Dharitri News
ଫୁରସତ |

ଜିକା ପାଇଁ ନିରାପଦ ଟିକା

ଜିକା ପାଇଁ ନିରାପଦ ଟିକା ଓ୍ବାଶିଂଟନ୍‌: ବୈଜ୍ଞାନିକମାନେ ପ୍ରଥମ କରି ଉଦ୍ଭିଦ ଭିତ୍ତିକ ଜିକା ଟିକା ବିକାଶ କରିଛନ୍ତି। ଏହା ମଶାକାମୁଡ଼ା ଜନିତ ଭୂତାଣୁ ନିରୋଧୀ ଅନ୍ୟ ଟିକା ଅପେକ୍ଷା ଅଧିକ ଫଳପ୍ରଦ, ନିରାପଦ ଏବଂ ଖୁବ୍‌ କମ୍‌ ମୂଲ୍ୟରେ ମିଳିପାରିବ। ବର୍ତ୍ତମାନ ଜିକା ନିରୋଧୀ କୌଣସି ଅନୁମତିପ୍ରାପ୍ତ ଟିକା ବା ଚିକିିତ୍ସା ବ୍ୟବସ୍ଥା ବାହାରି ପାରି ନ ଥିବା ଗବେଷକମାନେ କହିଛନ୍ତି। ଆମେରିକାସ୍ଥିତ ଆରିଜୋନା ଷ୍ଟେଟ୍‌ ୟୁନିଭର୍ସିଟିର ଗବେଷକଙ୍କ ଦ୍ୱାରା ଏହି ଟିକା ବିକାଶ କରାଯାଇଛି। ଏହା ଜିକା ଭୂତାଣୁ ପ୍ରୋଟିନ୍‌ ଡିଆଇଆଇଆଇ ବିରୋଧରେ ଭଲ ଭାବେ କାର୍ଯ୍ୟ କରିବ। ସୂଚନାଯୋଗ୍ୟ ଯେ, ଏହି ପ୍ରୋଟିନ୍‌ ଲୋକଙ୍କୁ ଭୂତାଣୁ ସଂକ୍ରମଣ କରାଇଥାଏ। ଉକ୍ତ ଗବେଷକ ଟିମ୍‌ ପ୍ରଥମେ ମୂଷାଠାରେ ପରୀକ୍ଷା କରି ଦେଖିଛନ୍ତି ଯେ, ଏହା ରୋଗ ପ୍ରତିରୋଧକ ଭଳି କାର୍ଯ୍ୟ କରୁଛି। ଜିକା ଭୂତାଣୁ ସଂକ୍ରମିତ ମୂଷାଠାରେ ଏହି ଟିକା ଶତ ପ୍ରତିଶତ ସୁରକ୍ଷା ଦେଉଥିବା ଗବେଷକମାନେ ଦେଖିବାକୁ ପାଇଥିଲେ। ସେମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରୋଟିନ୍‌ ଭିତ୍ତିକ ଏହି ଭ୍ୟାକ୍‌ସିନ୍‌ ଜିକା ଭୂତାଣୁର ଅତି କ୍ଷୁଦ୍ରତମ ଏବଂ ସ୍ବତନ୍ତ୍ର ଅଂଶରେ କାର୍ଯ୍ୟକରି ଏହାକୁ ନଷ୍ଟ କରି ପକାଇଥାଏ। ଗବେଷକଙ୍କ କହିବାନୁଯାୟୀ, ସେମାନେ ଏହି ଟିକାର କାର୍ଯ୍ୟକାରିତା ସମ୍ପର୍କରେ ସୁନିଶ୍ଚିତ ହେବାକୁ ଏକ ପରୀକ୍ଷା କରାଇଲେ। ଏଥିରୁ ଜାଣିଲେ ଯେ, ଉକ୍ତ ଟିକା ମଣିଷଠାରେ ପ୍ରତିରୋଧକାରୀ ଶକ୍ତି ସୃଷ୍ଟି କରୁଥିବା ବେଳେ ଆଣ୍ଟିବଡିଜ୍‌ ସୃଷ୍ଟି କରୁନାହିଁ। କାରଣ ଡେଙ୍ଗୁ, ଓ୍ବେଷ୍ଟ ନାଇଲ୍‌ ଏବଂ ୟେଲୋ ଫେଭର ପାଇଁ ଆଣ୍ଟିବଡିଜ୍‌ ପ୍ରତିକ୍ରିୟା ସୃଷ୍ଟି କରିଥାଏ। ସମଗ୍ର ବିଶ୍ୱରେ ଜିକା ଭୂତାଣୁର ଭୟାବହତା ୨୦୧୫ରେ ଦେଖାଦେଇଥିଲା। ଏଥିରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିଲେ। ଗର୍ଭବତୀ ମହିଳାମାନେ ଏହି ରୋଗରେ ଆକ୍ରାନ୍ତ ହେଲେ ଜନ୍ମିତ ଶିଶୁର ମସ୍ତିଷ୍କରେ ନାନା ତ୍ରୁଟି ଦେଖାଦିଏ। ଏଥିପାଇଁ ହସ୍‌ପିଟାଲ୍‌ ଏବଂ ଜନସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ରୋଗୀ ଭିଡ଼ ଜମାଇଥାଆନ୍ତି।

ଫୁରସତ |

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

ଲକ୍ଷ୍ନୌ: ଛୋଟବେଳେ ପାଠପଢ଼ା ଆରମ୍ଭ କରିବା ବେଳେ ସମସ୍ତେ ପଣିକିଆ ବା ଇଂରାଜୀରେ‘ମଲଟିପ୍ଲିକେସନ ଟେବୁଲ’ ପଢ଼ିଥିବେ ତ ନିଶ୍ଚୟ। କେହି କେହି ଏହାର ୨୫ଟି ଖନ୍ଦା ମନେରଖିଥାନ୍ତି ତ କେହି ଏହାର କେବଳ ୧୦ ଖନ୍ଦା। ବାକି ଗୁଣନ କରି ମାଲୁମ କରାଯାଇପାରେ। ତେବେ ଥରେ ଭାବି ଦେଖନ୍ତୁ ତ ୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମନେରଖିବା କଥାକୁ। ଅସମ୍ଭବ ତ ନିଶ୍ଚୟ ଲାଗିବ। ହେଲେ ଜଣେ ଶିଶୁ ଏପରି କରି ଦେଖାଇଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଶାହାରନ୍‌ପୁରରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ‘ଚିରାଗ’।

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଓ୍ବାଶିଂଟନ: ଛୋଟ ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ ବୋଲି ଗବେଷକ ସୂଚିତ କରିଛନ୍ତି। ସେମାନଙ୍କ ମସ୍ତିଷ୍କରେ ସ୍ବତଃ ଏହି ଧାରଣା ସୃଷ୍ଟି ହୋଇଥାଏ। ଗବେଷକ ଦୀର୍ଘଦିନ ଧରି କିଭଳି ଶିଶୁମାନେ ଚିନ୍ତା କରିଥାନ୍ତି ସେ ନେଇ ଅଧ୍ୟୟନ କରୁଥିଲେ।

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

ଓ୍ବାଶିଂଟନ: ସାଧାରଣ ମହିଳାଙ୍କ ଅପେକ୍ଷା କର୍ମଜୀବୀ ମହିଳା ପରିବାର ପ୍ରତି ଅଧିକ ଯତ୍ନଶୀଳା ରହିଥାନ୍ତି ବୋଲି ଗବେଷଣାରୁ ଜଣାପଡିଛି। ସେମାନେ ପରିବାରର ପ୍ରତିଟି ଦାୟିତ୍ୱ ଭଲ ଭାବେ ତୁଲାଉଥିବାବେଳେ ଯେ କୌଣସି ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍‌ କରିବା ପରେ ନିଷ୍ପତ୍ତି ନେଇଥାନ୍ତି।

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଓ୍ବାଶିଂଟନ: ଏବେ ଆଧୁନିକତାର ସ୍ପର୍ଶରେ ଯୌଥ ପରିବାର ସଂଖ୍ୟା ହ୍ରାସ ପାଇବା ସହିତ ଦମ୍ପତିଙ୍କର ସନ୍ତାନ ସଂଖ୍ୟା ଗୋଟିଏରେ ସୀମିତ ରହୁଛି। ଏହାଦ୍ୱାରା ସନ୍ତାନର ଯତ୍ନ ନେବା ସହଜ ହେଉଛି ଓ ତାହାର ଭବିଷ୍ୟତ ମଧ୍ୟ ସୁରକ୍ଷିତ ହୋଇପାରୁଛି।

ମକରର ମହକ

ମକରର ମହକ

ମାଘର ଶୀତରେ ଆସେ ମକର। ଆଉ ମକର ଆସିଲେ, ଚାରିଆଡେ ଖେଳିଯାଏ ଖୁସିର ଲହରି। ଓଡ଼ିଶାରେ ଥିବା ତେଲୁଗୁ ସମ୍ପ୍ରଦାୟ ଏହାକୁ ପୋଙ୍ଗଲ ବା ସେମାନଙ୍କ ନୂଆ ବର୍ଷ ଭାବେ ପାଳନ କରୁଥିବାବେଳେ ଓଡ଼ିଶାର ବିଭିନ୍ନ ଜିଲାରେ ମକରକୁ ନେଇ ପାଳନ ହୋଇଥାଏ ଭିନ୍ନ ଭିନ୍ନ ପରମ୍ପରା। କେଉଁଠି ମକର ଚାଉଳ, ପିଠା ଓ ମିଠାରେ ମକରକୁ ସ୍ବାଗତ କରାଯାଏ ତ କେଉଁଠି କୁକୁଡ଼ା ଲଢେଇ ମକରର ମାହୋଲକୁ ସରଗରମ କରୁଥିବାବେଳେ ଆଉ କେଉଁଠି ଗୁଡ଼ିଉଡ଼ାରେ ସ୍ବାଗତ କରାଯାଏ ମକରକୁ....

ଅଟ୍ରି

ଅଟ୍ରି

ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବେ ଖୋର୍ଦ୍ଧାର ଅଟ୍ରି ଉଷ୍ଣପ୍ରସ୍ରବଣ ପ୍ରସିଦ୍ଧି ଲାଭ କରିଛି। ବର୍ଷର ସବୁ ସମୟରେ ଏଠାରେ ପର୍ଯ୍ୟଟକଙ୍କ ଯା’ଆସ ଲାଗି ରହୁଥିଲେ ହେଁ ମକର ସଂକ୍ରାନ୍ତିରେ ଏଠି ଅଧିକ ଭିଡ଼ ଜମିଥାଏ।

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ଅବସରପ୍ରାପ୍ତ ପ୍ରାଧ୍ୟାପିକା ତଥା ଅନୁବାଦିକା ମିନତି ପଟନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ଖୋର୍ଦ୍ଧା ଜିଲା କୁହୁଡିରେ ଆମ ଗାଁ। କୁହୁଡି ଜନତା ହାଇସ୍କୁଲ୍‌ରୁ ୮ମ ପଢିବା ପରେ ରାଉରକେଲାସ୍ଥିତ ଉଦିତ୍‌ନଗର ହାଇସ୍କୁଲ୍‌ରେ ନାଁ ଲେଖାଇଥିଲି। କାରଣ ରାଉରକେଲାରେ ବାପା ଚାକିରି କରୁଥିଲେ। ୧୯୬୫ରେ ସେଠାରୁ ଏକାଦଶ ପାସ୍‌ କରିବା ପରେ ସମ୍ବଲପୁର ମହିଳା ମହାବିଦ୍ୟାଳୟରୁ ପି.ୟୁ ସାରି ପୁରୀ ମହିଳା ମହାବିଦ୍ୟାଳୟରେ ବି.ଏ. ପଢିଥିଲି।

ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ

ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ

ଲଣ୍ଡନ: ମହାକାଶ ଯାତ୍ରା ପରେ ପୃଥିବୀକୁ ଫେରୁଥିବା ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ ବୋଲି ଚିକିତ୍ସା ବିଜ୍ଞାନୀମାନେ ଜାଣିପାରିଛନ୍ତି। ମହାକାଶର ମାଇକ୍ରୋଗ୍ରାଭିଟିରେ ମସ୍ତିଷ୍କର ଉପର ସ୍ତରରେ ସେରିବ୍ରୋସ୍ପାଇନାଲ୍‌ ଫ୍ଲୁଇଡ୍‌ ପହଞ୍ଚିପାରି ନ ଥାଏ।

ଆଧୁନିକ ସମାଜରେ ହିଂସା ବଢ଼ୁଛି

ଆଧୁନିକ ସମାଜରେ ହିଂସା ବଢ଼ୁଛି

ଓ୍ବାଶିଂଟନ: ଆଧୁନିକ ସମାଜରେ ହିଂସା ବଢ଼ୁଛି ବୋଲି ଗେବଷକ କହିଛନ୍ତି। ସଭ୍ୟ ମାନବ ପ୍ରତିଟି କ୍ଷେତ୍ରରେ ବିଭିନ୍ନ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହୋଇଥାଏ। ଏହାର ମୁକାବିଲା ପାଇଁ ଅନେକ ସମୟରେ ହିଂସାକାଣ୍ଡ ଘଟୁଥାଏ।

ନୂଆ ସ୍ବାଦ ପାସ୍ତା ଖାଇବା ପ୍ରତି ଆଗ୍ରହ ସୃଷ୍ଟି କରିଥାଏ

ନୂଆ ସ୍ବାଦ ପାସ୍ତା ଖାଇବା ପ୍ରତି ଆଗ୍ରହ ସୃଷ୍ଟି କରିଥାଏ

ମେଲବୋର୍ଣ୍ଣ : ମନୁଷ୍ୟ ମଧ୍ୟରେ ଏକ ନୂତନ ପ୍ରକାର ସ୍ବାଦ ଯୋଗୁ ପାସ୍ତା ଖାଇବା ପ୍ରତି ଆଗ୍ରହ ସୃଷ୍ଟି ହୋଇଥାଏ ବୋଲି ବୈଜ୍ଞାନିକ ଜାଣିପାରିଛନ୍ତି। ଏହା ହେଉଛି ସପ୍ତମ ପ୍ରକାର ସ୍ବାଦ ଯାହାକି ମନୁଷ୍ୟଠାରେ ରହିଥିବା ଗବେଷକ ଜାଣି ପାରିଛନ୍ତି।

ଆଗ୍ନେୟଗିରୀ ଉଦ୍‌ଗୀରଣ ଯୋଗୁ ଧ୍ୱଂସ ହୋଇଥିଲା ଇଜିପ୍ଟ ସାମ୍ରାଜ୍ୟ

ଆଗ୍ନେୟଗିରୀ ଉଦ୍‌ଗୀରଣ ଯୋଗୁ ଧ୍ୱଂସ ହୋଇଥିଲା ଇଜିପ୍ଟ ସାମ୍ରାଜ୍ୟ

ନ୍ୟୁୟର୍କ: ଆଗ୍ନେୟଗିରୀ ଉଦ୍‌ଗୀରଣ ଯୋଗୁ ପୁରାତନ ଇଜିପ୍ଟ ସାମ୍ରାଜ୍ୟ ଧ୍ୱଂସ ହୋଇଥିବା ଗବେଷକ କହିଛନ୍ତି। ଖ୍ରୀଷ୍ଟପୂର୍ବ ୩୦୫ରୁ ୩୦ ମଧ୍ୟରେ ନୀଳ ନଦୀ ଅବବାହିକାରେ ଥିବା ଏହି ପୁରାତନ ସାମ୍ରାଜ୍ୟର କିଭଳି ଅନ୍ତ ଘଟିଲା ସେ ସମ୍ପର୍କରେ ଗବେଷକ ଜାଣିପାରିଛନ୍ତି

ଯୁବବର୍ଗ ହେଉଛନ୍ତି ମସ୍ତିଷ୍କାଘାତର ଶିକାର

ଯୁବବର୍ଗ ହେଉଛନ୍ତି ମସ୍ତିଷ୍କାଘାତର ଶିକାର

ଓ୍ବାଶିଂଟନ: ଉଚ୍ଚ ରକ୍ତଚାପ କିମ୍ବା ବୟସାଧିକକ୍ଷେତ୍ରରେ ମସ୍ତିଷ୍କକୁ ଆବଶ୍ୟକ ପରିମାଣର ରକ୍ତ ପ୍ରବାହିତ ହୋଇପାରି ନ ଥାଏ। ଫଳରେ ମସ୍ତିଷ୍କାଘାତ ସମସ୍ୟା ଦେଖାଦେଇଥାଏ।