ରାଜ୍ୟ |

ପ୍ରେସ୍‌ଛକ ବୋମା, ଗୁଳିମାଡ଼ ମାମଲା: ମହିମାନନ୍ଦଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ପ୍ରେସ୍‌ଛକ ବୋମା, ଗୁଳିମାଡ଼ ମାମଲା: ମହିମାନନ୍ଦଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ ରିପୋର୍ଟ ଦାଖଲ ନିର୍ଦ୍ଦେଶ
କଟକ ଅଫିସ, ୨୭।୩- ମଧୁପାଟଣା ପ୍ରେସ୍‌ ଛକରେ ଆଡ୍‌ଭୋକେଟ ଅଭୟ ଭଟ୍ଟଙ୍କ ଉପରକୁ ହୋଇଥିବା ବୋମା ଓ ଗୁଳିମାଡ଼ ମାମଲାରେ ଅଭିଯୁକ୍ତ ଶିଳ୍ପପତି ମହିମାନନ୍ଦ ମିଶ୍ର ପୁଣି ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ତାଙ୍କ ଜାମିନ ଆବେଦନର ଶୁଣାଣି ହୋଇଥିଲା। ମହିମାନନ୍ଦଙ୍କୁ କାହିଁକି ଡାକ୍ତରଖାନାରେ ରଖାଯାଇଛି ତାହା ଜାଣିବାକୁ ଚାହିଁଥିଲେ ହାଇକୋର୍ଟ। ଏଥିପାଇଁ ମହିମାନନ୍ଦଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଡି.ପି. ଚୌଧୁରୀ ଉପରୋକ୍ତ ନିର୍ଦ୍ଦେଶ ଦେବା ସହ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଏପ୍ରିଲ ୧୬କୁ ଧାର୍ଯ୍ୟ କରିଛନ୍ତି। ଉକ୍ତ ମାମଲାରେ ମହିମାନନ୍ଦଙ୍କ ଜାମିନ ଆବେଦନକୁ ହାଇକୋର୍ଟ ୨୦୧୭ ଜୁନ ୨୦ରେ ଖାରଜ କରିଦେଇଥିଲେ। ମହିମାନନ୍ଦ ସ୍ବାସ୍ଥ୍ୟଗତ ସମସ୍ୟା ଥିବା ଦର୍ଶାଇ ଓଲଟପୁରସ୍ଥିତ ନିରତାର୍‌ରେ ରହି ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ୨୦୧୩ ସେପ୍ଟେମ୍ବର ୨୦ ରାତିରେ ଏହି ଘଟଣା ଘଟିଥିଲା। ଭାଣପୁର ଅଞ୍ଚଳର ଆଡ୍‌ଭୋକେଟ ଭଟ୍ଟ ଓ ତାଙ୍କ ଶଳା ସୁଶାନ୍ତ କୁମାର ପାଲ ଓରଫ ହାଡୁ ଏକ କାର(ଓଆର୦୫ଏଇ-୬୨୪୭)ରେ କଚେରିରୁ ଘରକୁ ଫେରୁଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କ ଉପରକୁ ବୋମା ଓ ଗୁଳିମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଏସ୍‌ସିବିରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ମାଛୁଆ ବଜାର ଅଞ୍ଚଳର ବାବୁ ଓରଫ ଗଣେଶ ସାହୁଙ୍କୁ ସାଢେ ୩ ବର୍ଷ ପରେ ମଧୁପାଟଣା ଥାନା ପୋଲିସ ଗିରଫ କରିଥିଲା। ପଚରାଉଚରାବେଳେ ବାବୁ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଥିଲା। ଏହି ଆଧାରରେ ମଧୁପାଟଣା ଥାନା ପୋଲିସ ପାରାଦୀପ ଯାଇ ମହିମାନନ୍ଦଙ୍କୁ ଜେରା କରିଥିଲା। ତାଙ୍କୁ ଏହି ବୋମା ଓ ଗୁଳିମାଡ଼ ଘଟଣାରେ ଅଭିଯୁକ୍ତ ଦର୍ଶାଇ ୩ ଦିନିଆ ରିମାଣ୍ଡରେ ଆଣିଥିଲା।
All Right Reserved By

ରାଜ୍ୟ |

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁରଠାରେ ପୋଲିସ ଗୁଳିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। 

 ଜିଲା ବିଜେଡି ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାନନ୍ଦ

ଜିଲା ବିଜେଡି ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାନନ୍ଦ

ପାଟଣା,୨୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବିଜେଡି ଉପସଭାପତି ଦେବାନନ୍ଦ ପୃଷ୍ଟି ରବିବାର ପଦରୁ ଇସ୍ତଫା ଦେଇଛନ୍ତି। 

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ନିର୍ବାଚନ କାର୍ଯ୍ୟରେ ନିୟୋଜିିତ  କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଥାନାରେ ଅଭିଯୋଗ

ନିର୍ବାଚନ କାର୍ଯ୍ୟରେ ନିୟୋଜିିତ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଥାନାରେ ଅଭିଯୋଗ

ଭୁବନ,୨୧।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ନିର୍ବାଚନମଣ୍ଡଳୀର ଭୁବନଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଷ୍ଟାଟିକ ସର୍ଭିଲାନ୍ସ ୧୨ ନଂ.  ଟିମ୍‌ଙ୍କୁ ମହୁଲପାଳ ପଞ୍ଚାୟତରେ ଶନିବାର ଦୁର୍ବ୍ୟବହାର  କରାଯାଇଥିଲା

ନବନିର୍ମାଣ କୃଷକ ସଂଗଠନର ପୋଲିଂ ପାର୍ଟିକୁ ବିରୋଧ: ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ

ନବନିର୍ମାଣ କୃଷକ ସଂଗଠନର ପୋଲିଂ ପାର୍ଟିକୁ ବିରୋଧ: ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୧।୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ରବିବାର ପ୍ରାଇସ୍‌, ପ୍ରେଷ୍ଟିଜ୍‌, ପେନ୍‌ସନ ଦାବିରେ କେନ୍ଦୁଝର ମାଇନିଂ ସ୍କୁଲ୍‌ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। 

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଶେଷ ପ୍ରଚାର: ରୋଡ ଶୋ’ ରେ ଧର୍ମେନ୍ଦ୍ରଙ୍କ ଭୋଟ ଭିକ୍ଷା

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଶେଷ ପ୍ରଚାର: ରୋଡ ଶୋ’ ରେ ଧର୍ମେନ୍ଦ୍ରଙ୍କ ଭୋଟ ଭିକ୍ଷା

ଅନୁଗୋଳ ଅଫିସ,୨୧।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ପ୍ରଚାର ଶେଷ ହେବାକୁ ଥିବାବେଳେ  ଏ ନେଇ ଅନୁଗୋଳ ନିିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ରୋଡ ଶୋ’ କରାଯାଇଛି। 

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ନିରଞ୍ଜନଙ୍କ କଡା ଆଭିମୁଖ୍ୟ: ୬ ଜଣଙ୍କୁ ବହିଷ୍କାର

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ନିରଞ୍ଜନଙ୍କ କଡା ଆଭିମୁଖ୍ୟ: ୬ ଜଣଙ୍କୁ ବହିଷ୍କାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରବିିବାର ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ବିଜୟଙ୍କ ପାଇଁ ପୁଣି ଅଗ୍ନିପରୀକ୍ଷା: ବେଦୁଙ୍କ ପରଲୋକ ଯୋଗୁ ସ୍ଥଗିତ ହେବ ପାଟକୁରା ବିଧାନସଭା ନିର୍ବାଚନ

ବିଜୟଙ୍କ ପାଇଁ ପୁଣି ଅଗ୍ନିପରୀକ୍ଷା: ବେଦୁଙ୍କ ପରଲୋକ ଯୋଗୁ ସ୍ଥଗିତ ହେବ ପାଟକୁରା ବିଧାନସଭା ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପାଟକୁରା ବିଧାୟକ ତଥା  ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ବିୟୋଗ ପରେ ଏହି ନିର୍ବାଚନମଣ୍ଡଳୀରେ ନିର୍ବାଚନ ସ୍ଥଗିତ ହେବା ନେଇ ଏକପ୍ରକାର ନିିଶ୍ଚିତ ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୩୫୪ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୩ ଜଣ କୋଟିପତି; ପିନାକୀ, ବବି ସବୁଠୁ ଧନୀ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୩୫୪ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୩ ଜଣ କୋଟିପତି; ପିନାକୀ, ବବି ସବୁଠୁ ଧନୀ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଆସନ୍ତା ୨୩  ତାରିଖରେ ରାଜ୍ୟର ୬ ଲୋକ ସଭା ଏବଂ ୪୨ଟି ବିଧାନସଭା ଆସନରେ ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ କରାଯିବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳରୁ  ଓ ସ୍ବାଧୀନ ଭାବେ ୩୫୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri