ରାଜ୍ୟ | ଉପକୂଳ ଓଡିଶା

କଟରା ଗୁଳିମାଡ଼ ଘଟଣା, ୪ ଗିରଫ

କଟରା ଗୁଳିମାଡ଼ ଘଟଣା, ୪ ଗିରଫ
ଜଗନ୍‌ସିଂହପୁର ଅଫିସ୍‌, ୧୩।୬- ତିର୍ତ୍ତୋଲ ଥାନା ଅଧୀନ କଟରା ବଜାରଠାରେ ହୋଇଥିବା ଗୁଳିମାଡ଼ ଘଟଣାରେ ବୁଧବାର ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ, ବାଲିକୁଦା ଥାନା ସାହାଡାର ରାଜେଶ ମଲ୍ଲିକ, କାଦୁଅପଡ଼ାର ସନ୍ତୋଷ ଗୁରୁ, କଟରା ନନ୍ଦନର ପ୍ରଦୀପ ସ୍ବାଇଁ ଓ ରାହାମା ତେରମାଣପୁରର ସୂର୍ଯ୍ୟକାନ୍ତ ବରାଳ। ତେବେ ଠିକାଦାରୀ ବିବାଦକୁ ନେଇ ଗୁଳିମାଡ଼ କରାଯାଇଥିବା ପୋଲିସ କହିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟଜଣେ ଅଭିଯୁକ୍ତ ଫେରାର ଥିବାରୁ ତାଙ୍କୁ ଗିରଫ କରାଯାଇ ପାରିନାହିଁ। ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ଆଇଆଇସି ବଳରାମ ନାୟକ କହିଛନ୍ତି। ସୂନାଯୋଗ୍ୟ, ଗତ ୯ ତାରିଖରେ କଟରା କଢ଼ାଙ୍ଗ ଗ୍ରାମର ବିଶ୍ୱଜିତ୍‌ ବେହେରା(୨୫)ଙ୍କୁ ଅଭିଯୁକ୍ତମାନେ ଲୁହା ରଡ୍‌ରେ ମାରିବା ପରେ ତାଙ୍କ ଜଙ୍ଘକୁ ୨ ରାଉଣ୍ଡ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ବିଶ୍ୱଜିତ୍‌ଙ୍କୁ ପ୍ରଥମେ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
All Right Reserved By

ରାଜ୍ୟ | ଉପକୂଳ ଓଡିଶା

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଭଗବତୀ ପୀଠର ଶୌଚାଳୟ: ୫ବର୍ଷ ହେଲା ଝୁଲୁଛି ତାଲା

ଖୋର୍ଦ୍ଧା ଅଫିସ,୧୮।୧୦: ବାଣପୁରର ଶକ୍ତିପୀଠ ଭାବେ ପ୍ରସିଦ୍ଧ ମା’ ଭଗବତୀଙ୍କ ପୀଠରେ ପର୍ଯ୍ୟଟକଙ୍କ ସୁବିଧା ଉଦ୍ଦେଶ୍ୟରେ ନିର୍ମାଣ ହୋଇଥିବା ଶୌଚାଳୟରେ ୫ବର୍ଷ ହେଲା ତାଲା ଝୁୁଲୁଛି । 

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଦଶହରାରେ ୫୦ଫୁଟର ରାବଣ ପୋଡ଼ି

ଖୋର୍ଦ୍ଧା ଅଫିସ,୧୮ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଦଶହରାରେ ୫୦ଫୁଟର  ରାବଣ ପୋଡ଼ି ଉତ୍ସବ ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଅନୁଷ୍ଠିତ ହେବ। ଏହାର ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଖୁବ ଆକର୍ଷଣୀୟ ଦର୍ଶନ ରହିଥିବା ଜଣାପଡିଛି। ଏହି ଉତ୍ସବକୁ ଖୋର୍ଦ୍ଧାର ବଡିଜୋନ ଅନୁଷ୍ଠାନ ପକ୍ଷରୁ ୨୦୦୬ରେ ଆରମ୍ଭ ହୋଇଥିଲା। ରାବଣ ପୋଡି ପାଇଁ ପ୍ରାୟ ୪ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରହିଛି ।

କୋଣାର୍କରେ  ଯୁବତୀଙ୍କୁ ଗଣବଳାତ୍କାର ଘଟଣା:  ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

କୋଣାର୍କରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ଭାଜପା, କଂଗ୍ରେସ ମହିଳା ଦଳ

ପୁରୀ ଅଫିସ,୧୮ା୧୦: କୋଣାର୍କରେ ଘଟିଥିବା ଗତ ବୁଧବାର ଲଜ୍ଜା ଘଟଣାରେ ବନ୍ଦ କୋଠରିରୁ ଉଦ୍ଧାର ହୋଇଥିବା ଯୁବତୀଙ୍କୁ ଗୁରୁବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ମହିଳା କଂଗ୍ରେସ ଓ ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ସହ ମିଶି ଆଲୋଚନା କରିଥିଲେ। ଭାଜପା ମହିଳା ମୋର୍ଚ୍ଚା ସଭାପତି ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଆସିଥିବା ୫ଜଣିଆ ପ୍ରତିନିଧି ଦଳ ପୀଡ଼ିତାଙ୍କୁ ମିଶି ଘଟଣା ସମ୍ପର୍କରେ ବୁଝିଥିଲେ।

ମନ୍ଦିର ପରିସରରୁ ୭ ଜୁଆଡ଼ି ଗିରଫ

ମନ୍ଦିର ପରିସରରୁ ୭ ଜୁଆଡ଼ି ଗିରଫ

ମାଥିଲି, ୧୮।୧୦ (ଡି.ଏନ.ଏ.)- ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ମାଉଁଲି ମା’ ମନ୍ଦିର ପରିସରରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୭ ଜୁଆଡିଙ୍କୁ ଗିରଫ କରିଛି । 

ତିତ୍‌ଲି କ୍ଷୟକ୍ଷତି ୨,୭୬୫ କୋଟି, ୬୦ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ତିତ୍‌ଲି କ୍ଷୟକ୍ଷତି ୨,୭୬୫ କୋଟି, ୬୦ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ସାମୁଦ୍ରିକ ଝଡ଼ ‘ତିତ୍‌ଲି’ ଓ ତା’ର ପରବର୍ତ୍ତୀ ବର୍ଷା ଫଳରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା ଆଦି ଜିଲା ବିଶେଷଭାବେ ପ୍ରଭାବିତ ହୋଇଛି। ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ କରାଯାଉଥିବା ବେଳେ ଏହାର ପରିମାଣ ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ଦିଆଯାଇଥିବା ରିପୋର୍ଟ ଅନୁଯାୟୀ କ୍ଷୟକ୍ଷତି ପରିମାଣ ୨,୭୬୫ କୋଟିରେ ପହଞ୍ଚିଥିବା ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

କଟକ ଅଫିସ,୧୮।୧୦: କଟକ ବଜ୍ରକବାଟି ରୋଡ୍‌ରେ ଥିବା ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ସମ୍ପର୍କୀୟମାନେ ଡାକ୍ତରଖାନା ପରିସରରେ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। 

ଦଶଭୂଜାଙ୍କ ମହାନବମୀ, ଚାରିଆଡେ ଆଧ୍ୟାତ୍ମିକ ପରିବେଶ

ଦଶଭୂଜାଙ୍କ ମହାନବମୀ, ଚାରିଆଡେ ଆଧ୍ୟାତ୍ମିକ ପରିବେଶ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କର ଆଜି ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଦଶଭୂଜାଙ୍କ ପୂଜାର୍ଚ୍ଚନା କରାଯାଉଛି। ମା’ଙ୍କ ଆଗମନକୁ ନେଇ ଚାରିଆଡେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। 

ମନ କିଣୁଛି ତୋରଣ

ମନ କିଣୁଛି ତୋରଣ

ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଛି ପୂଜା ମଣ୍ଡପ। ଆଖି ଝଲସେଇଦେଲା ଭଳି ସୁଉଚ୍ଚ ତୋରଣ ପାଖରେ ଅଟକିଯାଉଛି ଆଖି। ସୁନା, ଚାନ୍ଦି ଅଳଙ୍କାରରେ ସଜେଇ ହୋଇ ଧରାବତରଣ କରିଛନ୍ତି ମା’ ଦୁର୍ଗତିନାଶିନୀ।

ବିଜୟା ଦଶମୀରେ ମହାପ୍ରଭୁଙ୍କ ସୁନାବେଶ

ବିଜୟା ଦଶମୀରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୧୮।୧୦:ବିଜୟା ଦଶମୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମ ଓ କୃଷ୍ଣ ବୀରବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ଏହିଦିନ ରତ୍ନସିଂହାସନରେ ଠାକୁରମାନଙ୍କ ସୁନାବେଶ ଅନୁଷ୍ଠିତ ହେବ।

ଓଡ଼ିଶା ଦ୍ୱିତୀୟ ଡେଙ୍ଗୁ ପ୍ରବଣ ରାଜ୍ୟ

ଓଡ଼ିଶା ଦ୍ୱିତୀୟ ଡେଙ୍ଗୁ ପ୍ରବଣ ରାଜ୍ୟ

କଟକ ଅଫିସ, ୧୮।୧୦: ଦେଶରେ ଏବେ ଡେଙ୍ଗୁ ମାଡ଼ି ଚାଲିଛି। ଡେଙ୍ଗୁ ପ୍ରବଣ ରାଜ୍ୟ ମଧ୍ୟରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ମୋଟ ୩୮୮୩ ଜଣ ରୋଗୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି, ଅର୍ଥାତ୍‌ ୨୦୧୮ରେ ଦେଶର ଦ୍ୱିତୀୟ ସର୍ବାଧିକ ଡେଙ୍ଗୁ ରୋଗୀ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଜାତୀୟ ଭେକ୍ଟର ବର୍ଣ୍ଣ ଡିଜିଜ୍‌ କଣ୍ଟ୍ରୋଲ ପ୍ରୋଗ୍ରାମ ପକ୍ଷରୁ ସେପ୍ଟେମ୍ବର ୩୦ ସୁଦ୍ଧା ପ୍ରସ୍ତୁତ ରିପୋର୍ଟରେ ଏହି ତଥ୍ୟ ଦିଆଯାଇଛି। 

ଆଜି ସରିବ ନବରାତ୍ରି: ଚଳଚଞ୍ଚଳ ପୂଜାମଣ୍ଡପ

ଆଜି ସରିବ ନବରାତ୍ରି: ଚଳଚଞ୍ଚଳ ପୂଜାମଣ୍ଡପ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)- ମା’ଙ୍କୁ ଚକ୍ଷୁଦାନ, ଜୀବନ୍ୟାସ ଏବଂ ପ୍ରାଣ ପ୍ରତିଷ୍ଠା ନୀତି ପରେ ବୁଧବାର ପୂଜାମଣ୍ଡପଗୁଡ଼ିକରେ ମହାଷ୍ଟମୀ ତଥା ଦୁର୍ଗାଷ୍ଟମୀ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ମା’ ଦୁର୍ଗତିନାଶିନୀଙ୍କ ଆରାଧନା ସମଗ୍ର ସହରରେ ଏକପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଥିବା ବେଳେ ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ସବୁଆଡ଼େ ଗହଳି ଚହଳି ଲାଗିରହୁଛି। ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ଭକ୍ତମାନେ ମା’ଙ୍କ ଦର୍ଶନ କରୁଛନ୍ତି। ଏଥିପାଇଁ ମଣ୍ଡପଗୁଡ଼ିକରେ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ପୂଜାରେ ଜମୁଛି ମେଲୋଡି, ଭଜନ ସନ୍ଧ୍ୟା: ଆକୃଷ୍ଟ କରୁଛି ରାମଲୀଳା

ପୂଜାରେ ଜମୁଛି ମେଲୋଡି, ଭଜନ ସନ୍ଧ୍ୟା: ଆକୃଷ୍ଟ କରୁଛି ରାମଲୀଳା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ମା’ଙ୍କ ଆରାଧନା ଲାଗି ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ। ରାଜଧାନୀରେ ଥିବା ବିଭିନ୍ନ ପୂଜାମଣ୍ଡପରେ ସନ୍ଧ୍ୟା ହେବା କ୍ଷଣି ଆରମ୍ଭ ହୋଇଯାଉଛି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ।