ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଭୁବନରେ ବର୍ଷାବିତ୍ପାତ: ଦଳିତ ସାହିକୁ ବଢୁଛି ବିପଦ

ଭୁବନରେ ବର୍ଷାବିତ୍ପାତ: ଦଳିତ ସାହିକୁ ବଢୁଛି ବିପଦ
ଭୁବନ, ୬ା୯(ଡି.ଏନ୍‌.ଏ.)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେବା ପରେ ସାରା ରାଜ୍ୟରେ ଲାଗି ରହିଛି ଲଗାଣବର୍ଷା। ଏହାର ପ୍ରଭାବ ଦେଖିବାକୁ ମିଳିଛି ଭୁବନ ଏନ୍‌ଏସି ଅଞ୍ଚଳରେ। ୫ଦିନ ଧରି ଜାରି ରହିଥିବା ବର୍ଷା ୧୨ନଂ. ଓ୍ବାର୍ଡ ଅଧୀନ ଦଳିତ ସାହିବାସୀଙ୍କ ପାଇଁ ଦୁର୍ଦ୍ଦଶା ଆଣିଛି। ବର୍ଷା ପାଣିରେ ଭିଜି କାଲ ମଳିକଙ୍କ ଘର ଗୁରୁବାର ଭାଙ୍ଗିଯାଇଛି। ସୌଭାଗ୍ୟବଶତଃ ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। ଏ ନେଇ କାଲ ତହସିଲଦାର ଶକ୍ତିକାନ୍ତ ରାୟଙ୍କୁ ଲିଖିତ ଅଭିଯୋଗ କରିବା ପରେ ରାଜସ୍ବ ନିରୀକ୍ଷକଙ୍କ ଦ୍ୱାରା ତଦନ୍ତ କରାଯାଇଛି।
ଦଳିତ ସାହିରେ ୨୦ରୁ ଊର୍ଦ୍ଧ୍ୱ ପରିବାରର ୧୦୦ରୁ ଊର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଦିନ ମଜୁରିଆ ହୋଇଥିବାବେଳେ ଝାଟିମାଟି ଘରେ ରହୁଛନ୍ତି। ବର୍ଷା ଲାଗି ରହିଥିବାରୁ ଅନେକ ଘର ଫାଟି ଯାଇଛି। ଅନ୍ୟ ଉପାୟ ନ ଥିବାରୁ ସମ୍ପୃକ୍ତ ପରିବାର ବିପଦସଙ୍କୁଳ ଅବସ୍ଥାରେ ଭାଗ୍ୟକୁ ଆଦରି ପଡ଼ି ରହିଛନ୍ତି। ଦିନେ ଦୁଇଦିନ ବର୍ଷା ଜାରି ରହିଲେ ଅବସ୍ଥା ସାଂଘାତିକ ହୋଇପଡ଼ିବ ବୋଲି ଅଞ୍ଚଳବାସୀ କହିଛନ୍ତି। ଏ ସଂକ୍ରାନ୍ତରେ ତହସିଲଦାର କୁହନ୍ତି, ଅଭିଯୋଗ ମିଳିବା ପରେ ସାହି ଉପରେ ନଜର ରଖାଯାଇଛି। ଆବଶ୍ୟକ ହେଲେ ସାହିବାସୀକୁ ଅନ୍ୟତ୍ର ଥଇଥାନ କରାଯିବ।
ଏଠାରେ ଉଲ୍ଲେଖଯୋଗ୍ୟ, ଦଳିତ ସାହିର ଅନେକ ପରିବାର ବିଜୁ ପକ୍କାଘର ପାଇଁ ପ୍ରଶାସନ ନିକଟରେ ଆବେଦନ କରିଛନ୍ତି। ହେଲେ କାହାରିକୁ କାର୍ଯ୍ୟାଦେଶ ଦିଆଯାଇନାହିଁ। ତେଣୁ ବର୍ଷାଦିନେ ସେମାନେ ହଇରାଣ ହେଉଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ ଆବାସ ଯୋଜନାରେ ସାମିଲ କରାଗଲେ ସେମାନେ ଉପକୃତ ହୋଇପାରିବେ ବୋଲି କହିଛନ୍ତି।
All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

 ଏମ୍‌ପିଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର,   ସମ୍ମାନର ସହ ନାକଚ କରୁଛି: ତଥାଗତ

ଏମ୍‌ପିଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର, ସମ୍ମାନର ସହ ନାକଚ କରୁଛି: ତଥାଗତ

ପାଲଲହଡା,୧୮।୨(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ନୋ-ଏଣ୍ଟ୍ରି ଛକଠାରେ ଆଇଓସିଏଲ ପକ୍ଷରୁ ନିର୍ମିତ ବୀର ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଛି। ମୁଖ୍ୟଅତିଥି ଭାବେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଏହାକୁ ଉନ୍ମୋଚନ କରିଥିଲେ। ସ୍ଥାନୀୟ ଷ୍ଟାଡିୟମ୍‌ରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେଇ ପେଟ୍ରୋଲିୟମ୍‌ ମନ୍ତ୍ରୀ ପ୍ରଧାନ   ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀଙ୍କୁ କଟାକ୍ଷ କରିଥିଲେ। 

ଧାନର ଅଭାବୀ ବିକ୍ରି ଚିନ୍ତା  ଜିଲାପାଳଙ୍କୁ ଭେଟିଲେ ସୋସାଇଟି ସମ୍ପାଦକ, ଚାଷୀ

ଧାନର ଅଭାବୀ ବିକ୍ରି ଚିନ୍ତା ଜିଲାପାଳଙ୍କୁ ଭେଟିଲେ ସୋସାଇଟି ସମ୍ପାଦକ, ଚାଷୀ

ବାଲେଶ୍ୱର ଅଫିସ,୧୮।୨-ବାଲେଶ୍ୱର ଜିଲାର ବିଭିନ୍ନ ଅଞ୍ଚଳର କୋ-ଅପରେଟିଭ୍‌ ସୋସାଇଟିର ସମ୍ପାଦକ ଏବଂ ସଭାପତି ଧାନର ଅଭାବୀ ବିକ୍ରି ନେଇ ସୋମବାର ଜିଲାପାଳଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି। 

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ବୌଦ୍ଧ,୧୮।୨(ସ୍ବ.ପ୍ର): କାଳିଆ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାରେ ରାଜ୍ୟରେ ଜଣେ ହେଲେ ଯୋଗ୍ୟ ଚାଷୀ ଯେପରି ବଞ୍ଚତ୍ତ ହେବେ ନାହିଁ ସେଥିପ୍ରତି ଦୃଷ୍ଟି ଦିଆଯାଉଛି ।

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ   ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର

ବେଲପାହାଡ଼,୧୮ା୨(ଡ଼ି.ଏନ୍‌.ଏ.): ଆସନ୍ତା ୨୨ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ା ଏଥିପାଇଁ ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳସ୍ଥିତ ନୋଡ଼ାଲ କେନ୍ଦ୍ର ଗିରିଧରଲାଲ ଉଚ୍ଚ ବିଦ୍ୟାଳୟକୁ ପ୍ରଶ୍ନପତ୍ର ପହଞ୍ଚତ୍ ସାରିଛି ା ପ୍ରଶ୍ନପତ୍ରଗୁଡିକ କଡ଼ା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମରେ ରଖାଯାଇଛି ା

ଜାତୀୟସ୍ତରକୁ ମନୋନୀତ କମଲଙ୍କ ପ୍ରକଳ୍ପ:  ପେଟ୍ରୋଲ ପରିବର୍ତ୍ତେ ହାଇଡ୍ରୋଜେନରେ ଚାଲିବ କାର୍‌

ଜାତୀୟସ୍ତରକୁ ମନୋନୀତ କମଲଙ୍କ ପ୍ରକଳ୍ପ: ପେଟ୍ରୋଲ ପରିବର୍ତ୍ତେ ହାଇଡ୍ରୋଜେନରେ ଚାଲିବ କାର୍‌

ତିହିଡ଼ି, ୧୮।୨(ଡି.ଏନ.ଏ.) - ପେଟ୍ରୋଲ ପରିବର୍ତ୍ତେ ହାଇଡ୍ରୋଜେନରେ ଚାଲିବ କାର୍‌। ଏଭଳି ଏକ ପ୍ରକଳ୍ପ କରି ଜାତୀୟସ୍ତରକୁ ମନୋନୀତ ହୋଇଛନ୍ତି ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ସାଲପୁର ଗ୍ରାମର ଛାତ୍ର କମଲ କିଶୋର ମାଝୀ।

୨ ଓଡ଼ିଆ ଶହୀଦ ଯବାନଙ୍କ ପରିବାରକୁ ଡମ୍ଫର ମାଲିକ ସଂଘ ପକ୍ଷରୁ ସହାୟତା

୨ ଓଡ଼ିଆ ଶହୀଦ ଯବାନଙ୍କ ପରିବାରକୁ ଡମ୍ଫର ମାଲିକ ସଂଘ ପକ୍ଷରୁ ସହାୟତା

ପାରାଦୀପ,୧୮।୨(ସ୍ବ.ପ୍ର.):  ପୁଲଓ୍ବାମାଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା  ଯବାନଙ୍କ ଉଦ୍ଦେଶ୍ୟରେ ପାରାଦୀପ ଡମ୍ଫର ମାଲିକ ସଂଘ ପକ୍ଷରୁ ସୋମବାର ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

୫ ଦଫା ଦାବିରେ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

୫ ଦଫା ଦାବିରେ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପୁରୁଷୋତ୍ତମପୁର,୧୮।୨(ଡି.ଏନ୍‌.ଏ.): ୫ ଦଫା ଦାବିରେ ଗଞ୍ଜାମ ଜିଲା   ପୁରୁଷୋତ୍ତମପୁର ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଅବସରପ୍ରାପ୍ତ କର୍ମଚାରୀମାନେ  ଧାରଣା ଦେଇଛନ୍ତି। 

ସର୍ବଭାରତୀୟ ବାଣିଜ୍ୟ ସଂଗଠନର ବନ୍ଦ ଡାକରା: ମୁନିଗୁଡ଼ାରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ବାଇକ୍‌ ରାଲି

ସର୍ବଭାରତୀୟ ବାଣିଜ୍ୟ ସଂଗଠନର ବନ୍ଦ ଡାକରା: ମୁନିଗୁଡ଼ାରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ବାଇକ୍‌ ରାଲି

ମୁନିଗୁଡ଼ା,୧୮।୨(ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣରେ ଗତ ୧୪ ତାରିଖରେ ଶହୀଦ ହୋଇଥିବା ଯବାନଙ୍କ ସ୍ମୃତିରେ ସର୍ବଭାରତୀୟ ବାଣିଜ୍ୟ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। 

ବୀର ଯବାନଙ୍କ ସ୍ମୃତିରେ ପଟ୍ଟାମୁଣ୍ତାଇ ବଜାର ବନ୍ଦ

ବୀର ଯବାନଙ୍କ ସ୍ମୃତିରେ ପଟ୍ଟାମୁଣ୍ତାଇ ବଜାର ବନ୍ଦ

ପଟ୍ଟାମୁଣ୍ତାଇ,୧୮।୨(ସ୍ବ.ପ୍ର.): ଜମ୍ମୁ-କଶ୍ମୀର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣରେ ଗତ ୧୪ ତାରିଖରେ ଶହୀଦ ହୋଇଥିବା ଯବାନଙ୍କ ସ୍ମୃତିରେ ସର୍ବଭାରତୀୟ ବାଣିଜ୍ୟ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।

ଶହୀଦଙ୍କ ସ୍ମୃତିରେ ଜି. ଉଦୟଗିରି ବନ୍ଦ: ୨ ମିନିଟ୍‌ ନୀରବ ପ୍ରାର୍ଥନା

ଶହୀଦଙ୍କ ସ୍ମୃତିରେ ଜି. ଉଦୟଗିରି ବନ୍ଦ: ୨ ମିନିଟ୍‌ ନୀରବ ପ୍ରାର୍ଥନା

ଜି. ଉଦୟଗିରି,୧୮।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା  ଜି. ଉଦୟଗିରି ସହରର ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ଜମ୍ମୁ-କଶ୍ମୀର ପୁୁଲୱାମାଠାରେ ଶହୀଦ ହୋଇଥିବା ବୀର ଯବାନମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋମବାର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। 

 ଗାଁ ଦାଣ୍ଡରେ ମାରଣାସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା: ଅଭିଯୁକ୍ତ ଫେରାର

ଗାଁ ଦାଣ୍ଡରେ ମାରଣାସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା: ଅଭିଯୁକ୍ତ ଫେରାର

ବେଗୁନିଆ/ବୋଲଗଡ଼,୧୮।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ ଅଧୀନ ଦେଉଳି ଗ୍ରାମରେ ସୋମବାର ଏକ ଭିଭତ୍ସ ହତ୍ୟାକାଣ୍ଡ ଘଟିଛି।

 ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବ୍ୟବସାୟୀ

ଖୋର୍ଦ୍ଧା ଅଫିସ,୧୮।୨: ଜମ୍ମୁ-କଶ୍ମୀରର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲା ବ୍ୟବସାୟ ପ୍ରତିଷ୍ଠାନ ସୋମବାର ବନ୍ଦ ରହଛି।