ଜୀବନଚର୍ଯ୍ୟା |

କେଶର ଘରୋଇ ଉପଚାର

କେଶର  ଘରୋଇ  ଉପଚାର
ପିଆଜ ରସକୁ ୧୦ରୁ ୧୫ ମିନିଟ୍‌ ପର୍ଯ୍ୟନ୍ତ କେଶ ମୂଳରେ ଲଗାଇ ଶାମ୍ପୋରେ ଧୋଇ ଦିଅନ୍ତୁ। କିଛିଦିନ ଏପରି କରନ୍ତୁ, ଦେଖିବେ କେଶ ଝଡିବା ବନ୍ଦ ହୋଇଯିବ। ଆପଣ ଚାହିଁଲେ ପିଆଜ ରସ ବଦଳରେ ଆଳୁ ରସ ମଧ୍ୟ ବ୍ୟବହାର କରିପାରିବେ। ନଡିଆ କ୍ଷୀର, ଫାଳେ ଲେମ୍ବୁ ରସ, ଚାରିବୁନ୍ଦା ଲାଭେଣ୍ଡର ଅଏଲ ଭଲଭାବେ ମିଶାନ୍ତୁ। ଏହି ମିଶ୍ରଣକୁ କେଶ ମୂଳରେ ଲଗାଇ ୪/୫ ଘଣ୍ଟା ପରେ ଧୋଇ ଦିଅନ୍ତୁ। କେଶକୁ ଶାମ୍ପୋରେ ଧୋଇବା ପରେ ପାଣିରେ ଆପଲ୍‌ ସିର୍‌କା ମିଶାଇ ପୁଣି ଥରେ କେଶ ଧୁଅନ୍ତୁ। ଏପରି କଲେ କେଶ ଲମ୍ବା ହେବା ସହ ଏଥିରେ ଚମକ ଆସିଥାଏ। ଦୁଇ ଚାମଚ ଅଁଳା ପାଉଡର ବା ଅଁଳା ରସରେ ଦୁଇ ଚାମଚ ଲେମ୍ବୁ ରସ ମିଶାଇ କେଶରେ ଲଗାନ୍ତୁ। ଶୁଖିଯିବା ପରେ ନଖ ଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହା କେଶ ଝଡିବା ବନ୍ଦ କରିବା ସହ କେଶ ବଢିବାରେ ସାହାଯ୍ୟ କରିଥାଏ। ଉଷୁମ ଥିବା ଗ୍ରୀନ୍‌ ଟିକୁ କେଶ ମୂଳରେ ଲଗାଇ ଏକ ଘଣ୍ଟା ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। କିଛିଦିନ ଏପରି କଲେ କେଶରେ ଚମକ ଆସିଥାଏ। ମେଥିରେ ଥିବା ନିକୋଟିନ୍‌ ଏସିଡ୍‌ ଏବଂ ପ୍ରୋଟିନ୍‌ କେଶ ପାଇଁ ବେଶ୍‌ ଉପକାରୀ। ତେଣୁ ମେଥିରେ ସାମାନ୍ୟ ପାଣି ମିଶାଇ ଗ୍ରାଇଣ୍ଡିଂ କରନ୍ତୁ। ଏଥିରେ ଅଳ୍ପ ନଡିଆ ତେଲ ମିଶାଇ କେଶ ମୂଳରେ ଲଗାନ୍ତୁ। ଅଧଘଣ୍ଟା ପରେ କେଶକୁ ଶାମ୍ପୋ କରନ୍ତୁ। ଏହା କେଶ ବୃଦ୍ଧି ସହ ତାହାର ପ୍ରାକୃତିକ ରଙ୍ଗ ବଜାୟ ରଖିବାରେ ସାହାଯ୍ୟ କରିଥାଏ। ଅଣ୍ଡାର ଧଳା ଅଂଶ, ଏକ ଚାମଚ ଲାଭେଣ୍ଡର ଅଏଲ ଓ ଏକ ଚାମଚ ମହୁର ମିଶ୍ରଣକୁ କେଶ ମୂଳରେ ଲଗାନ୍ତୁ। ୨୦ ମିନିଟ୍‌ ପରେ ଶାମ୍ପୋରେ ଧୋଇ ଦିଅନ୍ତୁ। ଏହା କେଶକୁ ସୁସ୍ଥ ରଖିଥାଏ।
All Right Reserved By

ଜୀବନଚର୍ଯ୍ୟା |

ଆଖି ରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଆଖି ରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ବାୟୁ ପ୍ରଦୂଷଣ ଯୋଗୁ ବିଭିନ୍ନ ପ୍ରକାର ଆଖି ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ କେତେକ ସହଜ ଘରୋଇ ପରାମର୍ଶ ସମ୍ପର୍କରେ ଉଲ୍ଲେଖ ଅଛି। 

କଞ୍ଚା ପନିର୍‌ ବି ଦୂରକରେ ଡାଇବେଟିସ୍‌...

କଞ୍ଚା ପନିର୍‌ ବି ଦୂରକରେ ଡାଇବେଟିସ୍‌...

କଞ୍ଚା ପନିର୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ।  ପ୍ରତିଦିନ କଞ୍ଚା ପନିର ଖାଇବା ଦ୍ୱାରା ଅନେକ ରୋଗ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଡାଇବେଟିସରୁ ଦୂରେଇ ରଖେ। 

ତ୍ୱଚାର ଘରୋଇ ଉପଚାର

ତ୍ୱଚାର ଘରୋଇ ଉପଚାର

ବିଶେଷତଃ ମହିଳାମାନେ ନିଜର ସୌନ୍ଦର୍ଯ୍ୟକୁ ନେଇ ବେଶ ସଚେତନ। ଏପରିକି ଅନେକ କୃତ୍ରିମ ଉପାୟ ଅବଲମ୍ବନ ମଧ୍ୟ କରିଥାନ୍ତି। ତେବେ ରାସାୟନିକ ପଦାର୍ଥ ମିଶ୍ରଣରେ ଉତ୍ପାଦ ଗୁଡ଼ିକ ନିର୍ମିତ ହୋଇଥିବାରୁ ଏହା ତ୍ୱଚା ପାଇଁ କ୍ଷତିକାରକ ସାବ୍ୟସ୍ତ ହେବା ସହ ପ୍ରତିକ୍ରିୟା କରିଥାଏ। 

ମେଦବହୁଳତା ଦୂରେଇବାର ସହଜ ଉପାୟ...

ମେଦବହୁଳତା ଦୂରେଇବାର ସହଜ ଉପାୟ...

ପରିବର୍ତ୍ତିତ ଜୀବନଶୈଳୀଯୋଗୁ ଖାଦ୍ୟପେୟରେ ଅନିୟମିତତା ଯୋଗୁ ମେଦବହୁଳତା ସୃଷ୍ଟି ହୋଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପଚାର ସମ୍ପର୍କରେ ଉଲ୍ଲେଖ ରହିଛି। 

ଟ୍ରାଡିଶନାଲ ଲୁକ୍‌

ଟ୍ରାଡିଶନାଲ ଲୁକ୍‌

ଏଥର ପୂଜାରେ ଟ୍ରାଡିଶନାଲ ସହ mଟ୍ରେଣ୍ଡି ଲୁକ୍‌ ପାଇବାକୁ ଚାହୁଁଥିଲେ ଆପଣାଇ ପାରିବେ ନିମ୍ନୋକ୍ତ ଟିପ୍ସ...

ସକାଳେ ଗ୍ଲାସେ ଉଷୁମ ପାଣି...

ସକାଳେ ଗ୍ଲାସେ ଉଷୁମ ପାଣି...

ଉଷୁମ ପାଣି ପିଇବା ଦ୍ୱାରା ଶରୀରର ଅନେକ ପ୍ରକାର ରୋଗ ଦୂର ହୋଇଥାଏ। ସକାଳେ ନଖ ଉଷୁମ ପାଣି ଗ୍ଲାସେ ପିଇଲେ ସୁଫଳ ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଳେଖ ରହିଛି। 

ଜାଣନ୍ତୁ ମଧୁମେହ ରୋଗୀ  ସାଗୁ ଖାଇବା କେତେଦୂର ଠିକ୍‌

ଜାଣନ୍ତୁ ମଧୁମେହ ରୋଗୀ ସାଗୁ ଖାଇବା କେତେଦୂର ଠିକ୍‌

ମଧୁମେହ ଏକ ଗମ୍ଭୀର ରୋଗ। ଯେଉଁ ରୋଗରେ ଖାଦ୍ୟପେୟ ଜନିତ   ଅନେକ କଟକଣା କରାଯାଇଥାଏ। କାରଣ ଏହି ରୋଗୀଙ୍କ ଖାଦ୍ୟପେୟରେ ହେଉଥିବା ଛୋଟ ପରିବର୍ତ୍ତନ ସେମାନଙ୍କ ପାଇଁ କ୍ଷତିକାରକ ହୋଇଥାଏ। 
ତେବେ ଆପଣ ଯଦି ମଧୁମେହ ରୋଗୀ ହୋଇଥାନ୍ତି ଏକ୍ସରସାଇଜ କରିବା ସହ ମେଡିଶିନ ଖାଇ ବ୍ଲଡ୍‌ ସୁଗାର ମାତ୍ରା କମାଇପାରିବେ।

ଡେଙ୍ଗୁର ଘରୋଇ ଉପଚାର

ଡେଙ୍ଗୁର ଘରୋଇ ଉପଚାର

ଡେଙ୍ଗୁ ସାଧାରଣତଃ ବର୍ଷାଦିନେ ହୋଇଥାଏ। ଅନ୍ୟପକ୍ଷରେ ଅପରିଷ୍କାର ସ୍ଥାନରେ ଡେଙ୍ଗୁର ବାହକ ଏଡିସ୍‌ ମଶା ବଂଶ ବିସ୍ତାର କରିଥାଏ। ତେଣୁ ନିଜ ଘର ଚତୁଃପାର୍ଶ୍ୱ ଯେପରି ପରିଷ୍କାର ପରିଚ୍ଛନ୍ନ ରହେ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଘର ଚାରିପଟେ ଅଳିଆ ଆବର୍ଜନା ଜମା ହେବାକୁ ଦିଅନ୍ତୁ ନାହିଁ। 

ଅଲ୍‌ରାଉଣ୍ଡର ରୋବୋ

ଅଲ୍‌ରାଉଣ୍ଡର ରୋବୋ

ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶେଷଭାବରେ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଏହାର ଉପଯୋଗ ଚିକିତ୍ସା ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।

ଖାଇବା ଶୈଳୀରୁ ଜଣାପଡ଼ିବ ବ୍ୟକ୍ତିତ୍ୱ

ଖାଇବା ଶୈଳୀରୁ ଜଣାପଡ଼ିବ ବ୍ୟକ୍ତିତ୍ୱ

ଜଣେ ବ୍ୟକ୍ତିଙ୍କର ବ୍ୟକ୍ତିତ୍ୱ ତାଙ୍କର ଖାଇବା ଶୈଳୀରୁ ଜଣାପଡିବ-ଏଭଳି ଏକ ମଜାଦାର ତଥ୍ୟ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ବିଷୟବସ୍ତୁକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ।

ସ୍ମରଣ ଶକ୍ତି ବୃଦ୍ଧି କରିବାର ନୂଆ ଉପାୟ

ସ୍ମରଣ ଶକ୍ତି ବୃଦ୍ଧି କରିବାର ନୂଆ ଉପାୟ

ବେଳେବେଳେ କେତେକ କଥା ଆମ ହାତ ପାଆନ୍ତାରେ ଥାଏ, ହେଲେ ଆମେ ତାକୁ ସହଜରେ ଜାଣି ପାରି ନ ଥାଉ। କୌଣସି ସୂତ୍ରରୁ ସୂଚନା ପାଇବା ମାତ୍ରେ ତାକୁ ଉପଯୋଗ କରି ତାହାର ସୁଫଳ ପାଉ।

ଲେଜର ବିଜ୍ଞାନର ଅବଦାନ

ଲେଜର ବିଜ୍ଞାନର ଅବଦାନ

”ଲେଜର ହେଉଛି ତୀବ୍ର ଉଚ୍ଚ ସଂହତିଯୁକ୍ତ ଏକବର୍ଣ୍ଣୀ  ଆଲୋକ ଉତ୍ସ। ଏହା ୧୯୬୦ ମସିହାରେ ଉଦ୍ଭାବିତ ହେବା ପରେ ପରେ ବୈଜ୍ଞାନିକମାନେ ଏହାର ସଫଳ ପ୍ରୟୋଗ ଉପରେ ଗବେଷଣା କଲେ। ମାନବୋପଯୋଗୀ ଏହାର ଦୁଇଟି ପ୍ରୟୋଗ ସମ୍ବନ୍ଧୀୟ ଉଦ୍ଭାବନ କରିଥିବାରୁ ଏହି ବର୍ଷ ତିନିଜଣ ବୈଜ୍ଞାନିକ-ଯୁକ୍ତରାଷ୍ଟ୍ର ଆମେରିକାର ଆର୍ଥର ଆସ୍କିନ୍‌, ଫ୍ରାନ୍‌ସର  ଜୋରାର୍ଡ ମୋରୁ ଓ କାନାଡ଼ାର ଡୋନା ଷ୍ଟ୍ରିକ୍‌ଲାଣ୍ଡଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରିବା  ପାଇଁ ରୟାଲ୍‌ ସୁଇଡେନ୍‌ ବିଜ୍ଞାନ ଏକାଡେମୀ  ଘୋଷଣା କରିଛନ୍ତି।“