

ରାଜ୍ୟ |

ରାସ୍ତା ମଝିରେ ବିଦ୍ୟୁତ୍ ଖୁଣ୍ଟ: ବଢୁଛି ଦୁର୍ଘଟଣା
ଖୋର୍ଦ୍ଧା ଅଫିସ,୧୭।୨: ଖୋର୍ଦ୍ଧା ଷ୍ଟେଟବ୍ୟାଙ୍କ ଛକରୁ ଚଣ୍ଡିଚୂଆ ରାସ୍ତାକୁ ସଂଯୋଗ ରାସ୍ତା ଗତ କିଛି ଦିନ ତଳେ ପୁନରୁଦ୍ଧାର ହୋଇଛି।

୧୦ଫୁଟ ଗଭୀର କୂଅରେ ଫଶିଗଲା ଗାଈ
ବ୍ରହ୍ମପୁର ଅଫିସ,୧୭ା୨-୧୦ ଫୁଟ ଗଭୀର କୂଅରେ ଫଶିଯାଇଥିବା ଏକ ଗାଈକୁ ବ୍ରହ୍ମପୁର ଅଗ୍ନିଶମବାହିନୀ ଦ୍ୱାରା ଉଦ୍ଧାର କରାଯାଇଛି।

ଭଦ୍ରକାଳୀଙ୍କୁ ଦର୍ଶନ କଲେ ଗୃହମନ୍ତ୍ରୀ
ଆରଡି, ୧୭।୨, (ଡି.ଏନ.ଏ.):କେନ୍ଦ୍ରଗୃହ ମନ୍ତ୍ରୀ ରାଜନାଥ ସିଂ ରବିବାର ମଧ୍ୟାହ୍ଣରେ ଭଦ୍ରକରେ ପହଞ୍ଚିି ମା’ ଭଦ୍ରକାଳୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ୧୫ମିନିଟ ମଧ୍ୟରେ ପ୍ରତ୍ୟାବର୍ତ୍ତନ କରିଥିଲେ।

ଇରମ ଶହୀଦ ପୀଠରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ
ବାସୁଦେବପୁର, ୧୭।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଶହୀଦ ସମାଧି ପୀଠରେ ମାଲ୍ୟାର୍ପଣ କରିଛନ୍ତି।

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର
କଣ୍ଟାମାଳ,୧୭।୨(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାରେ ରବିବାର ଅପରାହ୍ନ ୧୨ଟାରେ ଏକ ଟ୍ରକ ୩ଟି ସ୍ଥାନରେ ଦୁର୍ଘଟଣା ଘଟାଇ ଭାରସାମ୍ୟ ହରାଇ ଓଲଟି ପଡିଛି ।

ଶହୀଦ ଯବାନଙ୍କ ସ୍ମୃତିରେ କ୍ୟାଣ୍ଡେଲ୍ ଶୋଭାଯାତ୍ରା
ଗଞ୍ଜାମ, ୧୭।୨(ଡି.ଏନ.ଏ): ଶହୀଦ୍ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗଞ୍ଜାମ ସହର ବିଭିନ୍ନ ସଂଗଠନ, ପ୍ରେସ୍ କ୍ଲବ, ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା।

ଶ୍ରୀମନ୍ଦିରରେ ଶୃଙ୍ଖଳା ପାଇଁ ବୈଠକ
ପୁରୀ ଅଫିସ୍, ୨୭।୨: ଶ୍ରୀମନ୍ଦିରରେ ସୃଷ୍ଟି ହେଉଥିବା ଅବ୍ୟବସ୍ଥା ଏବଂ ବିଶୃଙ୍ଖଳାର ସମାଧାନ ପାଇଁ ଗୋବର୍ଦ୍ଧନ ମଠରେ ରବିବାର ଆରମ୍ଭ ହୋଇଛି ଶୃଙ୍ଖଳା ବୈଠକ।

ମା’ ଭଦ୍ରକାଳୀଙ୍କ ସୁନାବେଶ ଦର୍ଶନ କରିବେ ୩ କେନ୍ଦ୍ରମନ୍ତ୍ରୀ
ଭଦ୍ରକ ଅଫିସ, ୧୭।୨: ତିନି କେନ୍ଦ୍ରମନ୍ତ୍ରୀଙ୍କ ଭଦ୍ରକ ଗସ୍ତ କାର୍ଯ୍ୟକ୍ରମ ରହିଛିl ଏଥିପାଇଁ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି।

ଭବାନୀପାଟଣା ସ୍ବୟଂଶାସିତ କଲେଜକୁ ମିଳିବ ବିଶ୍ୱବିଦ୍ୟାଳୟ ମାନ୍ୟତା
ଭବାନୀପାଟଣା, ୧୭ା୨ (ଡି.ଏନ୍.ଏ.): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲା ଗସ୍ତରେ ଆସି ୯୦୬.୮୪ କୋଟି ଟଙ୍କାର ୨୨ଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏଥିସହିତ ୪୭୬.୮୬ କୋଟି ଟଙ୍କାର ୧୮ଟି ପ୍ରକଳ୍ପ ଶିଳାନ୍ୟାସ କରିଛନ୍ତି।

ସମଗ୍ର ରାଜ୍ୟରେ ନିଷେଧ ହେବ ପଲିଥିନ:ତୁରନ୍ତ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୨(ବ୍ୟୁରୋ):ପଲିଥିନ ଓ ପ୍ଲାଷ୍ଟିକ ତିଆରି ସାମଗ୍ରୀ ପରିବେଶ ଉପରେ ଗଭୀର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗଛି।

ଶହୀଦଙ୍କ ପରିବାରକୁ ଦିନକର ଦରମା ଦେବ ଆଇପିଏସ୍ ଅଫିସର ସଂଘ
କଟକ ଅଫିସ, ୧୭।୨:ପୁୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍ପିଏଫ୍ ଯବାନମାନଙ୍କ ପରିବାରକୁ ସହଯୋଗର ହାତ ବଢାଇଛି ଓଡ଼ିଶା ଆଇପିଏସ୍ ଅଫିସର ସଂଘ।

ଓଡ଼ିଶା ମାଟିରେ ଦୁଇ ଶହୀଦଙ୍କୁ ସମ୍ମାନ
ଭୁବନେଶ୍ୱର,୧୭।୨ (ବ୍ୟୁରୋ): ଜମ୍ମୁ ଓ କଶ୍ମୀରର ପୁଲ୍ଓ୍ବାମାଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଜଗତସିଂହପୁର ଜିଲା ନାଉଗଁାର ପ୍ରସନ୍ନ କୁମାର ସାହୁ (୪୬) ଓ କଟକ ଜିଲା ନିଆଳି ବ୍ଲକ ରତନପୁର ପଞ୍ଚାୟତ ଗଜାବର ଗଁାର ମନୋଜ ବେହେରା(୩୬)ଙ୍କୁ ଶେଷ ସମ୍ମାନ ଜଣାଇଛି ଓଡ଼ିଶା ମାଟି। ଶନିବାର ଅପରାହ୍ନ ପ୍ରାୟ ୩ଟାରେ ସେମାନଙ୍କ ପାର୍ଥିବ ଶରୀର ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚତ୍ଥିଲା।