ଉପକୂଳ ଓଡିଶା

ଟ୍ରକ୍‌ ଦୁର୍ଘଟଣାରେ ଯୁବକ ମୃତ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)- ବିଞ୍ଝାରପୁର ଥାନା ଜାରକାଠାରେ ଶୁକ୍ରବାର ସନ୍ଧ୍ୟାରେ ବୋଛାଳ ଗ୍ରାମର ଅଶୋକ ସାହୁ(୨୫)ଙ୍କର ଏକ ଟ୍ରକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କଟକ ପଠାଇଛନ୍ତି। ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ବାଇକ୍‌ ଯୋଗେ କଟକରୁ ନିଜ ଘରକୁ ଫେରୁଥିବାବେଳେ ଜାରକାଠାରେ ଏକ ଟ୍ରକ ସହ ଧକ୍କା ହୋଇଥିଲା । ଶନିବାର ମୃତଦେହ ବାଛୋଳଠାରେ ପହଞ୍ଚିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସରପଞ୍ଚ ତରୁଣ ସାହୁ ଓ ସମିତିସଭ୍ୟ ସୁରେନ୍ଦ୍ର ସାହୁ ଅନ୍ତେଷ୍ଟି କ୍ରିୟାରେ ସାମିଲ ହୋଇ ଶୋକ ବ୍ୟକ୍ତ କରିଛନ୍ତି ।
All Right Reserved By

ଉପକୂଳ ଓଡିଶା

  କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। 

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ନିରାକାରପୁର,୨୧ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ମନ୍ଦାକିନୀ ନଦୀ ଗାର୍ଡଓ୍ବାଲ୍‌ରେ ଏକ ଟ୍ରକ୍‌ ପିଟିହୋଇ ରବିବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। 

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ରତ୍ନଗିରି,୨୧ା୪(ଡି.ଏନ.ଏ.)- ବରୀ ବ୍ଲକ ଅଧୀନ ଉଦୟନାଥପୁର ପଞ୍ଚାୟତ ଉଦୟନାଥପୁର ଗ୍ରାମର ସୂର୍ଯ୍ୟକାନ୍ତ ସାମଲଙ୍କ ଘରେ ରବିବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳିଯାଇଛି। 

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। 

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। 

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। 

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri