ଫୁରସତ |

ଏରୋସୋଲ୍‌ ସେନ୍‌ସର ପ୍ରସ୍ତୁତ ପ୍ରତିଯୋଗିତା

ଏରୋସୋଲ୍‌ ସେନ୍‌ସର ପ୍ରସ୍ତୁତ ପ୍ରତିଯୋଗିତା

ଓ୍ବାଶିଂଟନ୍‌
ହାଲୁକା ତଥା କମ୍‌ ଖର୍ଚ୍ଚରେ ପ୍ରସ୍ତୁତ ଏରୋସୋଲ୍‌ ସେନ୍‌ସର ପ୍ରସ୍ତୁତ କରିବା ଲାଗି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁରସ୍କୃତ କରାଯିବ। ଏହାର ନିର୍ମାଣକାରୀଙ୍କୁ ନାସା ୧ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ପ୍ରଦାନ କରିବ। ଏରୋସୋଲ୍‌ ସେନ୍‌ସର ହେଉଛି ଏଭଳି ଏକ ଉପକରଣ ଯାହା ପୃଥିବୀ ସମେତ ମହାକାଶରେ ମଧ୍ୟ ବାୟୁର ମାନ ନିର୍ଣ୍ଣୟ କରିଥାଏ।
ପୃଥିବୀ ତଥା ମହାକାଶରେ ମଣିଷ ତିଷ୍ଠିବା ଲାଗି ଶୁଦ୍ଧବାୟୁ ନିତାନ୍ତ ଆବଶ୍ୟକ। ବାୟୁମଣ୍ଡଳରେ ଅତି କ୍ଷୁଦ୍ର ଏୟାର୍‌ବର୍ନ କଣିକା (ଏରୋସୋଲ୍‌) ଯୋଗୁ ମଣିଷଙ୍କ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏଣୁ ମଣିଷଙ୍କ ସ୍ବାସ୍ଥ୍ୟରକ୍ଷା ଲାଗି ବାୟୁର ମାନ ଉପରେ ନଜର ଦେବା ସହ ଆବଶ୍ୟକ ସ୍ଥଳେ ଉଚିତ ପଦକ୍ଷେପ ଗ୍ରହଣ କରିବା ଲାଗି ଏରୋସୋଲ୍‌ର ବିଶେଷ ଗୁରୁତ୍ୱ ରହିଛି। ତେବେ ବାୟୁମଣ୍ଡଳ ସୁରକ୍ଷା ଲାଗି ଏହି ହାଲୁକା ଏରୋସୋଲ୍‌ ପ୍ରସ୍ତୁତ ଉଦ୍ଦେଶ୍ୟରେ ଆର୍ଥ ଆଣ୍ଡ ସ୍ପେସ୍‌ ଏୟାର୍‌ ପ୍ରାଇଜ ପ୍ରତିଯୋଗିତା ଲାଗି ନାସା ବର୍ତ୍ତମାନ ରବର୍ଟ ଉଡ୍‌ ଜନ୍‌ସନ୍‌ ଫାଉଣ୍ଡେଶନ୍‌ (ଆର୍‌ ଡବ୍ଲ୍ୟୁଜେଏଫ୍‌) ସହ ହାତ ମିଶାଇଛି। ପୃଥିବୀ ବାୟୁମଣ୍ଡଳରେ ଏୟାର୍‌ବର୍ନ କଣିକା ଏ ନେଇ ନାସା ବାୟୋମେଡିକାଲ୍‌ ରିସର୍ଚ୍ଚ ଆଣ୍ଡ ଏନ୍‌ଭାଇରନ୍‌ମେଣ୍ଟ ସାଇନ୍ସେସ୍‌ ଡିଭିଜନ୍‌ର ପଲ୍‌ ମଡ୍‌ଗେଟ୍‌ ପ୍ରକାଶ କରିଛନ୍ତି। ଏହି ପ୍ରତିଯୋଗିତା ଦୁଇଟି ପର୍ଯ୍ୟାୟରେ ହେବ। ପ୍ରଥମ ପର୍ଯ୍ୟାୟ ପଞ୍ଜୀକରଣ କରିବାର ଶେଷ ତାରିଖ ହେଉଛି ଚଳିତବର୍ଷ ଡିସେମ୍ବର ୧୩ ତାରିଖ। ସେନ୍‌ସର ନେଇ ଯୋଜନା ଦାଖଲ କରିବାର ଶେଷ ତାରିଖ ହେଉଛି ୨୦୧୮ ଜାନୁୟାରୀ ୩୧। ସେହିବର୍ଷ ମାର୍ଚ୍ଚରେ ତିନିଜଣ ଫାଇନାଲିଷ୍ଟଙ୍କ ନାମ ଘୋଷଣା କରାଯିବ। ପ୍ରୋଟୋଟାଇପ୍‌ ପ୍ରସ୍ତୁତ କରିବା ଲାଗି ତିନିଜଣଙ୍କୁ ୫୦,୦୦୦ ଡଲାର ଲେଖାଏ ରାଶି ପ୍ରଦାନ କରାଯିବ। ୩୦ ସେପ୍ଟେମ୍ବର ୨୦୧୮ରେ ସେମାନେ ଓହାୟୋ ଅନ୍ତର୍ଗତ କ୍ଲିଭଲାଣ୍ଡସ୍ଥିତ ଗ୍ଲେନ୍‌ ରିସର୍ଚ୍ଚ ସେଣ୍ଟରରେ ଏହାକୁ ଦାଖଲ କରାଯିବ। ଆସନ୍ତାବର୍ଷ ଅକ୍ଟୋବର ମଧ୍ୟଭାଗରେ ବିଜେତାଙ୍କ ନାମ ଘୋଷଣା କରାଯିବ।

All Right Reserved By

Model This Week

Model This Week

ଫୁରସତ |

ଫୁଲରସ ପାନ କରୁଥିବା ବିଶାଳକାୟ ମଶା

ଫୁଲରସ ପାନ କରୁଥିବା ବିଶାଳକାୟ ମଶା

ବେଜିଂ, ୨୫।୪ : ଚାଇନା ସିଚୁଆନ୍‌ ପ୍ରଦେଶରେ ବିଶାଳକାୟ ମଶା ଦେଖାଯାଇଥାନ୍ତି। ଏମାନଙ୍କର ଆକାର ଦେଖି ଯେକେହି ଭୟଭୀତ ହେବା ସ୍ବାଭାବିକ। କିନ୍ତୁ ଏଭଳି ମଶା ଫୁଲରସ ପାନ କରି ବଞ୍ଚିଥାନ୍ତି। ଏଭଳି ମଶାଙ୍କ ଆକାର ସାଢ଼େ ୪ ଇଞ୍ଚ(୧୧.୧୫ ସେମି) ହୋଇଥାଏ। ଏହି ବିଶାଳକାୟ ମଶା ଅତି ଶାନ୍ତ ସ୍ବଭାବର। ଲୋକଙ୍କ ଦେଶରେ ବସିଲେ ମଧ୍ୟ କୌଣସି କ୍ଷତି କରନ୍ତି ନାହିଁ।

ସମୁଦ୍ର ତଳେ ଶୋଇବାର ମଜା

ସମୁଦ୍ର ତଳେ ଶୋଇବାର ମଜା

ମାଲେ, ୨୫।୪ : ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଅନେକ କମ୍ପାନୀ ରୋମାଞ୍ଚଭରା ଅନୁଭୁତି ପ୍ରଦାନ ସମ୍ପର୍କରେ ଘୋଷଣା କରିଥାନ୍ତି। ଏହାଦ୍ୱାରା ସେମାନଙ୍କର କାରବାର ବଢ଼ିଥାଏ। ସେହିପରି ମାଳଦୀପର କୋନାଇ ମାଳଦୀପ ରଙ୍ଗୋଲୀ ଦୀପରେ ଥିବା ଏକ ହୋଟେଲ ଗ୍ରାହକଙ୍କୁ ସମୁଦ୍ର ପାଣିତଳେ ଶୋଇବାର ଅନୁଭୁତି ପ୍ରଦାନ କରିବା ସମ୍ପର୍କରେ ଘୋଷଣା କରିଛି।

ହସ୍ପିଟାଲରେ ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ

ହସ୍ପିଟାଲରେ ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ

ହ୍ୟୁଷ୍ଟନ୍‌: ସ୍ତ୍ରୀ ଆରପାରିକୁ ଯିବାର କିଛିଦିନ ବିତିଛି କି ନାହିଁ ଏବେ ହସ୍ପିଟାଲରେ ଶଯ୍ୟାଶାୟୀ ହୋଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ୍‌। ସଂକ୍ରମଣଜନିତ ରୋଗରେ ସେ ପୀଡ଼ିତ ଅଛନ୍ତି।

ବୟସର ଅପରାହ୍ନରେ ବି ସାଥୀ ଲୋଡ଼ା

ବୟସର ଅପରାହ୍ନରେ ବି ସାଥୀ ଲୋଡ଼ା

କଲିକତା: ନିଃସଙ୍ଗ ଜୀବନ ଅନେକ ଯନ୍ତ୍ରଣାଦାୟକ। ଏହା କେବଳ ମାନସିକ ସ୍ତରରେ ବ୍ୟକ୍ତିକୁ ଦୁଃଖ ଦିଏ ନାହିଁ, ଅନେକ ରୋଗକୁ ମଧ୍ୟ ଡାକିଆଣେ। ତେଣୁ ସୁସ୍ଥ ଓ ସୁଖମୟ ଜୀବନ ପାଇଁ ସାଥୀଟିଏ ଜରୁରୀ।

କାଳିଦାସଙ୍କ ଅଭିଜ୍ଞାନ ଶାକୁନ୍ତଳମ୍‌ ସତ୍ୟାସତ୍ୟ ସମ୍ପର୍କରେ ମିଳିବ ତଥ୍ୟ

କାଳିଦାସଙ୍କ ଅଭିଜ୍ଞାନ ଶାକୁନ୍ତଳମ୍‌ ସତ୍ୟାସତ୍ୟ ସମ୍ପର୍କରେ ମିଳିବ ତଥ୍ୟ

ଡେରାଡୁନ୍‌, ୨୪।୪ : ମହାକବି କାଳିଦାସଙ୍କ ଦ୍ୱାରା ରଚିତ ବିଶ୍ୱ ବିଖ୍ୟାତ ନାଟକ ଅଭିଜ୍ଞାନ ଶାକୁନ୍ତଳମ୍‌ର ସତ୍ୟାସତ୍ୟ ନେଇ ଏବେ ତଥ୍ୟ ମିଳିପାରିବାର ଆଶା ରହିଛି। ନାଟକରେ ବର୍ଣ୍ଣନା କରାଯାଇଥିବା ଉତ୍ତରଖଣ୍ଡ ଗଢ଼ଓ୍ବାଲ ଅଞ୍ଚଳର ଡେରଡୁନ୍‌ ନିକଟରେ ଥିବା କୋଟଦ୍‌ବାରସ୍ଥିତ କଣ୍ବାଶ୍ରମ ଅଞ୍ଚଳରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗକୁ ଖୋଦନ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ଏଠାରେ ମାଳିନୀ ନଦୀ ତଟରେ କଣ୍ବାଶ୍ରମ ନାମକ ଏକ ଅଞ୍ଚଳ ରହିଛି। ତେବେ ଏଠାରେ ପୁରାତନ ଆଶ୍ରମ ଭଳି କୌଣସି ଭଗ୍ନାବଶେଷ ନାହିଁ। ହୁଏତ ଏହା ମାଟିତଳେ ପୋତି ହୋଇ ରହିଛି।

କେଟ୍‌-ଓ୍ବିଲିୟମ୍‌ଙ୍କ କୋଳରେ ୩ୟ ସନ୍ତାନ

କେଟ୍‌-ଓ୍ବିଲିୟମ୍‌ଙ୍କ କୋଳରେ ୩ୟ ସନ୍ତାନ

ଲଣ୍ଡନ: ବ୍ରିଟେନ ରାଜ ପରିବାରରେ ଖୁସିର ଲହରି। ପ୍ରିନ୍ସ ଓ୍ବିଲିୟମ୍‌ ଏବଂ ତାଙ୍କ ଅର୍ଦ୍ଧାଙ୍ଗିନୀ କେଟ୍‌ ମିଡିଲ୍‌ଟନ୍‌ ପୁଣି ପୁତ୍ର ସନ୍ତାନ ଲାଭ କରିଛନ୍ତି। ସୋମବାର ଡଚେସ୍‌ ଅଫ୍‌ କ୍ୟାମ୍ବ୍ରିଜ୍‌ ତୃତୀୟ ସନ୍ତାନକୁ ଜନ୍ମ ଦେଇଥିବା କେନ୍‌ସିଙ୍ଗ୍‌ଟନ୍‌ ପ୍ୟାଲେସ୍‌ ପକ୍ଷରୁ କୁହାଯାଇଛି। ନୂଆ ପ୍ରିନ୍ସଙ୍କ ଓଜନ ୩.୮୨ କେଜି। ଶିଶୁପୁତ୍ରର ଜନ୍ମବେଳେ ୩୫ ବର୍ଷୀୟ ଓ୍ବିଲିୟମ୍‌ ସେଠାରେ ଉପସ୍ଥିତ ଥିଲେ।

ବିଷ ବଳୟ ଆମ ରୋଷେଇଘର

ବିଷ ବଳୟ ଆମ ରୋଷେଇଘର

ରୋଷେଇଘର ଆମ ପାଇଁ ଏକ ଅତି ପବିତ୍ର ସ୍ଥାନ। ଧନଦାତ୍ରୀ ଦେବୀ ଲକ୍ଷ୍ମୀ ଏଥିମଧ୍ୟରେ ଅବସ୍ଥାନ କରନ୍ତି ବୋଲି ଆମର ବିଶ୍ୱାସ। ତେଣୁ ଆମେ ଏହାକୁ ଯଥାସମ୍ଭବ ସଫାସୁତରା ରଖୁ। ଭିନ୍ନ ଦୃଷ୍ଟିରେ ଦେଖିଲେ ସେଠାରେ ଆମ ଖାଦ୍ୟ ପ୍ରସ୍ତୁତ କରାଯାଉଥିବାରୁ ଏହା ଏକାନ୍ତ ଆବଶ୍ୟକ। କିନ୍ତୁ ଏହି ଘର ଭିତରର ଆବଦ୍ଧ ବାୟୁ ଅତ୍ୟନ୍ତ ଦୂଷିତ। କାରଣ ଏବେ ବି ଆମ ଦେଶର ଅଧିକାଂଶ ରୋଷେଇରେ ବ୍ୟବହୃତ ହେଉଛି କାଠ, କୋଇଲା ଓ ଘଷି ଭଳି ଇନ୍ଧନ, ଯହିଁରୁ ନିର୍ଗତ ହୁଏ ବହୁ ବିଷାକ୍ତ ବାଷ୍ପ, ଧୂଆଁ ଓ ଧୂଳି ।

ମାଟିତଳେ ପୋତି ହୋଇରହିଥିବା ଲୋକଙ୍କ ସମ୍ପର୍କରେ ସୂଚନା ଦେବ ସେନସର୍‌

ମାଟିତଳେ ପୋତି ହୋଇରହିଥିବା ଲୋକଙ୍କ ସମ୍ପର୍କରେ ସୂଚନା ଦେବ ସେନସର୍‌

ଲଣ୍ଡନ, ୨୩।୪ : ଭୂମିକମ୍ପ କିମ୍ବା କୌଣସି ଦୁର୍ଘଟଣାରେ ମାଟିତଳେ ପୋତି ହୋଇ ରହିଥିବା ଲୋକଙ୍କ ସମ୍ପର୍କରେ ଏବେ ସହଜରେ ସୂଚନା ମିଳିପାରିବ। ଗବେଷକ ଏକ ସ୍ବତନ୍ତ୍ର ଧରଣର ସେନସର୍‌ ବାହାର କରିଛନ୍ତି। ଏହା ସହଜରେ ମାଟି ତଳେ ଥିବା ଜୀବଜନ୍ତୁ ଅଥବା ମଣିଷଙ୍କ ନିକଟକୁ ଏକ ପ୍ରକାର ତରଙ୍ଗ ପ୍ରେରଣ କରିବ। ସେମାନଙ୍କ ଶରୀରରେ ବାଜି ଏହି ତରଙ୍ଗ ସେନସରକୁ ଫେରିବ।

ବଢ଼ୁଛି ବରିଷ୍ଠ ନାଗରିକଙ୍କ ଆୟ

ବଢ଼ୁଛି ବରିଷ୍ଠ ନାଗରିକଙ୍କ ଆୟ

ନୂଆଦିଲ୍ଲୀ,୨୩।୪: ବୟସର ଅପରାହ୍ନରେ ଲୋକମାନେ ପିଲାଙ୍କ ପାଇଁ ବୋଝ ପାଲଟିଯାଆନ୍ତି ବୋଲି ସାଧାରଣରେ କୁହାଯାଏ। ଆୟ ନ ଥିବାରୁ ଅନେକ ବୟସ୍କ ବ୍ୟକ୍ତି ଯନ୍ତ୍ରଣାରେ ଦିନ କାଟନ୍ତି। କିନ୍ତୁ ସଦ୍ୟ ଏକ ରିପୋର୍ଟ ଏହି ଧାରଣାକୁ ଭୁଲ୍‌ ପ୍ରମାଣ କରିଦେଇଛି। ଭାରତରେ ବରିଷ୍ଠ ନାଗରିକଙ୍କ ଆର୍ଥିକ ସ୍ଥିତି ସୁଧୁରିବାରେ ଲାଗିଛି। ଏମାନେ ଆୟ କରିବା ସହ ଦେଶର ପ୍ରମୁଖ ଗ୍ରାହକ ଗୋଷ୍ଠୀରେ ସାମିଲ ହୋଇଛନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେବେ ବୃଦ୍ଧାବସ୍ଥାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଥିବାରୁ ଏହି ବାବଦକୁ ଅଧିକ ଖର୍ଚ୍ଚ କରୁଛନ୍ତି।

ବରବେଶରେ ବାନ୍ଧବୀଙ୍କୁ ବିବାହ କଲେ ଯୁବତୀ

ବରବେଶରେ ବାନ୍ଧବୀଙ୍କୁ ବିବାହ କଲେ ଯୁବତୀ

ନୂଆଦିଲ୍ଲୀ, ୨୩।୪ : ଅଗ୍ରା ଏତ୍ମାଦୌଲା ଥାନା ଅଞ୍ଚଳରେ ଏକ ସାମୁହିକ ବିବାହ ଉତ୍ସବରେ ଜଣେ ଯୁବତୀ ବର ବେଶରେ ତାଙ୍କ ବାନ୍ଧବୀଙ୍କୁ ବିବାହ କରିଛନ୍ତି। ପରେ ଏସମ୍ପର୍କରେ ପରିବାର ଲୋକ ଜାଣିବାରୁ ପୋଲିସର ସହାୟତା ଲୋଡିଛନ୍ତି। ଦୁଇ ବାନ୍ଧବୀଙ୍କ ଦୀର୍ଘଦିନ ଧରି ସମଲିଙ୍ଗୀ ସମ୍ପର୍କ ରହିଥିଲା। ତେବେ ଏହାକୁ କିପରି ବିବାହରେ ପରିଣତ କରିବେ ସେନେଇ ଯୋଜନା ପ୍ରସ୍ତୁତ କରିଥିଲେ।

ପ୍ରାଣୀଙ୍କ ଭୂକମ୍ପ ସୂଚନା ନେଇ ଦ୍ୱିମତ

ପ୍ରାଣୀଙ୍କ ଭୂକମ୍ପ ସୂଚନା ନେଇ ଦ୍ୱିମତ

ଲଣ୍ଡନ,୨୩ା୪: ଭୂକମ୍ପର କିଛି ସମୟ ପୂର୍ବରୁ କୁକୁର, ବିରାଡି ଏପରି କି ଗୋରୁ ଗାଈ ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରନ୍ତି ବୋଲି ଦୀର୍ଘଦିନରୁ ବିଶ୍ୱାସ କରାଯାଇ ଆସୁଛି। କିନ୍ତୁ ଏହା ପ୍ରମାଣସିଦ୍ଧ ନୁହେଁ ବୋଲି ସଦ୍ୟ କରାଯାଇଥିବା ଏକ ଅଧ୍ୟୟନରୁ ଜାଣିବାକୁ ମିଳିଛି। ଏହି ଅଧ୍ୟୟନ ‘ବୁଲେଟିନ୍‌ ଅଫ୍‌ ଦି ସିସ୍‌ମୋଲୋଜିକାଲ୍‌ ସୋସାଇଟି ଅଫ୍‌ ଆମେରିକା’ ଜର୍ନାଲ୍‌ରେ ପ୍ରକାଶ ପାଇଛି।

ଉଦ୍ଭିଦରୁ ଇନ୍ଧନ

ଉଦ୍ଭିଦରୁ ଇନ୍ଧନ

ପ୍ରତିଦିନ ପୃଥିବୀରେ ୯,୫୦,୦୦,୦୦୦ ବ୍ୟାରେଲ(ଏକ ବ୍ୟାରେଲ ୨୦୦ ଲିଟର) ପେଟ୍ରୋଲିୟମ ତୈଳ ଇନ୍ଧନ ହିସାବରେ ବ୍ୟବହୃତ ହେଉଅଛି। ଦୈନିକ ହାରାହାରି ମୁଣ୍ଡପିଛା ତିନିଲିଟର। ପେଟ୍ରୋଲିୟମ ଲାଟିନ ଶବ୍ଦ ପେଟ୍ରା (ପଥର) ଏବଂ ଓଲିୟମ (ତେଲ)ରୁ ଆସିଅଛି।