ରାଜ୍ୟ | ଉପକୂଳ ଓଡିଶା

ମହାନଦୀରୁ ୪ ମୃତଦେହ ଉଦ୍ଧାର ଘଟଣା : ରହସ୍ୟମୟ ବୁଧବାର ରାତି

ମହାନଦୀରୁ ୪ ମୃତଦେହ ଉଦ୍ଧାର ଘଟଣା : ରହସ୍ୟମୟ ବୁଧବାର ରାତି
କୁଜଙ୍ଗ,୧୩ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମର ବିଶ୍ୱମ୍ବର ସେଠୀଙ୍କ ପରିବାର ନିଶ୍ଚିହ୍ନ ହୋଇଯିବା ଘଟଣା ଦିନକୁ ଦିନ ଅଧିକ ରହସ୍ୟାବୃତ୍ତ ହୋଇଚାଲିଛି। ଗୁରୁବାର ବିଶ୍ୱମ୍ବରଙ୍କ ସ୍ତ୍ରୀ ମାମାନି, ଦୁଇ ଝିଅ ବର୍ଷା, ଲିପ୍‌ସା ଓ ୨ ବର୍ଷର ପୁଅ ଗୁନାଙ୍କ ମୃତଦେହ ଏକ ସଙ୍ଗେ ମହାନଦୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ତେଣୁ ବୁଧବାର ରାତିରେ ହିଁ ଏହି ରହସ୍ୟମୟ କାଣ୍ଡ ଘଟିଯାଇଥିବା ଏକପ୍ରକାର ସ୍ପଷ୍ଟ ହୋଇଛି। କାରଣ ଗୁରୁବାର ଲୋକେ ମୃତଦେହ ମହାନଦୀରେ ଭାସୁଥିବା ଦେଖିଥିଲେ। ଶୁକ୍ରବାର ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ଗଁା ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଏହି ଘଟଣାରେ ବିଶ୍ୱମ୍ବରଙ୍କ ଶ୍ୱଶୁର ଓ ଶଳାଙ୍କୁ ୩ଦିନ ହେଲା ପୋଲିସ ଅଟକ ରଖି ପଚରାଉଚରା କରୁଥିବାରୁ ଶନିବାର ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଲୋକେ ଚାହିଁ ରହିଥିଲେ। ମାତ୍ର ଅଦ୍ୟାବଧି ପୋଲିସ ଏହି ରହସ୍ୟ ଉନ୍ମୋଚନ କରିପାରିନାହିଁ। ବୁଧବାର ରାତିରେ କ’ଣ ଘଟିଲା, ତାହା ଅଦ୍ୟାବଧି କେହି ସ୍ପଷ୍ଟ ଭାବେ କହିପାରୁନାହାନ୍ତି। ଯେଉଁମାନଙ୍କୁ ପୋଲିସ ଏହି ଘଟଣାର ସାକ୍ଷୀ ଭାବେ ଗ୍ରହଣ କରୁଛି, ସେମାନେ କେହି ସମ୍ପୂର୍ଣ୍ଣ କଥା ଜାଣିନାହାନ୍ତି। ଅର୍ଥାତ୍‌ କାହାକୁ ମଧ୍ୟ ପ୍ରମୁଖ ସାକ୍ଷୀ ଭାବେ ଗ୍ରହଣ କରାଯାଇପାରୁନି। ତେବେ ପୋଲିସ ଟିମ୍‌ ବାରମ୍ବାର ଘଟଣାସ୍ଥଳକୁ ଯିବା ସହିତ ଗ୍ରାମବାସୀଙ୍କଠାରୁ ଖିଅ ଖୋଜୁଛି। କେତେକ ଗ୍ରାମବାସୀ ବିଶ୍ୱମ୍ବରଙ୍କ ଶ୍ୱଶୁର ୨ ଝିଅଙ୍କୁ ସାଇକେଲରେ ବସାଇ ସନ୍ଧ୍ୟାରେ ନେଉଥିବା ଦେଖିଥିବା କହିଛନ୍ତି। ଅନ୍ୟ କେତେକ ଗ୍ରାମବାସୀ ଓଲଟା କଥା କହୁଛନ୍ତି। କୁଜଙ୍ଗ ପୋଲିସ ସହିତ ଜିଲା ପୋଲିସର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଖୋଳତାଡ଼ କରୁଛନ୍ତି। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ ସମସ୍ତଙ୍କ ଅପେକ୍ଷା ରହିଛି। କିଭଳି ଓ କେଉଁ ପରିସ୍ଥିତିରେ ମାମାନି ଓ ତାଙ୍କ ୩ ପିଲାଙ୍କ ଏକ ସଙ୍ଗେ ମୃତ୍ୟୁ ଘଟିଲା ତାହା ବୁଝାପଡୁନି। ବିଶ୍ୱମ୍ବରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହେବା ପରେ ମାମାନିଙ୍କୁ କ୍ଷତିପୂରଣ ବାଦରେ ଯେଉଁ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମିଳିଥିଲା ତାହାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସମସ୍ତେ ସନ୍ଦେହ କରୁଛନ୍ତି। ଅନ୍ୟପକ୍ଷରେ ଘଟଣାର ତଦନ୍ତ ଜାରି ରହିଛି, ଖୁବ୍‌ଶୀଘ୍ର ରହସ୍ୟ ଉନ୍ମୋଚନ ହେବ ବୋଲି ପୋଲିସ କହିଛି।
All Right Reserved By

ରାଜ୍ୟ | ଉପକୂଳ ଓଡିଶା

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର, ୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ଆନନ୍ଦପୁର,୨୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏକ ପୋଲିଂ ବୁଥ୍‌ ନିକଟରେ ଧାରଣା ଦେଇଛନ୍ତି। 

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri