Dharitri News
ଫୁରସତ |

ପଶ୍ଚିମବଙ୍ଗରେ ଫୁଟ୍‌ବଲ ମିଠା

 ପଶ୍ଚିମବଙ୍ଗରେ ଫୁଟ୍‌ବଲ ମିଠା କଲିକତା: ବଙ୍ଗାଳୀମାନଙ୍କ ଦୁଇଟି ବୃହତ୍‌ ଫ୍ୟାଶନ୍‌ ଫୁଟ୍‌ବଲ ଏବଂ ମିଠା। ରାଜ୍ୟରେ ୧୭ ବର୍ଷରୁ କମ୍‌ ବୟସ୍କ ଫିଫା ବିଶ୍ୱକପ୍‌ ଚାଲିଥିବାବେଳେ ବଙ୍ଗାଳୀଙ୍କ ଫୁଟ୍‌ବଲ ମାନିଆ ଏବଂ ମିଠାର ଉତ୍ସାହକୁ ଏକତ୍ର କରିବାରେ ସମର୍ଥ ହୋଇଛନ୍ତି ଏଠାକାର ଜଣେ ମିଠାଦୋକାନୀ। ରାଜ୍ୟର ହୁଗୁଳି ଜିଲାର ମିଠା ଦୋକାନୀ ଫେଲୁ ମୋଡାକ୍‌ ବିଶ୍ୱକପ୍‌ ଫୁଟ୍‌ବଲ୍‌ ପ୍ରତୀକରୁ ଉତ୍ସାହିତ ହୋଇ ମିଠା ପ୍ରସ୍ତୁତ କରିଛନ୍ତି। ପିସ୍ତା ଏବଂ କେଶରରେ ପ୍ରସ୍ତୁତ ଏହି ମିଠାକୁ ସେ ‘ଲୋଗୋ ସନ୍ଦେଶ୍‌’ ନାମ ଦେଇଛନ୍ତି। ଏଥିରେ ଫୁଟ୍‌ବଲ୍‌ ଚାମ୍ପିୟନ୍‌ଶିପ୍‌ର ଲୋଗୋରେ ଥିବା ସମୁଦ୍ରର ପ୍ରତିକାତ୍ମକ ଛବି, ବରଗଛ ଏବଂ ଗୁଡ଼ି ଚିହ୍ନ ରହିଛି। ସେ ଏକ ‘ଫୁଟ୍‌ବଲ ସନ୍ଦେଶ୍‌’ ମଧ୍ୟ ପ୍ରସ୍ତୁତ କରିଛନ୍ତି। ଏହା ଦେଖିବାକୁ ଅବିକଳ ଫୁଟ୍‌ବଲ ସଦୃଶ। ଆସନ୍ତା ରାଉଣ୍ଡ ମ୍ୟାଚ୍‌ରେ ‘ଟ୍ରଫି ସନ୍ଦେଶ’ ଏବଂ ‘ଲୋଗୋ ସନ୍ଦେଶ୍‌’ ପ୍ରସ୍ତୁତ କରିବା ଲାଗି ପଶ୍ଚିମବଙ୍ଗର ଅନେକ ମିଠା ଦୋକାନୀ ଲକ୍ଷ୍ୟ ରଖିଛନ୍ତି।

ଫୁରସତ |

ବିଶ୍ୱର ସବୁଠାରୁ ବଡ଼ ବିମାନବନ୍ଦର

ବିଶ୍ୱର ସବୁଠାରୁ ବଡ଼ ବିମାନବନ୍ଦର

ବେଜିଂ,୨୧।୧: ଚାଇନାର ରାଜଧାନୀ ବେଜିଂରେ ନିର୍ମାଣ ହେଉଥିବା ବିମାନ ବନ୍ଦରକୁ ଦେଖିବା ଲାଗି ଲୋକେ କିଛି ସମୟ ଅଟକି ଯାଉଛନ୍ତି।

ଅସ୍ତିତ୍ୱ  ହରାଇବାକୁ ଯାଉଥିବା ‘ସାତଭାୟାର କଥା’

ଅସ୍ତିତ୍ୱ ହରାଇବାକୁ ଯାଉଥିବା ‘ସାତଭାୟାର କଥା’

ଓଡ଼ିଶାର ଉପକୂଳବର୍ତ୍ତୀ ସାତଭାୟା ଏବେ ଦରିଆ ଆଁ ଭିତରେ ନିଜର ଅସ୍ତିତ୍ୱ ହରାଇବାକୁ ଯାଉଛି । ଅତୀତରେ ଘଟିଥିବା ଏକ ଭୟଙ୍କର ବାତ୍ୟାର ବିଭିଷିକା ସେଠାର ସ୍ଥାୟୀବାସିନ୍ଦାମାନେ ସର୍ବସ୍ବାନ୍ତହୋଇ ଅନେକ ନାହିଁ ନଥିବା ସମସ୍ୟା ଭିତରେ ଦୀର୍ଘ ୪୮ବର୍ଷ ଧରି ଜୀବନ ବିତାଇ ସାରିଲେଣି । ଏମିତିକି ଦୁଇଟି ଗାଁ ସମ୍ପୂର୍ଣ୍ଣ ସମୁଦ୍ର ଗର୍ଭରେ ଲୀନ ହୋଇସାରିଛି । ଦରିଆ ସେମାନଙ୍କ ପିଲାଛୁଆ ସଭିଙ୍କୁ ଭସେଇ ନେଇଛି। ମାତ୍ର ଆଶ୍ରୟପାଇଁ ସେମାନଙ୍କ ଲାଗି ଆଉ ଏକ ସ୍ଥାନ ଖୋଜା ସରିଛି। କିନ୍ତୁ ଭିଟାମାଟି ଛାଡ଼ିବାର ଦୁଃଖ ଅନ୍ୟପଟେ ନୂଆଜାଗାରେ ଥଇଥାନ ଯୋଗୁ ବଦଳିଯିବ ପରିଚୟ । ପୁଣି ଆରମ୍ଭହେବ ନିଆରା ଜୀବନଶୈଳୀ । ସେହି ଗାଁ ସମ୍ପର୍କରେ ....

ପୁଅ ଦୁଷ୍ଟ ହେବାରୁ ଦଣ୍ଡ: ସ୍କୁଟର ପଛରେ ବାନ୍ଧି ରାସ୍ତାରେ ଘୋଷାଡିଲେ ମା’

ପୁଅ ଦୁଷ୍ଟ ହେବାରୁ ଦଣ୍ଡ: ସ୍କୁଟର ପଛରେ ବାନ୍ଧି ରାସ୍ତାରେ ଘୋଷାଡିଲେ ମା’

ଚଳଚ୍ଚିତ୍ର ‘ ପ୍ୟାର କିୟା ତୋ ଡରନା କ୍ୟା’ରେ ବଲିଉଡ ଅଭିନେତା ଅରବାଜ ଖାନ ସଲମାନଙ୍କୁ ଦଣ୍ଡ ଦେଉଥିବାର ଏକ ଦୃଶ୍ୟ ଦେଖାଯାଇଥିଲା। ଦୃଶ୍ୟରେ ଅରବାଜ୍‌ ସଲମାନଙ୍କୁ ଘୋଡା ପଛରେ ବାନ୍ଧି ଘୋଷାଡି ଘୋଷାଡି ନେଇଥିଲେ। ଠିକ୍‌ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଚାଇନାର ଦକ୍ଷିଣ-ପଶ୍ଚିମରେ ଥିବା ୟୁନ୍ନାନ ଅଞ୍ଚଳ ଜାଓଟାଙ୍ଗ ସହର ରାସ୍ତାରେ। ଗୁରୁବାର ଚାଇନାର ଜଣେ ମା’ ନିଜ ଶିଶୁକୁ ଦଣ୍ଡ ଦେବାପାଇଁ ନିଜ ସ୍କୁଟର ପଛରେ ବାନ୍ଧି ଘୋଷାଡି ଘୋଷାଡି ନେଇଥିଲେ। ଥରେ ଅଥବା ଦିନେ ନୁହେଁ ବରଂ ମା’ ଲଗାତାର ତିନିଦିନ ଧରି ଏପରି କରିଆସୁଥିଲେ।

ପୁରୁଷଙ୍କ ତୁଳନାରେ ମହିଳାଙ୍କ ସ୍ବାସ୍ଥ୍ୟରେ ଅବନତି ହେଉଛି

ପୁରୁଷଙ୍କ ତୁଳନାରେ ମହିଳାଙ୍କ ସ୍ବାସ୍ଥ୍ୟରେ ଅବନତି ହେଉଛି

ଓ୍ବାଶିଂଟନ: ପୁରୁଷଙ୍କ ତୁଳନାରେ ମହିଳା ସ୍ବାସ୍ଥ୍ୟରେ ସମ୍ପ୍ରତି ଏକ ନିଦ୍ଦିଷ୍ଟ ବୟସ ପରେ ଅବନତି ଦେଖାଯାଉଛି। ଏସମ୍ପର୍କରେ ଗବେଷକ ଏକ ରୋଚକ ତଥ୍ୟ ପ୍ରକାଶ କରିଛନ୍ତି। ୨୫ରୁ ୩୦ ବର୍ଷ ପରେ ମହିଳାଙ୍କ ସ୍ବାସ୍ଥ୍ୟ କ୍ରମଶଃ ଖରାପ ହେଉଥିବାରୁ ଗବେଷକ ସୂଚିତ କରିଛନ୍ତି।

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

ଲକ୍ଷ୍ନୌ: ଛୋଟବେଳେ ପାଠପଢ଼ା ଆରମ୍ଭ କରିବା ବେଳେ ସମସ୍ତେ ପଣିକିଆ ବା ଇଂରାଜୀରେ‘ମଲଟିପ୍ଲିକେସନ ଟେବୁଲ’ ପଢ଼ିଥିବେ ତ ନିଶ୍ଚୟ। କେହି କେହି ଏହାର ୨୫ଟି ଖନ୍ଦା ମନେରଖିଥାନ୍ତି ତ କେହି ଏହାର କେବଳ ୧୦ ଖନ୍ଦା। ବାକି ଗୁଣନ କରି ମାଲୁମ କରାଯାଇପାରେ। ତେବେ ଥରେ ଭାବି ଦେଖନ୍ତୁ ତ ୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମନେରଖିବା କଥାକୁ। ଅସମ୍ଭବ ତ ନିଶ୍ଚୟ ଲାଗିବ। ହେଲେ ଜଣେ ଶିଶୁ ଏପରି କରି ଦେଖାଇଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଶାହାରନ୍‌ପୁରରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ‘ଚିରାଗ’।

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଓ୍ବାଶିଂଟନ: ଛୋଟ ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ ବୋଲି ଗବେଷକ ସୂଚିତ କରିଛନ୍ତି। ସେମାନଙ୍କ ମସ୍ତିଷ୍କରେ ସ୍ବତଃ ଏହି ଧାରଣା ସୃଷ୍ଟି ହୋଇଥାଏ। ଗବେଷକ ଦୀର୍ଘଦିନ ଧରି କିଭଳି ଶିଶୁମାନେ ଚିନ୍ତା କରିଥାନ୍ତି ସେ ନେଇ ଅଧ୍ୟୟନ କରୁଥିଲେ।

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

ଓ୍ବାଶିଂଟନ: ସାଧାରଣ ମହିଳାଙ୍କ ଅପେକ୍ଷା କର୍ମଜୀବୀ ମହିଳା ପରିବାର ପ୍ରତି ଅଧିକ ଯତ୍ନଶୀଳା ରହିଥାନ୍ତି ବୋଲି ଗବେଷଣାରୁ ଜଣାପଡିଛି। ସେମାନେ ପରିବାରର ପ୍ରତିଟି ଦାୟିତ୍ୱ ଭଲ ଭାବେ ତୁଲାଉଥିବାବେଳେ ଯେ କୌଣସି ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍‌ କରିବା ପରେ ନିଷ୍ପତ୍ତି ନେଇଥାନ୍ତି।

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଓ୍ବାଶିଂଟନ: ଏବେ ଆଧୁନିକତାର ସ୍ପର୍ଶରେ ଯୌଥ ପରିବାର ସଂଖ୍ୟା ହ୍ରାସ ପାଇବା ସହିତ ଦମ୍ପତିଙ୍କର ସନ୍ତାନ ସଂଖ୍ୟା ଗୋଟିଏରେ ସୀମିତ ରହୁଛି। ଏହାଦ୍ୱାରା ସନ୍ତାନର ଯତ୍ନ ନେବା ସହଜ ହେଉଛି ଓ ତାହାର ଭବିଷ୍ୟତ ମଧ୍ୟ ସୁରକ୍ଷିତ ହୋଇପାରୁଛି।

ମକରର ମହକ

ମକରର ମହକ

ମାଘର ଶୀତରେ ଆସେ ମକର। ଆଉ ମକର ଆସିଲେ, ଚାରିଆଡେ ଖେଳିଯାଏ ଖୁସିର ଲହରି। ଓଡ଼ିଶାରେ ଥିବା ତେଲୁଗୁ ସମ୍ପ୍ରଦାୟ ଏହାକୁ ପୋଙ୍ଗଲ ବା ସେମାନଙ୍କ ନୂଆ ବର୍ଷ ଭାବେ ପାଳନ କରୁଥିବାବେଳେ ଓଡ଼ିଶାର ବିଭିନ୍ନ ଜିଲାରେ ମକରକୁ ନେଇ ପାଳନ ହୋଇଥାଏ ଭିନ୍ନ ଭିନ୍ନ ପରମ୍ପରା। କେଉଁଠି ମକର ଚାଉଳ, ପିଠା ଓ ମିଠାରେ ମକରକୁ ସ୍ବାଗତ କରାଯାଏ ତ କେଉଁଠି କୁକୁଡ଼ା ଲଢେଇ ମକରର ମାହୋଲକୁ ସରଗରମ କରୁଥିବାବେଳେ ଆଉ କେଉଁଠି ଗୁଡ଼ିଉଡ଼ାରେ ସ୍ବାଗତ କରାଯାଏ ମକରକୁ....

ଅଟ୍ରି

ଅଟ୍ରି

ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବେ ଖୋର୍ଦ୍ଧାର ଅଟ୍ରି ଉଷ୍ଣପ୍ରସ୍ରବଣ ପ୍ରସିଦ୍ଧି ଲାଭ କରିଛି। ବର୍ଷର ସବୁ ସମୟରେ ଏଠାରେ ପର୍ଯ୍ୟଟକଙ୍କ ଯା’ଆସ ଲାଗି ରହୁଥିଲେ ହେଁ ମକର ସଂକ୍ରାନ୍ତିରେ ଏଠି ଅଧିକ ଭିଡ଼ ଜମିଥାଏ।

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ଅବସରପ୍ରାପ୍ତ ପ୍ରାଧ୍ୟାପିକା ତଥା ଅନୁବାଦିକା ମିନତି ପଟନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ଖୋର୍ଦ୍ଧା ଜିଲା କୁହୁଡିରେ ଆମ ଗାଁ। କୁହୁଡି ଜନତା ହାଇସ୍କୁଲ୍‌ରୁ ୮ମ ପଢିବା ପରେ ରାଉରକେଲାସ୍ଥିତ ଉଦିତ୍‌ନଗର ହାଇସ୍କୁଲ୍‌ରେ ନାଁ ଲେଖାଇଥିଲି। କାରଣ ରାଉରକେଲାରେ ବାପା ଚାକିରି କରୁଥିଲେ। ୧୯୬୫ରେ ସେଠାରୁ ଏକାଦଶ ପାସ୍‌ କରିବା ପରେ ସମ୍ବଲପୁର ମହିଳା ମହାବିଦ୍ୟାଳୟରୁ ପି.ୟୁ ସାରି ପୁରୀ ମହିଳା ମହାବିଦ୍ୟାଳୟରେ ବି.ଏ. ପଢିଥିଲି।

ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ

ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ

ଲଣ୍ଡନ: ମହାକାଶ ଯାତ୍ରା ପରେ ପୃଥିବୀକୁ ଫେରୁଥିବା ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ ବୋଲି ଚିକିତ୍ସା ବିଜ୍ଞାନୀମାନେ ଜାଣିପାରିଛନ୍ତି। ମହାକାଶର ମାଇକ୍ରୋଗ୍ରାଭିଟିରେ ମସ୍ତିଷ୍କର ଉପର ସ୍ତରରେ ସେରିବ୍ରୋସ୍ପାଇନାଲ୍‌ ଫ୍ଲୁଇଡ୍‌ ପହଞ୍ଚିପାରି ନ ଥାଏ।