ଉପକୂଳ ଓଡିଶା

ସାକାର ହେବ ୫ ଗ୍ରାମବାସୀଙ୍କ ସ୍ବପ୍ନ : ରାମପଲ୍ଲୀ ନାଳରେ ସେତୁ ନିର୍ମାଣ ପାଇଁ ଭୂମି ପୂଜା

ସାକାର ହେବ ୫ ଗ୍ରାମବାସୀଙ୍କ ସ୍ବପ୍ନ : ରାମପଲ୍ଲୀ ନାଳରେ ସେତୁ ନିର୍ମାଣ ପାଇଁ ଭୂମି ପୂଜା
ନୂଆଗାଁ,୧୨। ୫ (ଡି.ଏନ.ଏ.)- ସ୍ବାଧୀନତାର ଦୀର୍ଘ ୭୦ବର୍ଷ ପରେ ନୟାଗଡ଼ ଜିଲା ନୂଆଗାଁ ବ୍ଲକର ୫ ଗ୍ରାମବାସୀଙ୍କ ସ୍ବପ୍ନ ସାକାର ହେବାକୁ ଯାଉଛି। ଏହି ଗାଁଗୁଡିକ ପାଇଁ ମୁଖ୍ୟ ବାଧକ ସାଜିଥିବା ରାମପଲ୍ଲୀ ନାଳରେ ସେତୁ ନିର୍ମାଣ ପାଇଁ ଶନିବାର ଭୂମିପୂଜା କରାଯାଇଛି। ଏହି ବ୍ଲକ ଜାକେଡା ପଞ୍ଚାୟତର ଶହୀଦ କଷ୍ଟି ଡାକୁଆଙ୍କ ଗାଁ ହେଉଛି କୁଶବିଡା। ଏହି ଗାଁ ସମେତ ରାମପଲ୍ଲୀ, କେନ୍ଦୁବଣିଆ, ଗୁଣ୍ଡୁରାସାହି, ଚଡକମରା ଆଦି ୫ ଗ୍ରାମରେ ପ୍ରାୟ ସାତ ଶହରୁ ଊର୍ଦ୍ଧ୍ୱ ଜନସାଧାରଣ ବାସ କରନ୍ତି। ବହୁବିଧ ସମସ୍ୟା ମଧ୍ୟରେ ବୁଡ଼ିରହିଥିବା ଗାଁଗୁଡିକ ପାଇଁ ମୁଖ୍ୟ ବାଧକ ସାଜିଥିଲା ରାସ୍ତାନାଳ। ବାଲଣ୍ଡା ଓ ଗୁଣ୍ଡୁରାସାହି ରାସ୍ତାରେ ଥିବା ରାମପଲ୍ଲୀ ନାଳରେ ସେତୁ ନିର୍ମାଣ ପାଇଁ ଗ୍ରାମବାସୀ ଦୀର୍ଘଦିନ ହେଲା ଦାବି କରିଆସୁଥିଲେ ମଧ୍ୟ ତାହା କେବଳ ପ୍ରତିଶ୍ରୁତିରେ ରହିଯାଇଥିଲା। ଜିଲା ପରିଷଦ ସଭ୍ୟ ନସିର ଅହମ୍ମଦ ଏ ନେଇ ବାରମ୍ବାର ଜିଲାପାଳଙ୍କୁ ଜଣାଇବା ସହ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ପରେ ଲୋକଙ୍କ ସ୍ବପ୍ନ ସାକାର ହେବାକୁ ଯାଉଛି। ଏହି ସେତୁ ନିର୍ମାଣ ପାଇଁ ସରକାରଙ୍କ ତରଫରୁ ୧ କୋଟି ୫୫ ଲକ୍ଷ ୩୭ ହଜାର ଟଙ୍କା ଅନୁଦାନ ଦିଆଯାଇଛି। ସେହିପରି ଆର୍‌ଡି ରାସ୍ତାଠାରୁ ରଗଡିସାହି ଓ କରଡାପଲ୍ଲୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ରାସ୍ତା ନିର୍ମାଣ ପାଇଁ ୧କୋଟି ୩୭ ଲକ୍ଷ ୩୩ ହଜାର ଟଙ୍କା ଅନୁଦାନ ଦିଆଯାଇଛି। ଦୁଇଟି କାମ କରିବାର ପ୍ରଥମ ସୋପାନ ଭୂମିପୂଜା ଜିଲା ପରିଷଦ ସଭ୍ୟ ନସିର ଅହମ୍ମଦଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ, ଦଶପଲ୍ଲା ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକ, ନୟାଗଡ ଜିଲା ପରିଷଦ ଚେୟାରମ୍ୟାନ ବୈଜୟନ୍ତିମାଳା ମହାନ୍ତି, ଉପାଧ୍ୟକ୍ଷ ଅଖିଳ କୁମାର ଜାନି, ନୂଆଗାଁ ବ୍ଲକ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ନୂଆଗାଁ ବ୍ଲକ ବିଜେଡି ସଭାପତି ତଥା ଆତ୍ମା ଚେୟାରମ୍ୟାନ ରମେଶ ଚନ୍ଦ୍ର ପ୍ରଧାନ, ପାରାଢିପି ପଞ୍ଚାୟତର ସମିତି ସଭ୍ୟା ମମତା ନାୟକ, ପାରାଢିପି ସରପଞ୍ଚ ସବିତା ସାହୁ, ଜାକେଡା ଓ ମାଳିସାହି ପଞ୍ଚାୟତର ସରପଞ୍ଚଙ୍କ ସମେତ ୫ ଗ୍ରାମର ଶତାଧିକ ଗ୍ରାମବାସୀ ଯୋଗଦେଇଥିଲେ ।
All Right Reserved By

ଉପକୂଳ ଓଡିଶା

  କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। 

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ନିରାକାରପୁର,୨୧ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ମନ୍ଦାକିନୀ ନଦୀ ଗାର୍ଡଓ୍ବାଲ୍‌ରେ ଏକ ଟ୍ରକ୍‌ ପିଟିହୋଇ ରବିବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। 

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ରତ୍ନଗିରି,୨୧ା୪(ଡି.ଏନ.ଏ.)- ବରୀ ବ୍ଲକ ଅଧୀନ ଉଦୟନାଥପୁର ପଞ୍ଚାୟତ ଉଦୟନାଥପୁର ଗ୍ରାମର ସୂର୍ଯ୍ୟକାନ୍ତ ସାମଲଙ୍କ ଘରେ ରବିବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳିଯାଇଛି। 

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। 

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। 

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। 

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri