ରାଜ୍ୟ |

ନିରଞ୍ଜନ ପଟ୍ଟନାୟକ ହେଲେ ପିସିସି ସଭାପତି

ନିରଞ୍ଜନ ପଟ୍ଟନାୟକ ହେଲେ ପିସିସି ସଭାପତି
ଭୁବନେଶ୍ୱର, ୧୯।୪(ବ୍ୟୁରୋ): ପିସିସି ସଭାପତି ଭାବେ ନିରଞ୍ଜନ ପଟ୍ଟନାୟକ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ନିଯୁକ୍ତି କରିଛନ୍ତି ଏଆଇସିସି ହାଇକମାଣ୍ଡ ରାହୁଲ ଗାନ୍ଧୀ। ସେହିପରି ନବ କିଶୋର ଦାଶ, ଚିରଞ୍ଜିବୀ ବିଶ୍ୱାଳ ଓ ପ୍ରଦୀପ ମାଝୀଙ୍କୁ ପିସିସିର କାର୍ଯ୍ୟକାରୀ ସଭାପତି ମଧ୍ୟ କରାଯାଇଛି। କଳାହାଣ୍ଡିର ନେତା ତଥା ପୂର୍ବତନ ଏମ୍‌ପି ଭକ୍ତଚରଣ ଦାସଙ୍କୁ ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଗୁରୁବାର ନୂଆଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସର ବରିଷ୍ଠ ନେତାମାନଙ୍କର ଆଲୋଚନା ହୋଇଥିଲା। ପ୍ରଥମେ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ସହ ରାହୁଲ ପ୍ରାୟ ୨୦ ମିନିଟ ଧରି ଆଲୋଚନା କରିଥିଲେ। ପରେ ରାହୁଲ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଭକ୍ତ ଚରଣ ଦାସ, ଚିରଞ୍ଜିବୀ ବିଶ୍ୱାଳ, ନବ କିଶୋର ଦାଶ, ପ୍ରଦୀପ ମାଝୀ ପ୍ରମୁଖଙ୍କ ସହ ଓଡ଼ିଶା ରାଜନୀତି ନେଇ ଆଲୋଚନା କରିଥିଲେ। କଂଗ୍ରେସକୁ କିଭଳି ସଂଗଠିତ କରାଯାଇପାରିବ ସେ ନେଇ ରାହୁଲ ପଚାରି ବୁଝିଥିଲେ। ତେବେ ସମସ୍ତ ନେତା ପିସିସି ପରିବର୍ତ୍ତନ ନେଇ ମତ ଦେଇଥିଲେ। ଅନେକ ନେତା ନିରଞ୍ଜନ ପଟ୍ଟନାୟକ ପିସିସି ସଭାପତି ହେଲେ କଂଗ୍ରେସର ସଂଗଠନ ସୁଦୃଢ଼ ହୋଇପାରିବ ବୋଲି ମତ ପ୍ରକାଶ କରିଥିଲେ। ଓଡ଼ିଶା କଂଗ୍ରେସ ନେତାଙ୍କ ସହ ରାହୁଲ ଆଲୋଚନା କରିବା ବେଳେ ନବନିଯୁକ୍ତ ପିସିସି ପ୍ରଭାରୀ ଜିତେନ୍ଦ୍ର ସିଂହ ଓ ଓଡ଼ିଶା ଦାୟିତ୍ୱରେ ରହିଥିବା ଏଆଇସିସିର ସମ୍ପାଦକମାନେ ମଧ୍ୟ ଉପସ୍ଥିତ ଥିଲେ। ବୈଠକ ପରେ ଜିତେନ୍ଦ୍ର ସିଂହ ପିସିସି ପରିବର୍ତ୍ତନ ନେଇ ସୂଚନା ଦେଇଥିଲେ। ପ୍ରେସ ରିଲିଜ ଜରିଆରେ ସଂଧ୍ୟା ସୁଦ୍ଧା ଏ ନେଇ ସୂଚନା ଦିଆଯିବ ବୋଲି ଜିତେନ୍ଦ୍ର କହିଥିଲେ।
All Right Reserved By

ରାଜ୍ୟ |

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କୋଣାର୍କ,୨୩।୩ (ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗ ରାସ୍ତାର ସାହୁ ଖଣତା ନିକଟରେ ଶନିବାର ପୂର୍ବାହ୍ନ ୧୦ଟାରେ ମାରୁତି କାର ସହ ୟାମାହା ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। 

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ଦଳୀୟ ପ୍ରାର୍ଥୀ ଭାବେ ଭବାନୀ ଶଙ୍କର ନାୟକଙ୍କ ନାମ ଘୋଷଣା କରାଯାଇଛି।

ବିଦେଶୀ ମଦ ଜବତ: ଜଣେ ଗିରଫ

ବିଦେଶୀ ମଦ ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୩।୩:  ଭଦ୍ରକ ସଦର  ଅବକାରୀ ଟିମ ଶନିବାର ଚଢ଼ାଉ କରି ରାଣୀତାଲ ଅନ୍ତର୍ଗତ ଚୁଡ଼ଙ୍ଗପୁର ନିକଟରୁ ବ୍ୟାପକ ବିଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ ଅଫିସ,୨୩।୩: ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣାରେ ଷ୍ଟେସନ ଅଧୀକ୍ଷକଙ୍କ ଏତାଲା କ୍ରମେ ଶନିବାର  ଜିଆର୍‌ପି ଓ ଆର୍‌ପିଏଫ୍‌ରେ ଆପରାଧିକ ମାମଲା ରୁଜୁ ହୋଇଛି। ଅଧୀକ୍ଷକ ସୋରେନ କୁମାର ନସ୍କରଙ୍କ ଅଭିଯୋଗ ଅନୁଯାୟୀ ଅଗ୍ନିକାଣ୍ଡ ଫଛରେଥିବା କାରଣର ସତ୍ୟାସତ୍ୟ  ଉନ୍ମୋଚନ କରାଯାଉ ବୋଲି ଏତାଲାରେ ଦର୍ଶାଇଛନ୍ତି। 

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନିକଟରେ ବିଜେଡି ଛାଡ଼ିଥିବା କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ବିଧାୟକ ଦଳ ନେତା କେ.ଭି. ସିଂ ଦେଓଙ୍କ ବାସଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ଯୋଗ ଦେଇଛନ୍ତି। 

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କଂଗ୍ରେସ ପକ୍ଷରୁ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ରଣପୁର ବିଧାନସଭା ଆସନରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ପଣ୍ଡା ଓରଫ ମିଲି ପଣ୍ଡାଙ୍କୁ ଟିକେଟ୍‌ ମିଳିଥିବା ଦେଖିବାକୁ ମିଳିଛି। 

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ  ଲଢ଼ିବାକୁ ନିଷ୍ପତ୍ତି

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ ଲଢ଼ିବାକୁ ନିଷ୍ପତ୍ତି

ଗୁଣପୁର,୨୩।୩(ଡି.ଏନ୍‌.ଏ.):  ୨୦୧୯ ଓଡ଼ିଶା ବିଧାନସଭା ନିିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା କରାଯାଇଛି। 

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ (ନଂ. ୧୩୪) ନିମନ୍ତେ କଂଗ୍ରେସ ତାର ପ୍ରାର୍ଥୀ ବଦଳାଇଛି। 

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୯୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଶୁକ୍ରବାର ଆଉ ୨୨ଟି ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।

୭ ମହିଳା

୭ ମହିଳା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁ ଛକାପଞ୍ଝା ପରେ ଶୁକ୍ରବାର କଂଗ୍ରେସ ବିଧାନସଭା ଆସନ ଲାଗି ୫୪ ଜଣିଆ ପ୍ରାର୍ଥୀପତ୍ର ତାଲିକା ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି କେବଳ ୭ ମହିଳା। 

ବିଧାନସଭା: କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪

ବିଧାନସଭା: କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୩: କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ବିଧାନସଭା ପାଇଁ  ଶୁକ୍ରବାର ୫୪ ଜଣଙ୍କ ନାଁ ଘୋଷଣା କରାଯାଇଛି। ଏଥିରେ ଦିଗପହଣ୍ଡିରୁ ବିସ୍ମୟ ମହାପାତ୍ରଙ୍କ ସ୍ଥାନରେ ପ୍ରଫୁଲ୍ଲ ପଣ୍ଡାଙ୍କୁ ଟିକେଟ ମିଳିଛି। 

୨ୟ ପର୍ଯ୍ୟାୟରେ ୨୨

୨ୟ ପର୍ଯ୍ୟାୟରେ ୨୨

ନୂଆଦିଲ୍ଲୀ/ ଭୁବନେଶ୍ୱର, ୨୩/୩(ବ୍ୟୁରୋ)-  ୨୦୧୯ ଓଡ଼ିଶା ବିଧାନସଭା ନିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା ହୋଇଛି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା