ସମ୍ବଲପୁର

ପିକ୍‌ଅପ୍‌ ଧକ୍କାରେ ଜଣେ ମୃତ, ୨ ଗୁରୁତର

ବାଲିଶଙ୍କରା,୫।୩ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଲୁଲୁକିଡ଼ିହି ଗାଁ ମୁଣ୍ଡରେ ଶନିବାର ରାତିରେ ଦୁର୍ଘଟଣା ଘଟିଛି। ଏକ ବଳଦ ବୋଝେଇ ପିକ୍‌ଅପ୍‌ ଧକ୍କାରେ ବାଇକ ଆରୋହୀଙ୍କ ଜୀବନ ଯାଇଛି। ପୋଲିସ ସୂଚନା ଅନୁଯାୟୀ ପିକ୍‌ଅପ୍‌ (ନଂ. ଜେଏଚ ୦୧ ବିଏଫ ୮୦୭୬) ଗାଡ଼ିଟି ବଳଦଙ୍କୁ ନେଇ ବନଡେଗାରୁ ଲୁଲୁକିଡିହି ଦେଇ ଝାଡ଼ଖଣ୍ଡ ଟାଙ୍ଗରଟୋଲି ଯାଉଥିଲା। ବାଇକ୍‌କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଗାଡ଼ିଟି ଗାଁର ଶମ୍ବୁନାଥ ରାୟ, ଗୋବିନ୍ଦ ଓହଦାଙ୍କ ଘର ଉପରକୁ ମାଡ଼ି ଯାଇଥିଲା। ଲୋକେ ଗାଡିକୁ ପିଛା କରି ଅଟକାଇ ବନଡେଗା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ହିଁ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ସହ ବାଇକ (ନଂ. ସିଜି ୧୫ ସିୟୁ-୫୯୧୪), ପିକ୍‌ଅପ୍‌ ଗାଡିକୁ ଜବତ କରିଥିଲା। ଏ ନେଇ ଥାନାରେ ଦୁର୍ଘଟଣା ମାମଲା (ନଂ.୧୯/୧୮ ) ରୁଜୁ ହୋଇଛି। ଗାଡ଼ିର ଡ୍ରାଇଭର ଫେରାର୍‌ ଅଛନ୍ତି। ମୃତକଙ୍କୁ ଚିହ୍ନଟ କରାଯାଇଛି। ସେ ହେଲେ ଛତିଶଗଡ ଫଲସାବାହାଲ ଥାନା ଅଞ୍ଚଳର ଅସିତ ତିର୍କୀ (୨୦)। ରବିବାର ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ମୃତ ଅସିତ ତିର୍କୀଙ୍କ ଅନ୍ୟ ଦୁଇ ବନ୍ଧୁଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନେ ତିନିହେଁ ବାଇକ୍‌ ଯୋଗେ ଲୁଲୁକିଡିହି ଗ୍ରାମକୁ କୁଣିଆ ହୋଇ ଆସିଥିଲେ।
All Right Reserved By

ସମ୍ବଲପୁର

ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ: ୫ ଗିରଫ

ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ: ୫ ଗିରଫ

ଖଡିଆଳ, ୧୦।୧୨(ଡି.ଏନ.ଏ.): ଗଞ୍ଜେଇ ଚୋରା ଚାଲାଣବେଳେ ଖଡିଆଳ ପୋଲିସ ଚଢାଉ କରି ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପ୍ରାୟ କୁଇଣ୍ଟାଲ ୪୦ କେଜି ୬୪୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି।

ଜିଲାପାଳ ଅଫିସ ଆଗରେ ଗର୍ଜିଲେ ଭୂମିହୀନ

ଜିଲାପାଳ ଅଫିସ ଆଗରେ ଗର୍ଜିଲେ ଭୂମିହୀନ

ବରଗଡ଼ ଅଫିସ୍‌,୧୦।୧୨: ଭୂମି ନାହିଁ ତ ଭୋଟ୍‌ ନାହିଁ, ସ୍ଥାୟୀ ଜମିପଟ୍ଟା ଆମର ଦାବି, ଏଭଳି ନାରାବାଜି କରି ସୋମବାର ସ୍ଥାନୀୟ ଜୟ କୋସଲ ଭୂମିହୀନ ସଂଗ୍ରାମ ସମିତି ପକ୍ଷରୁ ବରଗଡ଼ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। 

ସ୍ବଚ୍ଛତା ବଜାୟ ରଖିବାକୁ ସଂକଳ୍ପ

ସ୍ବଚ୍ଛତା ବଜାୟ ରଖିବାକୁ ସଂକଳ୍ପ

ଅମରପାଲି, ୧୦।୧୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତର ବାସୁଦେବପୁର ଗାଁ କଲ୍ୟାଣ ସମିତି ଆନୁକୂଲ୍ୟରେ ବିଶ୍ୱାସ କାର୍ଯ୍ୟକ୍ରମର ଷଷ୍ଠ ଅଭିଯାନ ବ୍ୟକ୍ତିଗତ ଓ ଗୃହ ପରିଚ୍ଛନ୍ନତା ଦିବସ ପାଳିତ ହୋଇଯାଇଛି।

ଦକ୍ଷତା ଦେଖାଇଲେ ପ୍ରତିଯୋଗୀ

ଦକ୍ଷତା ଦେଖାଇଲେ ପ୍ରତିଯୋଗୀ

ଅମରପାଲି, ୧୦।୧୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଓ ଲୁତୁରପଙ୍କ ଗ୍ରାମ ପଞ୍ଚାୟତରେ ବିଜୁ ଯୁବ ବାହିନୀ ଆନୁକୂଲ୍ୟରେ ମୁଁ ହିରୋ ମୁଁ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

ନାବାଳିକା ଅପହରଣ, ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୨ଗିରଫ

ନାବାଳିକା ଅପହରଣ, ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୨ଗିରଫ

 ବରଗଡ଼ ଅଫିସ୍‌,୯।୧୨: ବରଗଡ଼ ଜିଲା ଭେଡ଼େନ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୬)ଙ୍କୁ ଅପହରଣ ଓ ହତ୍ୟା ପରେ ମୃତଦେହକୁ ବିନ୍ଧ୍ୟବାସିନୀ ପାହାଡ଼ ଉପରେ ପକାଇଦେବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଥୁଆପାଲି ଗ୍ରାମର କୈଳାଶ ଚନ୍ଦ୍ର ବାରିକ(୧୮) ଏବଂ ରମେଶ ଓରଫ ଛୋଟୁ ସାହାଣୀ(୨୬)। 

ଦିଗଶିରା ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ କଂସ ବରଣ

ଦିଗଶିରା ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ କଂସ ବରଣ

ଡୁଙ୍ଗୁରିପାଲି, ୯ା୧୨(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଦିଗଶିରା ୧୦ମ ବର୍ଷ ଆଞ୍ଚଳିକ ଧନୁଯାତ୍ରା ମହୋସତ୍ବ ପାଇଁ କଂସ କଳାକାର ବରଣ ହୋଇଛି ା ବରଗଡ ଜିଲା ଦେଓଗାଁ ଗ୍ରାମର ଜଗଦାନନ୍ଦ ମିଶ୍ରଙ୍କୁ ଚଳିତ ବର୍ଷ କଂସ ଭୂମିକାରେ ଅଭିନୟ କରିବେ। 

ଶିଶୁର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ ହେଉ

ଶିଶୁର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ ହେଉ

ସୋନପୁର,୯।୧୨(ନି.ପ୍ର.): ପରୀକ୍ଷାରେ କେବଳ ଭଲ ନମ୍ବର ରଖିଲେ ହେବନି। ଶିଶୁଟି ସମସ୍ତ ଗୁଣରେ ପରିପୂର୍ଣ୍ଣ ହେବା ଆବଶ୍ୟକ। ପ୍ରତିଯୋଗିତାମୂଳକ ସମାଜରେ ଶିଶୁର ସାମଗ୍ରିକ ବିକାଶ କିଭଳି ହୋଇ ପରିବ ସେଥିପ୍ରତି ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକ ଦୃଷ୍ଟି ଦେବା ଆବଶ୍ୟକ ବୋଲି ସୋନପୁର ଭୀମଭୋଇ କଳା ମଣ୍ଡପଠାରେ ଦୟାନନ୍ଦ ପ୍ଲେ/ପବ୍ଲିକ୍‌ ସ୍କୁଲର ବାର୍ଷିକୋତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜିଲାପାଳ ମଧୁସୂଦନ ମିଶ୍ର ମତବ୍ୟକ୍ତ କରିଛନ୍ତି। 

କଫ ସିରଫ ଜବତ: ୩ଗିରଫ

କଫ ସିରଫ ଜବତ: ୩ଗିରଫ

ନୂଆପଡା ଅଫିସ/କୋମନା, ୯। ୧୨-ନୂଆପଡା ଜିଲା କୋମନା ଥାନା ପୋଲିସ କୌଣସି ସୂତ୍ରରୁ ଖବରପାଇ ସ୍ଥାନୀୟ ଜନ୍ଦ୍ରାମୁଣ୍ଡା ଗାଁରେ ଚଢାଉ କରି ବିଭିନ୍ନ ଜାଗାରୁ ୪୨୦ଟି କଫ ସିରଫ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏମାନଙ୍କ ବିରୋଧରେ ୨୧(ଖ) ଏନଡିପିଏସ ଆକ୍ଟ, ୨୭(ଖ) ଡ୍ରଗ୍ସ ଆଣ୍ଡ କସମେଟିକ୍ସ ଆକ୍ଟରେ ମାମଲା (ନଂ.୨୯୮/୧୮) ରୁଜୁ କରାଯାଇଛି। ଅଭିଯୁକ୍ତମାନେ ହେଲେ ଡାଳିନ୍ଦ୍ର ମାଝୀ (୩୪), ନବଘନ ମାଝୀ(୨୮) ଏବଂ ଲାଲମନ ମାଝୀ (୩୨)। 

କୁଆଁରମୁଣ୍ଡା ଫାଣ୍ଡି ଅଧିକାରୀ ଏସ୍‌ଆଇ ମନୋଜଙ୍କ କାର ଦୁର୍ଘଟଣାରେ ମୃତ୍ୟୁ: ରହସ୍ୟ, ସନ୍ଦେହଜନକ ହେଉଛି ଘଟଣା

କୁଆଁରମୁଣ୍ଡା ଫାଣ୍ଡି ଅଧିକାରୀ ଏସ୍‌ଆଇ ମନୋଜଙ୍କ କାର ଦୁର୍ଘଟଣାରେ ମୃତ୍ୟୁ: ରହସ୍ୟ, ସନ୍ଦେହଜନକ ହେଉଛି ଘଟଣା

କୁଆଁରମୁଣ୍ଡା, ୯।୧୨ (ଡି.ଏନ.ଏ.)

ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧିକାରୀ ଏସ୍‌ଆଇ ମନୋଜ ନାଏକଙ୍କ ଦୁର୍ଘଟଣାଜନିତ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାଉରକେଲା ବିଶ୍ରା ଛକ ନିକଟରେ ଏକ କାର୍‌ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି। ମନୋଜଙ୍କ କାର ବିଶ୍ରା ଛକ ଡିଭାଇଡରରେ ଦୁର୍ଘଟଣାଗ୍ରସ୍ତ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଘଟଣାକୁ ନେଇ ରାଉରକେଲା ସମେତ କୁଆଁରମୁଣ୍ଡା ଅଞ୍ଚଳରେ ଭିନ୍ନଭିନ୍ନ ଆଲୋଚନା ହେଉଛି। ବିଶେଷକରି ଦୁର୍ଘଟଣାସ୍ଥଳକୁ 

ବୋଲେରୋ ଗାଡ଼ି ଲୁଟିନେଲେ ଦୁର୍ବୃତ୍ତ

ସୁନ୍ଦରଗଡ଼,୯।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣେଇ ଉପଖଣ୍ଡ  ଚାନ୍ଦିପୋଷ ଥାନା ଅନ୍ତର୍ଗତ ତାମଡ଼ା ରାସ୍ତା ମଧ୍ୟରେ ଶନିବାର ବିଳମ୍ବିତ ରାତିରେ ଲୁଟ ହୋଇଛି।

ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ, ପାଞ୍ଚ ଗିରଫ

ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ, ପାଞ୍ଚ ଗିରଫ

ସିନାପାଲି, ୯।୧୨(ଡି.ଏନ.ଏ.)- ନୂଆପଡା ଜିଲା ସିନାପାଲି ବନବିଭାଗ ଅଧିକାରୀଙ୍କ ନେତୃତ୍ୱରେ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ ସହ  ପାଞ୍ଚଜଣଙ୍କୁ ଗିରଫ କରାଯାଇଛି।  

ଓଡିଶାର ଧର୍ମଧାରାରେ ଖମ୍ବେଶ୍ୱରୀ ଉପାସନା ନେଇଛି ସ୍ବତନ୍ତ୍ର ସ୍ଥାନ

ଓଡିଶାର ଧର୍ମଧାରାରେ ଖମ୍ବେଶ୍ୱରୀ ଉପାସନା ନେଇଛି ସ୍ବତନ୍ତ୍ର ସ୍ଥାନ

ବୀରମହାରାଜପୁର,  ୯ା୧୨(ଡି.ଏନ୍‌.ଏ.) ଓଡିଶାରେ ଶାକ୍ତ ଉପାସନାର ପରମ୍ପରା ବହୁ ପ୍ରାଚୀନ। ଶାକ୍ତ ସଂସ୍କୃତିରେ ସ୍ତମ୍ବେଶ୍ୱରୀ ବା ଖମ୍ବେଶ୍ୱରୀଙ୍କ ଉପାସନା ନେଇଛି ସ୍ବତନ୍ତ୍ର ସ୍ଥାନ। ରାଜ୍ୟର ଦକ୍ଷିଣ-ପଶ୍ଚିମରୁ ଆଦିମ ଅଧିବାସୀମାନଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଦେବୀ ଉପାସନା ପରବର୍ତ୍ତୀ ସମୟରେ ବିଭିନ୍ନ ରାଜନ୍ୟ ବର୍ଗଙ୍କ ଦ୍ୱାରା ପୃଷ୍ଠପୋଷକତା ଲାଭକରି ଲୋକପ୍ରିୟ ହୋଇଥିଲା।