ରାଜ୍ୟ |

ଧଳସାମନ୍ତ ଭ୍ରାତାଙ୍କ ପ୍ରମୁଖ ସହଯୋଗୀ ଗିରଫ, ୨ ମାଉଜର, ୨୯ ରାଉଣ୍ଡ ଗୁଳି ଜବତ

ଧଳସାମନ୍ତ ଭ୍ରାତାଙ୍କ ପ୍ରମୁଖ ସହଯୋଗୀ ଗିରଫ, ୨ ମାଉଜର, ୨୯ ରାଉଣ୍ଡ ଗୁଳି ଜବତ
କଟକ ଅଫିସ,୪।୩: ଧଳସାମନ୍ତ ଭ୍ରାତାଙ୍କ ପ୍ରମୁଖ ସହଯୋଗୀ ମିକୁ ଓରଫ ମୃତ୍ୟୁଞ୍ଜୟ ନାୟକଙ୍କୁ ସଦର ଥାନା ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଗିରଫ ହୋଇଥିବା ମିକୁଙ୍କ ଘର ଭୁବନେଶ୍ୱର ନୟାପଲ୍ଲୀ ଥାନା ଆଇଆରସି ଭିଲେଜ ଅଞ୍ଚଳରେ। ତାଙ୍କଠାରୁ ୨ ମାଉଜର, ୨୯ ରାଉଣ୍ଡ ଅଫୁଟା ଗୁଳି ଜବତ କରାଯାଇଛି। ସୂଚନାଯୋଗ୍ୟ, ଗତ ଫେବୃୟାରୀ ୨୩ ତାରିଖ ରାତିରେ ସୁଭଦ୍ରାପୁର ଅଞ୍ଚଳର ବିଜୟ କୁମାର ପାଲଙ୍କ ଘରକୁ ଯାଇ ମିକୁ ଗୁଳିମାଡ କରିଥିଲେ। ଏଥିରୁ ବିଜୟ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ମିକୁ ଫେରାର ହୋଇଯାଇଥିଲେ। ଏ ସଙ୍କ୍ରାନ୍ତରେ ବିଜୟ ସଦର ଥାନାରେ ଏକ ମାମଲା ରୁଜୁ କରିଥିଲେ। ମାମଲାର ତଦନ୍ତ କରି ପୋଲିସ ତାଙ୍କୁ ଗିରଫ କରିଛି। ତେବେ ମିକୁ ଧଳସାମନ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଗୁଳିକାଣ୍ଡ ଘଟାଇଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ମିକୁଙ୍କ ନାମରେ ନୟାପଲ୍ଲୀ ଥାନାରେ ୪ଟି ମାମଲା ରହିଛି।
All Right Reserved By

ରାଜ୍ୟ |

୨ୟ ପର୍ଯ୍ୟାୟରେ ୨୨

୨ୟ ପର୍ଯ୍ୟାୟରେ ୨୨

ନୂଆଦିଲ୍ଲୀ/ ଭୁବନେଶ୍ୱର, ୨୩/୩(ବ୍ୟୁରୋ)-  ୨୦୧୯ ଓଡ଼ିଶା ବିଧାନସଭା ନିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା ହୋଇଛି।

ଓଡ଼ିଶାରୁ ୨

ଓଡ଼ିଶାରୁ ୨

ନୂଆଦିଲ୍ଲୀ/ ଭୁବନେଶ୍ୱର, ୨୩/୩(ବ୍ୟୁରୋ)- ଶୁକ୍ରବାର ଏଆଇସିସି ତରଫରୁ ଆଗାମୀ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। 

ପ୍ରକାଶ ପାଇଲା ଭାଜପା ର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ପୁରୀରୁ ଲଢ଼ିବେ ଡା. ସମ୍ବିତ ପାତ୍ର

ପ୍ରକାଶ ପାଇଲା ଭାଜପା ର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ପୁରୀରୁ ଲଢ଼ିବେ ଡା. ସମ୍ବିତ ପାତ୍ର

ନୂଆଦିଲ୍ଲୀ/ ଭୁବନେଶ୍ୱର, ୨୩/୩(ବ୍ୟୁରୋ)-  ଲୋକସଭା ନିର୍ବାଚନ ପାଇଁ ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୫ ଆସନ ଲାଗି ନାମ ଘୋଷଣା ହୋଇଛି।

କୋରାପୁଟ କଂଗ୍ରେସ ପ୍ରାର୍ଥୀଙ୍କ କାର୍‌ରୁ  ୧ଲକ୍ଷ ୯ହଜାର ଟଙ୍କା  ଜବତ

କୋରାପୁଟ କଂଗ୍ରେସ ପ୍ରାର୍ଥୀଙ୍କ କାର୍‌ରୁ ୧ଲକ୍ଷ ୯ହଜାର ଟଙ୍କା ଜବତ

କୋରାପୁଟ,୨୨।୩(ସ୍ବ.ପ୍ର)- କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ କୁଷ୍ଣ କୁଲଦୀପଙ୍କ  କାର୍‌ରୁ ନିର୍ବାଚନ ସ୍କ୍ବାଡ୍‌ ଶୁକ୍ରବାର  ୧ ଲକ୍ଷ ୯ ହଜାର ୫୦୦ ଟଙ୍କା ଜବତ କରିଛି। ସ୍ଥାନୀୟ ଓଏମ୍‌ପି ନିକଟରେ ଚେକିଂ ଚାଲିଥିବା ସମୟରେ ଏହି ଟଙ୍କା ଜବତ କରାଯାଇଛି। 

ହୋଲି ହେଲା କାଳ: ପାଣିରେ ବୁଡି ଯୁବକ ମୃତ

ହୋଲି ହେଲା କାଳ: ପାଣିରେ ବୁଡି ଯୁବକ ମୃତ

ରସୁଲପୁର/ଯାଜପୁର ରୋଡ,୨୨।୩(ଡି.ଏନ.ଏ./ନି.ପ୍ର.)-ହୋଲି ଖେଳି ସାରିବା ପରେ ନଦୀରେ ଗାଧୋଉଥିବାବେଳେ ଶୁକ୍ରବାର ଅପରାହ୍ନରେ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଯାଜପୁର ସଦର ଥାନା ଅନ୍ତର୍ଗତ ଇଶ୍ୱରପୁର ଗ୍ରାମର ନିରଞ୍ଜନ ପରମାଣିକ(୨୦)। ସେ ସାଙ୍ଗମାନଙ୍କ ସହିତ ହୋଲି ଖେଳି ସାରି ଅପରାହ୍ନରେ ଖରସ୍ରୋତା ନଦୀର ଜଇପୁର ଘାଟରେ ଗାଧୋଉଥିଲେ।

ହୋଲି ଖେଳରୁ ମହାଭାରତ: ଜୟପୁରରେ ଗୋଷ୍ଠୀସଂଘର୍ଷ, ୩୦ ଆହତ

ହୋଲି ଖେଳରୁ ମହାଭାରତ: ଜୟପୁରରେ ଗୋଷ୍ଠୀସଂଘର୍ଷ, ୩୦ ଆହତ

ଜୟପୁର, ୨୨।୩(ନି.ପ୍ର.)-ହୋଲି ଖେଳକୁ ନେଇ ଜୟପୁର ବାପୁଜୀ ନଗର ଓ ଡେପୁଗୁଡ଼ା ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହେଇଥିବା ନେଇ ସୂଚନା ମିଳିଛି। ଉଭୟ ସାହିର ଲୋକେ ପରସ୍ପରକୁ ଠେଙ୍ଗା ବାଡିରେ ଆକ୍ରମଣ କରିବା ସହ ଢେଲା ମାଡ଼ କରିଛନ୍ତି। ଏଥିରେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି।

ଆଜି ପ୍ରକାଶ ପାଇପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା

ଆଜି ପ୍ରକାଶ ପାଇପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା

ନୂଆଦିଲୀ/ଭୁବନେଶ୍ୱର,୨୨।୩ (ବ୍ୟୁରୋ) : କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା ଶୁକ୍ରବାର ପ୍ରକାଶ ପାଇପାରେ। ଏଥିପାଇଁ ଦିଲୀର ୧୦ ଲୋଧିରୋଡ୍‌ରେ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରିରହିଛି।

ହୋଲିରେ ବରମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ: ୬ ଆହତ; ପିସିଆର୍‌, ହୋଟେଲ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ

ହୋଲିରେ ବରମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ: ୬ ଆହତ; ପିସିଆର୍‌, ହୋଟେଲ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ସାରା ରାଜ୍ୟରେ ହୋଲିକୁ ନେଇ ଉତ୍ସବର ମାହୋଲ ଥିବା ବେଳେ ରାଜଧାନୀ ଭୁବନେଶ୍ୱର ବରମୁଣ୍ଡାରେ ଶୁକ୍ରବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୬ଜଣ ଆହତ ହୋଇଥିବା ସୂଚନା ମିଳିଛି।

ଫିକାପଡିଲା ପାରାଦୀପ ରାଜନୈତିକ ହୋଲି, ଭାଜପା ଛାଡିଲେ ଗତିକୃଷ୍ଣ

ଫିକାପଡିଲା ପାରାଦୀପ ରାଜନୈତିକ ହୋଲି, ଭାଜପା ଛାଡିଲେ ଗତିକୃଷ୍ଣ

ପାରାଦୀପ,୨୨।୩(ସ୍ବ.ପ୍ର.)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ପାରାଦୀପ ରାଜନୀତିରେ ସେତେମାତ୍ରାରେ ଅସ୍ଥିରତା ସୃଷ୍ଟି ହେବାରେ ଲାଗିଛି। ଗତବର୍ଷ ସେପ୍ଟେମ୍ବର ୧୨ରେ ବିଜେଡି ସ୍ଥାନୀୟ ବିଧାୟକ ଡା.ଦାମୋଦର ରାଉତଙ୍କୁ ବହିଷ୍କାର କରିବା ପରେ ୩ ପ୍ରମୁଖ ଦଳ ମଧ୍ୟରେ ଅସ୍ଥିରତା ଲାଗି ରହିଛି।

କଳିଙ୍ଗ ପାହାଡ଼ରେ ପଥର ବିସ୍ଫୋରଣ: ଅତଡ଼ା ଖସି ଶ୍ରମିକ ମୃତ

କଳିଙ୍ଗ ପାହାଡ଼ରେ ପଥର ବିସ୍ଫୋରଣ: ଅତଡ଼ା ଖସି ଶ୍ରମିକ ମୃତ

ଖୋର୍ଦ୍ଧା ଅଫିସ,୨୨।୩: ଖୋର୍ଦ୍ଧା ତହସିଲ ମଳିପଡା ନିକଟସ୍ଥ କଳିଙ୍ଗ ପାହାଡ଼ରେ ଶୁକ୍ରବାର ପୂର୍ବାହ୍ନରେ ପଥର ବିସ୍ଫୋରଣ ସମୟରେ ଅତଡ଼ା ଖସି ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି।

ଜି.ଉଦୟଗିରି ନିର୍ବାଚନମଣ୍ଡଳୀ ଲାଗି ପ୍ରାର୍ଥୀ ଘୋଷଣା: ଭାଜପାରୁ ଲଢ଼ିବେ ଅର୍ଚ୍ଚନା, ବିଜେଡିରୁ ସାଲୁଗା

ଜି.ଉଦୟଗିରି ନିର୍ବାଚନମଣ୍ଡଳୀ ଲାଗି ପ୍ରାର୍ଥୀ ଘୋଷଣା: ଭାଜପାରୁ ଲଢ଼ିବେ ଅର୍ଚ୍ଚନା, ବିଜେଡିରୁ ସାଲୁଗା

ଦାରିଙ୍ଗବାଡ଼ି,୨୨।୩(ଡି.ଏନ୍‌.ଏ): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନମଣ୍ଡଳୀର ସାଧାରଣ ନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥିନୀ ଅର୍ଚ୍ଚନା ପ୍ରଧାନଙ୍କୁ  ଗୁରୁବାର  ଭାଜପା ପକ୍ଷରୁ ଟିକେଟ୍‌ ମିଳିଛି। ଏ ନେଇ ଅର୍ଚ୍ଚନା ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ସମେତ ବରିଷ୍ଠ ନେତା ଓ ସହଯୋଗୀମାନଙ୍କୁ ସାଧୁବାଦ ଜଣାଇଛନ୍ତି । 

ପୁରୀ ଷ୍ଟେଶନରେ ଅଗ୍ନିକାଣ୍ଡ: ତପସ୍ବିନୀ ଏକ୍ସପ୍ରେସର ୩ ବଗିରେ ଲାଗିଲା ନିଆଁ

ପୁରୀ ଷ୍ଟେଶନରେ ଅଗ୍ନିକାଣ୍ଡ: ତପସ୍ବିନୀ ଏକ୍ସପ୍ରେସର ୩ ବଗିରେ ଲାଗିଲା ନିଆଁ

ପୁରୀ ଅଫିସ, ୨୨।୩ : ପୁରୀ ସହରରେ ହୋଲିର ମାହୋଲ ଚାଲିଥିବାବେଳେ ରେଳଷ୍ଟେଶନରେ ଏକ ଅଭାବନୀୟ ଘଟଣା ଘଟିଛି। ୪ ନଂ ପ୍ଲାଟଫର୍ମରେ ରହିଥିବା ତପସ୍ବିନୀ ଏକ୍ସପ୍ରେସ ବଗି ନଂ(୩,୪ ଏବଂ ୫)ରେ କୌଣସି କାରଣରୁ ଅପରାହ୍ନ ୧ଟାରେ ନିଆଁ ଲାଗିଥିଲା।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା