ଫୁରସତ |

ବିଳାସ ସାମଗ୍ରୀ ପ୍ରତି ଆକର୍ଷିତ କରେ ସଫଳତା

ବିଳାସ ସାମଗ୍ରୀ ପ୍ରତି ଆକର୍ଷିତ କରେ ସଫଳତା
ବ୍ୟକ୍ତିଙ୍କ ମଧ୍ୟରେ ସଫଳତା ଲାଭର ଆକାଂକ୍ଷା ସ୍ବତଃପ୍ରବୃତ୍ତ ତାଙ୍କୁ ବିଳାସ ସାମଗ୍ରୀ ପ୍ରତି ଆକର୍ଷିତ କରିଥାଏ। ଏସମ୍ପର୍କରେ ଗବେଷକ ତଥ୍ୟ ଭିତ୍ତିକ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଜୀବନରେ ସଫଳ ରହିଥିବା ବ୍ୟକ୍ତିଙ୍କ ମଧ୍ୟରେ ଗୁଣବତ୍ତାଯୁକ୍ତ ଦ୍ରବ୍ୟ ପ୍ରତି ଆଗ୍ରହ ପ୍ରକାଶ ପାଇଥାଏ। ସେମାନେ ଗୁଣବତ୍ତା ସହିତ ସାଲିସ୍‌ କରି ନ ଥାନ୍ତି। ଏଥିପାଇଁ ସବୁବେଳେ ଅଧିକ ମୂଲ୍ୟ ଦେବାକୁ ପ୍ରସ୍ତୁତ ରହିଥାନ୍ତି। ସଫଳ ବ୍ୟକ୍ତି ସାମାଜିକସ୍ତରରେ ପତିଆରା ବୃଦ୍ଧିକୁ ପ୍ରାଧାନ୍ୟ ଦେଇଥାନ୍ତି ବୋଲି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ଓ୍ବିନ୍‌ ୟୁ କହିଛନ୍ତି। ମହିଳାଙ୍କ ତୁଳନାରେ ଏଭଳି ମନୋଭାବ ପୁରୁଷଙ୍କଠାରେ ଅଧିକ ରହିଥାଏ। ଗବେଷକ ଏଥିପାଇଁ ସର୍ଭେରେ ୧୬୬ ପୁରୁଷଙ୍କୁ ସାମିଲ୍‌ କରିଥିଲେ। ବିଭିନ୍ନ ପ୍ରଶ୍ନ ମାଧ୍ୟମରେ ସେମାନଙ୍କର ମନୋଭାବକୁ ଲକ୍ଷ୍ୟ କରାଯାଇଥିଲା। ଜଣାପଡିଥିଲା ଯେ, ସଫଳତା ହାସଲ କରିଥିବା ପୁରୁଷଙ୍କ ମଧ୍ୟରେ ବିଳାସ ସାମଗ୍ରୀ ପ୍ରତି ଅଧିକ ଆକର୍ଷଣ ରହିଥିଲା। ମାତ୍ର ଜୀବନରେ ବାଧାବିଘ୍ନ ଦେଇ ଗତି କରୁଥିବା ପୁରୁଷଙ୍କର ମନୋଭାବ ଏହାର ସମ୍ପୂର୍ଣ୍ଣ ବିପରୀତ ଥିଲା ବୋଲି ଗବେଷକ କହିଛନ୍ତି। ସଫଳତାର ସକରାତ୍ମକ ପ୍ରଭାବ ମନୁଷ୍ୟ ମସ୍ତିଷ୍କରେ ପଡିଥାଏ। ଫଳରେ ସମ୍ପୃକ୍ତ ବ୍ୟକ୍ତିଙ୍କଠାରେ ସୌଖୀନ ସାମଗ୍ରୀ ପ୍ରତି ଆକର୍ଷଣ ସୃଷ୍ଟି ହୋଇଥାଏ।
All Right Reserved By

ଫୁରସତ |

ଅତିଥିଙ୍କୁ ସ୍ବାଗତ କରୁଛି ଡାଇନୋସର

ଅତିଥିଙ୍କୁ ସ୍ବାଗତ କରୁଛି ଡାଇନୋସର

ଜାପାନର ପୂର୍ବ ଟୋକିଓରେ ଥିବା ଏକ ହୋଟେଲକୁ ଆସୁଥିବା ଅତିଥିମାନଙ୍କୁ ସ୍ବାଗତ କରିଥାଏ ଏକ ଡାଇନୋସର । ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ତେବେ ଏହା ଅସଲି ନୁହେଁ, ଇଏ ହେଉଛି ଏକ ରୋବଟ୍‌  ଡାଇନୋସର।

ଯେଉଁଠି ୨୦ ଟଙ୍କାରେ ବିକ୍ରି ହୁଅନ୍ତି ଯୁବତୀ

ଯେଉଁଠି ୨୦ ଟଙ୍କାରେ ବିକ୍ରି ହୁଅନ୍ତି ଯୁବତୀ

ମଧ୍ୟପ୍ରଦେଶ ଶିବପୁରୀ ଦେଶର ସବୁଠାରୁ ବଡ଼ ରେଡ ଲାଇଟ୍‌ ଏରିଆ ଭାବେ ପରିଚିତି ହାସଲ କରିଛି। ଏଠାରେ ଘରେ ଘରେ ଯୁବତୀଙ୍କୁ ପରିବାର ଲୋକେ ଦେହବେପାର ପାଇଁ ଶିକ୍ଷା ଦିଅନ୍ତି। 

ପରଫ୍ୟୁମ୍‌ ,ହେୟାର ସ୍ପ୍ରେ କରୁଛି ବାୟୁ ପ୍ରଦୂଷଣ

ପରଫ୍ୟୁମ୍‌ ,ହେୟାର ସ୍ପ୍ରେ କରୁଛି ବାୟୁ ପ୍ରଦୂଷଣ

ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍‌, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ବେଜିଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। 

ସର୍ବସ୍ବାନ୍ତ କରିଛି କୋହୀନୂର...

ସର୍ବସ୍ବାନ୍ତ କରିଛି କୋହୀନୂର...

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ କରେ ଆକର୍ଷିତ। ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। 

ଯେଉଁ ଦ୍ୱୀପ ସେଠାକୁ ଗଲେ କେହି ଫେରନ୍ତି ନାହିଁ...

ଯେଉଁ ଦ୍ୱୀପ ସେଠାକୁ ଗଲେ କେହି ଫେରନ୍ତି ନାହିଁ...

ଇଟାଲୀରେ  ରହିଛି ଏପରି ଏକ ଦ୍ୱୀପ। ଏଠାକୁ ଯାଉଥିବା କୌଣସି ପ୍ରାଣୀ ଫେରି ଆସି ନ ଥାନ୍ତି। ଏହାକୁ ଆଇଲ୍ୟାଣ୍ଡ ଅଫ୍‌ ଡେଡ୍‌ ବା ମୃତ୍ୟୁର ଦ୍ୱୀପ କୁହାଯାଏ । 

ଶ୍ମଶାନ ଚଣ୍ଡୀ ମା’ ନାରାୟଣୀ

ଶ୍ମଶାନ ଚଣ୍ଡୀ ମା’ ନାରାୟଣୀ

କଳା, ସଂସ୍କୃତି ଓ ଭାସ୍କର୍ଯ୍ୟରେ ପୂର୍ଣ୍ଣ ଓଡ଼ିଶାରେ ସର୍ବତ୍ର ଶକ୍ତି ପୀଠମାନ ରହିଛି। ପ୍ରତ୍ୟେକ ଶକ୍ତିପୀଠର ସ୍ବତନ୍ତ୍ରତା ଭିନ୍ନ। ସ୍ବତନ୍ତ୍ର ପ୍ରତିମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଉଛି। ହେଲେ ମା’ ଓ ପୁଅଙ୍କ ପୂଜାର୍ଚ୍ଚନା ଶକ୍ତିପୀଠ ହୁଏତ ବିରଳ। ଗଞ୍ଜାମ ଜିଲା କଙ୍କୋରଡାରେ ରହିଛି ମା’ନାରାୟଣୀ ଶକ୍ତିପୀଠ, ଯେଉଁଠି ମାତା ଅମ୍ବିକା ଏବଂ ପୁତ୍ର ଗଣେଶ ରହିଛନ୍ତି।

ଷ୍ଟଣ୍ଟ୍‌ ଦେବାକୁ ଯାଇ ଶିଡିରୁ ପଡ଼ିଥିଲି: ଭୂମିକା ଦାଶ

ଷ୍ଟଣ୍ଟ୍‌ ଦେବାକୁ ଯାଇ ଶିଡିରୁ ପଡ଼ିଥିଲି: ଭୂମିକା ଦାଶ

ଅଳ୍ପ ବୟସରୁ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି ଷ୍ଟାଇଲିଷ୍ଟ ଆଉ ଚୁଲ୍‌ବୁଲି ନାୟିକା ଭୂମିକା ଦାଶ। 

ସେହି ମହିଳାଙ୍କ କଥା ସବୁବେଳେ ମନେପଡ଼େ: ଡାକ୍ତର ଶ୍ରୀପ୍ରସାଦ ମହାନ୍ତି

ସେହି ମହିଳାଙ୍କ କଥା ସବୁବେଳେ ମନେପଡ଼େ: ଡାକ୍ତର ଶ୍ରୀପ୍ରସାଦ ମହାନ୍ତି

୧୯୮୮-୮୯ ମସିହା ଘଟଣା। ପିଜି ପ୍ରବେଶିକା ପରୀକ୍ଷା ଦେବା ପାଇଁ ସମ୍ବଲପୁରର ବୁର୍ଲା ମେଡିକାଲ କଲେଜକୁ ଯାଇଥାଏ। ସେଠାରୁ ଫେରିଲା ବେଳକୁ ରାତି ୩ଟା ବାଜିଯାଇଥାଏ। 

ନଭେମ୍ବର ୨୩ରେ ସାଥୀ ତୁ ଫେରିଆ

ନଭେମ୍ବର ୨୩ରେ ସାଥୀ ତୁ ଫେରିଆ

ମନ ପସନ୍ଦର ସାଥୀଟିଏ ମିଳିଗଲେ ତା’ ସହ ସୁଖଦୁଃଖ ଶେୟାର କରିହୁଏ। ବେଳେବେଳେ ଠିକ୍‌ ବାଟରେ ଯିବାକୁ ସାଥୀ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥାଏ। ତେଣୁ ଜୀବନରେ ଭଲ ସାଥୀଟିଏ ନିହାତି ଲୋଡା। 

ପକେଟରେ ରଖନ୍ତୁ ମୟୂର ପର...

ପକେଟରେ ରଖନ୍ତୁ ମୟୂର ପର...

ପକେଟରେ ମୟୂର ପର ରଖିଲେ ଅନେକ ବାଧାବିଘ୍ନ କଟିଯାଇଥାଏ। ଏନେଇ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମୟୂର ପର ବୁଧ ମହାଗ୍ରହଙ୍କୁ ପ୍ରତିନିଧିତ୍ୱ କରେ। 

ନବରାତ୍ରୀରେ କାହିଁକି ପିଆଜ-ରସୁଣ ମନା...

ନବରାତ୍ରୀରେ କାହିଁକି ପିଆଜ-ରସୁଣ ମନା...

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ। 

ମନପସନ୍ଦ କନ୍ୟା ପାଇଁ ପରୀକ୍ଷା ଦେଲେ ୨୫୦ ଯୁବକ

ମନପସନ୍ଦ କନ୍ୟା ପାଇଁ ପରୀକ୍ଷା ଦେଲେ ୨୫୦ ଯୁବକ

ସାଧାରଣତଃ ଚାକିରି ଖଣ୍ଡେ ପାଇଁ ବାରମ୍ବାର ପରୀକ୍ଷାର ସମ୍ମୁଖୀନ ହେବାକୁ ପଡ଼ିଥାଏ। କିନ୍ତୁ ବିବାହ ପୂର୍ବରୁ ମନପସନ୍ଦର କନ୍ୟା ପାଇବା ପାଇଁ କେବେ ବର ପରୀକ୍ଷା ଦେବା କଥା ଶୁଣିଛନ୍ତି କି?