ବାଣିଜ୍ୟ |

ଚାର୍ଜଂ ଭିତ୍ତିଭୂମି ଅଭାବ ଇ-ଯାନ ପ୍ରୋତ୍ସାହନରେ ବାଧକ:ସରକାର

ଚାର୍ଜଂ ଭିତ୍ତିଭୂମି ଅଭାବ ଇ-ଯାନ ପ୍ରୋତ୍ସାହନରେ ବାଧକ:ସରକାର
ନୂଆଦିଲ୍ଲୀ,୬-୩ (ପି.ଟି) ସରକାର ଘରୋଇ ବଜାରରେ ଇଯାନକୁ ପ୍ରୋତ୍ସାହନ କରୁଛନ୍ତି। ମାତ୍ର ଏହି ଯାନଗୁଡିକ ଲାଗି ପର୍ଯ୍ୟାପ୍ତ ସଂଖ୍ୟକ ଚାର୍ଜିଂ ଭିତ୍ତିଭୂମି ରହୁ ନ ଥିବା ଯୋଗୁ ଏହା ବାଧକ ସାଜୁଥିବା ସରକାର ସୂଚନା ଦେଇଛନ୍ତି। ସେହିଭଳି ଲିଥିୟମ ବ୍ୟାଟେରୀର ଅଭାବ ଇଯାନ କ୍ଷେତ୍ରରେ ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରୁଛି। ଜାତୀୟ ଇଲେକଟ୍ରିକ ମୋବିଲିଟି ମିଶନ ପ୍ଲାନ ଯୋଜନା ୨୦୨୦ ମୁତାବକ ଘରୋଇ ବଜାରରେ ୬୦-୭୦ ଲକ୍ଷ ହାଇବ୍ରିଡ ଏବଂ ଇଲେକଟ୍ରୋନିକ୍ସ ଯାନ ବିକ୍ରି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହି ଯୋଜନା ଆଧାରରେ ଇ ଯାନକୁ ପ୍ରୋତ୍ସାହିତ କରିବାକୁ ସରକାର ୨୦୧୫ ମାର୍ଚ୍ଚରେ ଫେମ୍‌ ଇଣ୍ଡିଆ ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ।
All Right Reserved By

ବାଣିଜ୍ୟ |

ରାଜ୍ୟ ସରକାରଙ୍କୁ ଡିଓଟିର ଅନୁରୋଧ;ବିଏସ୍‌ଏନ୍‌ଲ୍‌,ଏମ୍‌ଟିଏନ୍‌ଏଲର ବିଦ୍ୟୁତ ସଂଯୋଗ କାଟନି

ରାଜ୍ୟ ସରକାରଙ୍କୁ ଡିଓଟିର ଅନୁରୋଧ;ବିଏସ୍‌ଏନ୍‌ଲ୍‌,ଏମ୍‌ଟିଏନ୍‌ଏଲର ବିଦ୍ୟୁତ ସଂଯୋଗ କାଟନି

ନୂଆଦିଲ୍ଲୀ,୨୫-୩: ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଦୁଇଟି ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)ର ବିଦ୍ୟୁତ ସଂଯୋଗ ନ କାଟିବାକୁ ଟେଲିକମ ବିଭାଗ(ଡିଓଟି) ପକ୍ଷରୁ ରାଜ୍ୟ ସରକାରଗୁଡ଼ିକୁ ଅନୁରୋଧ କରାଯାଇଛି।

ବ୍ରାଜିଲ,ମେକ୍ସିକୋରୁ ଭାରତ ତେଲ ଆମଦାନୀ ବଢ଼ାଇବ

ବ୍ରାଜିଲ,ମେକ୍ସିକୋରୁ ଭାରତ ତେଲ ଆମଦାନୀ ବଢ଼ାଇବ

ନୂଆଦିଲ୍ଲୀ,୨୫-୩: ଆମେରିକା କଟକଣା ଯୋଗୁ ଭେନେଜୁଏଲାରୁ ଭାରତ ଅଶୋଧିତ ତୈଳ ଆମଦାନୀ କରିପାରୁନି। ବ୍ରାଜିଲ ଓ ମେକ୍ସିକୋରୁ ଅଧିକ ତୈଳ ଆମଦାନୀ କରି ଭାରତ ଏହାର ଭରଣା କରିବାକୁ ଚାହୁଁଛି। 

ରାଜ୍ୟସରକାରଙ୍କ ଠାରୁ ମିଳୁନି ବକେୟା ବିଜୁଳି ବିଲ୍‌;ଏନ୍‌ପିଏ ହୋଇପାରେ ୩ ଲକ୍ଷ କୋଟି

ରାଜ୍ୟସରକାରଙ୍କ ଠାରୁ ମିଳୁନି ବକେୟା ବିଜୁଳି ବିଲ୍‌;ଏନ୍‌ପିଏ ହୋଇପାରେ ୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨୫-୩: ରାଜ୍ୟ ସରକାରଗୁଡ଼ିକ ବିଜୁଳି ବିଲ୍‌ ବାବଦରେ ବକେୟା ପ୍ରଦାନ କରୁ ନଥିବାରୁ ପ୍ରାୟ ଏକ ଡଜନ ବିଦ୍ୟୁତ ପ୍ରକଳ୍ପରେ ୩ ଲକ୍ଷ କୋଟି ଟଙ୍କାର ଘରୋଇ ନିବେଶ ଏବେ ସଙ୍କଟଗ୍ରସ୍ତ ହୋଇଛି। ଏହି ପରିମାଣ ଅର୍ଥ ଏବେ ଏନ୍‌ପିଏ ବା ଅନାଦାୟ ଋଣ ହେବାକୁ ବସିଛି, ଯାହା ଋଣ ପ୍ରଦାନକାରୀ ବ୍ୟାଙ୍କଗୁଡ଼ିକ ପାଇଁ ଶୁଭଙ୍କର ନୁହେଁ।

ତାଲିକାଭୁକ୍ତ କମ୍ପାନୀଙ୍କ ଯାଞ୍ଚ;ଅଧିକ କ୍ଷମତା ଚାହୁଁଛି ସେବି

ତାଲିକାଭୁକ୍ତ କମ୍ପାନୀଙ୍କ ଯାଞ୍ଚ;ଅଧିକ କ୍ଷମତା ଚାହୁଁଛି ସେବି

ମୁମ୍ବାଇ,୨୫-୩: ଷ୍ଟକ୍‌ ମାର୍କେଟ ନିୟନ୍ତ୍ରକ ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ଆର୍ଥିକ ଠକେଇ ରୋକିବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଅଧିକ କ୍ଷମତା ଚାହୁଁଛି। 

ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା;ଏପ୍ରିଲ ସୁଦ୍ଧା ୧ କୋଟି ପଞ୍ଜୀକରଣ ସମ୍ଭାବନା

ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା;ଏପ୍ରିଲ ସୁଦ୍ଧା ୧ କୋଟି ପଞ୍ଜୀକରଣ ସମ୍ଭାବନା

ନୂଆଦିଲ୍ଲୀ,୨୫-୩: ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନାରେ ଏପ୍ରିଲ ସୁଦ୍ଧା ୧ କୋଟି ଶ୍ରମିକ ପଞ୍ଜୀକରଣ କରିସାରିଥିବେ ବୋଲି କେନ୍ଦ୍ର ସରକାର ଅନୁମାନ କରୁଛନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି।

ଛୁଟି ପାଳନ, ମହଙ୍ଗା ଟୁର୍‌ ଯିବାରେ ଭାରତ ସର୍ବାଗ୍ରେ

ଛୁଟି ପାଳନ, ମହଙ୍ଗା ଟୁର୍‌ ଯିବାରେ ଭାରତ ସର୍ବାଗ୍ରେ

ନୂଆଦିଲ୍ଲୀ,୨୫-୩: ଛୁଟି ପାଳନ ଓ ମହଙ୍ଗା ଟୁର୍‌ ଯିବା କଥା ଉଠିଲେ ଭାରତ ବିଶ୍ୱରେ ସର୍ବାଗ୍ରେ ରହିଛି। ଭାରତ ମହଙ୍ଗା ଟୁର୍‌ ଯିବାରେ ମେକ୍ସିକୋ, ଥାଇଲାଣ୍ଡ, ସ୍ପେନ, ତୁର୍କି, ଆମେରିକା ଓ ଚାଇନା ସମେତ ବିଶ୍ୱର ଅନ୍ୟ ଦେଶକୁ ପଛରେ ପକାଇ ଦେଇଛି। 

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାର ରୋକିବା ଉପରେ ନଜର

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାର ରୋକିବା ଉପରେ ନଜର

ନୂଆଦିଲ୍ଲୀ,୨୫-୩: ଦେଶରେ ସାଧାରଣ ନିର୍ବାଚନ ଏପ୍ରିଲ ୧୧ରୁ ଆରମ୍ଭ ହେଉଛି। ନିର୍ବାଚନ ସମୟରେ ବେଆଇନ ଅର୍ଥ କାରବାର,ମଦ ଏବଂ ସୁନା ବ୍ୟବହାର ଉପରେ ରୋକ ଲଗାଇବା ଲାଗି ପଦକ୍ଷେପ ନିଆଯାଇଛି।

ସୁନା ଆମଦାନୀ ୫.୫% ହ୍ରାସ

ସୁନା ଆମଦାନୀ ୫.୫% ହ୍ରାସ

ନୂଆଦିଲ୍ଲୀ,୨୫-୩: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଫେବୃୟାରୀ ମଧ୍ୟରେ ଦେଶରେ ସୁନା ଆମଦାନୀ ୫.୫% ହ୍ରାସ ପାଇ ୨୯.୫ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଲ୍‌ଆଇସିର ନୂଆ ନବଜୀବନ ପ୍ଲାନ

ଏଲ୍‌ଆଇସିର ନୂଆ ନବଜୀବନ ପ୍ଲାନ

ମୁମ୍ବାଇ,୨୫-୩: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ ନୂଆ ନବଜୀବନ ପ୍ଳାନର ଶୁଭାରମ୍ଭ ହୋଇଛି। 

ଏସ୍‌ବିଆଇ ନ୍ୟୁମେରୋ ୟୋନୋର ବିଜେତା ପୁରସ୍କୃତ

ଏସ୍‌ବିଆଇ ନ୍ୟୁମେରୋ ୟୋନୋର ବିଜେତା ପୁରସ୍କୃତ

ମୁମ୍ବାଇ,୨୫-୩: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଏହାର କ୍ୱିଜ ପ୍ରତିଯୋଗିତା ‘ନ୍ୟୁମେରୋ ୟୁନୋ ୨୦୧୯’ର ବିଜେତା ପୁରସ୍କୃତ କରାଯାଇଛି। 

ହ୍ୟୁଣ୍ଡାଇର ମେଗା ଏକ୍ସପେରିଏନ୍ସ କ୍ୟାମ୍ପ

ହ୍ୟୁଣ୍ଡାଇର ମେଗା ଏକ୍ସପେରିଏନ୍ସ କ୍ୟାମ୍ପ

ନୂଆଦିଲ୍ଲୀ,୨୫-୩: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ମେଗା ଏକ୍ସପେରିଏନ୍ସ ହ୍ୟୁଣ୍ଡାଇ କ୍ୟାମ୍ପ ଆୟୋଜିତ ହୋଇଯାଇଛି। 

ଏନ୍‌ବିଡବ୍ଲ୍ୟୁ ଖାରଜ ଲାଗି ଚୋକ୍‌ସିଙ୍କ ଆବେଦନ

ଏନ୍‌ବିଡବ୍ଲ୍ୟୁ ଖାରଜ ଲାଗି ଚୋକ୍‌ସିଙ୍କ ଆବେଦନ

ମୁମ୍ବାଇ,୨୪-୩: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଠକେଇର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ) ଖାରଜ କରିବା ଲାଗି ସ୍ଥାନୀୟ ପିଏମ୍‌ଏଲ୍‌ଏ କୋର୍ଟରେ ଆବେଦନ କରିଛନ୍ତି। 


Model This Week

ରଶ୍ମି
Why Dharitri