁଟ୍‌ବଲ ଦଳ ସୋମବାର ଓମାନ ବିପକ୍ଷରେ ଖେଳାଯାଇଥିବା ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ପରାଜୟବରଣ କରିଛି।

ଏସିଆନ ଗେମ୍ସ: ଫୋଗତଙ୍କୁ ଐତିହାସିକ ସ୍ବର୍ଣ୍ଣ

ଏସିଆନ ଗେମ୍ସ: ଫୋଗତଙ୍କୁ ଐତିହାସିକ ସ୍ବର୍ଣ୍ଣ

ଜାକର୍ତ୍ତା, ୨୦।୮- ପ୍ରଥମ ଭାରତୀୟ ମହିଳା ଭାବେ ଏସିଆନ ଗେମ୍ସ ରେସଲିଂରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି ଭିନେଶ ଫୋଗତ। ଫଳରେ ଚଳିତ ଏସିଆନ ଗେମ୍ସରେ ଭାରତର ସ୍ବର୍ଣ୍ଣ ପଦକ ସଂଖ୍ୟା ୨ରେ ପହଞ୍ଚତ୍ଛି।

 ଲକ୍ଷ୍ୟ  ଦେଲେ ରୌପ୍ୟ

ଲକ୍ଷ୍ୟ ଦେଲେ ରୌପ୍ୟ

ଜାକର୍ତ୍ତା,୨୦।୮- ଭାରତୀୟ ଶୁଟର ପୁରୁଷ ଟ୍ରାପ ଶୁଟିଂ ଇଭଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ମୋଟ ୫୦ ସ୍କୋର ମଧ୍ୟରୁ ସେ ୪୩ ପଏଣ୍ଟ ଅର୍ଜନ କରି ଏହି ସଫଳତା ଅର୍ଜନ କରିଛନ୍ତି। ଅନ୍ୟ ଭାରତୀୟ ଶୁଟର ମନଭଜିତ ସିଂ ସାନ୍ଧୁ ଅଳ୍ପକେ ପଦକରୁ ବଞ୍ଚତ୍ତ ରହିଛନ୍ତି। 

ଦିଲ୍ଲୀ ନିର୍ବାଚନ ଲଢ଼ିବେ ଗମ୍ଭୀର

ଦିଲ୍ଲୀ ନିର୍ବାଚନ ଲଢ଼ିବେ ଗମ୍ଭୀର

ନୂଆଦିଲ୍ଲୀ,୨୦।୮- ବରିଷ୍ଠ ଓପନର ଗୌତମ ଗମ୍ଭୀର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେବାକୁ ଯାଉଛନ୍ତି। ସେ ଆଗାମୀ ସାଧାରଣ ନିର୍ବାଚନରେ ବିଜେପି ଟିକେଟ୍‌ରେ ଲଢ଼ିବେ ବୋଲି ଏକ ସ୍ଥାନୀୟ ଖବରକାଗଜ ‘ଦୈନିକ ଭାସ୍କର’ରେ ପ୍ରକାଶ ପାଇଛି। 

ସୁଶୀଲ ଦେଲେ ଆଶ୍ୱାସନା

ସୁଶୀଲ ଦେଲେ ଆଶ୍ୱାସନା

ଜାକର୍ତ୍ତା,୨୦।୮- ଭେଟେରାନ କୁସ୍ତିଯୋଦ୍ଧା ସୁଶୀଲ କୁମାର ଏସିଆନ୍‌ ଗେମ୍ସର ପ୍ରଥମ ରାଉଣ୍ଡରୁ ବିଦାୟ ନେବା ପରେ କ୍ୟାରିୟର ଶେଷ ହୋଇ ନ ଥିବା ଅଶ୍ୱାସନା ଦେଇଛନ୍ତି। ୨୦୦୮ ଓ ୨୦୧୨ ଅଲିମ୍ପିକ୍ସରେ  ବ୍ରୋଞ୍ଜ ଓ ରୌପ୍ୟ ପଦକ ଜିତିଥିବା ସୁଶୀଲ ମ୍ୟାଟରେ ପୁଣି ଥରେ ସଫଳ ହେବେ ବୋଲି କହିଛନ୍ତି। 

ଜାପାନଠୁ ହାରିଲା ଭାରତୀୟ ବ୍ୟାଡ୍‌ମିଣ୍ଟନ ଦଳ

ଜାପାନଠୁ ହାରିଲା ଭାରତୀୟ ବ୍ୟାଡ୍‌ମିଣ୍ଟନ ଦଳ

ଜାକର୍ତ୍ତା,୨୦।୮(ପି.ଟି.)-  ଚଳିତ ଏସିଆନ୍‌ ଗେମ୍ସର ମହିଳା ଦଳଗତ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟରେ ଭାରତୀୟ ଦଳ ପରାସ୍ତ ହୋଇଛି। ସୋମବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତୀୟ ଦଳ ୧-୩ ବ୍ୟବଧାନରେ ଜାପାନଠାରୁ ପରାସ୍ତ ହୋଇଛି।

ଜୋକୋଭିଚ୍‌ଙ୍କୁ ସିନସିନାଟି ମାଷ୍ଟର୍ସ ଟାଇଟଲ

ଜୋକୋଭିଚ୍‌ଙ୍କୁ ସିନସିନାଟି ମାଷ୍ଟର୍ସ ଟାଇଟଲ

ସିନସିନାଟି,୨୦।୮- ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ପୁରୁଷ ସିଙ୍ଗଲ୍ସ ଟେନିସ୍‌ ଖେଳାଳି ନୋଭାକ ଜୋକୋଭିଚ୍‌ କ୍ୟାରିୟରରେ ପ୍ରଥମ ଥର ଲାଗି ସିନସିନାଟି ମାଷ୍ଟର୍ସ ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସର୍ବିଆ ଖେଳାଳି ଜୋକୋଭିଚ୍‌ ୬-୪, ୬-୪ ସେଟ୍‌ରେ ୭ ଥର ଚାମ୍ପିୟନ ରୋଜର ଫେଡେରରଙ୍କୁ ହରାଇ ଦେଇଛନ୍ତି। 

ଏସିଆନ୍‌ ଗେମ୍ସ: ଦୀପକଙ୍କୁ ରୌପ୍ୟ

ଏସିଆନ୍‌ ଗେମ୍ସ: ଦୀପକଙ୍କୁ ରୌପ୍ୟ

ଜାକର୍ତ୍ତା,୨୦।୮- ଚଳିତ ଏସିଆନ୍‌ ଗେମ୍ସରେ ପ୍ରଥମ ଦିନ ଭଳି ଦ୍ୱିତୀୟ ଦିବସରେ ମଧ୍ୟ ଭାରତୀୟ ଶୁଟର ପଦକ ଜିତିଛନ୍ତି। ଶୁଟର ଦୀପକ କୁମାର ଚଳିତ ଏସିଆନ୍‌ ଗେମ୍ସର ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ରୌପ୍ୟ ପଦକ ହାତେଇଛନ୍ତି। 

ନାକାମୁରାଙ୍କ ସହ ଡ୍ର ରଖିଲେ ଆନନ୍ଦ

ନାକାମୁରାଙ୍କ ସହ ଡ୍ର ରଖିଲେ ଆନନ୍ଦ

ସେଣ୍ଟ ଲୁଇସ୍‌ (ଆମେରିକା), ୨୦ା୮ (ପି.ଟି.)- ସିଙ୍କ୍‌ଫିଲ୍ଡ କପ୍‌ ଚେସ୍‌ ଟୁର୍ନାମେଣ୍ଟରେ ୫ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ଭଲ ଆରମ୍ଭ କରିଛନ୍ତି। ସେ ପ୍ରଥମ ରାଉଣ୍ଡରେ ଆମେରିକାର ହିକାରୁ ନାକାମୁରାଙ୍କ ବିପକ୍ଷ ଗେମ୍‌ ସହଜ ଡ୍ର ରଖିଛନ୍ତି।  ଗ୍ରାଣ୍ଡ୍‌ ଚେସ୍‌ ଟୁର୍‌ର ଅଂଶବିଶେଷ ଏହି  ପ୍ରତିଯୋଗିତା ଖେଳାଯାଉଛି। 

ପାଣ୍ଡ୍ୟାଙ୍କୁ ୫ ଉଇକେଟ , ଭାରତ  ସ୍ଥିତି ସୁଦୃଢ

ପାଣ୍ଡ୍ୟାଙ୍କୁ ୫ ଉଇକେଟ , ଭାରତ ସ୍ଥିତି ସୁଦୃଢ

ନଟିଂହାମ୍‌,୨୦ା୮-ସ୍ଥାନୀୟ ଟ୍ରେଣ୍ଟବ୍ରିଜ୍‌ଠାରେ ଚାଲିଥିବା ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ପ୍ରଭାବୀ ପ୍ରଦର୍ଶନ କରି ପ୍ରଥମ ଇନିଂସରେ ଅଗ୍ରଣୀ ଲାଭ କରିଛି।  ଟସ୍‌ ହାରି ପ୍ରଥମେ ଭଲ ବ୍ୟାଟିଂ କରିବା ପରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୫ ଉଇକେଟ ସଫଳତା ଯୋଗୁ ଦଳ ଇଂଲଣ୍ଡକୁ  ୩୮.୨ ଓଭରରେ ୧୬୧ ରନ କରି ଅଲଆଉଟ  କରିଦେଇଛି।

ପୁରୁଷ, ମହିଳା କବାଡ଼ି ଦଳର ବିଜୟ ଅଭିଯାନ

ପୁରୁଷ, ମହିଳା କବାଡ଼ି ଦଳର ବିଜୟ ଅଭିଯାନ

ଜାକର୍ତ୍ତା, ୨୦।୮(ପି.ଟି.)- ଏସିଆନ ଗେମ୍ସରେ ଗତଥର ଚାମ୍ପିୟନ ଭାରତୀୟ ପୁରୁଷ ଓ ମହିଳା କବାଡ଼ି ଦଳ ଏଥର ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ରବିବାର ମହିଳା ଦଳ ଜାପାନକୁ ହରାଇଥିବା ବେଳେ ପୁରୁଷ ଦଳ ବାଂଲାଦେଶକୁ ପରାସ୍ତ କରିଛି। 

ପଦାର୍ପଣରେ ପନ୍ତଙ୍କୁ ବିରଳ ସଫଳତା

ପଦାର୍ପଣରେ ପନ୍ତଙ୍କୁ ବିରଳ ସଫଳତା

ନଟିଂହାମ, ୨୦।୮(ପି.ଟି.)- ଭାରତୀୟ ଯୁବ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏକ ବିରଳ ସଫଳତା ହାସଲ କରିଛନ୍ତି। ପଦାର୍ପଣ ଟେଷ୍ଟରେ ସେ ଚତୁର୍ଥ ଭାରତୀୟ ଉଇକେଟ କିପର ଭାବେ ୫ଟି କ୍ୟାଚ୍‌ ନେଇ ଏକ ଏଲିଟ କ୍ଲବ୍‌ରେ ଯୋଗ ଦେଇଛନ୍ତି।