ସମ୍ବଲପୁର

ଫସଲ ବୀମା ପ୍ରଦାନ ଦାବିରେ ଚାଷୀଙ୍କ ରାସ୍ତାରୋକୋ

ଫସଲ ବୀମା ପ୍ରଦାନ ଦାବିରେ ଚାଷୀଙ୍କ ରାସ୍ତାରୋକୋ
ସୋନପୁର,୧୨।୯(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର-ବିନିକା ରାଜ୍ୟ ରାଜପଥର ଧଉରାଖମନଠାରେ ଚାଷୀମାନେ ମଙ୍ଗଳବାର ରାସ୍ତାରୋକୋ କରିଛନ୍ତି। କଳାପଥର ପଞ୍ଚାୟତର ଚାଷୀଙ୍କୁ ଫସଲ ବୀମା ରାଶି ମିଳି ନଥିବାରୁ ପ୍ରତିବାଦରେ ଦୀର୍ଘ ୧୧ଘଣ୍ଟା ଧରି ରାସ୍ତା ଅବରୋଧ ହୋଇଥିଲା । ଚାଷୀମାନେ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ନିରାଶ ହେବା ପରେ ଆନ୍ଦୋଳନ କରିଥିଲେ। ଏଥିଯୋଗୁଁ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇ ପଡିଥିଲା। ରାସ୍ତାର ଉଭୟପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକି ରହିଥିଲା। ଆନ୍ଦୋଳନକାରୀ ସାଇକେଲ, ବାଇକ୍‌ ମଧ୍ୟ ଛାଡି ନ ଥିଲେ। ଡୁଙ୍ଗୁରିପାଲି, ବିନିକା, ରାମପୁର ଓ ଗୋଡଭଗା ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ଜିଲା ପ୍ରଶାସନର ପ୍ରତିଶୃତି ପରେ ସନ୍ଧ୍ୟା ୬ଟାରେ ଏହି ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି ।  
     ୨୦୧୭-୧୮ ଖରିଫ ଋତୁରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁଁ ଏହି ପଞ୍ଚାୟତର ଚାଷୀ ମରୁଡି ଯୋଗୁଁ କ୍ଷତି ସହିଥିଲେ। ଫସଲ କ୍ଷତି ଯୋଗୁଁ ରାଜ୍ୟ ସରକାର ମଧ୍ୟ ସହାୟତା ରାଶି ପ୍ରଦାନ କରିଥିଲେ। ଅମଳ ଭଲ ହୋଇ ନଥିବାରୁ ଯୋଗାଣ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଚାଷୀଙ୍କଠାରୁ ପ୍ୟାକ୍ସ ଏକର ପ୍ରତି ମାତ୍ର ୪କୁଇଣ୍ଟାଲ ଲେଖାଏଁ ବଳକା ଧାନ କିଣିଥିଲା। ପୂର୍ବରୁ ଏହି ପଞ୍ଚାୟତର ଚାଷୀ ଏକର ପ୍ରତି ସାଢେ ୧୨କୁଇଣ୍ଟାଲ ଧାନ ବିକ୍ରି କରୁଥିଲେ। ପଞ୍ଚାୟତରେ ୬୨% ଫସଲ ଅମଳ କମ୍‌ ହୋଇଛି ବୋଲି କୁହାଗଲା। ଚାଷୀ ନିୟମ ଅନୁଯାୟୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରିମିୟମ ଜମା କରିଥିଲେ। କିନ୍ତୁ ପାଖ ପଞ୍ଚାୟତର ଚାଷୀ ବୀମା ରାଶି ପାଇଥିଲା ବେଳେ ଏଠାକାର ଚାଷୀ ବଞ୍ଚତ୍ତ ହେଲେ। ରାଜସ୍ବ, କୃଷି ଓ ପରିସଂଖ୍ୟାନ ବିଭାଗ ପକ୍ଷରୁ କ୍ରପ୍‌ କଟିଂ ରିପୋର୍ଟ ପ୍ରଦାନରେ ତୃଟି ଯୋଗୁଁ ଏଭଳି ହୋଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଚାଷୀ ଏ ନେଇ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ନଗର ଉନ୍ନୟନ ଓ ଜଳସମ୍ପଦ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଭେଟି ପୂର୍ବରୁ ଆଲୋଚନା କରିଥିଲେ। କୌଣସି ଲାଭ ନ ମିଳିବାରୁ ଧଉରାଖମନ, ନନ୍ଦନମାଲ, ସରଧାପାଲି, ବାଙ୍କବିଜା, ଜାମପାଲି, ପ୍ରତାପପୁର, କବାଟତଳାଇ, ବାବୁପାଲି, ଧଉରାଖମନ, ପାଣିସିଆଲି ଓ ବାଇଗଣଜୁରି ଗ୍ରାମର ଶତାଧିକ ଚାଷୀ ରାସ୍ତାରେ ବସିଥିଲେ । ଚାଷୀ କିଶୋର କର, ମନୋଜ କର, ସରୋଜ ମଲ୍ଳିକ, ଉମା ପଧାନ, ରାମଚନ୍ଦ୍ର ବାଗ, କୃଷ୍ଣଚନ୍ଦ୍ର ସିଂ, ଗରିବ ଗୁରୁ, ଲକ୍ଷ୍ମଣ ମେହେର, ଇନ୍ଦ୍ରଜିତ୍‌ ବାଗ, ବେଣୁଧର ସେଠୀ, ନୀନା ମିଶ୍ର ଓ ଉମାକାନ୍ତ କୋଠାର ପ୍ରମୁଖ ଆନ୍ଦୋଳନର ନେତୃତ୍ୱ ନେଇଥିଲେ। ଭାଜପା କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ଶିବାଜୀ ମହାନ୍ତି, ରାଜ୍ୟ ପ୍ରଭାରି ରାକେଶ ଶର୍ମା, ବରିଷ୍ଠ ନେତା ପ୍ରମୋଦ ମହାପାତ୍ର, ଶମ୍ଭୁ ପ୍ରସାଦ ନନ୍ଦ, ସ୍ଥାନୀୟ ଜିଲା ପରିଷଦ ସଭ୍ୟ ପୂର୍ଣ୍ଣଚନ୍ଦ୍ର ବିଶିଙ୍କ ସମେତ ଜିଲା କଂଗ୍ରେସ କମିଟି ସଭାପତି ଶଙ୍କର ଦାଶ ଓ ସୋନପୁର ବ୍ଲକ କଂଗ୍ରେସ କମିଟି ସଭାପତି ବରୁଣ ସୁନା ଆନ୍ଦୋଳନସ୍ଥଳରେ ଉପସ୍ଥିତ ରହି ଆନ୍ଦୋଳନ ପ୍ରତି ସମର୍ଥନ ଜଣାଇଥିଲେ। ଜିଲା ପ୍ରଶାସନ ପକ୍ଷରୁ ଡିଆଡିଏ ପିଡି ସୂର୍ଯ୍ୟନାରାୟଣ ଦାଶ ଉପସ୍ଥିତ ରହି ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ସୋନପୁର ପୋଲିସ ଏସଡିପିଓ ମିହିର କୁମାର ପଣ୍ଡା ଓ ଆଇଆଇସି ଶ୍ରୀକାନ୍ତ କୁମାର ତ୍ରିପାଠୀ ଘଟଣାସ୍ଥଳରେ ରହି ଆଇନଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ।  
All Right Reserved By

ସମ୍ବଲପୁର

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର

କଣ୍ଟାମାଳ,୧୭।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାରେ ରବିବାର ଅପରାହ୍ନ ୧୨ଟାରେ ଏକ ଟ୍ରକ ୩ଟି ସ୍ଥାନରେ ଦୁର୍ଘଟଣା ଘଟାଇ ଭାରସାମ୍ୟ ହରାଇ ଓଲଟି ପଡିଛି । 

ଅଙ୍ଗନୱାଡି ସହାୟିକା ଚୟନରେ ପାତରଅନ୍ତର: ସିଡିପିଓଙ୍କୁ ଘେରିଲେ ମହିଳା

ଅଙ୍ଗନୱାଡି ସହାୟିକା ଚୟନରେ ପାତରଅନ୍ତର: ସିଡିପିଓଙ୍କୁ ଘେରିଲେ ମହିଳା

ଅମରପାଲି, ୧୭।୨(ଡି.ଏନ.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ  କେଞ୍ଜିରିଆପାଲି ପଞ୍ଚାୟତ ଅନ୍ତର୍ଗତ ଅଚିଣ୍ଡା ଗ୍ରାମରେ ଅଙ୍ଗନୱାଡି ସହାୟକ ଚୟନରେ ପାତରଅନ୍ତର ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଶନିବାର ଗଁାର ବହୁ ମହିଳା  ଏ ନେଇ ସିଡିପିଓ ସଞ୍ଜୁରାଣୀ ମିଶ୍ରଙ୍କୁ ଘେରାଉ କରି ପ୍ରତିବାଦ କରିଛନ୍ତି ।

ସ୍କୁଲଠାରୁ ୨୦କିମି ଦୂରରେ ପରୀକ୍ଷା କେନ୍ଦ୍ର

ସ୍କୁଲଠାରୁ ୨୦କିମି ଦୂରରେ ପରୀକ୍ଷା କେନ୍ଦ୍ର

ଅମରପାଲି, ୧୭।୨(ଡି.ଏନ.ଏ.)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଲୁତୁରପଙ୍କ ହାଇସ୍କୁଲ ଓ ଅମରପାଲି ହାଇସ୍କୁଲଊର ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ପାଇଁ ହୋଇଥିବା ପରୀକ୍ଷା କେନ୍ଦ୍ରକୁ ନେଇ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଶିକ୍ଷା ବିଭାଗର ଗାଇଡଲାଇନ ଅନୁଯାୟୀ ପ୍ରତ୍ୟେକ ସ୍କୁଲର ପରୀକ୍ଷା କେନ୍ଦ୍ର ସମ୍ପୃକ୍ତ ସ୍କୁଲଠାରୁ ୫କିମି ଦୂରରେ ହେବ। 

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅନଶନରେ ବସି ପୁଞ୍ଜିଲାଲ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅନଶନରେ ବସି ପୁଞ୍ଜିଲାଲ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବଲାଙ୍ଗୀର ଅଫିସ, ୧୬।୨- ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶନିବାର ବଲାଙ୍ଗୀର ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଦୀର୍ଘ ୧୦ ଦିନ ହେଲା ଅନଶନ କରିବା ହେତୁ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । 

କାନ୍ଥତାଡ଼ି ୩୦ ଲକ୍ଷର ମୋବାଇଲ, ଗ୍ରୋସେରି ସାମଗ୍ରୀ ଚୋରି

କାନ୍ଥତାଡ଼ି ୩୦ ଲକ୍ଷର ମୋବାଇଲ, ଗ୍ରୋସେରି ସାମଗ୍ରୀ ଚୋରି

ବେଦବ୍ୟାସ,୧୬।୨: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳରେ ଥିବା ଏକ ତେଜରାତି ଦୋକାନ ସହ ମୋବାଇଲ ଦୋକାନରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୋକାନର କାନ୍ଥ ତାଡ଼ି ଚୋରମାନେ ୩୦ଲକ୍ଷ ଟଙ୍କାର ମୋବାଇଲ ସମେତ ଗ୍ରୋସେରୀ ସାମଗ୍ରୀ ଚୋରି କରି ନେଇଛନ୍ତି। ଏ ନେଇ ଥାନାରେ ପୃଥକ୍‌ ପୃଥକ୍‌ ମାମଲା ରୁଜୁ ହୋଇଛି। 

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଦେବଗଡ଼,୧୬ା୨(ସ୍ବ.ପ୍ର)ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଦିନ ଧରି ଚାଲିଥିବା ୧୯ତମ ଉସତ୍ବ ପ୍ରଧାନପାଟ-୨୦୧୯ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାର କାର୍ଯ୍ୟକ୍ରମରେ  ଜିଲାପାଳ ସୁଧାଂଶୁ ମୋହନ ସାମଲ  ଅଧ୍ୟକ୍ଷତା କରିଥିଲେ। 

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା  : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ରେଢାଖୋଲ ୧୬।୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା ପରଦାନ ଦାବିରେ ରେଢ଼ାଖାଲ ବ୍ଲକ ଗଡ଼ଗଡ଼ବାହାଲ ପଁଚେତ୍‌ର ଚାଷୀମାନେ ଶୁକୁରବାର ଉପଜିଲାପାଳକଁର ଦପ୍‌ତର ଆଘେ ଧାରନାରେ ବସିଥିଲେ। ସଖାଲର ପାଖାପାଖି ୧୦ଟାରୁ ୫ଟା ତକ୍‌ ଧାରନା ଦିଆଯାଇଥିଲା। ଉପଜିଲାପାଳ ବିଶିକେଶନ ଦେହୁରୀ ଚାଷୀକୁ ବୀମାଟଁକା ଦେବାର ଲାଗି ପଦକ୍ଷେପ ନିଆଯିବା ବଲି ଲିଖିତ ପରତିଶୁର୍‌ତି ଦେଲା ଉତାରୁ ଧାରନାରୁ ଚାଷୀମାନେ ଉଠିଥିଲେ। 

ଭତାରୁ ବଁଚିତ ୩ କଳାକାର

ଭତାରୁ ବଁଚିତ ୩ କଳାକାର

ଅତାବିରା, ୧୬।୨ (ଡି.ଏନ.ଏ): ରାଏଜ୍‌ ସରକାର ରାଏଜର କଳାକାରମାନକୁ ମାସିକ ୧୨ଶହ ଟଁକା ଲେଖେଁ କଳାକାର ଭତା ଯୁଗେଇ ଦେଉଛନ୍‌। ହେଲେ ଇ ଭତା ଲାଗି ଦରକାରି ପରମାନପତର, ବଏସ, ସଠିକ୍‌ ବିବରନ୍‌ ଦେବାର ଲାଗି ଆବେଦନ ଫର୍ମରେ ଲେଖା ଅଛେ। 

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ସଇଁତଲା,୧୬ା୨ (ଡି.ଏନ.ଏ):  ପଁଚେତ୍‌ ଅଫିସ ମଦୁଆକର ଆଡ୍ଡା ପାଲଟିଥିବାର ଲାଗି ପଁଚେତ୍‌ର ସବୁ କାମ୍‌ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲୁଥିବାର ଖୋଦ୍‌ ସରପଁଚ୍‌ କହୁଛନ୍‌। ଏନ୍‌ତା ଗୁଟେ ଆଶିରିଯ୍‌ ଘଟନା ଦେଖ୍‌ବାକେ ମିଲିଛେ ସଇଁତଲା ବ୍ଲକର କରମତଲା ପଁଚେତ ଅଫିସରେ। 

ଭୂମି ଅଧିକାର ଦାବିରେ ରଣହୁଙ୍କାର

ଭୂମି ଅଧିକାର ଦାବିରେ ରଣହୁଙ୍କାର

ବରଗଡ଼ ଅଫିସ୍‌,୧୫।୨: ଭୂମି ଅଧିକାର ପ୍ରଦାନ ଦାବି ନେଇ ବରଗଡ଼ରେ ଆନ୍ଦୋଳନ ଜୋର୍‌ ଧରିଛି ।

ଧରାପଡିଲେ ୪ ହାଇୱେ ଲୁଟେରା:  ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌  ଜବତ୍‌

ଧରାପଡିଲେ ୪ ହାଇୱେ ଲୁଟେରା: ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌ ଜବତ୍‌

 ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ଜିଲା ପୋଲିସ ଏକ ହାଇୱେ ଲୁଟେରା ଦଳକୁ ଗିରଫ କରି ସେମାନଙ୍କଠାରୁ ସମସ୍ତ ଲୁଟ୍‌ ସାମଗ୍ରୀ ଓ ଲୁଟ୍‌ରେ ବ୍ୟବହୃତ ସାମଗ୍ରୀ ଜବତ୍‌ କରିଛି ।  

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ବନବିଭାଗ ଟିମ୍‌ ଏକ ବଡଧରଣର ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ କରିଛି ।  ଗୁରୁବାର ବିଳମ୍ବିତ ରାତିରେ କେନ୍ଦୁ କାଠଗଣ୍ଡି ବୋଝେଇ ଏକ ଟ୍ରକ୍‌, ଏକ କାର ଓ ବାଇକ୍‌ ସହ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।